1 ULB କାରଣ ସଦାପ୍ରଭୁ ଯାକୁବ ପ୍ରତି ଦୟା କରିବେ, ପୁଣି, ଇସ୍ରାଏଲକୁ ପୁନର୍ବାର ମନୋନୀତ କରିବେ ଓ ସେମାନଙ୍କୁ ସେମାନଙ୍କ ଦେଶରେ ସ୍ଥାପନ କରିବେ, ତହିଁରେ ବିଦେଶୀ ଲୋକ ସେମାନଙ୍କ ସଙ୍ଗେ ସଂଯୁକ୍ତ ହେବ, ସେମାନେ ଯାକୁବ ବଂଶ ପ୍ରତି ଆସକ୍ତ ହେବେ। BSB BSB: For the LORD will have compassion on Jacob; once again He will choose Israel and settle them in their own land. The foreigner will join them and unite with the house of Jacob.
2 ULB ପୁଣି, ନାନା ଗୋଷ୍ଠୀୟ ଲୋକମାନେ ସେମାନଙ୍କୁ ନେଇ ସେମାନଙ୍କ ନିଜ ସ୍ଥାନରେ ପହଞ୍ଚାଇ ଦେବେ; ଆଉ, ଇସ୍ରାଏଲ ବଂଶ ସଦାପ୍ରଭୁଙ୍କ ଦେଶରେ ସେମାନଙ୍କୁ ଦାସଦାସୀ ରୂପେ ଅଧିକାର କରିବେ; ପୁଣି, ସେମାନେ ଯେଉଁମାନଙ୍କର ବନ୍ଦୀ ହୋଇଥିଲେ, ସେମାନଙ୍କୁ ବନ୍ଦୀ କରି ନେବେ ଓ ସେମାନେ ଆପଣା ଉପଦ୍ରବକାରୀମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ। BSB BSB: The nations will escort Israel and bring it to its homeland. Then the house of Israel will possess the nations as menservants and maidservants in the LORD’s land. They will make captives of their captors and rule over their oppressors.
3 ULB ପୁଣି, ଯେଉଁ ଦିନ ସଦାପ୍ରଭୁ ତୁମ୍ଭକୁ ତୁମ୍ଭର ଦୁଃଖ ଓ କ୍ଲେଶରୁ ଓ ଯେଉଁ କଠୋର ଦାସତ୍ୱରେ ତୁମ୍ଭକୁ ଦାସ୍ୟ କର୍ମ କରିବାକୁ ହେଲା, ତହିଁରୁ ବିଶ୍ରାମ ଦେବେ, BSB BSB: On the day that the LORD gives you rest from your pain and torment, and from the hard labor into which you were forced,
4 ULB ସେହି ଦିନ ତୁମ୍ଭେ ବାବିଲ ରାଜ ବିରୁଦ୍ଧରେ ଏହି ଦୃଷ୍ଟାନ୍ତ କଥା ନେଇ କହିବ, ଯଥା, ଉପଦ୍ରବକାରୀ କିପରି ଶେଷ ହୋଇଅଛି! ସୁବର୍ଣ୍ଣ ନଗରୀ କିପରି ଶେଷ ହୋଇଅଛି! BSB BSB: you will sing this song of contempt against the king of Babylon: How the oppressor has ceased, and how his fury has ended!
5 ULB ଯେଉଁମାନେ କୋପରେ ନାନା ଗୋଷ୍ଠୀକୁ ଅନବରତ ଆଘାତ କଲେ ଓ ନାନା ଦେଶୀୟ ଲୋକଙ୍କୁ କ୍ରୋଧରେ ଶାସନ କରି ଅନିବାରିତ ରୂପେ ତାଡ଼ନା କଲେ, BSB BSB: The LORD has broken the staff of the wicked, the scepter of the rulers.
6 ULB ସଦାପ୍ରଭୁ ସେହି ଦୁଷ୍ଟମାନଙ୍କର ଯଷ୍ଟି ଓ ଶାସନକର୍ତ୍ତାମାନଙ୍କ ରାଜଦଣ୍ଡ ଭାଙ୍ଗି ପକାଇ ଅଛନ୍ତି। BSB BSB: It struck the peoples in anger with unceasing blows; it subdued the nations in rage with relentless persecution.
7 ULB ସମୁଦାୟ ପୃଥିବୀ ଶାନ୍ତ ଓ ସୁସ୍ଥିର ହୋଇଅଛି; ସେମାନେ ଆନନ୍ଦରେ ଗାନ କରୁଅଛନ୍ତି। BSB BSB: All the earth is at peace and at rest; they break out in song.
8 ULB ହଁ, ଦେବଦାରୁ ଓ ଲିବାନୋନର ଏରସ ବୃକ୍ଷସକଳ ତୁମ୍ଭ ବିଷୟରେ ଆନନ୍ଦ କରି କହନ୍ତି, ତୁମ୍ଭେ ଭୂମିସାତ୍ ହେବାଠାରୁ କୌଣସି ଛେଦନକର୍ତ୍ତା ଆମ୍ଭମାନଙ୍କ ପ୍ରତିକୂଳରେ ଆସି ନାହିଁ। BSB BSB: Even the cypresses and cedars of Lebanon exult over you: “Since you have been laid low, no woodcutter comes against us.”
9 ULB ତୁମ୍ଭ ଆଗମନ ସମୟରେ ତୁମ୍ଭ ସଙ୍ଗେ ସାକ୍ଷାତ କରିବା ପାଇଁ ଅଧଃସ୍ଥ ପାତାଳ ଚାଳିତ ହୁଏ; ତାହା ତୁମ୍ଭ ନିମନ୍ତେ ମୃତମାନଙ୍କୁ, ପୃଥିବୀର ପ୍ରଧାନମାନଙ୍କୁ ହିଁ ଜଗାଏ; ତାହା ଗୋଷ୍ଠୀବର୍ଗର ରାଜାସକଳକୁ ସେମାନଙ୍କ ସିଂହାସନରୁ ଉଠାଇଅଛି। BSB BSB: Sheol beneath is eager to meet you upon your arrival. It stirs the spirits of the dead to greet you—all the rulers of the earth. It makes all the kings of the nations rise from their thrones.
10 ULB ସେମାନେ ସମସ୍ତେ ଉତ୍ତର ଦେଇ ତୁମ୍ଭକୁ କହିବେ, ତୁମ୍ଭେ ମଧ୍ୟ କ’ଣ ଆମ୍ଭମାନଙ୍କ ପରି କ୍ଷୀଣବଳ ହେଲ? ତୁମ୍ଭେ କ’ଣ ଆମ୍ଭମାନଙ୍କର ସମାନ ହେଲ? BSB BSB: They will all respond to you, saying, “You too have become weak, as we are; you have become like us!”
11 ULB ତୁମ୍ଭର ଐଶ୍ୱର୍ଯ୍ୟ ଓ ତୁମ୍ଭ ନେବଲ ଯନ୍ତ୍ରର ସ୍ୱର ପାତାଳ ପର୍ଯ୍ୟନ୍ତ ଅବରୋହିତ ହୋଇଅଛି; କୀଟ ତୁମ୍ଭ ତଳେ ପ୍ରସାରିତ (ବିଛଣା) ଓ କୃମି ତୁମ୍ଭର ଆଚ୍ଛାଦନ ହୋଇଅଛି। BSB BSB: Your pomp has been brought down to Sheol, along with the music of your harps. Maggots are your bed and worms your blanket.
12 ULB ହେ ପ୍ରଭାତୀ ତାରା, ପ୍ରତ୍ୟୁଷର ପୁତ୍ର! ତୁମ୍ଭେ କିପରି ସ୍ୱର୍ଗରୁ ପତିତ ହେଲ! ଗୋଷ୍ଠୀଗଣକୁ ତୁମ୍ଭେ ଯେ ନତ କରିଥିଲ, ତୁମ୍ଭେ କିପରି ଭୂମିରେ ନିକ୍ଷିପ୍ତ ହେଲ! BSB BSB: How you have fallen from heaven, O day star, son of the dawn! You have been cut down to the ground, O destroyer of nations.
13 ULB ପୁଣି, ତୁମ୍ଭେ ମନେ ମନେ କହିଥିଲ, ଆମ୍ଭେ ସ୍ୱର୍ଗାରୋହଣ କରିବା, ଆମ୍ଭେ ପରମେଶ୍ୱରଙ୍କ ନକ୍ଷତ୍ରଗଣର ଉର୍ଦ୍ଧ୍ୱରେ ଆପଣା ସିଂହାସନ ଉଚ୍ଚୀକୃତ କରିବା; ଆମ୍ଭେ ଉତ୍ତର ଦିଗର ପ୍ରାନ୍ତସ୍ଥିତ ସମାଗମ ପର୍ବତରେ ଉପବିଷ୍ଟ ହେବା; BSB BSB: You said in your heart: “I will ascend to the heavens; I will raise my throne above the stars of God. I will sit on the mount of assembly, in the far reaches of the north.
14 ULB ଆମ୍ଭେ ମେଘମାଳର ଉଚ୍ଚସ୍ଥଳୀର ଉର୍ଦ୍ଧ୍ୱକୁ ଆରୋହଣ କରିବା; ଆମ୍ଭେ ସର୍ବୋପରିସ୍ଥଙ୍କର ତୁଲ୍ୟ ହେବା। BSB BSB: I will ascend above the tops of the clouds; I will make myself like the Most High.”
15 ULB ମାତ୍ର ତୁମ୍ଭେ ପାତାଳକୁ, ଗର୍ତ୍ତର ପ୍ରାନ୍ତ ସୀମାକୁ ଅବରୋହିତ ହେବ। BSB BSB: But you will be brought down to Sheol, to the lowest depths of the Pit.
16 ULB ଯେଉଁମାନେ ତୁମ୍ଭକୁ ଦେଖନ୍ତି, ସେମାନେ ସୂକ୍ଷ୍ମ ରୂପେ ନିରୀକ୍ଷଣ କରି ତୁମ୍ଭ ବିଷୟ ବିବେଚନା କରି କହିବେ, ଯେ ପୃଥିବୀକୁ କମ୍ପାନ୍ୱିତ କଲା, ଯେ ରାଜ୍ୟସମୂହକୁ ଥରହର କରାଇଲା; BSB BSB: Those who see you will stare; they will ponder your fate: “Is this the man who shook the earth and made the kingdoms tremble,
17 ULB ଯେ ଜଗତକୁ ଅରଣ୍ୟ ତୁଲ୍ୟ କଲା ଓ ତହିଁର ନଗରସମୂହକୁ ଉତ୍ପାଟନ କଲା; ଯେ ଆପଣା ବନ୍ଦୀଗଣକୁ ସେମାନଙ୍କ ଗୃହକୁ ଯିବାକୁ ଛାଡ଼ିଲା ନାହିଁ, ସେ କି ଏହି ପୁରୁଷ? BSB BSB: who turned the world into a desert and destroyed its cities, who refused to let the captives return to their homes?”
18 ULB ଗୋଷ୍ଠୀବର୍ଗର ରାଜାଗଣ, ସେମାନଙ୍କର ସମସ୍ତେ ହିଁ, ସମ୍ଭ୍ରମରେ ଆପଣା ଆପଣା ଗୃହରେ ଶୟନ କରୁଅଛନ୍ତି। BSB BSB: All the kings of the nations lie in state, each in his own tomb.
19 ULB ମାତ୍ର ତୁମ୍ଭେ ଘୃଣିତ ଶାଖା ତୁଲ୍ୟ, ଖଡ୍ଗବିଦ୍ଧ ଓ ଗର୍ତ୍ତର ପ୍ରସ୍ତର ମଧ୍ୟରେ ନିକ୍ଷିପ୍ତ ହତ ଲୋକ ଦ୍ୱାରା ଆଚ୍ଛାଦିତ ହୋଇ, ଆପଣା କବରଠାରୁ ଦୂରରେ ନିକ୍ଷିପ୍ତ ହୋଇଅଛ; ତୁମ୍ଭେ ପଦଦଳିତ ଶବ ତୁଲ୍ୟ ହୋଇଅଛ। BSB BSB: But you are cast out of your grave like a rejected branch, covered by those slain with the sword, and dumped into a rocky pit like a carcass trampled underfoot.
20 ULB ତୁମ୍ଭେ ସେମାନଙ୍କ ସଙ୍ଗେ କବରସ୍ଥ ହେବ ନାହିଁ, କାରଣ ତୁମ୍ଭେ ଆପଣା ଦେଶ ଉଚ୍ଛିନ୍ନ କରିଅଛ, ତୁମ୍ଭେ ଆପଣା ଲୋକମାନଙ୍କୁ ବଧ କରିଅଛ, କୁକ୍ରିୟାକାରୀମାନଙ୍କ ବଂଶର ନାମ ଅନନ୍ତ କାଳ ଉଲ୍ଲିଖିତ ହେବ ନାହିଁ। BSB BSB: You will not join them in burial, since you have destroyed your land and slaughtered your own people. The offspring of the wicked will never again be mentioned.
21 ULB ତାହାର ସନ୍ତାନଗଣ ଉଠି ଯେପରି ପୃଥିବୀ ଅଧିକାର ନ କରନ୍ତି ଓ ଜଗତକୁ ନଗରରେ ପରିପୂର୍ଣ୍ଣ ନ କରନ୍ତି, ଏଥିପାଇଁ ତୁମ୍ଭେମାନେ ସେମାନଙ୍କ ପୂର୍ବପୁରୁଷଗଣର ଅପରାଧ ସକାଶୁ ସେମାନଙ୍କ ପାଇଁ ହତ୍ୟାସ୍ଥାନ ପ୍ରସ୍ତୁତ କର। BSB BSB: Prepare a place to slaughter his sons for the iniquities of their forefathers. They will never rise up to possess a land or cover the earth with their cities.
22 ULB ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଉଠିବା,” ସଦାପ୍ରଭୁ କହନ୍ତି, “ଆମ୍ଭେ ବାବିଲରୁ ନାମ ଓ ଅବଶିଷ୍ଟାଂଶ, ପୁତ୍ର ଓ ପୌତ୍ର, ଉଚ୍ଛିନ୍ନ କରିବା,” BSB BSB: “I will rise up against them,” declares the LORD of Hosts. “I will cut off from Babylon her name and her remnant, her offspring and her posterity,” declares the LORD.
23 ULB ଆହୁରି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଆମ୍ଭେ ସେହି ନଗରକୁ ଝିଙ୍କ ପକ୍ଷୀର ଅଧିକାର ଓ ଜଳାଶୟ କରିବା ଓ ଆମ୍ଭେ ସଂହାରରୂପ ଝାଡ଼ୁ ଦ୍ୱାରା ତାହାକୁ ଝାଡ଼ି ପକାଇବା।” BSB BSB: “I will make her a place for owls and for swamplands; I will sweep her away with the broom of destruction,” declares the LORD of Hosts.
24 ULB ସୈନ୍ୟାଧିପତି ସଦାପ୍ରଭୁ ଶପଥ କରି କହିଅଛନ୍ତି, “ଆମ୍ଭେ ଯାହା ଭାବିଅଛୁ, ନିଶ୍ଚୟ ତଦ୍ରୂପ ଘଟିବ ଓ ଆମ୍ଭେ ଯେପରି ମନ୍ତ୍ରଣା କରିଅଛୁ, ସେହିପରି ସ୍ଥିର ହେବ; BSB BSB: The LORD of Hosts has sworn: “Surely, as I have planned, so will it be; as I have purposed, so will it stand.
25 ULB ଆମ୍ଭେ ଆପଣା ଦେଶରେ ଅଶୂରୀୟକୁ ଭଗ୍ନ କରିବା ଓ ଆପଣା ପର୍ବତ ଉପରେ ତାହାକୁ ପଦ ତଳେ ଦଳିତ କରିବା; ତେବେ ଲୋକମାନଙ୍କଠାରୁ ତାହାର ଯୁଆଳି ଓ ସେମାନଙ୍କ ସ୍କନ୍ଧରୁ ତାହାର ଭାର ଦୂରୀକୃତ ହେବ।” BSB BSB: I will break Assyria in My land; I will trample him on My mountain. His yoke will be taken off My people, and his burden removed from their shoulders.”
26 ULB ସମୁଦାୟ ପୃଥିବୀ ବିଷୟରେ ଏହି ମନ୍ତ୍ରଣା ସ୍ଥିର ହୋଇଅଛି ଓ ଏହି ହସ୍ତ ସମସ୍ତ ଗୋଷ୍ଠୀ ଉପରେ ବିସ୍ତୀର୍ଣ୍ଣ ହୋଇଅଛି। BSB BSB: This is the plan devised for the whole earth, and this is the hand stretched out over all the nations.
27 ULB କାରଣ ସୈନ୍ୟାଧିପତି ସଦାପ୍ରଭୁ ମନ୍ତ୍ରଣା କରିଅଛନ୍ତି, ଆଉ ତାହା କିଏ ଅନ୍ୟଥା କରିବ? ଓ ତାହାଙ୍କର ହସ୍ତ ବିସ୍ତାରିତ ହୋଇଅଛି, ଆଉ କିଏ ତାହା ଫେରାଇବ? BSB BSB: The LORD of Hosts has purposed, and who can thwart Him? His hand is outstretched, so who can turn it back?
28 ULB ଯେଉଁ ବର୍ଷରେ ଆହସ୍ ରାଜାଙ୍କର ମୃତ୍ୟୁୁ ହେଲା, ସେହି ବର୍ଷର ଏହି ଭାବବାଣୀ। BSB BSB: In the year that King Ahaz died, this burden was received:
29 ULB ହେ ପଲେଷ୍ଟୀୟେ, ଯେଉଁ ଦଣ୍ଡ ତୁମ୍ଭକୁ ପ୍ରହାର କଲା, ତାହା ଭଗ୍ନ ହୋଇଅଛି ବୋଲି ତୁମ୍ଭେ ସମସ୍ତେ ଆନନ୍ଦ କର ନାହିଁ; କାରଣ ସର୍ପର ମୂଳରୁ କାଳସର୍ପ ଉତ୍ପନ୍ନ ହେବ ଓ ଅଗ୍ନିମୟ ଉଡ଼ନ୍ତା ସର୍ପ ତାହାର ଫଳ ହେବ। BSB BSB: Do not rejoice, all you Philistines, that the rod that struck you is broken. For a viper will spring from the root of the snake, and a flying serpent from its egg.
30 ULB ପୁଣି, ଦରିଦ୍ରର ପ୍ରଥମଜାତ ସନ୍ତାନ ଭୋଜନ କରିବ ଓ ଦୀନହୀନମାନେ ନିରାପଦରେ ଶୟନ କରିବେ; ପୁଣି, ଆମ୍ଭେ ଦୁର୍ଭିକ୍ଷ ଦ୍ୱାରା ତୁମ୍ଭର ମୂଳ ନଷ୍ଟ କରିବା ଓ ତୁମ୍ଭର ଅବଶିଷ୍ଟାଂଶ ସଂହାରିତ ହେବ। BSB BSB: Then the firstborn of the poor will find pasture, and the needy will lie down in safety, but I will kill your root by famine, and your remnant will be slain.
31 ULB ହେ ନଗର ଦ୍ୱାର, ହାହାକାର କର; ହେ ନଗର, କ୍ରନ୍ଦନ କର; ହେ ପଲେଷ୍ଟୀୟେ, ତୁମ୍ଭର ସମୁଦାୟ ତରଳି ଯାଇଅଛି; କାରଣ ଉତ୍ତର ଦିଗରୁ ଧୂମ ଆସୁଅଛି ଓ କେହି ଆପଣା ନିରୂପିତ ସମୟରେ ଦୂରରେ ଠିଆ ହେଉ ନାହିଁ। BSB BSB: Wail, O gate! Cry out, O city! Melt away, all you Philistines! For a cloud of smoke comes from the north, and there are no stragglers in its ranks.
32 ULB ଆଉ, ଏହି ଗୋଷ୍ଠୀର ଦୂତଗଣକୁ କି ଉତ୍ତର ଦିଆଯିବ? ଏହି ଯେ, ସଦାପ୍ରଭୁ ସିୟୋନର ଭିତ୍ତିମୂଳ ସ୍ଥାପନ କରିଅଛନ୍ତି ଓ ତହିଁ ମଧ୍ୟରେ ତାହାଙ୍କର ଦୁଃଖଗ୍ରସ୍ତ ଲୋକମାନେ ଆଶ୍ରୟ ନିଅନ୍ତି। BSB BSB: What answer will be given to the envoys of that nation? “The LORD has founded Zion, where His afflicted people will find refuge.”
Select verses for actions: Enter goes to them and Escape comes back.