1 ULB “ହେ ଦ୍ୱୀପଗଣ, ଆମ୍ଭ ସାକ୍ଷାତରେ ନୀରବ ହୁଅ ଓ ଶୁଣ; ଲୋକମାନେ ନୂଆ ନୂଆ ବଳ ପ୍ରାପ୍ତ ହେଉନ୍ତୁ; ସେମାନେ ନିକଟକୁ ଆସନ୍ତୁ; ତେବେ କଥା କୁହନ୍ତୁ; ଆମ୍ଭେମାନେ ଏକତ୍ର ହୋଇ ବିଚାର କରୁ। BSB BSB: “Be silent before Me, O islands, and let the peoples renew their strength. Let them come forward and testify; let us together draw near for judgment.
2 ULB ସେ ଧାର୍ମିକତାରେ ଯାହାକୁ ଆପଣା ଚରଣ ନିକଟକୁ ଡାକନ୍ତି, ଏପରି ଏକ ଜଣକୁ ପୂର୍ବ ଦିଗରୁ କିଏ ଉତ୍ପନ୍ନ କରିଅଛନ୍ତି? ସେ ନାନା ଦେଶସ୍ଥ ଲୋକଙ୍କୁ ତାହା ସମ୍ମୁଖରେ ସମର୍ପି ଦିଅନ୍ତି ଓ ରାଜାଗଣଙ୍କ ଉପରେ ତାହାକୁ କର୍ତ୍ତୃତ୍ୱ କରାନ୍ତି; ସେ ତାହାର ଖଡ୍ଗ ସମ୍ମୁଖରେ ସେମାନଙ୍କୁ ଧୂଳି ତୁଲ୍ୟ ଓ ତାହାର ଧନୁକର ଆଗରେ ଚାଳିତ କୁଟା ପରି ସମର୍ପି ଦିଅନ୍ତି। BSB BSB: Who has aroused one from the east and called him to his feet in righteousness? He hands nations over to him and subdues kings before him. He turns them to dust with his sword, to windblown chaff with his bow.
3 ULB ସେ ସେମାନଙ୍କର ପଛେ ଗୋଡ଼ାଏ, ଯେଉଁ ପଥରେ ସେ ପଦାର୍ପଣ କରି ନାହିଁ, ସେହି ପଥରେ ହେଁ ସେ ନିରାପଦରେ ଅଗ୍ରସର ହୁଏ। BSB BSB: He pursues them, going on safely, hardly touching the path with his feet.
4 ULB ଆଦ୍ୟରୁ ପୁରୁଷକୁ ପୁରୁଷ ଆହ୍ୱାନ କରି କିଏ ଏ କାର୍ଯ୍ୟ ସାଧନ କରିଅଛନ୍ତି? ଆମ୍ଭେ ସଦାପ୍ରଭୁ ଆଦି, ପୁଣି ଶେଷକାଳୀନ ଲୋକମାନଙ୍କର ସଙ୍ଗରେ ହେଁ ଆମ୍ଭେ ସେହି ଅଟୁ। BSB BSB: Who has performed this and carried it out, calling forth the generations from the beginning? I, the LORD—the first and the last—I am He.”
5 ULB ଦ୍ୱୀପଗଣ ଦେଖି ଭୀତ ହେଲେ; ପୃଥିବୀର ପ୍ରାନ୍ତସକଳ କମ୍ପିତ ହେଲେ; ସେମାନେ ନିକଟବର୍ତ୍ତୀ ହୋଇ ଆସିଲେ। BSB BSB: The islands see and fear; the ends of the earth tremble. They approach and come forward.
6 ULB ସେମାନେ ପ୍ରତ୍ୟେକେ ଆପଣା ପ୍ରତିବାସୀର ସାହାଯ୍ୟ କଲେ ଓ ସାହସିକ ହୁଅ ବୋଲି ପ୍ରତ୍ୟେକେ ଆପଣା ଭାଇକୁ କହିଲେ। BSB BSB: Each one helps the other and says to his brother, “Be strong!”
7 ULB ଏହିରୂପେ ସୂତ୍ରଧର ସ୍ୱର୍ଣ୍ଣକାରକୁ ସାହସ ଦେଲା ଓ ହାତୁଡ଼ିରେ ସମାନ କରିବା ଲୋକ ଯୋଡ଼ କର୍ମ ଉତ୍ତମ ହୋଇଅଛି ବୋଲି କହି, ନେହାଇରେ ପିଟିବା ଲୋକକୁ ଆଶ୍ୱାସ ଦେଲା; ପୁଣି, ପ୍ରତିମାଟି ଯେପରି ଟଳଟଳ ନ ହୁଏ, ଏଥିପାଇଁ ସେ କଣ୍ଟାରେ ତାହା ଦୃଢ଼ କଲା। BSB BSB: The craftsman encourages the goldsmith, and he who wields the hammer cheers him who strikes the anvil, saying of the welding, “It is good.” He nails it down so it will not be toppled.
8 ULB ମାତ୍ର ହେ ଆମ୍ଭର ଦାସ ଇସ୍ରାଏଲ, ଆମ୍ଭର ମନୋନୀତ ଯାକୁବ, ଆମ୍ଭର ବନ୍ଧୁ ଅବ୍ରହାମର ବଂଶ; BSB BSB: “But you, O Israel, My servant, Jacob, whom I have chosen, descendant of Abraham My friend—
9 ULB ଆମ୍ଭେ ତୁମ୍ଭକୁ ଧରି ପୃଥିବୀର ପ୍ରାନ୍ତକୁ ଆଣିଅଛୁ ଓ ପୃଥିବୀର ସୀମାରୁ ତୁମ୍ଭକୁ ଆହ୍ୱାନ କରି କହିଅଛୁ, ତୁମ୍ଭେ ଆମ୍ଭର ଦାସ, ଆମ୍ଭେ ତୁମ୍ଭକୁ ମନୋନୀତ କରିଅଛୁ ଓ ଦୂର କରି ନାହୁଁ; BSB BSB: I brought you from the ends of the earth and called you from its farthest corners. I said, ‘You are My servant.’ I have chosen and not rejected you.
10 ULB ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ୱର; ଆମ୍ଭେ ତୁମ୍ଭକୁ ସବଳ କରିବା; ହଁ, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା; ହଁ, ଆମ୍ଭେ ଆପଣା ଧର୍ମସ୍ୱରୂପ ଦକ୍ଷିଣ ହସ୍ତରେ ତୁମ୍ଭକୁ ଧରି ରଖିବା। BSB BSB: Do not fear, for I am with you; do not be afraid, for I am your God. I will strengthen you; I will surely help you; I will uphold you with My righteous right hand.
11 ULB ଦେଖ, ଯେଉଁମାନେ ତୁମ୍ଭ ପ୍ରତି କୁପିତ ଅଛନ୍ତି, ସେମାନେ ସମସ୍ତେ ଲଜ୍ଜିତ ଓ ବିବ୍ରତ ହେବେ; ଯେଉଁମାନେ ତୁମ୍ଭ ସଙ୍ଗେ ବିରୋଧ କରନ୍ତି, ସେମାନେ ଅବସ୍ତୁ ତୁଲ୍ୟ ହୋଇ ବିନଷ୍ଟ ହେବେ। BSB BSB: Behold, all who rage against you will be ashamed and disgraced; those who contend with you will be reduced to nothing and will perish.
12 ULB ଯେଉଁମାନେ ତୁମ୍ଭ ସଙ୍ଗେ ବିରୋଧ କରନ୍ତି, ତୁମ୍ଭେ ସେମାନଙ୍କୁ ଅନ୍ୱେଷଣ କରିବ, ମାତ୍ର ସେମାନଙ୍କର ଉଦ୍ଦେଶ୍ୟ ପାଇବ ନାହିଁ; ଯେଉଁମାନେ ତୁମ୍ଭ ସଙ୍ଗେ ଯୁଦ୍ଧ କରନ୍ତି, ସେମାନେ ଅବସ୍ତୁ ତୁଲ୍ୟ ଓ ଅକିଞ୍ଚନା ହେବେ। BSB BSB: You will seek them but will not find them. Those who wage war against you will come to nothing.
13 ULB କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର, ତୁମ୍ଭ ଦକ୍ଷିଣ ହସ୍ତ ଧରି ତୁମ୍ଭକୁ କହିବା, ଭୟ କର ନାହିଁ; ଆମ୍ଭେ ତୁମ୍ଭର ସାହାଯ୍ୟ କରିବା। BSB BSB: For I am the LORD your God, who takes hold of your right hand and tells you: Do not fear, I will help you.
14 ULB ହେ କୀଟ ସ୍ୱରୂପ ଯାକୁବ ଓ ହେ ଇସ୍ରାଏଲୀୟ ନରଗଣ, ଭୟ କର ନାହିଁ; ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା” ଓ ଇସ୍ରାଏଲର ଧର୍ମସ୍ୱରୂପ ତୁମ୍ଭର ମୁକ୍ତିଦାତା ଅଟନ୍ତି। BSB BSB: Do not fear, O Jacob, you worm, O few men of Israel. I will help you,” declares the LORD. “Your Redeemer is the Holy One of Israel.
15 ULB “ଦେଖ, ଆମ୍ଭେ ତୁମ୍ଭକୁ ତୀକ୍ଷ୍ଣ ଛୁରିକାବିଶିଷ୍ଟ ଏକ ନୂତନ ଶସ୍ୟ ମର୍ଦ୍ଦନ ଯନ୍ତ୍ର ସ୍ୱରୂପ କରିବା; ତୁମ୍ଭେ ପର୍ବତଗଣକୁ ମର୍ଦ୍ଦନ କରି ଚୂର୍ଣ୍ଣ କରିବ ଓ ଉପପର୍ବତଗଣକୁ ତୁଷ ତୁଲ୍ୟ କରିବ। BSB BSB: Behold, I will make you into a threshing sledge, new and sharp, with many teeth. You will thresh the mountains and crush them, and reduce the hills to chaff.
16 ULB ତୁମ୍ଭେ ସେମାନଙ୍କୁ କୁଲାରେ ଉଡ଼ାଇଲେ, ବାୟୁ ସେମାନଙ୍କୁ ଉଡ଼ାଇ ନେଇ ଯିବ ଓ ଘୂର୍ଣ୍ଣିବାୟୁ ସେମାନଙ୍କୁ ଛିନ୍ନଭିନ୍ନ କରି ପକାଇବ; ପୁଣି, ତୁମ୍ଭେ ସଦାପ୍ରଭୁଙ୍କଠାରେ ଉଲ୍ଲାସ କରିବ ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କଠାରେ ଦର୍ପ କରିବ। BSB BSB: You will winnow them, and a wind will carry them away; a gale will scatter them. But you will rejoice in the LORD; you will glory in the Holy One of Israel.
17 ULB ଦରିଦ୍ର ଓ ଦୀନହୀନମାନେ ଜଳ ଅନ୍ୱେଷଣ କରନ୍ତି, ମାତ୍ର ଜଳ ନାହିଁ, ତହିଁରେ ସେମାନଙ୍କ ଜିହ୍ୱା ତୃଷାରେ ଶୁଷ୍କ ହୁଏ; ଆମ୍ଭେ ସଦାପ୍ରଭୁ ସେମାନଙ୍କୁ ଉତ୍ତର ଦେବା, ଆମ୍ଭେ ଇସ୍ରାଏଲର ପରମେଶ୍ୱର ସେମାନଙ୍କୁ ତ୍ୟାଗ କରିବା ନାହିଁ। BSB BSB: The poor and needy seek water, but there is none; their tongues are parched with thirst. I, the LORD, will answer them; I, the God of Israel, will not forsake them.
18 ULB ଆମ୍ଭେ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀରେ ନଦନଦୀ କରିବା ଓ ସମସ୍ଥଳୀ ମଧ୍ୟରେ ନିର୍ଝରମାନ ଫିଟାଇବା; ଆମ୍ଭେ ପ୍ରାନ୍ତରକୁ ଜଳାଶୟ ଓ ଶୁଷ୍କ ଭୂମିକୁ ଜଳ ନିର୍ଝର କରିବା। BSB BSB: I will open rivers on the barren heights, and fountains in the middle of the valleys. I will turn the desert into a pool of water, and the dry land into flowing springs.
19 ULB ଆମ୍ଭେ ପ୍ରାନ୍ତରରେ ଏରସ, ଶିଟୀମ୍ ଓ ମେହେନ୍ଦି ଓ ତୈଳବୃକ୍ଷ ରୋପଣ କରିବା; ଆମ୍ଭେ ମରୁଭୂମିରେ ଦେବଦାରୁ, ତିଧର ଓ ତାଶୂର ବୃକ୍ଷ ଏକତ୍ର ଲଗାଇବା; BSB BSB: I will plant cedars in the wilderness, acacias, myrtles, and olive trees. I will set cypresses in the desert, elms and boxwood together,
20 ULB ତହିଁରେ ସଦାପ୍ରଭୁଙ୍କ ହସ୍ତ ଏହି କାର୍ଯ୍ୟ କରିଅଛି ଓ ଇସ୍ରାଏଲର ଧର୍ମସ୍ୱରୂପ ଏହା ସୃଷ୍ଟି କରିଅଛନ୍ତି ବୋଲି ଲୋକମାନେ ଏକତ୍ର ଦେଖିବେ ଓ ବିବେଚନା କରି ବୁଝିବେ।” BSB BSB: so that all may see and know, may consider and understand, that the hand of the LORD has done this and the Holy One of Israel has created it.”
21 ULB ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ଆପଣାମାନଙ୍କ ବିବାଦ ଉପସ୍ଥିତ କର,” ଯାକୁବର ରାଜା କହନ୍ତି, ତୁମ୍ଭେମାନେ ଆପଣାମାନଙ୍କର ଦୃଢ଼ ପ୍ରମାଣସବୁ ବାହାର କର। BSB BSB: “Present your case,” says the LORD. “Submit your arguments,” says the King of Jacob.
22 ULB ସେମାନେ ତାହାସବୁ ବାହାର କରି ଯାହା ଯାହା ଘଟିବ, ତାହା ଆମ୍ଭମାନଙ୍କ ନିକଟରେ ପ୍ରକାଶ କରନ୍ତୁ; ଆଦ୍ୟର ବିଷୟମାନ କଅଣ, ତାହା ତୁମ୍ଭେମାନେ ପ୍ରକାଶ କର, ତାହା କଲେ, ଆମ୍ଭେମାନେ ବିବେଚନା କରି ତହିଁର ଶେଷ ଫଳ ଜାଣି ପାରିବା; ନୋହିଲେ ଆଗାମୀ ଘଟଣା ଆମ୍ଭମାନଙ୍କୁ ଦେଖାଅ। BSB BSB: “Let them come and tell us what will happen. Tell the former things, so that we may reflect on them and know the outcome. Or announce to us what is coming.
23 ULB ଏଥିଉତ୍ତାରେ ଯାହା ଯାହା ଘଟିବ, ତାହା ପ୍ରକାଶ କର, ତହିଁରେ ତୁମ୍ଭେମାନେ ଯେ ଈଶ୍ୱରଗଣ, ଏହା ଆମ୍ଭେମାନେ ଜାଣିବା; ହଁ, ମଙ୍ଗଳ କର, ଅବା ଅମଙ୍ଗଳ କର, ତହିଁରେ ଆମ୍ଭେମାନେ ନିରାଶ ହୋଇ ଏକତ୍ର ତାହା ଦେଖିବା। BSB BSB: Tell us the things that are to come, so that we may know that you are gods. Yes, do something good or evil, that we may look on together in dismay.
24 ULB ଦେଖ, ତୁମ୍ଭେମାନେ ଅକିଞ୍ଚିତ ଓ ତୁମ୍ଭମାନଙ୍କର କାର୍ଯ୍ୟ କିଛି ହିଁ ନୁହେଁ; ଯେଉଁ ଲୋକ ତୁମ୍ଭମାନଙ୍କୁ ମନୋନୀତ କରେ, ସେ ଘୃଣାସ୍ପଦ। BSB BSB: Behold, you are nothing and your work is of no value. Anyone who chooses you is detestable.
25 ULB ଆମ୍ଭେ ଉତ୍ତର ଦିଗରୁ ଏକ ଜଣକୁ ଉତ୍ପନ୍ନ କରିଅଛୁ ଓ ସେ ଉପସ୍ଥିତ; ସେ ସୂର୍ଯ୍ୟୋଦୟ ଦିଗରୁ ଆମ୍ଭ ନାମ ଆହ୍ୱାନ କରେ; ସେ ଗାନ୍ଥନୀର ମଶଲା ଓ କୁମ୍ଭକାରର ମର୍ଦ୍ଦିତ ମୃତ୍ତିକା ପରି ଦେଶାଧ୍ୟକ୍ଷମାନଙ୍କୁ ଦଳିତ କରିବ। BSB BSB: I have raised up one from the north, and he has come—one from the east who calls on My name. He will march over rulers as if they were mortar, like a potter who treads the clay.
26 ULB ଆମ୍ଭେମାନେ ଯେପରି ଜାଣି ପାରିବା, ଏଥିପାଇଁ ଆଦ୍ୟରୁ କିଏ ଏହା ପ୍ରକାଶ କରିଅଛି? ପୁଣି, ସେ ଧାର୍ମିକ ବୋଲି ଯେପରି ଆମ୍ଭେମାନେ କହି ପାରିବା, ଏଥିପାଇଁ ପୂର୍ବରୁ କିଏ ଏହା ପ୍ରକାଶ କରିଅଛି? ହଁ, ପ୍ରକାଶକାରୀ କେହି ନାହିଁ, ହଁ, ଦେଖାଇବା ଲୋକ କେହି ନାହିଁ, ହଁ, ତୁମ୍ଭମାନଙ୍କ କଥା ଶୁଣିବା ଲୋକ କେହି ନାହିଁ। BSB BSB: Who has declared this from the beginning, so that we may know, and from times past, so that we may say: ‘He was right’? No one announced it, no one foretold it, no one heard your words.
27 ULB ଆମ୍ଭେ ପ୍ରଥମେ ସିୟୋନକୁ କହିବା, “ଦେଖ, ସେମାନଙ୍କୁ ଦେଖ, ପୁଣି ଆମ୍ଭେ ଯିରୂଶାଲମକୁ ସୁସମାଚାର ଆଣିବାର ଏକ ଲୋକ ଦେବା।” BSB BSB: I was the first to tell Zion: ‘Look, here they are!’ And I gave to Jerusalem a herald of good news.
28 ULB ଆମ୍ଭେ ଅନାଇଲା ବେଳେ କେହି ନାହିଁ; ଆମ୍ଭେ ପଚାରିଲା ବେଳେ ଯେ ପଦେ ଉତ୍ତର ଦେଇ ପାରେ, ସେମାନଙ୍କ ମଧ୍ୟରେ ଏପରି ମନ୍ତ୍ରଣାଦାତା ସୁଦ୍ଧା କେହି ନାହିଁ। BSB BSB: When I look, there is no one; there is no counselor among them; when I ask them, they have nothing to say.
29 ULB ଦେଖ, ସେସମସ୍ତେ, ସେମାନଙ୍କର କର୍ମସବୁ ଅସାର ଓ ଅବସ୍ତୁ ମାତ୍ର; ସେମାନଙ୍କର ଛାଞ୍ଚରେ ଢଳା ପ୍ରତିମାଗଣ ବାୟୁ ଓ ଶୂନ୍ୟ ମାତ୍ର। BSB BSB: See, they are all a delusion; their works amount to nothing; their images are as empty as the wind.
Select verses for actions: Enter goes to them and Escape comes back.