1 ULB ସେହି ସମୟରେ ବଲ୍ଦନ୍ର ପୁତ୍ର ବାବିଲର ରାଜା ମରୋଦକ୍-ବଲ୍ଦନ୍ ହିଜକୀୟ ନିକଟକୁ ପତ୍ରମାନ ଓ ଦର୍ଶନୀ ପଠାଇଲା; କାରଣ ତାହାର ପୀଡ଼ିତ ହେବାର ଓ ସୁସ୍ଥ ହେବାର ସମ୍ବାଦ ସେ ଶୁଣିଥିଲା। BSB BSB: At that time Merodach-baladan son of Baladan king of Babylon sent letters and a gift to Hezekiah, for he had heard about Hezekiah’s illness and recovery.
2 ULB ତହିଁରେ ହିଜକୀୟ ସେମାନଙ୍କ ପ୍ରତି ସନ୍ତୁଷ୍ଟ ହୋଇ ଆପଣାର ବହୁମୂଲ୍ୟ ପଦାର୍ଥର ଗୃହ, ରୂପା, ସୁନା, ସୁଗନ୍ଧିଦ୍ରବ୍ୟ, ବହୁମୂଲ୍ୟ ତୈଳ ଓ ଆପଣା ଅସ୍ତ୍ରାଗାର ଓ ଆପଣା ଭଣ୍ଡାରସ୍ଥିତ ସମସ୍ତ ଦ୍ରବ୍ୟ ସେମାନଙ୍କୁ ଦେଖାଇଲା; ହିଜକୀୟ ଯାହା ସେମାନଙ୍କୁ ନ ଦେଖାଇଲା, ଏପରି କୌଣସି ଦ୍ରବ୍ୟ ତାହାର ଗୃହରେ କିମ୍ବା ତାହାର ସମୁଦାୟ ରାଜ୍ୟରେ ନ ଥିଲା। BSB BSB: And Hezekiah welcomed the envoys gladly and showed them what was in his treasure house—the silver, the gold, the spices, and the precious oil, as well as his entire armory—all that was found in his storehouses. There was nothing in his palace or in all his dominion that Hezekiah did not show them.
3 ULB ସେତେବେଳେ ଯିଶାଇୟ ଭବିଷ୍ୟଦ୍ବକ୍ତା ହିଜକୀୟ ରାଜା ନିକଟକୁ ଆସି ତାହାକୁ କହିଲେ, “ଏହି ଲୋକମାନେ କଅଣ କହିଲେ? ସେମାନେ କେଉଁଠାରୁ ତୁମ୍ଭ ନିକଟକୁ ଆସିଲେ?” ତହିଁରେ ହିଜକୀୟ କହିଲା, “ସେମାନେ ଦୂର ଦେଶ ବାବିଲରୁ ମୋ’ ନିକଟକୁ ଆସିଅଛନ୍ତି।” BSB BSB: Then the prophet Isaiah went to King Hezekiah and asked, “Where did those men come from, and what did they say to you?” “They came to me from a distant land,” Hezekiah replied, “from Babylon.”
4 ULB ଏଥିରେ ସେ ପଚାରିଲେ, “ସେମାନେ ତୁମ୍ଭ ଗୃହରେ କଅଣ ଦେଖିଅଛନ୍ତି?” ତହୁଁ ହିଜକୀୟ ଉତ୍ତର କଲା, “ମୋ’ ଗୃହରେ ଯାହା ଯାହା ଅଛି, ସବୁ ସେମାନେ ଦେଖିଅଛନ୍ତି; ଯାହା ମୁଁ ସେମାନଙ୍କୁ ଦେଖାଇଲି ନାହିଁ, ଏପରି କୌଣସି ପଦାର୍ଥ ମୋ’ ଭଣ୍ଡାରସମୂହରେ ନାହିଁ।” BSB BSB: “What have they seen in your palace?” Isaiah asked. “They have seen everything in my palace,” answered Hezekiah. “There is nothing among my treasures that I did not show them.”
5 ULB ଏଥିରେ ଯିଶାଇୟ ହିଜକୀୟକୁ କହିଲେ, “ସୈନ୍ୟାଧିପତି ସଦାପ୍ରଭୁଙ୍କର ବାକ୍ୟ ଶୁଣ। BSB BSB: Then Isaiah said to Hezekiah, “Hear the word of the LORD of Hosts:
6 ULB ଦେଖ, ତୁମ୍ଭ ଗୃହସ୍ଥିତ ସମସ୍ତ ଦ୍ରବ୍ୟ ଓ ଆଜି ପର୍ଯ୍ୟନ୍ତ ତୁମ୍ଭ ପୂର୍ବପୁରୁଷମାନଙ୍କ ସଞ୍ଚିତ ସମସ୍ତ ଦ୍ରବ୍ୟ ବାବିଲକୁ ନିଆଯିବାର ସମୟ ଆସୁଅଛି; ସଦାପ୍ରଭୁ କହନ୍ତି, କିଛି ଛଡ଼ା ଯିବ ନାହିଁ। BSB BSB: The time will surely come when everything in your palace and all that your fathers have stored up until this day will be carried off to Babylon. Nothing will be left, says the LORD.
7 ULB ଆଉ, ତୁମ୍ଭ ପୁତ୍ରମାନଙ୍କ ମଧ୍ୟରେ ଯେଉଁମାନେ ତୁମ୍ଭ ଔରସରେ ଜାତ ଓ ତୁମ୍ଭଠାରୁ ଉତ୍ପନ୍ନ ହେବେ, ସେମାନଙ୍କୁ ସେମାନେ ନେଇଯିବେ ଓ ସେମାନେ ବାବିଲ ରାଜାର ଅଟ୍ଟାଳିକାରେ ନପୁଂସକ ହୋଇ ରହିବେ।” BSB BSB: And some of your descendants, your own flesh and blood, will be taken away to be eunuchs in the palace of the king of Babylon.”
8 ULB ସେତେବେଳେ ହିଜକୀୟ ଯିଶାଇୟଙ୍କୁ କହିଲା, “ତୁମ୍ଭେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ କହିଅଛ, ତାହା ଉତ୍ତମ।” ସେ ଆହୁରି କହିଲା, “କାରଣ ମୋ’ ସମୟରେ ଶାନ୍ତି ଓ ସତ୍ୟତା ବିରାଜିତ ହେବ।” BSB BSB: But Hezekiah said to Isaiah, “The word of the LORD that you have spoken is good.” For he thought, “At least there will be peace and security in my lifetime.”
Select verses for actions: Enter goes to them and Escape comes back.