1 ULB ସଦାପ୍ରଭୁ କହନ୍ତି, “ଯେଉଁ ବିଦ୍ରୋହୀ ସନ୍ତାନଗଣ” ମନ୍ତ୍ରଣା କରନ୍ତି, ମାତ୍ର “ଆମ୍ଭ ଦ୍ୱାରା ନୁହେଁ; ପୁଣି, ଯେଉଁମାନେ ପାପ ଉପରେ ପାପ କରିବା ନିମନ୍ତେ ଆଚ୍ଛାଦନରେ ଆଚ୍ଛାଦନ କରନ୍ତି, ମାତ୍ର ଆମ୍ଭ ଆତ୍ମାଙ୍କ ଦ୍ୱାରା ନୁହେଁ, ସେମାନେ ସନ୍ତାପର ପାତ୍ର! BSB BSB: “Woe to the rebellious children,” declares the LORD, “to those who carry out a plan that is not Mine, who form an alliance, but against My will, heaping up sin upon sin.
2 ULB ସେମାନେ ଆମ୍ଭକୁ ନ ପଚାରି ଫାରୋର ବଳରେ ଆପଣାମାନଙ୍କୁ ବଳିଷ୍ଠ କରିବାକୁ ଓ ମିସରର ଛାୟାରେ ଆଶ୍ରୟ ନେବାକୁ ମିସରକୁ ଯିବା ନିମନ୍ତେ ଯାତ୍ରା କରୁଅଛନ୍ତି। BSB BSB: They set out to go down to Egypt without asking My advice, to seek shelter under Pharaoh’s protection and take refuge in Egypt’s shade.
3 ULB ଏହେତୁ ଫାରୋର ବଳ ତୁମ୍ଭମାନଙ୍କର ଲଜ୍ଜାଜନକ ହେବ ଓ ମିସରର ଛାୟାରେ ଆଶ୍ରୟ ନେବା ତୁମ୍ଭମାନଙ୍କର ଅପମାନଜନକ ହେବ। BSB BSB: But Pharaoh’s protection will become your shame, and the refuge of Egypt’s shade your disgrace.
4 ULB କାରଣ ତାହାର ଅଧିପତିମାନେ ସୋୟନରେ ଅଛନ୍ତି ଓ ତାହାର ରାଜଦୂତଗଣ ହାନେଷକୁ ଆସିଅଛନ୍ତି। BSB BSB: For though their princes are at Zoan and their envoys have arrived in Hanes,
5 ULB ଯେଉଁ ଗୋଷ୍ଠୀ ସେମାନଙ୍କର ଉପକାର କରି ନ ପାରନ୍ତି, ସେମାନଙ୍କ ବିଷୟରେ ସେସମସ୍ତେ ଲଜ୍ଜିତ ହେବେ, ସେ ଗୋଷ୍ଠୀ ସାହାଯ୍ୟକାରୀ କିମ୍ବା ଉପକାରଜନକ ନୁହନ୍ତି, ମାତ୍ର ଲଜ୍ଜା ଓ ଦୁର୍ନାମ ସ୍ୱରୂପ ଅଟନ୍ତି।” BSB BSB: everyone will be put to shame because of a people useless to them. They bring neither help nor benefit, but only shame and disgrace.”
6 ULB ଦକ୍ଷିଣର ପଶୁଗଣ ବିଷୟକ ଭବିଷ୍ୟତ ବାଣୀ। ଯେଉଁ ସ୍ଥାନରୁ ଯୁବା ଓ ବୃଦ୍ଧ ସିଂହ, କାଳସର୍ପ ଓ ଉଡ୍ଡୀୟମାନ ଅଗ୍ନିମୟ ସର୍ପ ଆସନ୍ତି, ଏପରି ସଙ୍କଟ ଓ ଯନ୍ତ୍ରଣାମୟ ଦେଶ ଦେଇ ଯେଉଁମାନଙ୍କ ଦ୍ୱାରା ସେମାନଙ୍କର ଉପକାର ହେବ ନାହିଁ, ଏପରି ଏକ ଗୋଷ୍ଠୀ ନିକଟକୁ, ସେମାନେ ଯୁବା ଗର୍ଦ୍ଦଭଗଣର ସ୍କନ୍ଧରେ ଆପଣାମାନଙ୍କର ଧନ ଓ ଉଷ୍ଟ୍ରଗଣର କୁବ୍ଜା ଉପରେ ଆପଣାମାନଙ୍କର ସମ୍ପତ୍ତି ବହି ନିଅନ୍ତି। BSB BSB: This is the burden against the beasts of the Negev: Through a land of hardship and distress, of lioness and lion, of viper and flying serpent, they carry their wealth on the backs of donkeys and their treasures on the humps of camels, to a people of no profit to them.
7 ULB କାରଣ ମିସର ମିଥ୍ୟା ଓ ବୃଥାରେ ସାହାଯ୍ୟ କରେ; ଏଥିପାଇଁ ଆମ୍ଭେ ତାହାକୁ ନିଷ୍କର୍ମରେ ଉପବିଷ୍ଟ ରାହବ ବୋଲି ନାମ ଦେଇଅଛୁ। BSB BSB: Egypt’s help is futile and empty; therefore I have called her Rahab Who Sits Still.
8 ULB ଏବେ ଯାଅ, ସେମାନଙ୍କ ସାକ୍ଷାତରେ ଏକ ଫଳକରେ ତାହା ଲେଖ ଓ ତାହା ଯେପରି ଆସନ୍ତା କାଳ ନିମନ୍ତେ, ଅନନ୍ତ କାଳ ପର୍ଯ୍ୟନ୍ତ ରହିବ, ଏଥିପାଇଁ ଏକ ନଳାକାର ପୁସ୍ତକରେ ତାହା ଲିପିବଦ୍ଧ କର। BSB BSB: Go now, write it on a tablet in their presence and inscribe it on a scroll; it will be for the days to come, a witness forever and ever.
9 ULB କାରଣ ସେମାନେ ବିଦ୍ରୋହୀ ଗୋଷ୍ଠୀ, ମିଥ୍ୟାବାଦୀ ସନ୍ତାନ, ସେମାନେ ସଦାପ୍ରଭୁଙ୍କ ବ୍ୟବସ୍ଥା ଶୁଣିବାକୁ ଅସମ୍ମତ ସନ୍ତାନ; BSB BSB: These are rebellious people, deceitful children, children unwilling to obey the LORD’s instruction.
10 ULB ସେମାନେ ଦର୍ଶକଗଣକୁ କହନ୍ତି, “ତୁମ୍ଭେମାନେ ଦର୍ଶନ କର ନାହିଁ” ଓ ଭବିଷ୍ୟଦ୍ବକ୍ତାଗଣଙ୍କୁ କହନ୍ତି, “ତୁମ୍ଭେମାନେ ଆମ୍ଭମାନଙ୍କ ନିକଟରେ ଯଥାର୍ଥ ବାକ୍ୟ ପ୍ରଚାର କର ନାହିଁ, ଆମ୍ଭମାନଙ୍କୁ କୋମଳ କଥା କୁହ ଓ ଭ୍ରାନ୍ତିଜନକ ବାକ୍ୟ ପ୍ରଚାର କର; BSB BSB: They say to the seers, “Stop seeing visions!” and to the prophets, “Do not prophesy to us the truth! Speak to us pleasant words; prophesy illusions.
11 ULB ତୁମ୍ଭେମାନେ ପଥରୁ ବାହାରି ଯାଅ, ବାଟ ଛାଡ଼ି ଦିଅ, ଇସ୍ରାଏଲର ଧର୍ମସ୍ୱରୂପଙ୍କୁ ଆମ୍ଭମାନଙ୍କ ସମ୍ମୁଖରୁ ଦୂର କରାଅ।” BSB BSB: Get out of the way; turn off the road. Rid us of the Holy One of Israel!”
12 ULB ଏହେତୁ ଇସ୍ରାଏଲର ଧର୍ମସ୍ୱରୂପ ଏହି କଥା କହନ୍ତି, “ତୁମ୍ଭେମାନେ ଏହି ବାକ୍ୟ ତୁଚ୍ଛ କରୁଅଛ, ପୁଣି, ଉପଦ୍ରବ ଓ କୁଟିଳତାରେ ବିଶ୍ୱାସ କରି ତହିଁ ଉପରେ ନିର୍ଭର ରଖୁଅଛ; BSB BSB: Therefore this is what the Holy One of Israel says: “Because you have rejected this message, trusting in oppression and relying on deceit,
13 ULB ଏଥିପାଇଁ ଉଚ୍ଚ ଭିତ୍ତିର ପତନଶୀଳ ଯେଉଁ ଟୋଲା ଫାଟ, ହଠାତ୍ ଏକାବେଳେ ଭାଙ୍ଗି ପଡ଼େ, ତାହାରି ତୁଲ୍ୟ ଏହି ଅପରାଧ ତୁମ୍ଭମାନଙ୍କ ପ୍ରତି ହେବ।” BSB BSB: this iniquity of yours is like a breach about to fail, a bulge in a high wall, whose collapse will come suddenly—in an instant!
14 ULB ପୁଣି, ଯେପରି କୁମ୍ଭକାରର ପାତ୍ର ଭଙ୍ଗାଯାଏ, ସେହିପରି ସେ କିଛି ଦୟା ନ କରି ତାହା ଚୂର୍ଣ୍ଣ କରି ଭାଙ୍ଗି ପକାଇବେ; ତହିଁରେ ଚୁଲ୍ଲୀରୁ ଅଗ୍ନି କିଅବା କୁଣ୍ଡରୁ ଜଳ ନେବା ଭଳି ଖଣ୍ଡେ ଖପରା ହିଁ ତହିଁରୁ ମିଳିବ ନାହିଁ। BSB BSB: It will break in pieces like a potter’s jar, shattered so that no fragment can be found. Not a shard will be found in the dust large enough to scoop the coals from a hearth or to skim the water from a cistern.”
15 ULB କାରଣ ପ୍ରଭୁ, ସଦାପ୍ରଭୁ ଇସ୍ରାଏଲର ଧର୍ମସ୍ୱରୂପ କହିଲେ, “ଫେରିଲେ ଓ ଶାନ୍ତ ହେଲେ ତୁମ୍ଭେମାନେ ପରିତ୍ରାଣ ପାଇବ; ସୁସ୍ଥିରତା ଓ ବିଶ୍ୱାସରେ ତୁମ୍ଭମାନଙ୍କର ବଳ ହେବ, ପୁଣି, ତୁମ୍ଭେମାନେ ଅସମ୍ମତ ହେଲ। BSB BSB: For the Lord GOD, the Holy One of Israel, has said: “By repentance and rest you would be saved; your strength would lie in quiet confidence—but you were not willing.”
16 ULB ମାତ୍ର ତୁମ୍ଭେମାନେ କହିଲ, ନା, ଆମ୍ଭେମାନେ ଅଶ୍ୱରେ ପଳାଇବୁ; ଏଥିପାଇଁ ତୁମ୍ଭେମାନେ ପଳାତକ ହେବ; ଆଉ କହିଲ, ଆମ୍ଭେମାନେ ଦ୍ରୁତଗାମୀ ବାହନରେ ଚଢ଼ିବା; ଏଥିପାଇଁ ତୁମ୍ଭମାନଙ୍କ ପଶ୍ଚାତ୍ ଗୋଡ଼ାଇବା ଲୋକମାନେ ଦ୍ରୁତଗାମୀ ହେବେ। BSB BSB: “No,” you say, “we will flee on horses.” Therefore you will flee! “We will ride swift horses,” but your pursuers will be faster.
17 ULB ଏକ ଜଣର ଧମକରେ ସହସ୍ର ଲୋକ ପଳାୟନ କରିବେ; ପାଞ୍ଚ ଜଣର ଧମକରେ ତୁମ୍ଭେମାନେ ପଳାୟନ କରିବ; ତହିଁରେ ତୁମ୍ଭେମାନେ ପର୍ବତର ଶୃଙ୍ଗରେ ଏକ ଚିହ୍ନ ସ୍ୱରୂପ ଓ ଉପପର୍ବତରେ ପତାକାର ଦଣ୍ଡ ସ୍ୱରୂପ ହୋଇ ଅବଶିଷ୍ଟ ରହିବ।” BSB BSB: A thousand will flee at the threat of one; at the threat of five you will all flee, until you are left alone like a pole on a mountaintop, like a banner on a hill.
18 ULB ପୁଣି, ତହିଁ ସକାଶୁ ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ କରିବା ପାଇଁ ଅପେକ୍ଷା କରିବେ, ଆଉ ତହିଁ ସକାଶୁ ତୁମ୍ଭମାନଙ୍କ ପ୍ରତି ଦୟା କରିବା ନିମନ୍ତେ ସେ ଉନ୍ନତ ହେବେ; କାରଣ ସଦାପ୍ରଭୁ ନ୍ୟାୟ ବିଚାରକାରୀ ପରମେଶ୍ୱର ଅଟନ୍ତି; ଯେଉଁମାନେ ତାହାଙ୍କ ପାଇଁ ଅପେକ୍ଷା କରନ୍ତି, ସେସମସ୍ତେ ଧନ୍ୟ। BSB BSB: Therefore the LORD longs to be gracious to you; therefore He rises to show you compassion, for the LORD is a just God. Blessed are all who wait for Him.
19 ULB ଲୋକମାନେ ସିୟୋନରେ, ଯିରୂଶାଲମରେ ବାସ କରିବେ; ତୁମ୍ଭେ ଆଉ ରୋଦନ କରିବ ନାହିଁ; ତୁମ୍ଭର କ୍ରନ୍ଦନ ରବରେ ସେ ଅବଶ୍ୟ ତୁମ୍ଭକୁ ଅନୁଗ୍ରହ କରିବେ; ସେ ଶୁଣିବା ମାତ୍ରେ ତୁମ୍ଭକୁ ଉତ୍ତର ଦେବେ। BSB BSB: O people in Zion who dwell in Jerusalem, you will weep no more. He will surely be gracious when you cry for help; when He hears, He will answer you.
20 ULB ପୁଣି, ଯଦ୍ୟପି ପ୍ରଭୁ ତୁମ୍ଭମାନଙ୍କୁ ଦୁଃଖରୂପ ଖାଦ୍ୟ ଓ କ୍ଲେଶରୂପ ଜଳ ଦିଅନ୍ତି, ତଥାପି ତୁମ୍ଭମାନଙ୍କର ଶିକ୍ଷକଗଣ ଆଉ ଗୁପ୍ତ ରହିବେ ନାହିଁ, ମାତ୍ର ତୁମ୍ଭର ଚକ୍ଷୁ ତୁମ୍ଭ ଶିକ୍ଷକଗଣକୁ ଦେଖିବ। BSB BSB: The Lord will give you the bread of adversity and the water of affliction, but your Teacher will no longer hide Himself—with your own eyes you will see Him.
21 ULB ପୁଣି, ଦକ୍ଷିଣରେ କିମ୍ବା ବାମରେ ଫେରିବା ବେଳେ ତୁମ୍ଭର କର୍ଣ୍ଣ ତୁମ୍ଭ ପଛଆଡ଼ୁ ଏହି କଥା ଶୁଣିବ, “ପଥ ଏହି, ଏଥିରେ ହିଁ ତୁମ୍ଭେମାନେ ଗମନ କର।” BSB BSB: And whether you turn to the right or to the left, your ears will hear this command behind you: “This is the way. Walk in it.”
22 ULB ଆଉ, ତୁମ୍ଭେମାନେ ଆପଣାର ରୌପ୍ୟ ପ୍ରତିମାଗଣର ମଣ୍ଡନ ଓ ଛାଞ୍ଚରେ ଢଳା ସ୍ୱର୍ଣ୍ଣ ପ୍ରତିମାଗଣର ଆଭରଣ ଅଶୁଚି କରିବ; ତୁମ୍ଭେ ସେହି ସବୁକୁ ଅଶୁଚି ବସ୍ତୁ ତୁଲ୍ୟ ପକାଇ ଦେବ; ତୁମ୍ଭେ କହିବ, “ଏଠାରୁ ବାହାରି ଯାଅ।” BSB BSB: So you will desecrate your silver-plated idols and your gold-plated images. You will throw them away like menstrual cloths, saying to them, “Be gone!”
23 ULB ପୁଣି, ଭୂମିରେ ବୁଣିବା ନିମନ୍ତେ ସେ ତୁମ୍ଭ ବୀଜ ପାଇଁ ବୃଷ୍ଟି ଦେବେ; ଭୂମ୍ୟୁତ୍ପନ୍ନ ଭକ୍ଷ୍ୟ ଦେବେ ଓ ତାହା ଉତ୍ତମ ଓ ପ୍ରଚୁର ହେବ; ସେହି ଦିନରେ ତୁମ୍ଭ ପଶୁପଲ ପ୍ରଶସ୍ତ ଚରାସ୍ଥାନରେ ଚରିବେ। BSB BSB: Then He will send rain for the seed that you have sown in the ground, and the food that comes from your land will be rich and plentiful. On that day your cattle will graze in open pastures.
24 ULB ମଧ୍ୟ ଭୂମି ଚାଷକାରୀ ବଳଦ, ଯୁବା ଗର୍ଦ୍ଦଭମାନେ ଚାଲୁଣୀ ଓ କୁଲାରେ ଝଡ଼ା ସୁମିଶ୍ରିତ ଶସ୍ୟାଦି ଖାଇବେ। BSB BSB: The oxen and donkeys that work the ground will eat salted fodder, winnowed with shovel and pitchfork.
25 ULB ଆଉ, ଯେଉଁ ମହାହତ୍ୟା ଦିନରେ ଦୁର୍ଗସବୁ ପତିତ ହେବ, ସେହି ଦିନରେ ପ୍ରତ୍ୟେକ ଉଚ୍ଚ ପର୍ବତରେ, ପ୍ରତ୍ୟେକ ଉଚ୍ଚ ଗିରିରେ ନଦୀ ଓ ଜଳସ୍ରୋତ ହେବ। BSB BSB: And from every high mountain and every raised hill, streams of water will flow in the day of great slaughter, when the towers fall.
26 ULB ଆହୁରି, ଯେଉଁ ଦିନ ସଦାପ୍ରଭୁ ଆପଣା ଲୋକମାନଙ୍କର ଆଘାତ ସ୍ଥାନ ବାନ୍ଧିବେ ଓ ପ୍ରହାରଜାତ ସେମାନଙ୍କ କ୍ଷତ ସୁସ୍ଥ କରିବେ, ସେହି ଦିନରେ ଚନ୍ଦ୍ରମାର ଦୀପ୍ତି ସୂର୍ଯ୍ୟର ଦୀପ୍ତି ତୁଲ୍ୟ ହେବ, ଆଉ ସୂର୍ଯ୍ୟର ଦୀପ୍ତି ସାତ ଦିନର ଦୀପ୍ତି ତୁଲ୍ୟ ସପ୍ତଗୁଣ ହେବ। BSB BSB: The light of the moon will be as bright as the sun, and the light of the sun will be seven times brighter—like the light of seven days—on the day that the LORD binds up the brokenness of His people and heals the wounds He has inflicted.
27 ULB ଦେଖ, ସଦାପ୍ରଭୁଙ୍କର ନାମ ତାହାଙ୍କ କ୍ରୋଧରେ ପ୍ରଜ୍ୱଳିତ ଓ ନିବିଡ଼ ଧୂମରାଶି ହୋଇ ଦୂରରୁ ଆସୁଅଛି; ତାହାଙ୍କର ଓଷ୍ଠାଧର କ୍ରୋଧରେ ପରିପୂର୍ଣ୍ଣ ଓ ତାହାଙ୍କର ଜିହ୍ୱା ସର୍ବଗ୍ରାସକ ଅଗ୍ନି ତୁଲ୍ୟ; BSB BSB: Behold, the Name of the LORD comes from afar, with burning anger and dense smoke. His lips are full of fury, and His tongue is like a consuming fire.
28 ULB ପୁଣି, ତାହାଙ୍କର ଶ୍ୱାସବାୟୁ ପ୍ଳାବିତ ସ୍ରୋତ ତୁଲ୍ୟ, ସର୍ବଦେଶୀୟ ଲୋକମାନଙ୍କୁ ଅସାରତାରୂପ ଚାଲୁଣୀରେ ଚଲାଇବା ନିମନ୍ତେ ତାହା କଣ୍ଠ ପର୍ଯ୍ୟନ୍ତ ଉଠୁଅଛି; ଆଉ, ଗୋଷ୍ଠୀସମୂହର ମୁଖରେ ଭ୍ରାନ୍ତିଜନକ ଲଗାମ ଦିଆଯିବ। BSB BSB: His breath is like a rushing torrent that rises to the neck. He comes to sift the nations in a sieve of destruction; He bridles the jaws of the peoples to lead them astray.
29 ULB ପବିତ୍ର ଉତ୍ସବ ପାଳନର ରାତ୍ରିରେ ଯେପରି, ସେହିପରି ତୁମ୍ଭେମାନେ ଗାନ କରିବ; ପୁଣି, ଲୋକେ ଯେପରି ସଦାପ୍ରଭୁଙ୍କ ପର୍ବତକୁ, ଇସ୍ରାଏଲର ଶୈଳ ନିକଟକୁ ଯିବା ପାଇଁ ବଂଶୀ ବଜାଇ ଗମନ କରନ୍ତି, ସେହିପରି ତୁମ୍ଭମାନଙ୍କର ଚିତ୍ତ ଆନନ୍ଦିତ ହେବ। BSB BSB: You will sing as on the night of a holy festival, and your heart will rejoice like one who walks to the music of a flute, going up to the mountain of the LORD, to the Rock of Israel.
30 ULB ପୁଣି, ସଦାପ୍ରଭୁ ଆପଣା କ୍ରୋଧର ପ୍ରଚଣ୍ଡତା ଓ ସର୍ବଗ୍ରାସକ ଅଗ୍ନିଶିଖା, ତୋଫାନ, ଝଡ଼ ଓ ଶିଳାବୃଷ୍ଟି ଦ୍ୱାରା ଆପଣାର ପ୍ରତାପାନ୍ୱିତ ରବ ଶୁଣାଇବେ ଓ ଆପଣା ହସ୍ତର ଅବରୋହଣ ଦେଖାଇବେ। BSB BSB: And the LORD will cause His majestic voice to be heard and His mighty arm to be revealed, striking in angry wrath with a flame of consuming fire, and with cloudburst, storm, and hailstones.
31 ULB କାରଣ ସଦାପ୍ରଭୁଙ୍କ ରବରେ ଅଶୂର ଖଣ୍ଡ ଖଣ୍ଡ ହୋଇ ଭଗ୍ନ ହେବ, ସେ ତାହାକୁ ଦଣ୍ଡାଘାତ କରିବେ। BSB BSB: For Assyria will be shattered at the voice of the LORD; He will strike them with His scepter.
32 ULB ପୁଣି, ଯେଉଁ ନିରୂପିତ ଯଷ୍ଟି ସଦାପ୍ରଭୁ ତାହା ଉପରେ ଥୋଇବେ, ତହିଁର ପ୍ରତ୍ୟେକ ଆଘାତ ସମୟରେ ତବଲା ଓ ବୀଣା ବାଜିବ ଓ ସେ ସେମାନଙ୍କ ସହିତ ମହାଯୁଦ୍ଧ କରିବେ। BSB BSB: And with every stroke of the rod of punishment that the LORD brings down on them, the tambourines and lyres will sound as He battles with weapons brandished.
33 ULB କାରଣ ତୋଫତ୍ (ଅଗ୍ନିକୁଣ୍ଡ) ପୂର୍ବକାଳରୁ ନିର୍ମିତ ହୋଇଅଛି ଓ ତାହା ରାଜାର ନିମନ୍ତେ ପ୍ରସ୍ତୁତ ହୋଇଅଛି; ସେ ତାହାକୁ ଗଭୀର ଓ ପ୍ରଶସ୍ତ କରିଅଛନ୍ତି, ତହିଁର ସ୍ତୂପ ଅଗ୍ନି ଓ ପ୍ରଚୁର କାଷ୍ଠମୟ; ପୁଣି, ସଦାପ୍ରଭୁଙ୍କ ଫୁତ୍କାର ଗନ୍ଧକ ସ୍ରୋତନ୍ୟାୟ ତାହା ପ୍ରଜ୍ୱଳିତ କରେ। BSB BSB: For Topheth has long been prepared; it has been made ready for the king. Its funeral pyre is deep and wide, with plenty of fire and wood. The breath of the LORD, like a torrent of burning sulfur, sets it ablaze.
Select verses for actions: Enter goes to them and Escape comes back.