1 ULB ସୋର ବିଷୟକ ଭାବବାଣୀ। ହେ ତର୍ଶୀଶ୍ର ଜାହାଜସକଳ, ତୁମ୍ଭେମାନେ ହାହାକାର କର; କାରଣ ତାହା ଏପରି ଉଚ୍ଛିନ୍ନ ହେଲା ଯେ, ତହିଁ ମଧ୍ୟରେ କୌଣସି ଗୃହ ନାହିଁ, କିମ୍ବା ପ୍ରବେଶିବାର ପଥ ନାହିଁ; କିତ୍ତୀମ ଦେଶରୁ ଏହା ସେମାନଙ୍କ ପ୍ରତି ପ୍ରକାଶିତ ହେଲା। BSB BSB: This is the burden against Tyre: Wail, O ships of Tarshish, for Tyre is laid waste, without house or harbor. Word has reached them from the land of Cyprus.
2 ULB ହେ ଦ୍ୱୀପନିବାସୀମାନେ, ତୁମ୍ଭେମାନେ ନୀରବ ହୁଅ; ସମୁଦ୍ର ପାରଗାମୀ ସୀଦୋନୀୟ ବଣିକମାନେ ତୁମ୍ଭ (ଦେଶ)କୁ ପରିପୂର୍ଣ୍ଣ କଲେ। BSB BSB: Be silent, O dwellers of the coastland, you merchants of Sidon, whose traders have crossed the sea.
3 ULB ପୁଣି, ମହାଜଳରାଶିରେ ଷୀୟୋରର ବୀଜ ଓ ନୀଳ ନଦୀର ଶସ୍ୟ ତାହାର ଆୟ ଥିଲା; ପୁଣି, ତାହା ନାନା ଦେଶୀୟମାନଙ୍କର ଗଞ୍ଜ ସ୍ୱରୂପ ଥିଲା। BSB BSB: On the great waters came the grain of Shihor; the harvest of the Nile was the revenue of Tyre; she was the merchant of the nations.
4 ULB ହେ ସୀଦୋନ, ତୁମ୍ଭେ ଲଜ୍ଜିତ ହୁଅ, କାରଣ ସାଗର, ସାଗରର ଦୃଢ଼ ଦୁର୍ଗ ଏହି କଥା କହିଅଛି, “ଆମ୍ଭେ ପ୍ରସବବେଦନା ଭୋଗି ନାହୁଁ, ପ୍ରସବ କରି ନାହୁଁ କିଅବା ଯୁବକଗଣର ପ୍ରତିପାଳନ କରି ନାହୁଁ, କିମ୍ବା ଯୁବତୀଗଣର ଭରଣପୋଷଣ କରି ନାହୁଁ।” BSB BSB: Be ashamed, O Sidon, the stronghold of the sea, for the sea has spoken: “I have not been in labor or given birth. I have not raised young men or brought up young women.”
5 ULB ଏହି ସମ୍ବାଦ ମିସରରେ ଉପସ୍ଥିତ ହେଲେ, ଲୋକମାନେ ସୋର ବିଷୟକ ସମ୍ବାଦରେ ଅତ୍ୟନ୍ତ ବ୍ୟଥିତ ହେବେ। BSB BSB: When the report reaches Egypt, they will writhe in agony over the news of Tyre.
6 ULB ତୁମ୍ଭେମାନେ ପାର ହୋଇ ତର୍ଶୀଶ୍କୁ ଯାଅ; ହେ ଦ୍ୱୀପନିବାସୀମାନେ, ହାହାକାର କର। BSB BSB: Cross over to Tarshish; wail, O inhabitants of the coastland!
7 ULB ଏହି କି ତୁମ୍ଭମାନଙ୍କର ଉଲ୍ଲାସକାରିଣୀ ନଗରୀ? ଏହା ପ୍ରାଚୀନ କାଳରେ ହେଁ ପ୍ରାଚୀନ ଥିଲା; ଏହାର ଚରଣ ଦୂର ଦେଶରେ ପ୍ରବେଶ କରିବା ପାଇଁ ଏହାକୁ ନେଇଗଲା। BSB BSB: Is this your jubilant city, whose origin is from antiquity, whose feet have taken her to settle far away?
8 ULB ମୁକୁଟ ବିତରଣକାରିଣୀ ସୋରର ବଣିକମାନେ ରାଜ ତୁଲ୍ୟ, ତାହାର ମହାଜନମାନେ ପୃଥିବୀର ସମ୍ଭ୍ରାନ୍ତ ଲୋକ; ତାହାର ବିପରୀତରେ ଏହି ମନ୍ତ୍ରଣା କିଏ କରିଅଛି? BSB BSB: Who planned this against Tyre, the bestower of crowns, whose traders are princes, whose merchants are renowned on the earth?
9 ULB ସୈନ୍ୟାଧିପତି ସଦାପ୍ରଭୁ ତାହାର ଭୂଷଣର ଅହଙ୍କାର ଅଶୁଚି କରିବା ଓ ପୃଥିବୀର ସମ୍ଭ୍ରାନ୍ତ ଲୋକସମସ୍ତଙ୍କୁ ତୁଚ୍ଛନୀୟ କରିବା ନିମନ୍ତେ ଏହି ମନ୍ତ୍ରଣା କରିଅଛନ୍ତି। BSB BSB: The LORD of Hosts planned it, to defile all its glorious beauty, to disgrace all the renowned of the earth.
10 ULB ଆଗୋ ତର୍ଶୀଶ୍ର କନ୍ୟେ, ତୁମ୍ଭେ ନୀଳ ନଦୀ ତୁଲ୍ୟ ଆପଣା ଦେଶ ମଧ୍ୟ ଦେଇ ଯାଅ, ତୁମ୍ଭର କଟିବନ୍ଧନ ଆଉ ନାହିଁ। BSB BSB: Cultivate your land like the Nile, O Daughter of Tarshish; there is no longer a harbor.
11 ULB ସେ ସମୁଦ୍ର ଉପରେ ଆପଣା ହସ୍ତ ବିସ୍ତାର କରିଅଛନ୍ତି, ସେ ରାଜ୍ୟସକଳକୁ ହଲାଇ ଅଛନ୍ତି; ସଦାପ୍ରଭୁ କିଣାନର ଦୃଢ଼ ଦୁର୍ଗସବୁ ଉଚ୍ଛିନ୍ନ କରିବା ନିମନ୍ତେ ତାହାର ପ୍ରତିକୂଳରେ ଆଜ୍ଞା କରିଅଛନ୍ତି। BSB BSB: The LORD has stretched out His hand over the sea; He has made kingdoms tremble. He has given a command that the strongholds of Canaan be destroyed.
12 ULB ପୁଣି, ସେ କହିଲେ, “ଆଗୋ ସୀଦୋନର ଉପଦ୍ରୁତେ, ଅନୂଢ଼େ କନ୍ୟେ, ତୁମ୍ଭେ ଆଉ ଉଲ୍ଲାସ କରିବ ନାହିଁ, ଉଠ, ପାର ହୋଇ କିତ୍ତୀମକୁ ଯାଅ; ସେଠାରେ ସୁଦ୍ଧା ତୁମ୍ଭେ କିଛି ବିଶ୍ରାମ ପାଇବ ନାହିଁ।” BSB BSB: He said, “You shall rejoice no more, O oppressed Virgin Daughter of Sidon. Get up and cross over to Cyprus—even there you will find no rest.”
13 ULB କଲ୍ଦୀୟମାନଙ୍କର ଦେଶକୁ ଦେଖ; ଏହି ଲୋକେ ଆଉ ନାହାନ୍ତି; ବନ୍ୟ ଜନ୍ତୁଗଣ ନିମନ୍ତେ ଅଶୂରୀୟ ତାହା ନିରୂପଣ କରିଅଛି; ସେମାନେ ଦୁର୍ଗ କରି ତାହାର ଅଟ୍ଟାଳିକାସକଳ ଉତ୍ପାଟନ କଲେ; ସେ ତାହା କାନ୍ଥଡ଼ାର ଢ଼ିପି କଲା। BSB BSB: Look at the land of the Chaldeans—a people now of no account. The Assyrians destined it for the desert creatures; they set up their siege towers and stripped its palaces. They brought it to ruin.
14 ULB ହେ ତର୍ଶୀଶ୍ର ଜାହାଜସମୂହ, ହାହାକାର କର, କାରଣ ତୁମ୍ଭମାନଙ୍କର ଦୃଢ଼ ଦୁର୍ଗ ଉଚ୍ଛିନ୍ନ ହେଲା। BSB BSB: Wail, O ships of Tarshish, for your harbor has been destroyed!
15 ULB ସେହି ଦିନ ଏପରି ଘଟିବ ଯେ, ଏକ ରାଜାର ଅଧିକାରର ସମୟ ପ୍ରମାଣେ ସୋର ସତୁରି ବର୍ଷ ପର୍ଯ୍ୟନ୍ତ ବିସ୍ମୃତ ହେବ; ସତୁରି ବର୍ଷ ଶେଷ ହେଲା ଉତ୍ତାରେ ବେଶ୍ୟାର ଗୀତ ଅନୁଯାୟୀ ସୋର ପ୍ରତି ଘଟିବ। BSB BSB: At that time Tyre will be forgotten for seventy years—the span of a king’s life. But at the end of seventy years, it will happen to Tyre as in the song of the harlot:
16 ULB ହେ ବିସ୍ମୃତ ବେଶ୍ୟେ, ବୀଣା ନେଇ ନଗର ଭ୍ରମଣ କର; ତୁମ୍ଭେ ଯେପରି ସ୍ମୃତିପଥରେ ଆସିବ, ଏଥିପାଇଁ ମଧୁର ତାଳରେ ବଜାଅ, ଅନେକ ଗୀତ ଗାଅ। BSB BSB: “Take up your harp, stroll through the city, O forgotten harlot. Make sweet melody, sing many a song, so you will be remembered.”
17 ULB ଆହୁରି, ସତୁରି ବର୍ଷ ସମାପ୍ତ ହେଲା ଉତ୍ତାରେ ସଦାପ୍ରଭୁ ସୋରର ତତ୍ତ୍ୱ ଅନୁସନ୍ଧାନ କରିବେ, ତହୁଁ ସେ ଆପଣା ଭଡ଼ାଟୀୟା ବୃତ୍ତିକୁ ଫେରିବ, ପୁଣି, ଭୂମଣ୍ଡଳରେ ସର୍ବତ୍ର ପୃଥିବୀସ୍ଥ ସକଳ ରାଜ୍ୟ ସଙ୍ଗେ ବେଶ୍ୟା ବୃତ୍ତି କରିବ। BSB BSB: And at the end of seventy years, the LORD will restore Tyre. Then she will return to hire as a prostitute and sell herself to all the kingdoms on the face of the earth.
18 ULB ଆଉ, ତାହାର ବାଣିଜ୍ୟ ଓ ଭଡ଼ା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ତାହା ଭଣ୍ଡାରରେ ରଖାଯିବ ନାହିଁ କି ସଞ୍ଚୟ କରାଯିବ ନାହିଁ; କାରଣ ଯେଉଁମାନେ ସଦାପ୍ରଭୁଙ୍କ ସମ୍ମୁଖରେ ବାସ କରନ୍ତି, ସେମାନଙ୍କର ଯଥେଷ୍ଟ ଭକ୍ଷ୍ୟ ଓ ଚିରସ୍ଥାୟୀ ବସ୍ତ୍ର ନିମନ୍ତେ ତାହାର ବାଣିଜ୍ୟ ହେବ। BSB BSB: Yet her profits and wages will be set apart to the LORD; they will not be stored or saved, for her profit will go to those who live before the LORD, for abundant food and fine clothing.
Select verses for actions: Enter goes to them and Escape comes back.