1 ULB ବାବିଲ ବିଷୟକ ବାର୍ତ୍ତା, ଆମୋସର ପୁତ୍ର ଯିଶାଇୟ ଏହି ଦର୍ଶନ ପାଇଲେ। BSB BSB: This is the burden against Babylon that Isaiah son of Amoz received:
2 ULB ତୁମ୍ଭେମାନେ ବୃକ୍ଷଶୂନ୍ୟ ପର୍ବତ ଉପରେ ଧ୍ୱଜା ଟେକ, ଲୋକମାନଙ୍କ ପ୍ରତି ରବ ଉଠାଅ, ହସ୍ତ ହଲାଅ, ସେମାନେ ଅଧିପତିମାନଙ୍କର ନଗର ଦ୍ୱାରରେ ପ୍ରବେଶ କରନ୍ତୁ। BSB BSB: Raise a banner on a barren hilltop; call aloud to them. Wave your hand, that they may enter the gates of the nobles.
3 ULB ଆମ୍ଭେ ଆପଣା ପବିତ୍ର ଲୋକମାନଙ୍କୁ ଆଦେଶ କରିଅଛୁ, ହଁ, ଆମ୍ଭେ ଆପଣା କ୍ରୋଧ ସଫଳାର୍ଥେ ଆମ୍ଭର ବୀରମାନଙ୍କୁ, ଅର୍ଥାତ୍, ଆମ୍ଭର ଦର୍ପିତ ଉଲ୍ଲାସକାରୀଗଣଙ୍କୁ ଆହ୍ୱାନ କରିଅଛୁ। BSB BSB: I have commanded My sanctified ones; I have even summoned My warriors to execute My wrath and exult in My triumph.
4 ULB ପର୍ବତମାନରେ ମହାଜନତାର ନ୍ୟାୟ ଲୋକସମୂହର ରବ ହେଉଅଛି! ଏକତ୍ରୀକୃତ ଗୋଷ୍ଠୀୟମାନଙ୍କ ରାଜ୍ୟସମୂହର କଳରବ ହେଉଅଛି! ସୈନ୍ୟାଧିପତି ସଦାପ୍ରଭୁ ଯୁଦ୍ଧାର୍ଥେ ସେନା ସଂଗ୍ରହ କରୁଅଛନ୍ତି। BSB BSB: Listen, a tumult on the mountains, like that of a great multitude! Listen, an uproar among the kingdoms, like nations gathered together! The LORD of Hosts is mobilizing an army for war.
5 ULB ସେମାନେ, ଅର୍ଥାତ୍, ସଦାପ୍ରଭୁ ଓ ତାହାଙ୍କ କ୍ରୋଧରୂପ ଅସ୍ତ୍ରସବୁ ସମୁଦାୟ ଦେଶ ଉଚ୍ଛିନ୍ନ କରିବା ନିମନ୍ତେ ଦୂର ଦେଶରୁ, ଆକାଶମଣ୍ଡଳର ପ୍ରାନ୍ତ ଭାଗରୁ ଆସୁଅଛନ୍ତି। BSB BSB: They are coming from faraway lands, from the ends of the heavens—the LORD and the weapons of His wrath—to destroy the whole country.
6 ULB ତୁମ୍ଭେମାନେ ହାହାକାର କର; କାରଣ ସଦାପ୍ରଭୁଙ୍କର ଦିନ ନିକଟବର୍ତ୍ତୀ; ସର୍ବଶକ୍ତିମାନଙ୍କ ନିକଟରୁ ପ୍ରଳୟର ନ୍ୟାୟ ତାହା ଆସିବ। BSB BSB: Wail, for the Day of the LORD is near; it will come as destruction from the Almighty.
7 ULB ଏହେତୁ ସକଳ ହସ୍ତ ଦୁର୍ବଳ ହେବ ଓ ପ୍ରତ୍ୟେକ ମାନବ ହୃଦୟ ତରଳି ଯିବ; BSB BSB: Therefore all hands will fall limp, and every man’s heart will melt.
8 ULB ପୁଣି, ସେମାନେ ଭୟଭୀତ ହେବେ; ଯନ୍ତ୍ରଣା ଓ ବେଦନା ସେମାନଙ୍କୁ ଆକ୍ରାନ୍ତ କରିବ; ସେମାନେ ପ୍ରସବକାରିଣୀ ସ୍ତ୍ରୀ ତୁଲ୍ୟ ବେଦନାଗ୍ରସ୍ତ ହେବେ; ସେମାନେ ପରସ୍ପରର ବିଷୟରେ ଚମତ୍କୃତ ହେବେ; ସେମାନଙ୍କର ମୁଖ ଅଗ୍ନିଶିଖା ତୁଲ୍ୟ ହେବ। BSB BSB: Terror, pain, and anguish will seize them; they will writhe like a woman in labor. They will look at one another, their faces flushed with fear.
9 ULB ଦେଖ, ଦେଶ ଧ୍ୱଂସ କରିବାକୁ ଓ ତହିଁ ମଧ୍ୟରୁ ପାପୀମାନଙ୍କୁ ବିନାଶ କରିବାକୁ ସଦାପ୍ରଭୁଙ୍କର ଦିନ ଭୟଙ୍କର; କ୍ରୋଧ ଓ ପ୍ରଚଣ୍ଡ କ୍ରୋଧ ସଂଯୁକ୍ତ ହୋଇ ଆସୁଅଛି। BSB BSB: Behold, the Day of the LORD is coming—cruel, with fury and burning anger—to make the earth a desolation and to destroy the sinners within it.
10 ULB କାରଣ ଆକାଶମଣ୍ଡଳର ତାରାଗଣ ଓ ତହିଁର ନକ୍ଷତ୍ରଗଣ ଦୀପ୍ତି ଦେବେ ନାହିଁ; ସୂର୍ଯ୍ୟ ଆପଣା ଉଦୟ ସମୟରେ ଅନ୍ଧାରଗ୍ରସ୍ତ ହେବ ଓ ଚନ୍ଦ୍ର ଆପଣା ଜ୍ୟୋତ୍ସ୍ନା ପ୍ରକାଶ କରିବ ନାହିଁ। BSB BSB: For the stars of heaven and their constellations will not give their light. The rising sun will be darkened, and the moon will not give its light.
11 ULB ପୁଣି, ଆମ୍ଭେ ଜଗତକୁ ଦୁଷ୍ଟତା ସକାଶେ ଓ ଦୁଷ୍ଟମାନଙ୍କୁ ସେମାନଙ୍କ ଅଧର୍ମ ସକାଶେ ଶାସ୍ତି ଦେବା ଓ ଆମ୍ଭେ ଅହଙ୍କାରୀମାନଙ୍କର ଦର୍ପ ନିବୃତ୍ତ କରାଇବା ଓ ଭୟଙ୍କର ଲୋକର ଗର୍ବ ଖର୍ବ କରିବା। BSB BSB: I will punish the world for its evil and the wicked for their iniquity. I will end the haughtiness of the arrogant and lay low the pride of the ruthless.
12 ULB ଆମ୍ଭେ ଉତ୍ତମ ସୁବର୍ଣ୍ଣ ଅପେକ୍ଷା ମର୍ତ୍ତ୍ୟକୁ ଓ ଓଫୀରର ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ମନୁଷ୍ୟକୁ ଅଳ୍ପ କରିବା। BSB BSB: I will make man scarcer than pure gold, and mankind rarer than the gold of Ophir.
13 ULB ଏହେତୁ ଆମ୍ଭେ ଆକାଶମଣ୍ଡଳକୁ କମ୍ପାନ୍ୱିତ କରିବା, ଆଉ ସୈନ୍ୟାଧିପତି ସଦାପ୍ରଭୁଙ୍କ କୋପରେ ଓ ତାହାଙ୍କ ପ୍ରଚଣ୍ଡ କ୍ରୋଧର ଦିନରେ ପୃଥିବୀ ଟଳି ସ୍ୱସ୍ଥାନ ଚ୍ୟୁତ ହେବ। BSB BSB: Therefore I will make the heavens tremble, and the earth will be shaken from its place at the wrath of the LORD of Hosts on the day of His burning anger.
14 ULB ତହିଁରେ ଏପରି ଘଟିବ ଯେ, ତାଡ଼ିତ ହରିଣର ନ୍ୟାୟ ଓ ଅରକ୍ଷକ ମେଷ ତୁଲ୍ୟ ଲୋକମାନେ ପ୍ରତ୍ୟେକେ ଆପଣା ଆପଣା ଗୋଷ୍ଠୀ ପ୍ରତି ଫେରିବେ ଓ ପ୍ରତ୍ୟେକେ ଆପଣା ଆପଣା ଦେଶ ଆଡ଼କୁ ପଳାୟନ କରିବେ। BSB BSB: Like a hunted gazelle, like a sheep without a shepherd, each will return to his own people, each will flee to his native land.
15 ULB ଯେ କୌଣସି ଲୋକର ଉଦ୍ଦେଶ୍ୟ ମିଳିବ, ତାହାକୁ ଅସ୍ତ୍ରବିଦ୍ଧ ହେବ ଓ ଯେ କୌଣସି ଲୋକକୁ ଧରା ଯିବ, ସେ ଖଡ୍ଗରେ ପତିତ ହେବ। BSB BSB: Whoever is caught will be stabbed, and whoever is captured will die by the sword.
17 ULB ଦେଖ, ଆମ୍ଭେ ସେମାନଙ୍କ ପ୍ରତିକୂଳରେ ମାଦୀୟମାନଙ୍କୁ ଉତ୍ତେଜିତ କରିବା, ସେମାନେ ରୂପାକୁ ଅନାଇବେ ନାହିଁ ଓ ସୁନାରେ ସେମାନେ ତୁଷ୍ଟ ହେବେ ନାହିଁ। BSB BSB: Behold, I will stir up against them the Medes, who have no regard for silver and no desire for gold.
18 ULB ସେମାନଙ୍କର ଧନୁ ଯୁବକମାନଙ୍କୁ କଚାଡ଼ି ପକାଇବ ଓ ସେମାନେ ଗର୍ଭର ଫଳ ପ୍ରତି କିଛି ଦୟା କରିବେ ନାହିଁ, ବାଳକଗଣ ପ୍ରତି ସେମାନଙ୍କର କୃପାଦୃଷ୍ଟି ହେବ ନାହିଁ। BSB BSB: Their bows will dash young men to pieces; they will have no mercy on the fruit of the womb; they will not look with pity on the children.
19 ULB ପୁଣି, ରାଜ୍ୟସମୂହର ଗୌରବ ସ୍ୱରୂପ ଓ କଲ୍ଦୀୟମାନଙ୍କ ଦର୍ପର ଲାବଣ୍ୟ ସ୍ୱରୂପ ଯେ ବାବିଲ, ତାହା ପରମେଶ୍ୱରଙ୍କ ଦ୍ୱାରା ଉତ୍ପାଟିତ ସଦୋମ ଓ ହମୋରାର ତୁଲ୍ୟ ହେବ। BSB BSB: And Babylon, the jewel of the kingdoms, the glory of the pride of the Chaldeans, will be overthrown by God like Sodom and Gomorrah.
20 ULB ତାହା କଦାଚ ବସତି ସ୍ଥାନ ହେବ ନାହିଁ, ପୁରୁଷ ପୁରୁଷାନୁକ୍ରମେ କେହି ତହିଁରେ ବାସ କରିବେ ନାହିଁ; ଆରବୀୟ ଲୋକେ ସେଠାରେ ତମ୍ବୁ ପକାଇବେ ନାହିଁ, କିଅବା ମେଷପାଳକମାନେ ଆପଣା ଆପଣା ପଲ ସେଠାରେ ଶୁଆଇବେ ନାହିଁ। BSB BSB: She will never be inhabited or settled from generation to generation; no nomad will pitch his tent there, no shepherd will rest his flock there.
21 ULB ମାତ୍ର ବନ୍ୟ ପଶୁମାନେ ସେହି ସ୍ଥାନରେ ଶୟନ କରିବେ ଓ ସେମାନଙ୍କର ଗୃହ ଚିତ୍କାରକାରୀ ଜନ୍ତୁରେ ପରିପୂର୍ଣ୍ଣ ହେବ; ଓଟପକ୍ଷୀ ସେଠାରେ ବାସ କରିବେ ଓ ଛାଗମାନେ ସେଠାରେ ନୃତ୍ୟ କରିବେ। BSB BSB: But desert creatures will lie down there, and howling creatures will fill her houses. Ostriches will dwell there, and wild goats will leap about.
22 ULB ପୁଣି, କେନ୍ଦୁଆମାନେ ସେମାନଙ୍କ ଅଟ୍ଟାଳିକାରେ ଓ ଶୃଗାଳମାନେ ସେମାନଙ୍କ ମନୋରମ ପ୍ରାସାଦରେ ବୋବାଇବେ; ତାହାର କାଳ ନିକଟବର୍ତ୍ତୀ ଓ ତାହାର ଦିନସବୁ ଦୀର୍ଘ ହେବ ନାହିଁ। BSB BSB: Hyenas will howl in her fortresses and jackals in her luxurious palaces. Babylon’s time is at hand, and her days will not be prolonged.
Select verses for actions: Enter goes to them and Escape comes back.