2 ULB ସେ ଚିତ୍କାର କିମ୍ବା ଉଚ୍ଚ ଶବ୍ଦ କରିବେ ନାହିଁ, କିଅବା ରାଜପଥରେ ଆପଣା ରବ ଶୁଣାଇବେ ନାହିଁ। BSB BSB: He will not cry out or raise His voice, nor make His voice heard in the streets.
3 ULB ସେ ଛେଚାନଳ ଭାଙ୍ଗିବେ ନାହିଁ ଓ ସଧୂମ ବଳିତା ଲିଭାଇବେ ନାହିଁ; ସେ ସତ୍ୟତାରେ ନ୍ୟାୟ ବିଚାର ଆଣିବେ। BSB BSB: A bruised reed He will not break and a smoldering wick He will not extinguish; He will faithfully bring forth justice.
4 ULB ସେ ପୃଥିବୀରେ ନ୍ୟାୟ ବିଚାର ସ୍ଥାପନ ନ କରିବା ପର୍ଯ୍ୟନ୍ତ ନିସ୍ତେଜ ଓ ହୀନସାହସ ହେବେ ନାହିଁ; ଆଉ, ଦ୍ୱୀପଗଣ ତାହାଙ୍କ ବ୍ୟବସ୍ଥାର ଅପେକ୍ଷାରେ ରହିବେ। BSB BSB: He will not grow weak or discouraged before He has established justice on the earth. In His law the islands will put their hope.”
5 ULB ଯେ ଆକାଶମଣ୍ଡଳ ସୃଷ୍ଟି କରି ବିସ୍ତାର କଲେ; ଯେ ଭୂତଳ ଓ ତଦୁତ୍ପନ୍ନସକଳ ବିଛାଇଲେ; ଯେ ତହିଁ ଉପରିସ୍ଥ ସକଳ ଲୋକଙ୍କୁ ନିଶ୍ୱାସ ପ୍ରଶ୍ୱାସ ଦିଅନ୍ତି ଓ ତନ୍ମଧ୍ୟରେ ଗମନାଗମନକାରୀମାନଙ୍କୁ ପ୍ରାଣ ଦିଅନ୍ତି, ସେହି ସଦାପ୍ରଭୁ ପରମେଶ୍ୱର ଏହି କଥା କହନ୍ତି; BSB BSB: This is what God the LORD says—He who created the heavens and stretched them out, who spread out the earth and its offspring, who gives breath to the people on it and life to those who walk in it:
7 ULB ଆମ୍ଭେ ତୁମ୍ଭକୁ ଲୋକମାନଙ୍କର ନିୟମ ସ୍ୱରୂପ ଓ ଅନ୍ୟ ଦେଶୀୟମାନଙ୍କର ଦୀପ୍ତି ସ୍ୱରୂପ କରି ନିଯୁକ୍ତ କରିବୁ। BSB BSB: to open the eyes of the blind, to bring prisoners out of the dungeon and those sitting in darkness out from the prison house.
9 ULB ଦେଖ, ଆଦ୍ୟ ବିଷୟମାନ ସିଦ୍ଧ ହେଲା, ଆଉ ଆମ୍ଭେ ନୂତନ ବିଷୟମାନ ପ୍ରକାଶ କରୁ; ସେହି ସବୁ ଅଙ୍କୁରିତ ହେବାର ପୂର୍ବେ ତଦ୍ବିଷୟ ଆମ୍ଭେ ତୁମ୍ଭମାନଙ୍କୁ ଜଣାଉ।” BSB BSB: Behold, the former things have happened, and now I declare new things. Before they spring forth I proclaim them to you.”
10 ULB ହେ ସମୁଦ୍ରଗାମୀମାନେ ଓ ସମୁଦ୍ର ମଧ୍ୟସ୍ଥିତ ସମସ୍ତେ, ହେ ଦ୍ୱୀପଗଣ ଓ ତନ୍ନିବାସୀମାନେ, ତୁମ୍ଭେ ସମସ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଓ ପୃଥିବୀର ପ୍ରାନ୍ତରୁ ତାହାଙ୍କର ପ୍ରଶଂସା ଗାନ କର। BSB BSB: Sing to the LORD a new song—His praise from the ends of the earth—you who go down to the sea, and all that is in it, you islands, and all who dwell in them.
12 ULB ସେମାନେ ସଦାପ୍ରଭୁଙ୍କୁ ଗୌରବ ଦେଉନ୍ତୁ ଓ ଦ୍ୱୀପସମୂହ ମଧ୍ୟରେ ତାହାଙ୍କର ପ୍ରଶଂସା ପ୍ରଚାର କରନ୍ତୁ। BSB BSB: Let them give glory to the LORD and declare His praise in the islands.
13 ULB ସଦାପ୍ରଭୁ ବୀର ତୁଲ୍ୟ ବିଜେ କରିବେ; ସେ ଯୋଦ୍ଧାର ନ୍ୟାୟ ଆପଣା ଉଦ୍ଯୋଗ ଉତ୍ତେଜିତ କରିବେ; ସେ ଉଚ୍ଚସ୍ୱର କରିବେ, ହଁ, ସେ ମହାନାଦ କରିବେ; ସେ ଆପଣା ଶତ୍ରୁଗଣର ପ୍ରତିକୂଳରେ ପ୍ରବଳ ରୂପରେ କାର୍ଯ୍ୟ କରିବେ। BSB BSB: The LORD goes forth like a mighty one; He stirs up His zeal like a warrior. He shouts; yes, He roars in triumph over His enemies:
14 ULB ଆମ୍ଭେ ଦୀର୍ଘ କାଳ ନୀରବ ହୋଇଅଛୁ; ଆମ୍ଭେ ସ୍ଥିର ହୋଇ ଆପଣାକୁ କ୍ଷାନ୍ତ କରିଅଛୁ; ଏବେ ଆମ୍ଭେ ପ୍ରସବକାରିଣୀ ସ୍ତ୍ରୀ ପରି ଡାକ ଛାଡ଼ିବା; ଆମ୍ଭେ ଏକାବେଳେ ଦୀର୍ଘ ନିଶ୍ୱାସ ଟାଣି ବ୍ୟଗ୍ରଚିତ୍ତ ହେବା। BSB BSB: “I have kept silent from ages past; I have remained quiet and restrained. But now I will groan like a woman in labor; I will at once gasp and pant.
15 ULB ଆମ୍ଭେ ପର୍ବତ ଓ ଉପପର୍ବତଗଣକୁ ଧ୍ୱଂସିତ କରିବା ଓ ତହିଁର ତୃଣସବୁ ଶୁଷ୍କ କରିବା; ଆଉ, ଆମ୍ଭେ ନଦନଦୀକୁ ଦ୍ୱୀପ ଓ ଜଳାଶୟକୁ ଶୁଷ୍କ କରିବା। BSB BSB: I will lay waste the mountains and hills and dry up all their vegetation. I will turn the rivers into dry land and drain the marshes.
16 ULB ପୁଣି, ଆମ୍ଭେ ଅନ୍ଧମାନଙ୍କୁ ସେମାନଙ୍କର ଅଜ୍ଞାତ ପଥ ଦେଇ ଆଣିବା; ଯେଉଁ ମାର୍ଗ ସେମାନେ ଜାଣନ୍ତି ନାହିଁ, ସେହି ସବୁ ମାର୍ଗରେ ସେମାନଙ୍କୁ କଢ଼ାଇବା; ଆମ୍ଭେ ସେମାନଙ୍କ ସମ୍ମୁଖରେ ଅନ୍ଧକାରକୁ ଆଲୁଅ ଓ ବକ୍ରସ୍ଥାନସବୁକୁ ସଳଖ କରିବା। ଏହିସବୁ କାର୍ଯ୍ୟ ଆମ୍ଭେ କରି ସେମାନଙ୍କୁ ପରିତ୍ୟାଗ କରିବା ନାହିଁ। BSB BSB: I will lead the blind by a way they did not know; I will guide them on unfamiliar paths. I will turn darkness into light before them and rough places into level ground. These things I will do for them, and I will not forsake them.
17 ULB ଯେଉଁମାନେ ଖୋଦିତ ପ୍ରତିମାଗଣରେ ନିର୍ଭର କରନ୍ତି ଓ ଛାଞ୍ଚରେ ଢଳା ପ୍ରତିମାଗଣକୁ ତୁମ୍ଭେମାନେ ଆମ୍ଭମାନଙ୍କର ଈଶ୍ୱର ବୋଲି କୁହନ୍ତି, ସେମାନେ ବିମୁଖ ଓ ଅତିଶୟ ଲଜ୍ଜିତ ହେବେ। BSB BSB: But those who trust in idols and say to molten images, ‘You are our gods!’ will be turned back in utter shame.
18 ULB ହେ ବଧିରମାନେ, ଶୁଣ; ହେ ଅନ୍ଧମାନେ, ତୁମ୍ଭେମାନେ ଦେଖିବା ପାଇଁ ଅନାଅ। BSB BSB: Listen, you deaf ones; look, you blind ones, that you may see!
19 ULB ଆମ୍ଭର ଦାସ ଛଡ଼ା ଅନ୍ଧ କିଏ? ଅବା ଆମ୍ଭ ପ୍ରେରିତ ଦୂତ ପରି ବଧିର କିଏ? ଆମ୍ଭ ସଙ୍ଗେ ମିଳନରେ ଥିବା ଲୋକ ପରି ଅନ୍ଧ ଓ ସଦାପ୍ରଭୁଙ୍କର ଦାସ ପରି ଅନ୍ଧ କିଏ? BSB BSB: Who is blind but My servant, or deaf like the messenger I am sending? Who is blind like My covenant partner, or blind like the servant of the LORD?
20 ULB ତୁମ୍ଭେ ଅନେକ ବିଷୟ ଦେଖୁଅଛ, ମାତ୍ର ମନୋଯୋଗ କରୁ ନାହଁ; ତାହାର କର୍ଣ୍ଣ ମୁକ୍ତ ଅଛି, ମାତ୍ର ସେ ଶୁଣୁ ନାହିଁ। BSB BSB: Though seeing many things, you do not keep watch. Though your ears are open, you do not hear.”
21 ULB ସଦାପ୍ରଭୁ ଆପଣା ଧର୍ମ ସକାଶୁ ବ୍ୟବସ୍ଥାକୁ ମହତ ଓ ସମ୍ଭ୍ରାନ୍ତ କରିବାକୁ ସନ୍ତୁଷ୍ଟ ହେଲେ। BSB BSB: The LORD was pleased, for the sake of His righteousness, to magnify His law and make it glorious.
22 ULB ମାତ୍ର ଏହି ଲୋକମାନେ ଅପହୃତ ଓ ଲୁଟିତ; ସେସମସ୍ତେ ଗର୍ତ୍ତରେ ପାଶବଦ୍ଧ ଓ କାରାଗାରରେ ଲୁଚାଯାଇଅଛନ୍ତି; ସେମାନେ ହୃତଧନ ହେବା ପାଇଁ ଅଛନ୍ତି, ପୁଣି ଉଦ୍ଧାରକର୍ତ୍ତା କେହି ନାହିଁ; ସେମାନେ ଲୁଟିତ ସ୍ୱରୂପ ହେବା ପାଇଁ ଅଛନ୍ତି ଓ ଫେରାଇ ଦିଅ ବୋଲି କହିବା ପାଇଁ କେହି ନାହିଁ। BSB BSB: But this is a people plundered and looted, all trapped in caves or imprisoned in dungeons. They have become plunder with no one to rescue them, and loot with no one to say, “Send them back!”
23 ULB ଏହି କଥାରେ ଯେ କର୍ଣ୍ଣପାତ କରିବ ଓ ଶ୍ରବଣ କରି ଭବିଷ୍ୟତ୍କାଳ ନିମନ୍ତେ ମନୋଯୋଗ କରିବ, ତୁମ୍ଭମାନଙ୍କ ମଧ୍ୟରେ ଏପରି ଲୋକ କିଏ ଅଛି? BSB BSB: Who among you will pay attention to this? Who will listen and obey hereafter?
24 ULB ଯାକୁବକୁ ଲୁଟିତ ସ୍ୱରୂପ ହେବା ପାଇଁ ଓ ଇସ୍ରାଏଲକୁ ଅପହାରକମାନଙ୍କ ହସ୍ତରେ କିଏ ସମର୍ପଣ କଲେ? ଯାହାଙ୍କ ବିରୁଦ୍ଧରେ ଆମ୍ଭେମାନେ ପାପ କରିଅଛୁ ଓ ଯାହାଙ୍କ ପଥରେ ଲୋକମାନେ ଗମନ କରିବାକୁ ସମ୍ମତ ନୋହିଲେ, ଅଥବା ସେମାନେ ଯାହାଙ୍କ ବ୍ୟବସ୍ଥାର ଆଜ୍ଞାକାରୀ ନୋହିଲେ, ସେହି ସଦାପ୍ରଭୁ କି ଏହା କରି ନାହାନ୍ତି? BSB BSB: Who gave Jacob up for spoil, and Israel to the plunderers? Was it not the LORD, against whom we have sinned? They were unwilling to walk in His ways, and they would not obey His law.
25 ULB ଏହେତୁ ସେ ତାହାର ଉପରେ ଆପଣା କ୍ରୋଧର ପ୍ରଚଣ୍ଡତା ଓ ଯୁଦ୍ଧର ପ୍ରବଳତା ଢାଳି ଦେଲେ; ତହିଁରେ ତାହା ଚତୁର୍ଦ୍ଦିଗରେ ଅଗ୍ନି ଜ୍ୱଳି ଉଠିଲା, ମାତ୍ର ସେ ଜାଣିଲା ନାହିଁ; ପୁଣି, ଅଗ୍ନି ତାହାକୁ ଦଗ୍ଧ କଲା, ତଥାପି ସେ ମନୋଯୋଗ କଲା ନାହିଁ। BSB BSB: So He poured out on them His furious anger and the fierceness of battle. It enveloped them in flames, but they did not understand; it consumed them, but they did not take it to heart.
Select verses for actions: Enter goes to them and Escape comes back.