Isaiah 15 15 Isaiah Oracles about the nations Odia Unlocked Literal Bible 1 ULB ମୋୟାବ ବିଷୟକ ଭବିଷ୍ୟତ ବାଣୀ। ମୋୟାବର ଆର ନଗର ଏକ ରାତ୍ରି ମଧ୍ୟରେ ଉଚ୍ଛିନ୍ନ ଓ ଧ୍ୱଂସିତ ହେଲା; ଏକ ରାତ୍ରି ମଧ୍ୟରେ ମୋୟାବର କୀର୍ ନଗର ଉଚ୍ଛିନ୍ନ ଓ ଧ୍ୱଂସିତ ହେଲା। BSB BSB: This is the burden against Moab: Ar in Moab is ruined, destroyed in a night! Kir in Moab is devastated, destroyed in a night!
2 ULB ସେ ରୋଦନ କରିବା ପାଇଁ ବୈଥତ୍କୁ ଓ ଦୀବୋନ୍କୁ, ଉଚ୍ଚସ୍ଥଳୀକୁ ଯାଇଅଛି; ନବୋ ଓ ମେଦବାର ବିଷୟରେ ମୋୟାବ ହାହାକାର କରୁଅଛି; ସେହି ସମସ୍ତଙ୍କର ମସ୍ତକ ମୁଣ୍ଡନ ହୋଇଅଛି, ପ୍ରତ୍ୟେକର ଦାଢ଼ି କଟା ହୋଇଅଛି। BSB BSB: Dibon goes up to its temple to weep at its high places. Moab wails over Nebo, as well as over Medeba. Every head is shaved, every beard is cut off.
3 ULB ସେମାନଙ୍କର ସବୁ ସଡ଼କରେ ଲୋକମାନେ ଚଟବସ୍ତ୍ର ପିନ୍ଧୁଅଛନ୍ତି; ଆପଣା ଆପଣା ଗୃହର ଛାତ ଉପରେ ଓ ଛକ ସ୍ଥାନମାନଙ୍କରେ ପ୍ରତ୍ୟେକ ଲୋକ ଅତିଶୟ ରୋଦନ କରି ହାହାକାର କରୁଅଛନ୍ତି। BSB BSB: In its streets they wear sackcloth; on the rooftops and in the public squares they all wail, falling down weeping.
4 ULB ହିଷ୍ବୋନ ଓ ଇଲୀୟାଲୀ କ୍ରନ୍ଦନ କରୁଅଛନ୍ତି; ସେମାନଙ୍କର ରବ ଯହସ୍ ପର୍ଯ୍ୟନ୍ତ ଶୁଣା ଯାଉଅଛି; ଏହେତୁ ମୋୟାବର ସସଜ୍ଜ ଲୋକେ ଆର୍ତ୍ତନାଦ କରୁଅଛନ୍ତି; ତାହାର ପ୍ରାଣ ତାହା ମଧ୍ୟରେ କମ୍ପିତ ହେଉଅଛି। BSB BSB: Heshbon and Elealeh cry out; their voices are heard as far as Jahaz. Therefore the soldiers of Moab cry out; their souls tremble within.
5 ULB ଆମ୍ଭର ହୃଦୟ ମୋୟାବ ପାଇଁ କ୍ରନ୍ଦନ କରୁଅଛି; ତାହାର କୁଳୀନମାନେ ସୋୟର୍ ପର୍ଯ୍ୟନ୍ତ ଇଗ୍ଲତ୍-ଶଲୀଶୀୟାକୁ ପଳାଉ ଅଛନ୍ତି; କାରଣ ସେମାନେ ରୋଦନ କରୁ କରୁ ଲୂହୀତ-ଘାଟୀ ଉପରକୁ ଯାଉଅଛନ୍ତି; ହୋରୋନୟିମ ବାଟରେ ବିନାଶ ହେତୁ ସେମାନେ ଆର୍ତ୍ତନାଦ କରୁଅଛନ୍ତି। BSB BSB: My heart cries out over Moab; her fugitives flee as far as Zoar, as far as Eglath-shelishiyah. With weeping they ascend the slope of Luhith; they lament their destruction on the road to Horonaim.
6 ULB କାରଣ ନିମ୍ରୀମର ଜଳସମୂହ ଶୂନ୍ୟ ହେବ; ତୃଣ ଶୁଷ୍କ ହୋଇଅଛି, ନବୀନ ତୃଣର ଅଭାବ ହେଉଅଛି, ହରିଦ୍ବର୍ଣ୍ଣର କିଛି ହିଁ ନାହିଁ। BSB BSB: The waters of Nimrim are dried up, and the grass is withered; the vegetation is gone, and the greenery is no more.
7 ULB ଏହେତୁ ସେମାନେ ଆପଣାମାନଙ୍କର ପ୍ରାପ୍ତ ଧନ ଓ ରକ୍ଷିତ ଦ୍ରବ୍ୟସବୁ ବାଇଶୀ ବୃକ୍ଷର ସ୍ରୋତ ନିକଟକୁ ନେଇ ଯିବେ। BSB BSB: So they carry their wealth and belongings over the Brook of the Willows.
8 ULB କାରଣ ମୋୟାବର ଚତୁର୍ଦ୍ଦିଗସ୍ଥ ସୀମାକୁ କ୍ରନ୍ଦନର ଶବ୍ଦ ଯାଇଅଛି; ତହିଁର ହାହାକାର ଇଗ୍ଲୟିମ୍ ପର୍ଯ୍ୟନ୍ତ ଓ ତହିଁର ହାହାକାର ବେରେଲୀମ୍ ପର୍ଯ୍ୟନ୍ତ ଯାଇଅଛି। BSB BSB: For their outcry echoes to the border of Moab. Their wailing reaches Eglaim; it is heard in Beer-elim.
9 ULB କାରଣ ଦୀମୋନର ଜଳସମୂହ ରକ୍ତମୟ ହୋଇଅଛି; ପୁଣି, ଆମ୍ଭେ ଦୀମୋନର ଉପରେ ଆହୁରି ଦୁଃଖ ଓ ମୋୟାବର ପଳାତକ ଲୋକ ଉପରେ ଓ ଦେଶର ଅବଶିଷ୍ଟାଂଶ ଉପରେ ଗୋଟିଏ ସିଂହ ଆଣିବା। BSB BSB: The waters of Dimon are full of blood, but I will bring more upon Dimon—a lion upon the fugitives of Moab and upon the remnant of the land.
Select verses for actions: Enter goes to them and Escape comes back.
Chapter complete
You’ve read Isaiah 15
Make Opened yours A free account keeps your place, highlights and notes on every device. Add Plus to ask Study Help about Isaiah 15, and keep Opened free for readers who can’t pay.