1 ULB ମାତ୍ର ହେ ଯାକୁବ, ଯେ ତୁମ୍ଭକୁ ସୃଷ୍ଟି କଲେ, ହେ ଇସ୍ରାଏଲ, ଯେ ତୁମ୍ଭକୁ ନିର୍ମାଣ କଲେ, ସେହି ସଦାପ୍ରଭୁ ଏବେ ଏହି କଥା କହନ୍ତି; ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭକୁ ମୁକ୍ତ କରିଅଛୁ; ଆମ୍ଭେ ତୁମ୍ଭର ନାମ ଧରି ତୁମ୍ଭକୁ ଆହ୍ୱାନ କରିଅଛୁ, ତୁମ୍ଭେ ଆମ୍ଭର। BSB BSB: But now, this is what the LORD says—He who created you, O Jacob, and He who formed you, O Israel: “Do not fear, for I have redeemed you; I have called you by your name; you are Mine!
2 ULB ତୁମ୍ଭେ ଜଳ ମଧ୍ୟ ଦେଇ ଯିବା ବେଳେ ଆମ୍ଭେ ତୁମ୍ଭର ସଙ୍ଗୀ ହେବା ନଦନଦୀ ମଧ୍ୟରେ ଗମନ କଲେ, ସେହି ସବୁ ତୁମ୍ଭକୁ ମଗ୍ନ କରିବ ନାହିଁ; ତୁମ୍ଭେ ଅଗ୍ନି ମଧ୍ୟରେ ଗମନ କରିବା ବେଳେ ଦଗ୍ଧ ହେବ ନାହିଁ, କିଅବା ଅଗ୍ନିଶିଖା ତୁମ୍ଭର ଦାହ ଜନ୍ମାଇବ ନାହିଁ। BSB BSB: When you pass through the waters, I will be with you; and when you go through the rivers, they will not overwhelm you. When you walk through the fire, you will not be scorched; the flames will not set you ablaze.
3 ULB କାରଣ ଆମ୍ଭେ ସଦାପ୍ରଭୁ, ତୁମ୍ଭ ପରମେଶ୍ୱର, ଇସ୍ରାଏଲର ଧର୍ମସ୍ୱରୂପ, ତୁମ୍ଭର ତ୍ରାଣକର୍ତ୍ତା ଅଟୁ; ଆମ୍ଭେ ତୁମ୍ଭ ମୁକ୍ତିର ମୂଲ୍ୟ ସ୍ୱରୂପେ ମିସର ଓ ତୁମ୍ଭ ପରିବର୍ତ୍ତେ କୂଶ ଓ ସବା ଦେଶ ଦେଇଅଛୁ। BSB BSB: For I am the LORD your God, the Holy One of Israel, your Savior; I give Egypt for your ransom, Cush and Seba in your place.
4 ULB ତୁମ୍ଭେ ଆମ୍ଭ ଦୃଷ୍ଟିରେ ବହୁମୂଲ୍ୟ ଓ ସମ୍ଭ୍ରାନ୍ତ ହୋଇଅଛ ଓ ଆମ୍ଭେ ତୁମ୍ଭକୁ ପ୍ରେମ କରିଅଛୁ; ଏହେତୁ ଆମ୍ଭେ ତୁମ୍ଭ ପରିବର୍ତ୍ତେ ମନୁଷ୍ୟମାନଙ୍କୁ ଓ ତୁମ୍ଭ ପ୍ରାଣର ପରିବର୍ତ୍ତେ ଗୋଷ୍ଠୀବର୍ଗକୁ ଦେବା। BSB BSB: Because you are precious and honored in My sight, and because I love you, I will give men in exchange for you and nations in place of your life.
5 ULB ଭୟ କର ନାହିଁ; କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ଆମ୍ଭେ ପୂର୍ବ ଦିଗରୁ ତୁମ୍ଭ ବଂଶକୁ ଆଣିବା ଓ ପଶ୍ଚିମ ଦିଗରୁ ତୁମ୍ଭକୁ ସଂଗ୍ରହ କରିବା; BSB BSB: Do not be afraid, for I am with you; I will bring your offspring from the east and gather you from the west.
6 ULB ଆମ୍ଭେ ଉତ୍ତର ଦିଗକୁ କହିବା, ଛାଡ଼ି ଦିଅ ଓ ଦକ୍ଷିଣ ଦିଗକୁ କହିବା, ଅଟକାଇ ରଖ ନାହିଁ; ଆମ୍ଭ ପୁତ୍ରଗଣକୁ ଦୂରରୁ ଓ ଆମ୍ଭ କନ୍ୟାଗଣଙ୍କୁ ପୃଥିବୀର ପ୍ରାନ୍ତରୁ ଆଣି ଦିଅ; BSB BSB: I will say to the north, ‘Give them up!’ and to the south, ‘Do not hold them back!’ Bring My sons from afar, and My daughters from the ends of the earth—
7 ULB ଆମ୍ଭ ନାମରେ ଖ୍ୟାତ ଓ ଯାହାକୁ ଆମ୍ଭେ ଆପଣା ଗୌରବାର୍ଥେ ସୃଷ୍ଟି କରିଅଛୁ, ଏପରି ପ୍ରତ୍ୟେକ ଲୋକକୁ ଆଣ; ଆମ୍ଭେ ତାହାକୁ ଗଢ଼ିଅଛୁ; ହଁ, ଆମ୍ଭେ ତାହାକୁ ନିର୍ମାଣ କରିଅଛୁ। BSB BSB: everyone called by My name and created for My glory, whom I have indeed formed and made.”
8 ULB ଚକ୍ଷୁ ଥାଇ ଅନ୍ଧ ଓ କର୍ଣ୍ଣ ଥାଇ ବଧିର, ଏହି ଲୋକଙ୍କୁ ବାହାର କରି ଆଣ। BSB BSB: Bring out a people who have eyes but are blind, and who have ears but are deaf.
9 ULB ସର୍ବଦେଶୀୟମାନେ ସଂଗୃହୀତ ହେଉନ୍ତୁ ଓ ଗୋଷ୍ଠୀସମୂହ ଏକତ୍ରୀକୃତ ହେଉନ୍ତୁ; ସେମାନଙ୍କ ମଧ୍ୟରେ କିଏ ଏହା ପ୍ରକାଶ କରିପାରେ ଓ ଆଦ୍ୟ ବିଷୟମାନ ଆମ୍ଭମାନଙ୍କୁ ଦେଖାଇ ପାରେ? ସେମାନେ ନିର୍ଦ୍ଦୋଷୀକୃତ ହେବା ନିମନ୍ତେ ଆପଣା ଆପଣା ସାକ୍ଷୀଗଣକୁ ଆଣନ୍ତୁ; ଅଥବା ସେମାନେ ଶୁଣି ଏହା ସତ୍ୟ ବୋଲି କୁହନ୍ତୁ। BSB BSB: All the nations gather together and the peoples assemble. Who among them can declare this, and proclaim to us the former things? Let them present their witnesses to vindicate them, so that others may hear and say, “It is true.”
11 ULB ଆମ୍ଭେ, ଆମ୍ଭେ ହିଁ ସଦାପ୍ରଭୁ ଅଟୁ ଓ ଆମ୍ଭ ଛଡ଼ା ଆଉ ତ୍ରାଣକର୍ତ୍ତା ନାହିଁ। BSB BSB: I, yes I, am the LORD, and there is no Savior but Me.
12 ULB ଆମ୍ଭେ ପ୍ରକାଶ କରିଅଛୁ, ଆମ୍ଭେ ଉଦ୍ଧାର କରିଅଛୁ ଓ ଆମ୍ଭେ ଦେଖାଇଅଛୁ, ଆଉ ତୁମ୍ଭମାନଙ୍କ ମଧ୍ୟରେ କୌଣସି ବିଦେଶୀୟ ଦେବତା ନ ଥିଲା; ଏହେତୁ ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଆମ୍ଭର ସାକ୍ଷୀ ଅଟ ଓ ଆମ୍ଭେ ପରମେଶ୍ୱର ଅଟୁ।” BSB BSB: I alone decreed and saved and proclaimed—I, and not some foreign god among you. So you are My witnesses,” declares the LORD, “that I am God.
13 ULB “ହଁ, ଦିବସର ପୂର୍ବରୁ ଆମ୍ଭେ ସେହି ଅଟୁ ଓ ଆମ୍ଭ ହସ୍ତରୁ ଉଦ୍ଧାରକାରୀ କେହି ନାହିଁ; ଆମ୍ଭେ କାର୍ଯ୍ୟ କରିବା, ଆଉ କିଏ ତାହା ଅନ୍ୟଥା କରିବ?” BSB BSB: Even from eternity I am He, and none can deliver out of My hand. When I act, who can reverse it?”
14 ULB ତୁମ୍ଭମାନଙ୍କର ମୁକ୍ତିଦାତା, ଇସ୍ରାଏଲର ଧର୍ମସ୍ୱରୂପ ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ତୁମ୍ଭମାନଙ୍କ ସକାଶେ ବାବିଲକୁ ଲୋକ ପଠାଇଅଛୁ ଓ ଆମ୍ଭେ ସେସମସ୍ତଙ୍କୁ ପଳାତକଗଣ ତୁଲ୍ୟ ଆଣିବା; କଲ୍ଦୀୟମାନଙ୍କୁ ହିଁ ସେମାନଙ୍କର ଆନନ୍ଦଗାନର ନୌକାରେ ଆଣିବା। BSB BSB: Thus says the LORD your Redeemer, the Holy One of Israel: “For your sake, I will send to Babylon and bring them all as fugitives, even the Chaldeans, in the ships in which they rejoice.
15 ULB ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ଧର୍ମସ୍ୱରୂପ, ଇସ୍ରାଏଲର ସୃଷ୍ଟିକର୍ତ୍ତା, ତୁମ୍ଭମାନଙ୍କର ରାଜା ଅଟୁ।” BSB BSB: I am the LORD, your Holy One, the Creator of Israel, and your King.”
16 ULB ଯେ ସମୁଦ୍ରରେ ପଥ ଓ ମହାଜଳରାଶିରେ ମାର୍ଗ କରନ୍ତି; BSB BSB: Thus says the LORD, who makes a way in the sea and a path through the surging waters,
17 ULB ଯେ ରଥ ଓ ଅଶ୍ୱ, ସୈନ୍ୟ ଓ ବୀରଗଣକୁ ବାହାର କରି ଆଣନ୍ତି; ସେମାନେ ଏକତ୍ର ତଳେ ଶୋଇ ଆଉ ଉଠିବେ ନାହିଁ, ସେମାନେ ଲୁପ୍ତ ଓ ଛଣପଟ ପରି ନିଭିଯା’ନ୍ତି; ସେହି ସଦାପ୍ରଭୁ ଏହି କଥା କହନ୍ତି; BSB BSB: who brings out the chariots and horses, the armies and warriors together, to lie down, never to rise again; to be extinguished, snuffed out like a wick:
18 ULB “ତୁମ୍ଭେମାନେ ଆଦ୍ୟ ବିଷୟସବୁ ସ୍ମରଣ କର ନାହିଁ, କିଅବା ପୁରାତନ ବିଷୟସବୁ ବିବେଚନା କର ନାହିଁ। BSB BSB: “Do not call to mind the former things; pay no attention to the things of old.
19 ULB ଦେଖ, ଆମ୍ଭେ ଏକ ନୂତନ କାର୍ଯ୍ୟ କରିବା; ତାହା ଏବେ ଅଙ୍କୁରିତ ହେବ; ତୁମ୍ଭେମାନେ କି ତାହା ଜାଣିବ ନାହିଁ? ଆହୁରି, ଆମ୍ଭେ ପ୍ରାନ୍ତର ମଧ୍ୟରେ ପଥ ଓ ମରୁଭୂମିରେ ନଦନଦୀ କରିବା। BSB BSB: Behold, I am about to do something new; even now it is coming. Do you not see it? Indeed, I will make a way in the wilderness and streams in the desert.
20 ULB କ୍ଷେତ୍ରର ପଶୁଗଣ, ଶୃଗାଳ ଓ ଓଟପକ୍ଷୀଗଣ ଆମ୍ଭର ଗୌରବ କରିବେ; କାରଣ ଆମ୍ଭେ ଆପଣା ମନୋନୀତ ଲୋକମାନଙ୍କର ପାନାର୍ଥେ ପ୍ରାନ୍ତର ମଧ୍ୟରେ ଜଳ ଓ ମରୁଭୂମିରେ ନଦନଦୀ ଯୋଗାଉ; BSB BSB: The beasts of the field will honor Me, the jackals and the ostriches, because I provide water in the wilderness and rivers in the desert, to give drink to My chosen people.
21 ULB ସେହି ଲୋକମାନଙ୍କୁ ଆମ୍ଭେ ଆପଣା ପ୍ରଶଂସା ବର୍ଣ୍ଣନା କରିବା ନିମନ୍ତେ ସୃଷ୍ଟି କରିଅଛୁ। BSB BSB: The people I formed for Myself will declare My praise.
22 ULB ତଥାପି ହେ ଯାକୁବ, ତୁମ୍ଭେ ଆମ୍ଭ ନିକଟରେ ପ୍ରାର୍ଥନା କରି ନାହଁ; ହେ ଇସ୍ରାଏଲ, ତୁମ୍ଭେ ଆମ୍ଭ ବିଷୟରେ କ୍ଳାନ୍ତ ହୋଇଅଛ। BSB BSB: But you have not called on Me, O Jacob, because you have grown weary of Me, O Israel.
23 ULB ତୁମ୍ଭେ ଆପଣା ହୋମାର୍ଥକ ମେଷାଦି ଆମ୍ଭ ନିକଟକୁ ଆଣି ନାହଁ; କିଅବା ତୁମ୍ଭେ ଆପଣା ବଳିଦାନ ଦ୍ୱାରା ଆମ୍ଭର ସମାଦର କରି ନାହଁ। ଆମ୍ଭେ ନୈବେଦ୍ୟ ନିମନ୍ତେ ତୁମ୍ଭକୁ ଦାସ୍ୟକର୍ମ କରାଇ ନାହୁଁ; କିଅବା କୁନ୍ଦୁରୁ ନିମନ୍ତେ ତୁମ୍ଭକୁ କ୍ଳାନ୍ତ କରାଇ ନାହୁଁ। BSB BSB: You have not brought Me sheep for burnt offerings, nor honored Me with your sacrifices. I have not burdened you with offerings, nor wearied you with frankincense.
24 ULB ତୁମ୍ଭେ ରୌପ୍ୟମୁଦ୍ରା ଦେଇ ଆମ୍ଭ ପାଇଁ ସୁଗନ୍ଧି ବଚ କ୍ରୟ କରି ନାହଁ, କିଅବା ତୁମ୍ଭ ବଳିର ମେଦରେ ଆମ୍ଭକୁ ତୃପ୍ତ କରି ନାହଁ; ମାତ୍ର ତୁମ୍ଭେ ଆପଣା ପାପ ଦ୍ୱାରା ଆମ୍ଭକୁ ଦାସ୍ୟକର୍ମ କରାଇଅଛ, ତୁମ୍ଭେ ଆପଣା ନାନା ଅଧର୍ମରେ ଆମ୍ଭକୁ କ୍ଳାନ୍ତ କରିଅଛ। BSB BSB: You have not bought Me sweet cane with your silver, nor satisfied Me with the fat of your sacrifices. But you have burdened Me with your sins; you have wearied Me with your iniquities.
25 ULB ଆମ୍ଭେ, ଆମ୍ଭେ ହିଁ ଆପଣା ଲାଗି ତୁମ୍ଭର ଅଧର୍ମସବୁ ମାର୍ଜନା କରୁ ଓ ତୁମ୍ଭର ପାପସବୁ ଆମ୍ଭେ ସ୍ମରଣ କରିବା ନାହିଁ। BSB BSB: I, yes I, am He who blots out your transgressions for My own sake and remembers your sins no more.
26 ULB ଆମ୍ଭଙ୍କୁ ସ୍ମରଣ କରାଅ; ଆମ୍ଭେମାନେ ପରସ୍ପରର ବିଚାର କରୁ; ତୁମ୍ଭେ ନିର୍ଦ୍ଦୋଷୀକୃତ ହେବା ନିମନ୍ତେ ଆପଣା କଥା କୁହ। BSB BSB: Remind Me, let us argue the matter together. State your case, so that you may be vindicated.
27 ULB ତୁମ୍ଭର ଆଦି ପିତା ପାପ କଲା ଓ ତୁମ୍ଭର ମଧ୍ୟସ୍ଥିମାନେ ଆମ୍ଭ ବିରୁଦ୍ଧରେ ଅଧର୍ମ କରିଅଛନ୍ତି। BSB BSB: Your first father sinned, and your spokesmen rebelled against Me.
28 ULB ଏନିମନ୍ତେ ଆମ୍ଭେ ପବିତ୍ର ସ୍ଥାନର ଅଧିପତିମାନଙ୍କୁ ଅପବିତ୍ର କରିବା, ଆମ୍ଭେ ଯାକୁବକୁ ଅଭିଶାପ ଓ ଇସ୍ରାଏଲକୁ ନିନ୍ଦାପାତ୍ର କରିବା।” BSB BSB: So I will disgrace the princes of your sanctuary, and I will devote Jacob to destruction and Israel to reproach.”
Select verses for actions: Enter goes to them and Escape comes back.