1 ULB ତଥାପି ହେ ଆମ୍ଭର ଦାସ ଯାକୁବ ଓ ଆମ୍ଭର ମନୋନୀତ ଇସ୍ରାଏଲ, ଏବେ ଶୁଣ; BSB BSB: But now listen, O Jacob My servant, Israel, whom I have chosen.
2 ULB ଯେ ତୁମ୍ଭକୁ ନିର୍ମାଣ କଲେ ଓ ଗର୍ଭରୁ ତୁମ୍ଭକୁ ଗଢ଼ିଲେ, ଯେ ତୁମ୍ଭର ସାହାଯ୍ୟ କରିବେ, ସେହି ସଦାପ୍ରଭୁ ଏହି କଥା କହନ୍ତି; “ହେ ଆମ୍ଭର ଦାସ ଯାକୁବ, ହେ ଆମ୍ଭର ମନୋନୀତ ଯିଶୁରୁଣ, ଭୟ କର ନାହିଁ। BSB BSB: This is the word of the LORD, your Maker, who formed you from the womb and who will help you: “Do not be afraid, O Jacob My servant, Jeshurun, whom I have chosen.
3 ULB କାରଣ ଆମ୍ଭେ ତୃଷିତ ଉପରେ ଜଳ ଓ ଶୁଷ୍କ ଭୂମି ଉପରେ ଜଳସ୍ରୋତ ଢାଳିବା; ଆମ୍ଭେ ତୁମ୍ଭ ବଂଶ ଉପରେ ଆପଣା ଆତ୍ମା ଓ ତୁମ୍ଭ ସନ୍ତାନଗଣ ଉପରେ ଆପଣା ଆଶୀର୍ବାଦ ଢାଳିବା; BSB BSB: For I will pour water on the thirsty land, and currents on the dry ground. I will pour out My Spirit on your descendants, and My blessing on your offspring.
4 ULB ତହିଁରେ ସେମାନେ ଜଳସ୍ରୋତ ନିକଟସ୍ଥ ବାଇଶୀ ବୃକ୍ଷ ତୁଲ୍ୟ ତୃଣ ମଧ୍ୟରେ ଅଙ୍କୁରିତ ହେବେ। BSB BSB: They will sprout among the grass like willows by flowing streams.
5 ULB ଏକ ଜଣ କହିବ, ଆମ୍ଭେ ସଦାପ୍ରଭୁଙ୍କର; ଅନ୍ୟ ଜଣ ଯାକୁବ ନାମରେ ଆପଣାକୁ ଖ୍ୟାତ କରିବ; ଆଉ, ଜଣେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ୱହସ୍ତରେ ସ୍ୱାକ୍ଷର କରିବ ଓ ଇସ୍ରାଏଲୀୟ କୁଳ ନାମରେ ଆପଣାକୁ ପ୍ରସିଦ୍ଧ କରିବ।” BSB BSB: One will say, ‘I belong to the LORD,’ another will call himself by the name of Jacob, and still another will write on his hand, ‘The LORD’s,’ and will take the name of Israel.”
7 ULB ଆମ୍ଭେ ସେହି ପୁରାତନ ଲୋକଙ୍କୁ ସ୍ଥାପନ କରିବା ସମୟଠାରୁ ଆମ୍ଭ ତୁଲ୍ୟ କିଏ ଆହ୍ୱାନ କରିବ ଓ ତାହା ପ୍ରକାଶ କରିବ ଓ ଯଥାକ୍ରମେ ଆମ୍ଭ ପାଇଁ ତାହା ସଜାଇବ? ପୁଣି, ଯାହା ଯାହା ନିକଟବର୍ତ୍ତୀ ଓ ଯାହା ଯାହା ଘଟିବ, ତାହା ସେମାନେ ପ୍ରକାଶ କରନ୍ତୁ। BSB BSB: Who then is like Me? Let him say so! Let him declare his case before Me, since I established an ancient people. Let him foretell the things to come, and what is to take place.
8 ULB ତୁମ୍ଭେମାନେ କମ୍ପିତ କିଅବା ଭୀତ ହୁଅ ନାହିଁ; ଆମ୍ଭେ କ’ଣ ପୂର୍ବରୁ ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରି ନାହୁଁ ଓ ତୁମ୍ଭମାନଙ୍କୁ ତାହା ଜଣାଇ ନାହୁଁ? ତୁମ୍ଭେମାନେ ଆମ୍ଭର ସାକ୍ଷୀ। ଆମ୍ଭ ଭିନ୍ନ ଆଉ କି ପରମେଶ୍ୱର ଅଛନ୍ତି? ଅନ୍ୟ ଶୈଳ ନାହିଁ; ଆମ୍ଭେ କାହାକୁ ଜାଣୁ ନା।” BSB BSB: Do not tremble or fear. Have I not told you and declared it long ago? You are My witnesses! Is there any God but Me? There is no other Rock; I know not one.”
9 ULB ଯେଉଁମାନେ ଖୋଦିତ ପ୍ରତିମା ନିର୍ମାଣ କରନ୍ତି, ସେମାନେ ସମସ୍ତେ ଅସାର ଓ ସେମାନଙ୍କର ମନୋହର ବିଷୟମାନ ଉପକାରକ ହେବ ନାହିଁ; ସେମାନେ ଯେପରି ଲଜ୍ଜିତ ହେବେ, ଏଥିପାଇଁ ସେମାନଙ୍କର ନିଜ ସାକ୍ଷୀଗଣ ଦେଖନ୍ତି ନାହିଁ, କିଅବା ଜାଣନ୍ତି ନାହିଁ। BSB BSB: All makers of idols are nothing, and the things they treasure are worthless. Their witnesses fail to see or comprehend, so they are put to shame.
10 ULB ଯାହା କୌଣସି ବିଷୟରେ ଉପକାରକ ନୁହେଁ, ଏପରି ଦେବତା କିଏ ନିର୍ମାଣ କରିଅଛି, ଅବା ଖୋଦିତ ପ୍ରତିମା କିଏ ଛାଞ୍ଚରେ ଢାଳିଅଛି? BSB BSB: Who fashions a god or casts an idol which profits him nothing?
11 ULB ଦେଖ, ତାହାର ସହାୟ ସମସ୍ତେ ଲଜ୍ଜିତ ହେବେ; ପୁଣି, ଶିଳ୍ପକାରୀମାନେ ମନୁଷ୍ୟ ମାତ୍ର; ସେସମସ୍ତେ ଏକତ୍ର ହେଉନ୍ତୁ, ସେମାନେ ଛିଡ଼ା ହେଉନ୍ତୁ; ସେମାନେ କମ୍ପିତ ହେବେ, ସେମାନେ ଏକା ବେଳେ ଲଜ୍ଜିତ ହେବେ। BSB BSB: Behold, all his companions will be put to shame, for the craftsmen themselves are only human. Let them all assemble and take their stand; they will all be brought to terror and shame.
12 ULB କର୍ମକାର ଲୌହ ଅସ୍ତ୍ର ନିର୍ମାଣ କରି ତପ୍ତ ଅଙ୍ଗାରରେ କର୍ମ କରେ ଓ ହାତୁଡ଼ିରେ ତାହା ଗଢ଼ି ନିଜର ବଳିଷ୍ଠ ବାହୁରେ ତାହା ପ୍ରସ୍ତୁତ କରେ; ହଁ, ସେ କ୍ଷୁଧିତ ହୁଏ ଓ ତାହାର ବଳ ଊଣା ପଡ଼ିଯାଏ, ସେ ଜଳପାନ ନ କରି କ୍ଳାନ୍ତ ହୁଏ। BSB BSB: The blacksmith takes a tool and labors over the coals; he fashions an idol with hammers and forges it with his strong arms. Yet he grows hungry and loses his strength; he fails to drink water and grows faint.
13 ULB ସୂତ୍ରଧର ସୂତା ଟାଣେ; ସେ ସିନ୍ଦୁର ଦ୍ୱାରା ଚିହ୍ନ ଦିଏ, ସେ ରନ୍ଦା ବୁଲାଇ ଆକୃତି କରି କମ୍ପାସ ଦ୍ୱାରା ଚିହ୍ନ ଦିଏ ଓ ଗୃହରେ ବାସ କରାଇବା ନିମନ୍ତେ ମନୁଷ୍ୟର ଆକୃତି ଓ ସୌନ୍ଦର୍ଯ୍ୟ ଅନୁସାରେ ତାହା ନିର୍ମାଣ କରେ। BSB BSB: The woodworker extends a measuring line; he marks it out with a stylus; he shapes it with chisels and outlines it with a compass. He fashions it in the likeness of man, like man in all his glory, that it may dwell in a shrine.
14 ULB ସେ ଆପଣା ନିମନ୍ତେ ଏରସ ବୃକ୍ଷ କାଟେ, ତର୍ସା ଓ ଅଲୋନ ବୃକ୍ଷ ନିଏ, ସେ ବନବୃକ୍ଷ ମଧ୍ୟରୁ ଗୋଟିଏ ବୃକ୍ଷ ଆପଣା ପାଇଁ ଦୃଢ଼ କରେ; ସେ ଦେବଦାରୁ ବୃକ୍ଷ ରୋପଣ କରେ ଓ ବୃଷ୍ଟି ତାହା ବଢ଼ାଏ। BSB BSB: He cuts down cedars or retrieves a cypress or oak. He lets it grow strong among the trees of the forest. He plants a laurel, and the rain makes it grow.
15 ULB ଏଉତ୍ତାରେ ତାହା ମନୁଷ୍ୟର ଜାଳେଣି କାଷ୍ଠ ହୁଏ; ସେ ତହିଁରୁ କିଛି ନେଇ ଅଗ୍ନି ତାପ ନିଏ; ଆଉ, ସେ ତାହା ଜାଳି ରୁଟି ପାକ କରେ; ଆହୁରି, ଗୋଟିଏ ଦେବତା କରି ତାହା ପୂଜା କରେ; ସେ ଗୋଟିଏ ଖୋଦିତ ପ୍ରତିମା କରି ତାହା ଆଗରେ ଦଣ୍ଡବତ କରେ। BSB BSB: It serves as fuel for man. He takes some of it to warm himself, and he kindles a fire and bakes his bread. He also fashions it into a god and worships it; he makes an idol and bows down to it.
16 ULB ସେ ତହିଁରୁ ଏକ ଅଂଶ ଅଗ୍ନିରେ ପୋଡ଼େ; ଅନ୍ୟ ଅଂଶରେ ସେ ମାଂସ ପାକ କରି ଭୋଜନ କରେ ଓ ଶୂଲ୍ୟମାଂସ ପ୍ରସ୍ତୁତ କରି ତୃପ୍ତ ହୁଏ, ଆହୁରି ସେ ଅଗ୍ନି ତାପ ନେଇ କହେ, ଆଃ, ଆମ୍ଭେ ଉଷ୍ଣ ହେଲୁ, ଆମ୍ଭେ ଅଗ୍ନି ଦେଖିଲୁ। BSB BSB: He burns half of it in the fire, and he roasts meat on that half. He eats the roast and is satisfied. Indeed, he warms himself and says, “Ah! I am warm; I see the fire.”
17 ULB ପୁଣି, ସେ ତହିଁର ଅବଶିଷ୍ଟାଂଶ ଦ୍ୱାରା ଏକ ଦେବତା, ଆପଣାର ଖୋଦିତ ପ୍ରତିମା ନିର୍ମାଣ କରେ; ସେ ତାହା ଆଗରେ ଦଣ୍ଡବତ କରି ପୂଜା କରେ ଓ ତାହା ନିକଟରେ ପ୍ରାର୍ଥନା କରି କହେ, “ଆମ୍ଭକୁ ଉଦ୍ଧାର କର, ତୁମ୍ଭେ ଆମ୍ଭର ଦେବତା।” BSB BSB: From the rest he makes a god, his graven image. He bows down to it and worships; he prays to it and says, “Save me, for you are my god.”
18 ULB ସେମାନେ ଜାଣନ୍ତି ନାହିଁ, କିଅବା ବିବେଚନା କରନ୍ତି ନାହିଁ, କାରଣ ସେମାନେ ଯେପରି ଦେଖି ନ ପାରିବେ, ଏଥିପାଇଁ ସେମାନଙ୍କର ଚକ୍ଷୁ ଓ ସେମାନେ ଯେପରି ବୁଝି ନ ପାରିବେ, ଏଥିପାଇଁ ସେମାନଙ୍କର ଚିତ୍ତ ସେ ମୁଦ୍ରିତ କରିଅଛନ୍ତି। BSB BSB: They do not comprehend or discern, for He has shut their eyes so they cannot see and closed their minds so they cannot understand.
19 ULB କେହି ମନେ କରେ ନାହିଁ, କିଅବା ଏହା କହିବା ପାଇଁ କାହାରି ଜ୍ଞାନ କି ବୁଦ୍ଧି ନାହିଁ ଯେ, “ଯହିଁର ଏକ ଅଂଶ ନେଇ ଆମ୍ଭେ ଅଗ୍ନିରେ ଦଗ୍ଧ କରିଅଛୁ ଓ ଯହିଁର ଜ୍ୱଳ; ଅଙ୍ଗାର ନେଇ ରୁଟି ପାକ କରିଅଛୁ ଓ ମାଂସ ପାକ କରି ଭୋଜନ କରିଅଛୁ, ତହିଁର ଅବଶିଷ୍ଟାଂଶ ନେଇ କି ଘୃଣାଯୋଗ୍ୟ ବସ୍ତୁ ନିର୍ମାଣ କରିବା? ଆମ୍ଭେ କି ଖଣ୍ଡେ କାଷ୍ଠ ଆଗରେ ଦଣ୍ଡବତ କରିବା? BSB BSB: And no one considers in his heart, no one has the knowledge or insight to say, “I burned half of it in the fire, and I baked bread on its coals; I roasted meat and I ate. Shall I make something detestable with the rest of it? Shall I bow down to a block of wood?”
20 ULB ସେ ଭସ୍ମ ଭୋଜନ କରେ; ସେ ଯେପରି ଆପଣା ପ୍ରାଣ ଉଦ୍ଧାର କରି ନ ପାରେ, କିଅବା ଆମ୍ଭ ଡାହାଣ ହସ୍ତରେ କି ମିଥ୍ୟା ନାହିଁ, ଏହା କହି ନ ପାରେ, ଏଥିପାଇଁ ଭ୍ରାନ୍ତ ଚିତ୍ତ ତାହାକୁ ବିପଥଗାମୀ କରିଅଛି।” BSB BSB: He feeds on ashes. His deluded heart has led him astray, and he cannot deliver himself or say, “Is not this thing in my right hand a lie?”
21 ULB ହେ ଯାକୁବ, ହେ ଇସ୍ରାଏଲ, ତୁମ୍ଭେ ଏହିସବୁ କଥା ସ୍ମରଣ କର, କାରଣ ତୁମ୍ଭେ ଆମ୍ଭର ଦାସ; ଆମ୍ଭେ ତୁମ୍ଭକୁ ଗଢ଼ିଅଛୁ; ତୁମ୍ଭେ ଆମ୍ଭର ଦାସ; ହେ ଇସ୍ରାଏଲ, ତୁମ୍ଭେ ଆମ୍ଭ ଦ୍ୱାରା ବିସ୍ମୃତ ହେବ ନାହିଁ। BSB BSB: Remember these things, O Jacob, for you are My servant, O Israel. I have made you, and you are My servant; O Israel, I will never forget you.
22 ULB ଆମ୍ଭେ ତୁମ୍ଭର ଅଧର୍ମସବୁ ନିବିଡ଼ କୁହୁଡ଼ିର ନ୍ୟାୟ ଓ ତୁମ୍ଭର ପାପସବୁ ମେଘ ପରି ମାର୍ଜନା କରିଅଛୁ; ଆମ୍ଭ ନିକଟକୁ ଫେରି ଆସ; କାରଣ ଆମ୍ଭେ ତୁମ୍ଭକୁ ମୁକ୍ତ କରିଅଛୁ। BSB BSB: I have blotted out your transgressions like a cloud, and your sins like a mist. Return to Me, for I have redeemed you.
23 ULB ହେ ଆକାଶମଣ୍ଡଳ, ଗାନ କର, କାରଣ ସଦାପ୍ରଭୁ ଏହା ସାଧନ କରିଅଛନ୍ତି; ହେ ପୃଥିବୀର ଅଧଃସ୍ଥାନସକଳ, ଆନନ୍ଦଧ୍ୱନି କର; ହେ ପର୍ବତଗଣ, ହେ ଅରଣ୍ୟ ଓ ତନ୍ମଧ୍ୟସ୍ଥ ପ୍ରତ୍ୟେକ ବୃକ୍ଷ, ତୁମ୍ଭେମାନେ ଉଚ୍ଚସ୍ୱରରେ ଗାନ କର; କାରଣ ସଦାପ୍ରଭୁ ଯାକୁବକୁ ମୁକ୍ତ କରିଅଛନ୍ତି ଓ ଇସ୍ରାଏଲ ମଧ୍ୟରେ ଆପଣାକୁ ଗୌରବାନ୍ୱିତ କରିବେ। BSB BSB: Sing for joy, O heavens, for the LORD has done this; shout aloud, O depths of the earth. Break forth in song, O mountains, you forests and all your trees. For the LORD has redeemed Jacob, and revealed His glory in Israel.
24 ULB ତୁମ୍ଭର ମୁକ୍ତିଦାତା ସଦାପ୍ରଭୁ, ଗର୍ଭରୁ ଯେ ତୁମ୍ଭକୁ ଗଢ଼ିଲେ, ସେ ଏହା କହନ୍ତି; “ଆମ୍ଭେ ସଦାପ୍ରଭୁ, ଆମ୍ଭେ ସବୁ କାର୍ଯ୍ୟ ସାଧନ କରୁ ଆମ୍ଭେ ଏକାକୀ ଆକାଶମଣ୍ଡଳ ବିସ୍ତାର କରୁ; ଆମ୍ଭେ ପୃଥିବୀକୁ ପ୍ରସାର କରୁ; ଆମ୍ଭର ସଙ୍ଗୀ କିଏ? BSB BSB: Thus says the LORD, your Redeemer who formed you from the womb: “I am the LORD, who has made all things, who alone stretched out the heavens, who by Myself spread out the earth,
25 ULB ଆମ୍ଭେ ମିଥ୍ୟାବାଦୀମାନଙ୍କର (ଦତ୍ତ) ଲକ୍ଷଣସବୁ ବିଫଳ କରୁ ଓ ମନ୍ତ୍ରଜ୍ଞମାନଙ୍କୁ ଉନ୍ମତ୍ତ କରୁ; ଆମ୍ଭେ ଜ୍ଞାନୀମାନଙ୍କୁ ପଛକୁ ହଟାଇ ଦେଉ ଓ ସେମାନଙ୍କର ଜ୍ଞାନ ମୂର୍ଖତା କରୁ; BSB BSB: who foils the signs of false prophets and makes fools of diviners, who confounds the wise and turns their knowledge into nonsense,
26 ULB ଆମ୍ଭେ ଆପଣା ଦାସର ବାକ୍ୟ ଦୃଢ଼ କରୁ ଓ ଆପଣା ଦୂତଗଣର ମନ୍ତ୍ରଣା ସିଦ୍ଧ କରୁ; ଆମ୍ଭେ ଯିରୂଶାଲମ ବିଷୟରେ କହୁ, ତାହା ବସତିବିଶିଷ୍ଟ ହେବ ଓ ଯିହୁଦାର ନଗରମାନଙ୍କ ବିଷୟରେ କହୁ, ସେହି ସବୁ ପୁନଃନିର୍ମିତ ହେବ, ପୁଣି ଆମ୍ଭେ ତହିଁର ଉଜାଡ଼ ସ୍ଥାନ ସବୁ ପୁନର୍ବାର ପତ୍ତନ କରିବା; BSB BSB: who confirms the message of His servant and fulfills the counsel of His messengers, who says of Jerusalem, ‘She will be inhabited,’ and of the cities of Judah, ‘They will be rebuilt, and I will restore their ruins,’
27 ULB ଆମ୍ଭେ ଅଗାଧ ଜଳକୁ କହୁ, ଶୁଷ୍କ ହୁଅ; ପୁଣି ଆମ୍ଭେ ତୁମ୍ଭର ନଦନଦୀସବୁ ଶୁଷ୍କ କରିବା; BSB BSB: who says to the depths of the sea, ‘Be dry, and I will dry up your currents,’
Select verses for actions: Enter goes to them and Escape comes back.