2 ULB କାରଣ ସେ ତାହାଙ୍କ ଦୃଷ୍ଟିରେ ଚାରା ତୁଲ୍ୟ ଓ ଶୁଷ୍କ ଭୂମିରୁ ଉତ୍ପନ୍ନ ମୂଳ ତୁଲ୍ୟ ବଢ଼ିଲେ; ତାହାଙ୍କର ରୂପ କି ଶୋଭା ନାହିଁ; ପୁଣି, ତାହାଙ୍କୁ ଦେଖିଲେ, ଆମ୍ଭେମାନେ ଯେ ଶ୍ରଦ୍ଧା କରିବା, ତାହାଙ୍କର ଏପରି ସୌନ୍ଦର୍ଯ୍ୟ ନାହିଁ। BSB BSB: He grew up before Him like a tender shoot, and like a root out of dry ground. He had no stately form or majesty to attract us, no beauty that we should desire Him.
3 ULB ସେ ଅବଜ୍ଞାତ ଓ ମନୁଷ୍ୟର ତ୍ୟକ୍ତ; ଦୁଃଖୀ ଲୋକ ଓ ଶୋକପରିଚିତ, ପୁଣି ମନୁଷ୍ୟମାନେ ଯାହାଠାରୁ ମୁଖ ଆଚ୍ଛାଦନ କରନ୍ତି, ଏପରି ଲୋକ ତୁଲ୍ୟ ସେ ଅବଜ୍ଞାତ ହେଲେ, ଆଉ ଆମ୍ଭେମାନେ ତାହାଙ୍କୁ ମାନ୍ୟ କଲୁ ନାହିଁ। BSB BSB: He was despised and rejected by men, a man of sorrows, acquainted with grief. Like one from whom men hide their faces, He was despised, and we esteemed Him not.
6 ULB ଆମ୍ଭେମାନେ ସମସ୍ତେ ମେଷଗଣ ତୁଲ୍ୟ ବିପଥଗାମୀ ହୋଇଅଛୁ; ଆମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ବାଟଆଡ଼େ ଫେରିଅଛୁ; ଆଉ, ସଦାପ୍ରଭୁ ଆମ୍ଭ ସମସ୍ତଙ୍କର ଅପରାଧ ତାହାଙ୍କ ଉପରେ ବର୍ତ୍ତାଇଅଛନ୍ତି। BSB BSB: We all like sheep have gone astray, each one has turned to his own way; and the LORD has laid upon Him the iniquity of us all.
8 ULB ସେ ଉପଦ୍ରବ ଓ ବିଚାର ଦ୍ୱାରା ଦୂରୀକୃତ ହେଲେ; ଆଉ, ସେ ଯେ ଜୀବିତ ଲୋକମାନଙ୍କ ଦେଶରୁ ଉଚ୍ଛିନ୍ନ ହେଲେ, ଏହା ତାହାଙ୍କ ସମୟର ଲୋକମାନଙ୍କ ମଧ୍ୟରେ କିଏ ବିବେଚନା କଲା? ଆମ୍ଭ ଲୋକମାନଙ୍କର ଅପରାଧ ନିମନ୍ତେ ସେ ପ୍ରହାରିତ ହେଲେ। BSB BSB: By oppression and judgment He was taken away, and who can recount His descendants? For He was cut off from the land of the living; He was stricken for the transgression of My people.
9 ULB ପୁଣି, ସେ କୌଣସି ଦୌରାତ୍ମ୍ୟ ନ କଲେ ହେଁ ଓ ତାହାଙ୍କ ମୁଖରେ କୌଣସି ଛଳ ନ ଥିଲେ ହେଁ ଲୋକମାନେ ଦୁଷ୍ଟଗଣର ସହିତ ତାହାଙ୍କର କବର ନିରୂପଣ କଲେ ଓ ମୃତ୍ୟୁୁରେ ସେ ଧନବାନର ସଙ୍ଗୀ ହେଲେ। BSB BSB: He was assigned a grave with the wicked, and with a rich man in His death, although He had done no violence, nor was any deceit in His mouth.
10 ULB ତଥାପି ତାହାଙ୍କୁ ଚୂର୍ଣ୍ଣ କରିବାକୁ ସଦାପ୍ରଭୁଙ୍କର ଅଭିମତ ହେଲା; ସେ ତାହାଙ୍କୁ ଦୁଃଖଗ୍ରସ୍ତ କରିଅଛନ୍ତି; ତୁମ୍ଭେ ତାହାଙ୍କ ପ୍ରାଣକୁ ପାପାର୍ଥକ ବଳି କଲେ, ସେ ଆପଣା ବଂଶ ଦେଖିବେ, ସେ ଦୀର୍ଘାୟୁ ହେବେ ଓ ତାହାଙ୍କ ହସ୍ତରେ ସଦାପ୍ରଭୁଙ୍କର ଇଷ୍ଟ ସିଦ୍ଧ ହେବ। BSB BSB: Yet it was the LORD’s will to crush Him and to cause Him to suffer; and when His soul is made a guilt offering, He will see His offspring, He will prolong His days, and the good pleasure of the LORD will prosper in His hand.
11 ULB ସେ ଆପଣା ପ୍ରାଣବେଦନାର ଫଳ ଦେଖି ତୃପ୍ତ ହେବେ; ଆମ୍ଭର ଧାର୍ମିକ ଦାସ ଆପଣାର ଜ୍ଞାନ ଦ୍ୱାରା ଅନେକଙ୍କୁ ଧାର୍ମିକ କରିବେ ଓ ସେ ସେମାନଙ୍କର ଅପରାଧ ବହିବେ। BSB BSB: After the anguish of His soul, He will see the light of life and be satisfied. By His knowledge My righteous Servant will justify many, and He will bear their iniquities.
12 ULB ଏହେତୁ ଆମ୍ଭେ ମହତମାନଙ୍କ ମଧ୍ୟରେ ତାହାଙ୍କୁ ଅଂଶ ଦେବା ଓ ସେ ପରାକ୍ରମୀମାନଙ୍କ ସଙ୍ଗେ ଲୁଟିତ ବିଭାଗ କରି ନେବେ; କାରଣ ସେ ମୃତ୍ୟୁୁମୁଖରେ ଆପଣା ପ୍ରାଣ ଢାଳି ଦେଲେ; ଓ ଅଧାର୍ମିକମାନଙ୍କ ସହିତ ଗଣିତ ହେଲେ; ତଥାପି ସେ ଅନେକଙ୍କର ପାପଭାର ବହନ କଲେ ଓ ଅଧାର୍ମିକମାନଙ୍କ ନିମନ୍ତେ ପ୍ରାର୍ଥନା କଲେ। BSB BSB: Therefore I will allot Him a portion with the great, and He will divide the spoils with the strong, because He has poured out His life unto death, and He was numbered with the transgressors. Yet He bore the sin of many and made intercession for the transgressors.
Select verses for actions: Enter goes to them and Escape comes back.