1 ULB ଦେଖ, ସଦାପ୍ରଭୁ ପୃଥିବୀକୁ ଶୂନ୍ୟ ଓ ଉଜାଡ଼ କରୁଅଛନ୍ତି, ଆଉ ତାହା ଓଲଟାଇ ତହିଁର ନିବାସୀମାନଙ୍କୁ ଛିନ୍ନଭିନ୍ନ କରୁଅଛନ୍ତି। BSB BSB: Behold, the LORD lays waste the earth and leaves it in ruins. He will twist its surface and scatter its inhabitants—
2 ULB ତହିଁରେ ଯେପରି ଲୋକମାନଙ୍କର, ସେହିପରି ଯାଜକର; ଯେପରି ଦାସର, ସେହିପରି ତାହାର କର୍ତ୍ତାର; ଯେପରି ଦାସୀର, ସେହିପରି ତାହାର କର୍ତ୍ତ୍ରୀର; ଯେପରି କ୍ରୟକାରୀର, ସେହିପରି ବିକ୍ରୟକାରୀର; ଯେପରି ମହାଜନର, ସେହିପରି ଖାତକର; ଯେପରି ସୁଧଗ୍ରାହୀର, ସେହିପରି ସୁଧଦାତାର ପ୍ରତି ଘଟିବ। BSB BSB: people and priest alike, servant and master, maid and mistress, buyer and seller, lender and borrower, creditor and debtor.
3 ULB ପୃଥିବୀ ସମ୍ପୂର୍ଣ୍ଣ ରୂପେ ଶୂନ୍ୟ ଓ ସମ୍ପୂର୍ଣ୍ଣ ରୂପେ ଲୁଟିତ ହେବ; କାରଣ ସଦାପ୍ରଭୁ ଏହି କଥା କହିଅଛନ୍ତି। BSB BSB: The earth will be utterly laid waste and thoroughly plundered. For the LORD has spoken this word.
4 ULB ପୃଥିବୀ ଶୋକ କରି ନିସ୍ତେଜ ହେଉଅଛି, ଜଗତ ମ୍ଳାନ ହୋଇ ନିସ୍ତେଜ ହେଉଅଛି, ପୃଥିବୀର ଉଚ୍ଚ ଲୋକମାନେ ମ୍ଳାନ ହୁଅନ୍ତି। BSB BSB: The earth mourns and withers; the world languishes and fades; the exalted of the earth waste away.
5 ULB ପୃଥିବୀ ତନ୍ନିବାସୀମାନଙ୍କ ପଦ ତଳେ ଅପବିତ୍ର ହୋଇଅଛି, କାରଣ ସେମାନେ ବ୍ୟବସ୍ଥାସବୁ ଲଙ୍ଘନ କରିଅଛନ୍ତି, ବିଧି ଅନ୍ୟଥା କରିଅଛନ୍ତି, ଅନନ୍ତକାଳସ୍ଥାୟୀ ନିୟମ ଭାଙ୍ଗିଅଛନ୍ତି। BSB BSB: The earth is defiled by its people; they have transgressed the laws; they have overstepped the decrees and broken the everlasting covenant.
6 ULB ଏହେତୁ ଅଭିଶାପ ପୃଥିବୀକୁ ଗ୍ରାସ କରିଅଛି ଓ ତନ୍ନିବାସୀଗଣ ଅପରାଧୀ ହୋଇଅଛନ୍ତି; ତହିଁ ନିମନ୍ତେ ପୃଥିବୀ ନିବାସୀମାନେ ଦଗ୍ଧ ହୋଇଅଛନ୍ତି ଓ ଅଳ୍ପ ଲୋକ ଅବଶିଷ୍ଟ ଅଛନ୍ତି। BSB BSB: Therefore a curse has consumed the earth, and its inhabitants must bear the guilt; the earth’s dwellers have been burned, and only a few survive.
7 ULB ନୂତନ ଦ୍ରାକ୍ଷାରସ ଶୋକ କରୁଅଛି, ଦ୍ରାକ୍ଷାଲତା ମ୍ଳାନ ହେଉଅଛି, ପ୍ରଫୁଲ୍ଲଚିତ୍ତ ସମସ୍ତେ ଦୀର୍ଘ ନିଶ୍ୱାସ ଛାଡ଼ୁଅଛନ୍ତି। BSB BSB: The new wine dries up, the vine withers. All the merrymakers now groan.
8 ULB ତବଲାର ଆମୋଦ ନିବୃତ୍ତ ହେଉଅଛି, ଉଲ୍ଲାସକାରୀମାନଙ୍କର ଧ୍ୱନି ଶେଷ ହେଉଅଛି, ବୀଣାର ଆନନ୍ଦ ନିବୃତ୍ତ ହେଉଅଛି। BSB BSB: The joyful tambourines have ceased; the noise of revelers has stopped; the joyful harp is silent.
9 ULB ଲୋକମାନେ ଗାନ ସହକାରେ ଦ୍ରାକ୍ଷାରସ ପାନ କରିବେ ନାହିଁ; ସୁରାପାୟୀମାନଙ୍କୁ ସୁରା ତିକ୍ତ ଲାଗିବ। BSB BSB: They no longer sing and drink wine; strong drink is bitter to those who consume it.
10 ULB ନିର୍ଜନ ନଗର ଭଗ୍ନ ହୋଇଅଛି; କୌଣସି ମନୁଷ୍ୟ ଯେପରି ଭିତରକୁ ଯାଇ ନ ପାରିବ, ଏଥିପାଇଁ ପ୍ରତ୍ୟେକ ଗୃହ ରୁଦ୍ଧ ହୋଇଅଛି। BSB BSB: The city of chaos is shattered; every house is closed to entry.
11 ULB ଦ୍ରାକ୍ଷାରସ ସକାଶେ ସଡ଼କରେ ଚିତ୍କାର ହୁଏ; ସବୁ ପ୍ରକାର ଆନନ୍ଦ ଅନ୍ଧକାରାଚ୍ଛନ୍ନ ହୋଇଅଛି, ଦେଶର ଆମୋଦ ଯାଇଅଛି। BSB BSB: In the streets they cry out for wine. All joy turns to gloom; rejoicing is exiled from the land.
12 ULB ନଗରରେ ଧ୍ୱଂସତା ମାତ୍ର ଅବଶିଷ୍ଟ ଥାଏ ଓ ଦ୍ୱାର ଭଗ୍ନ ହୋଇ ବିନଷ୍ଟ ହୋଇଅଛି। BSB BSB: The city is left in ruins; its gate is reduced to rubble.
13 ULB କାରଣ ଯେପରି ଜୀତବୃକ୍ଷ ଝାଡ଼ିବା ବେଳେ ହୁଏ ଓ ଦ୍ରାକ୍ଷାଫଳ ସଂଗ୍ରହ ଉତ୍ତାରେ ଯେପରି ଦ୍ରାକ୍ଷା ସାଉଁଟିବାର ହୁଏ, ସେହିପରି ପୃଥିବୀସ୍ଥ ଗୋଷ୍ଠୀୟମାନଙ୍କ ମଧ୍ୟରେ ଘଟିବ। BSB BSB: So will it be on the earth and among the nations, like a harvested olive tree, like a gleaning after a grape harvest.
14 ULB ଏମାନେ ଉଚ୍ଚ ରବ କରିବେ, ଏମାନେ ଆନନ୍ଦଧ୍ୱନି କରିବେ; ସଦାପ୍ରଭୁଙ୍କର ମହିମା ସକାଶୁ ସେମାନେ ସମୁଦ୍ରରୁ ଉଚ୍ଚ ଧ୍ୱନି କରିବେ। BSB BSB: They raise their voices, they shout for joy; from the west they proclaim the majesty of the LORD.
15 ULB ଏହେତୁ ତୁମ୍ଭେମାନେ ପୂର୍ବଦେଶରେ ସଦାପ୍ରଭୁଙ୍କର, ଅର୍ଥାତ୍, ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ନାମର ଗୌରବ ସମୁଦ୍ରର ଦ୍ୱୀପସମୂହରେ ପ୍ରକାଶ କର। BSB BSB: Therefore glorify the LORD in the east. Extol the name of the LORD, the God of Israel in the islands of the sea.
16 ULB ଧାର୍ମିକମାନେ ଶୋଭା ପାଆନ୍ତି, ଏହି ଗାନ ଆମ୍ଭେମାନେ ପୃଥିବୀର ପ୍ରାନ୍ତ ସୀମାରୁ ଶୁଣିଅଛୁ। ମାତ୍ର ମୁଁ କହିଲି, “ମୁଁ କ୍ଷୀଣ ହେଉଅଛି, ମୁଁ କ୍ଷୀଣ ହେଉଅଛି! ମୁଁ ସନ୍ତାପର ପାତ୍ର!” ବିଶ୍ୱାସଘାତକମାନେ ବିଶ୍ୱାସଘାତକତା କରିଅଛନ୍ତି; ହଁ, ବିଶ୍ୱାସଘାତକମାନେ ଅତିଶୟ ବିଶ୍ୱାସଘାତକତା କରିଅଛନ୍ତି।” BSB BSB: From the ends of the earth we hear singing: “Glory to the Righteous One.” But I said, “I am wasting away! I am wasting away! Woe is me.” The treacherous betray; the treacherous deal in treachery.
17 ULB ହେ ପୃଥିବୀନିବାସୀ ଲୋକ, ତୁମ୍ଭ ନିମନ୍ତେ ଭୟ, ଗର୍ତ୍ତ ଓ ଫାନ୍ଦ ପ୍ରସ୍ତୁତ ଅଛି। BSB BSB: Terror and pit and snare await you, O dweller of the earth.
18 ULB ଆଉ, ଏପରି ଘଟିବ, କେହି ଯଦି ଭୟର ଶବ୍ଦରୁ ପଳାଏ, ସେ ଗର୍ତ୍ତରେ ପଡ଼ିବ; କେହି ଗର୍ତ୍ତ ମଧ୍ୟରୁ ଉଠି ଆସିଲେ, ସେ ଫାନ୍ଦରେ ଧରା ଯିବ; କାରଣ ଉର୍ଦ୍ଧ୍ୱସ୍ଥ ଝରକାସବୁ ମୁକ୍ତ ଅଛି ଓ ପୃଥିବୀର ମୂଳସବୁ କମ୍ପମାନ ହେଉଅଛି। BSB BSB: Whoever flees the sound of panic will fall into the pit, and whoever climbs from the pit will be caught in the snare. For the windows of heaven are open, and the foundations of the earth are shaken.
19 ULB ପୃଥିବୀ ନିତାନ୍ତ ବିଦୀର୍ଣ୍ଣ ହେଉଅଛି, ପୃଥିବୀ ନିତାନ୍ତ ତରଳି ଯାଇଅଛି, ପୃଥିବୀ ଅତିଶୟ ବିଚଳିତ ହୋଇଅଛି। BSB BSB: The earth is utterly broken apart, the earth is split open, the earth is shaken violently.
20 ULB ପୃଥିବୀ ମତ୍ତ ଲୋକ ପରି ଟଳଟଳ ହେବ ଓ କୁଡ଼ିଆ ଘର ପରି ଏଣେତେଣେ ଦୋହଲିବ; ଆଉ, ତାହାର ଅପରାଧ ତାହା ଉପରେ ଭାରୀ ହେବ, ତହିଁରେ ସେ ପଡ଼ିବ, ଆଉ ଉଠିବ ନାହିଁ। BSB BSB: The earth staggers like a drunkard and sways like a shack. Earth’s rebellion weighs it down, and it falls, never to rise again.
21 ULB ପୁଣି, ସେହି ଦିନ ସଦାପ୍ରଭୁ ଉର୍ଦ୍ଧ୍ୱରେ ଉର୍ଦ୍ଧ୍ୱସ୍ଥମାନଙ୍କର ସୈନ୍ୟସାମନ୍ତକୁ ଓ ଭୂମଣ୍ଡଳରେ ଭୂମଣ୍ଡଳସ୍ଥ ରାଜାଗଣଙ୍କୁ ପ୍ରତିଫଳ ଦେବେ। BSB BSB: In that day the LORD will punish the host of heaven above and the kings of the earth below.
22 ULB ତହିଁରେ ଯେପରି ବନ୍ଦୀମାନେ କୂପରେ ଏକତ୍ରୀକୃତ ହୁଅନ୍ତି, ସେହିପରି ସେମାନେ ଏକତ୍ରୀକୃତ ହୋଇ ବନ୍ଦୀଗୃହରେ ରୁଦ୍ଧ ହେବେ, ପୁଣି, ଅନେକ ଦିନ ଉତ୍ତାରେ ସେମାନଙ୍କର ତତ୍ତ୍ୱାନୁସନ୍ଧାନ କରାଯିବ। BSB BSB: They will be gathered together like prisoners in a pit. They will be confined to a dungeon and punished after many days.
23 ULB ସେତେବେଳେ ଚନ୍ଦ୍ର ଅପ୍ରସ୍ତୁତ ଓ ସୂର୍ଯ୍ୟ ଲଜ୍ଜିତ ହେବ; କାରଣ ସୈନ୍ୟାଧିପତି ସଦାପ୍ରଭୁ ସିୟୋନ ପର୍ବତରେ, ଯିରୂଶାଲମରେ ଓ ତାହାଙ୍କ ପ୍ରାଚୀନବର୍ଗର ସମ୍ମୁଖରେ ମହାପ୍ରତାପରେ ରାଜତ୍ୱ କରିବେ। BSB BSB: The moon will be confounded and the sun will be ashamed; for the LORD of Hosts will reign on Mount Zion and in Jerusalem, and before His elders with great glory.
Select verses for actions: Enter goes to them and Escape comes back.