1 ULB ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଯେଉଁ ପତ୍ର ଦ୍ୱାରା ତୁମ୍ଭମାନଙ୍କ ମାତାକୁ ତ୍ୟାଗ କରିଅଛୁ, ତାହାର ସେହି ଛାଡ଼ପତ୍ର କାହିଁ? ଅଥବା ଆମ୍ଭ ବ୍ୟବସାୟୀମାନଙ୍କ ମଧ୍ୟରୁ କାହା ନିକଟରେ ତୁମ୍ଭମାନଙ୍କୁ ବିକ୍ରୟ କରିଅଛୁ? ଦେଖ, ତୁମ୍ଭେମାନେ ନିଜ ଅପରାଧ ସକାଶୁ ବିକ୍ରୀତ ହୋଇଥିଲ ଓ ତୁମ୍ଭମାନଙ୍କ ଅଧର୍ମ ସକାଶୁ ତୁମ୍ଭମାନଙ୍କର ମାତା ତ୍ୟକ୍ତା ହୋଇଥିଲା। BSB BSB: This is what the LORD says: “Where is your mother’s certificate of divorce with which I sent her away? Or to which of My creditors did I sell you? Look, you were sold for your iniquities, and for your transgressions your mother was sent away.
2 ULB ଆମ୍ଭେ ଯେତେବେଳେ ଆସିଲୁ କାହିଁକି କେହି ଉପସ୍ଥିତ ନ ଥିଲା? ଆମ୍ଭେ ଯେତେବେଳେ ଡାକିଲୁ କାହିଁକି କେହି ଉତ୍ତର ଦେବାକୁ ନ ଥିଲା? ଆମ୍ଭର ହସ୍ତ କି କିଛି ଛୋଟ ହୋଇଅଛି ଯେ, ତାହା ମୁକ୍ତ କରି ନ ପାରେ? କିଅବା ଉଦ୍ଧାର କରିବା ପାଇଁ କି ଆମ୍ଭର ପରାକ୍ରମ ନାହିଁ? ଦେଖ, ଆମ୍ଭେ ଧମକରେ ସମୁଦ୍ରକୁ ଶୁଷ୍କ କରୁ, ଆମ୍ଭେ ନଦନଦୀକୁ ପ୍ରାନ୍ତର କରୁ; ସେଠାସ୍ଥିତ ମତ୍ସ୍ୟ ଜଳ ଅଭାବରେ ତୃଷାର୍ତ୍ତ ହୋଇ ମରିଯାଇ ଦୁର୍ଗନ୍ଧ ହୁଏ। BSB BSB: Why was no one there when I arrived? Why did no one answer when I called? Is My hand too short to redeem you? Or do I lack the strength to deliver you? Behold, My rebuke dries up the sea; I turn the rivers into a desert; the fish rot for lack of water and die of thirst.
3 ULB ଆମ୍ଭେ ଆକାଶମଣ୍ଡଳକୁ କାଳିମା ପିନ୍ଧାଉ ଓ ଚଟବସ୍ତ୍ରକୁ ସେହି ସବୁର ଆଚ୍ଛାଦନ କରୁ।” BSB BSB: I clothe the heavens in black and make sackcloth their covering.”
4 ULB ମୁଁ ଯେପରି କ୍ଳାନ୍ତ ଲୋକକୁ ବାକ୍ୟ ଦ୍ୱାରା ସୁସ୍ଥିର କରି ପାରିବି, ଏଥିପାଇଁ ପ୍ରଭୁ, ସଦାପ୍ରଭୁ ମୋତେ ଶିକ୍ଷିତ ଲୋକମାନଙ୍କର ଜିହ୍ୱା ଦେଇଅଛନ୍ତି; ସେ ପ୍ରତି ପ୍ରଭାତ ଜାଗ୍ରତ କରାନ୍ତି, ଶିକ୍ଷିତ ଲୋକ ପରି ଶୁଣିବା ପାଇଁ ସେ ମୋହର କର୍ଣ୍ଣକୁ ଜାଗ୍ରତ କରାନ୍ତି। BSB BSB: The Lord GOD has given Me the tongue of discipleship, to sustain the weary with a word. He awakens Me morning by morning; He awakens My ear to listen as a disciple.
5 ULB ପ୍ରଭୁ, ସଦାପ୍ରଭୁ ମୋହର କର୍ଣ୍ଣ ଫିଟାଇ ଅଛନ୍ତି, ପୁଣି ମୁଁ ବିରୁଦ୍ଧାଚାରୀ ହୋଇ ନାହିଁ, କିଅବା ପଛକୁ ଫେରି ନାହିଁ। BSB BSB: The Lord GOD has opened My ears, and I have not been rebellious, nor have I turned back.
6 ULB ମୁଁ ପ୍ରହାରକ ପ୍ରତି ଆପଣା ପିଠି, ଦାଢ଼ି ଉପାଡ଼ିବା ଲୋକମାନଙ୍କ ପ୍ରତି ଆପଣା ଗାଲ ପାତି ଦେଲି; ମୁଁ ଅପମାନ ଓ ଛେପ ପକାଇବାରୁ ମୋହର ମୁଖ ଲୁଚାଇ ନାହିଁ। BSB BSB: I offered My back to those who struck Me, and My cheeks to those who tore out My beard. I did not hide My face from scorn and spittle.
7 ULB କାରଣ ପ୍ରଭୁ, ସଦାପ୍ରଭୁ ମୋହର ସାହାଯ୍ୟ କରିବେ; ଏଥିପାଇଁ ମୁଁ ବିବ୍ରତ ହୋଇ ନାହିଁ; ଏଥିପାଇଁ ମୁଁ ଚକ୍ମକି ପଥର ପରି ଆପଣା ମୁଖ ରଖିଅଛି, ଆଉ ମୁଁ ଯେ ଲଜ୍ଜିତ ନୋହିବି, ଏହା ଜାଣେ। BSB BSB: Because the Lord GOD helps Me, I have not been disgraced; therefore I have set My face like flint, and I know that I will not be put to shame.
8 ULB ଯେ ମୋତେ ଧାର୍ମିକ କରନ୍ତି, ସେ ନିକଟବର୍ତ୍ତୀ; କିଏ ମୋ’ ସଙ୍ଗରେ ବିରୋଧ କରିବ? ଆସ, ଆମ୍ଭେମାନେ ଏକତ୍ର ଠିଆ ହେଉ; ମୋହର ବିପକ୍ଷ କିଏ? ସେ ମୋହର ନିକଟକୁ ଆସୁ। BSB BSB: The One who vindicates Me is near. Who will dare to contend with Me? Let us confront each other! Who has a case against Me? Let him approach Me!
9 ULB ଦେଖ, ପ୍ରଭୁ, ସଦାପ୍ରଭୁ ମୋହର ସାହାଯ୍ୟ କରିବେ; ମୋତେ ଦୋଷୀ କରିବ କିଏ? ଦେଖ, ସେମାନେ ସମସ୍ତେ ବସ୍ତ୍ର ପରି ପୁରୁଣା ହେବେ; କୀଟ ସେମାନଙ୍କୁ ଗ୍ରାସ କରିବ। BSB BSB: Surely the Lord GOD helps Me. Who is there to condemn Me? See, they will all wear out like a garment; the moths will devour them.
10 ULB ଯେ ସଦାପ୍ରଭୁଙ୍କୁ ଭୟ କରେ ଓ ତାହାଙ୍କ ସେବକର ବାକ୍ୟ ପାଳନ କରେ, ତୁମ୍ଭମାନଙ୍କ ମଧ୍ୟରେ ଏପରି କିଏ ଅଛି? ଯେଉଁ ଲୋକ ଅନ୍ଧକାରରେ ଗମନ କରେ ଓ ଦୀପ୍ତିପ୍ରାପ୍ତ ନ ହୁଏ, ସେ ସଦାପ୍ରଭୁଙ୍କ ନାମରେ ବିଶ୍ୱାସ କରୁ ଓ ଆପଣା ପରମେଶ୍ୱରଙ୍କ ଉପରେ ନିର୍ଭର କରୁ। BSB BSB: Who among you fears the LORD and obeys the voice of His Servant? Who among you walks in darkness and has no light? Let him trust in the name of the LORD; let him lean on his God.
11 ULB ଅଗ୍ନି ଜ୍ୱଳାଉଅଛ, ଅଗ୍ନିଖୁଣ୍ଟାରେ ଆପଣାମାନଙ୍କୁ ବେଷ୍ଟନ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେ ସମସ୍ତେ ଦେଖ: ତୁମ୍ଭେମାନେ ଆପଣାମାନଙ୍କ ଅଗ୍ନିଶିଖା ଓ ଆପଣାମାନଙ୍କ ପ୍ରଜ୍ୱଳିତ ଅଗ୍ନିଖୁଣ୍ଟା ମଧ୍ୟରେ ଗମନ କର। ମୋ’ ହସ୍ତରୁ ଏହା ତୁମ୍ଭେମାନେ ପାଇବ; ତୁମ୍ଭେମାନେ ଶୋକରେ ଶୟନ କରିବ। BSB BSB: Behold, all you who kindle a fire, who array yourselves with firebrands, walk in the light of your fire and of the firebrands you have lit! This is what you will receive from My hand: You will lie down in a place of torment.
Select verses for actions: Enter goes to them and Escape comes back.