1 ULB ଦମ୍ମେଶକ ବିଷୟକ ଭାବବାଣୀ। ଦେଖ, ଦମ୍ମେଶକ ଆଉ ନଗର ନ ହୋଇ ଦୂରୀକୃତ ହୋଇଅଛି, ତାହା କାନ୍ଥଡ଼ାର ଢ଼ିପି ହେବ। BSB BSB: This is the burden against Damascus: “Behold, Damascus is no longer a city; it has become a heap of ruins.
2 ULB ଅରୋୟରର ନଗରସବୁ ପରିତ୍ୟକ୍ତ ହୋଇଅଛି; ସେହି ସବୁ ପଶୁପଲର ପାଇଁ ହେବ, ସେମାନେ ସେଠାରେ ଶୟନ କରିବେ, ଆଉ କେହି ସେମାନଙ୍କୁ ଭୟ ଦେଖାଇବ ନାହିଁ। BSB BSB: The cities of Aroer are forsaken; they will be left to the flocks, which will lie down with no one to fear.
3 ULB ଆହୁରି, ଇଫ୍ରୟିମରୁ ଦୁର୍ଗ ଓ ଦମ୍ମେଶକରୁ ରାଜ୍ୟ ଓ ଅରାମର ଅବଶିଷ୍ଟାଂଶ ଲୁପ୍ତ ହେବ; ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ସେହି ସବୁ ଇସ୍ରାଏଲ ସନ୍ତାନଗଣର ଗୌରବ ତୁଲ୍ୟ ହେବ। BSB BSB: The fortress will disappear from Ephraim, and the sovereignty from Damascus. The remnant of Aram will be like the splendor of the Israelites,” declares the LORD of Hosts.
4 ULB ଆଉ, ସେହି ଦିନରେ ଯାକୁବର ଗୌରବ ହ୍ରାସ କରାଯିବ ଓ ତାହାର ମାଂସର ସ୍ଥୂଳତା କ୍ଷୀଣ ହେବ; BSB BSB: “In that day the splendor of Jacob will fade, and the fat of his body will waste away,
5 ULB ଆଉ, ଯେପରି ଶସ୍ୟ କାଟିବା ଲୋକ କ୍ଷେତ୍ରସ୍ଥ ଶସ୍ୟ ସଂଗ୍ରହ କରିବା ବେଳେ ଓ ତାହାର ହସ୍ତ ଶିଷା କାଟିବା ବେଳେ, କିଅବା ଯେପରି କେହି ରଫାୟୀମ ତଳଭୂମିରେ ପତିତ ଶିଷା ସାଉଣ୍ଟିବା ବେଳେ ହୁଏ, ସେହିପରି ହେବ। BSB BSB: as the reaper gathers the standing grain and harvests the ears with his arm, as one gleans heads of grain in the Valley of Rephaim.
6 ULB ତଥାପି ଜୀତବୃକ୍ଷର ଫଳ ଝାଡ଼ି ନେଲା ଉତ୍ତାରେ ଯେପରି ତାହାର ଉଚ୍ଚତମ ଶାଖାରେ ଦୁଇ ତିନି ଗୋଟା ଫଳ ଓ ଫଳବାନ ବୃକ୍ଷର ବାହାରସ୍ଥ ଶାଖାରେ ଚାରି ପାଞ୍ଚ ଗୋଟା ଫଳ ଥାଏ,” ସେହିପରି ତାହାର କିଛି ଅବଶିଷ୍ଟ ରହିବ, ଏହା ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି। BSB BSB: Yet gleanings will remain, like an olive tree that has been beaten—two or three berries atop the tree, four or five on its fruitful branches,” declares the LORD, the God of Israel.
7 ULB ସେହି ଦିନରେ ମନୁଷ୍ୟ ଆପଣା ସୃଷ୍ଟିକର୍ତ୍ତାଙ୍କ ପ୍ରତି ଅନାଇବ ଓ ତାହାର ଚକ୍ଷୁ ଇସ୍ରାଏଲର ଧର୍ମସ୍ୱରୂପଙ୍କ ପ୍ରତି ଦୃଷ୍ଟି ରଖିବ। BSB BSB: In that day men will look to their Maker and turn their eyes to the Holy One of Israel.
8 ULB ପୁଣି, ସେ ଆପଣା ହସ୍ତକୃତ ଯଜ୍ଞବେଦିସମୂହର ପ୍ରତି ଅନାଇବ ନାହିଁ, କିଅବା ଆପଣା ଅଙ୍ଗୁଳିକୃତ ଆଶେରା ମୂର୍ତ୍ତି ଅବା ସୂର୍ଯ୍ୟ ପ୍ରତିମାସକଳର ପ୍ରତି ଦୃଷ୍ଟି ରଖିବ ନାହିଁ। BSB BSB: They will not look to the altars they have fashioned with their hands or to the Asherahs and incense altars they have made with their fingers.
9 ULB ସେହି ଦିନ ତାହାର ଦୃଢ଼ ନଗରସବୁ ଇସ୍ରାଏଲ ସନ୍ତାନଗଣର ଭୟରେ ବନସ୍ଥ ଓ ପର୍ବତର ଉପରିସ୍ଥ ପରିତ୍ୟକ୍ତ ସ୍ଥାନ ତୁଲ୍ୟ ହେବ ଓ ଦେଶ ଉଚ୍ଛିନ୍ନ ହେବ। BSB BSB: In that day their strong cities will be like forsaken thickets and summits, abandoned to the Israelites and to utter desolation.
10 ULB କାରଣ ତୁମ୍ଭେ ଆପଣା ପରିତ୍ରାଣର ପରମେଶ୍ୱରଙ୍କୁ ପାସୋରିଅଛ ଓ ଆପଣା ଶକ୍ତି ସ୍ୱରୂପ ଶୈଳ ବିଷୟରେ ମନୋଯୋଗୀ ହୋଇ ନାହଁ; ଏହେତୁ ତୁମ୍ଭେ ସୁନ୍ଦର ସୁନ୍ଦର ଚାରା ରୋପଣ କରୁଅଛ ଓ ବିଦେଶୀୟ କଲମ ସଙ୍ଗେ ତାହା ବସାଉଅଛ; BSB BSB: For you have forgotten the God of your salvation and failed to remember the Rock of your refuge. Therefore, though you cultivate delightful plots and set out cuttings from exotic vines—
11 ULB ତୁମ୍ଭେ ରୋପଣ କରିବା ଦିନ ତହିଁର ଚାରିଆଡ଼େ ବାଡ଼ ଦେଉଅଛ ଓ ପ୍ରାତଃକାଳରେ ତୁମ୍ଭେ ଆପଣା ବୀଜକୁ ପୁଷ୍ପିତ କରାଉଅଛ; ମାତ୍ର ଦୁଃଖ ଓ ପ୍ରତିକାରହୀନ ଶୋକ ସମୟରେ ଫଳ ଉଡ଼ିଯାଏ। BSB BSB: though on the day you plant you make them grow, and on that morning you help your seed sprout—yet the harvest will vanish on the day of disease and incurable pain.
12 ULB ଆଃ! ଅନେକ ଗୋଷ୍ଠୀର କୋଳାହଳ, ସେମାନେ ସମୁଦ୍ରର କଲ୍ଲୋଳର ତୁଲ୍ୟ କଲ୍ଲୋଳ ଧ୍ୱନି କରୁଅଛନ୍ତି; ନାନା ଦେଶୀୟଗଣ ମାଡ଼ି ଆସୁଅଛନ୍ତି, ସେମାନେ ପ୍ରବଳ ବଢ଼ି ପରି ମାଡ଼ି ଆସୁଅଛନ୍ତି! BSB BSB: Alas, the tumult of many peoples; they rage like the roaring seas and clamoring nations; they rumble like the crashing of mighty waters.
13 ULB ନାନା ଦେଶୀୟଗଣ, ମହା ଜଳରାଶି ମାଡ଼ି ଆସିବା ପରି ମାଡ଼ି ଆସୁଅଛନ୍ତି; ମାତ୍ର ସେ ସେମାନଙ୍କୁ ଧମକାଇବେ, ତହିଁରେ ସେମାନେ ଦୂରକୁ ପଳାଇବେ ଓ ବାୟୁ ସମ୍ମୁଖରେ ପର୍ବତସ୍ଥ ତୁଷ ତୁଲ୍ୟ ଓ ପ୍ରଚଣ୍ଡ ବାୟୁ ଅଗ୍ରତେ ଘୂର୍ଣ୍ଣାୟମାନ ଧୂଳି ତୁଲ୍ୟ ତାଡ଼ିତ ହେବେ। BSB BSB: The nations rage like the rush of many waters. He rebukes them, and they flee far away, driven before the wind like chaff on the hills, like tumbleweeds before a gale.
14 ULB ଦେଖ, ସନ୍ଧ୍ୟାକାଳେ ତ୍ରାସ ଓ ପ୍ରଭାତର ପୂର୍ବେ ସେମାନେ ନାହାନ୍ତି। ଆମ୍ଭମାନଙ୍କ ଲୁଟିତକାରୀମାନଙ୍କର ଅଂଶ ଓ ଆମ୍ଭମାନଙ୍କ ଅପହରଣକାରୀମାନଙ୍କ ବାଣ୍ଟ ଏହି। BSB BSB: In the evening, there is sudden terror! Before morning, they are no more! This is the portion of those who loot us and the lot of those who plunder us.
Select verses for actions: Enter goes to them and Escape comes back.