1 ULB ଉଠ, ଦୀପ୍ତିମତୀ ହୁଅ, କାରଣ ତୁମ୍ଭର ଦୀପ୍ତି ଉପସ୍ଥିତ ଓ ସଦାପ୍ରଭୁଙ୍କର ପ୍ରତାପ ତୁମ୍ଭ ଉପରେ ଉଦିତ ହୋଇଅଛି। BSB BSB: Arise, shine, for your light has come, and the glory of the LORD rises upon you.
2 ULB କାରଣ, ଦେଖ, ଅନ୍ଧକାର ପୃଥିବୀକୁ ଓ ଘୋର ଅନ୍ଧକାର ଗୋଷ୍ଠୀବର୍ଗଙ୍କୁ ଆଚ୍ଛନ୍ନ କରିବ; ମାତ୍ର ତୁମ୍ଭ ଉପରେ ସଦାପ୍ରଭୁ ଉଦିତ ହେବେ ଓ ତାହାଙ୍କର ପ୍ରତାପ ତୁମ୍ଭ ଉପରେ ଦେଖାଯିବ। BSB BSB: For behold, darkness covers the earth, and thick darkness is over the peoples; but the LORD will rise upon you, and His glory will appear over you.
3 ULB ପୁଣି, ଅନ୍ୟ ଦେଶୀୟମାନେ ତୁମ୍ଭର ଦୀପ୍ତି ନିକଟକୁ ଓ ରାଜାଗଣ ତୁମ୍ଭ ଅରୁଣୋଦୟର ଆଲୁଅ ନିକଟକୁ ଆସିବେ। BSB BSB: Nations will come to your light, and kings to the brightness of your dawn.
4 ULB ତୁମ୍ଭେ ଅନାଇ ଚତୁର୍ଦ୍ଦିଗ ଦେଖ, ସେମାନେ ସମସ୍ତେ ଏକତ୍ର ହେଉଅଛନ୍ତି, ସେମାନେ ତୁମ୍ଭ ନିକଟକୁ ଆସୁଅଛନ୍ତି; ତୁମ୍ଭର ପୁତ୍ରଗଣ ଦୂରରୁ ଆସିବେ ଓ ତୁମ୍ଭର କନ୍ୟାଗଣ ସେମାନଙ୍କ ବାହୁରେ ଅଣାଯିବେ। BSB BSB: Lift up your eyes and look around: They all gather and come to you; your sons will come from afar, and your daughters will be carried on the arm.
5 ULB ସେତେବେଳେ ତୁମ୍ଭେ ତାହା ଦେଖି ଦୀପ୍ତିମାନ ହେବ ଓ ତୁମ୍ଭର ହୃଦୟ ଧୁକୁ ଧୁକୁ ହୋଇ ପ୍ରଫୁଲ୍ଲିତ ହେବ; କାରଣ ସମୁଦ୍ରର ଦ୍ରବ୍ୟରାଶି ତୁମ୍ଭଆଡ଼େ ଫେରାଯିବ, ଅନ୍ୟ ଦେଶୀୟମାନଙ୍କର ସମ୍ପତ୍ତି ତୁମ୍ଭ ନିକଟକୁ ଆସିବ। BSB BSB: Then you will look and be radiant, and your heart will tremble and swell with joy, because the riches of the sea will be brought to you, and the wealth of the nations will come to you.
6 ULB ଅପାର ଓଟ, ମିଦୀୟନ ଓ ଐଫାର ଦ୍ରୁତଗାମୀ-ଉଷ୍ଟ୍ର, ତୁମ୍ଭକୁ ଆବୃତ କରିବେ; ସେହି ସବୁ ଶିବା ଦେଶରୁ ଆସିବେ; ସେମାନେ ସୁବର୍ଣ୍ଣ, କୁନ୍ଦୁରୁ ଆଣିବେ ଓ ସଦାପ୍ରଭୁଙ୍କର ପ୍ରଶଂସା ପ୍ରଚାର କରିବେ। BSB BSB: Caravans of camels will cover your land, young camels of Midian and Ephah, and all from Sheba will come, bearing gold and frankincense and proclaiming the praises of the LORD.
7 ULB କେଦାରର ସମଗ୍ର ମେଷପଲ ତୁମ୍ଭ ନିକଟରେ ଏକତ୍ରୀକୃତ ହେବେ, ନବାୟୋତ୍ର ମେଷଗଣ ତୁମ୍ଭର ପରିଚର୍ଯ୍ୟା କରିବେ; ସେମାନେ ସୁଗ୍ରାହ୍ୟ ହୋଇ ଆମ୍ଭ ଯଜ୍ଞବେଦିର ଉପରକୁ ଆସିବେ, ପୁଣି ଆମ୍ଭେ ଆପଣାର ଭୂଷଣ ସ୍ୱରୂପ ଗୃହକୁ ଭୂଷିତ କରିବା। BSB BSB: All the flocks of Kedar will be gathered to you; the rams of Nebaioth will serve you and go up on My altar with acceptance; I will adorn My glorious house.
8 ULB ମେଘର ନ୍ୟାୟ ଓ ଆପଣା ଆପଣା ଭାଡ଼ିକୁ ଉଡ଼ନ୍ତା କପୋତଗଣର ନ୍ୟାୟ ଉଡ଼ି ଆସୁଅଛନ୍ତି ଯେ ଏମାନେ, ଏମାନେ କିଏ? BSB BSB: Who are these who fly like clouds, like doves to their shelters?
9 ULB ନିଶ୍ଚୟ ଦ୍ୱୀପସମୂହ ଆମ୍ଭର ଅପେକ୍ଷା କରିବେ, ପୁଣି ତର୍ଶୀଶ୍ର ଜାହାଜସକଳ ଅଗ୍ରଗାମୀ ହୋଇ ଆପଣା ଆପଣା ସଙ୍ଗରେ ସେମାନଙ୍କର ରୌପ୍ୟ ଓ ସୁବର୍ଣ୍ଣ ନେଇ, ତୁମ୍ଭ ସନ୍ତାନଗଣକୁ ଦୂରରୁ ଆଣି, ତୁମ୍ଭ ପରମେଶ୍ୱର ସଦାପ୍ରଭୁଙ୍କ ନାମ ନିମନ୍ତେ ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କ ନିମନ୍ତେ ଆସିବେ, କାରଣ ସେ ତୁମ୍ଭକୁ ଶୋଭିତ କରିଅଛନ୍ତି। BSB BSB: Surely the islands will wait for Me, with the ships of Tarshish in the lead, to bring your children from afar, with their silver and gold, to the honor of the LORD your God, the Holy One of Israel, for He has glorified you.
10 ULB ପୁଣି, ବିଦେଶୀୟମାନେ ତୁମ୍ଭର ପ୍ରାଚୀର ନିର୍ମାଣ କରିବେ ଓ ସେମାନଙ୍କର ରାଜାଗଣ ତୁମ୍ଭର ପରିଚର୍ଯ୍ୟା କରିବେ; କାରଣ ଆମ୍ଭେ ଆପଣା କୋପରେ ତୁମ୍ଭକୁ ପ୍ରହାର କଲୁ, ମାତ୍ର ଆପଣା ଅନୁଗ୍ରହରେ ଆମ୍ଭେ ତୁମ୍ଭ ପ୍ରତି କରୁଣା କରିଅଛୁ। BSB BSB: Foreigners will rebuild your walls, and their kings will serve you. Although I struck you in anger, yet in favor I will show you mercy.
11 ULB ଅନ୍ୟ ଦେଶୀୟମାନଙ୍କର ସମ୍ପତ୍ତି ଓ ତହିଁ ସଙ୍ଗେ ସେମାନଙ୍କର ରାଜାଗଣ ବନ୍ଦୀ ହୋଇ ଯେପରି ତୁମ୍ଭ ନିକଟକୁ ଅଣାଯିବେ, ଏଥିପାଇଁ ତୁମ୍ଭ ନଗରର ଦ୍ୱାରସକଳ ନିରନ୍ତର ମୁକ୍ତ ଥିବ, ଦିବାରାତ୍ର ସେହି ସବୁ ବନ୍ଦ ହେବ ନାହିଁ। BSB BSB: Your gates will always stand open; they will never be shut, day or night, so that the wealth of the nations may be brought into you, with their kings being led in procession.
12 ULB କାରଣ ଯେଉଁ ଦେଶ ଓ ରାଜ୍ୟ ତୁମ୍ଭର ସେବା ନ କରିବ, ତାହା ବିନଷ୍ଟ ହେବ, ହଁ, ସେହି ଦେଶସକଳ ନିଃଶେଷ ରୂପେ ଧ୍ୱଂସିତ ହେବ। BSB BSB: For the nation or kingdom that will not serve you will perish; it will be utterly destroyed.
13 ULB ଲିବାନୋନର ଗୌରବ ତୁମ୍ଭ ନିକଟକୁ ଆସିବ, ଦେବଦାରୁ, ତିଧର, ତାଶୂର ବୃକ୍ଷ ଏକତ୍ର ହୋଇ ଆମ୍ଭର ପବିତ୍ର ସ୍ଥାନ ସୁଶୋଭିତ କରିବା ପାଇଁ ଆସିବେ, ପୁଣି ଆମ୍ଭେ ଆପଣା ପାଦପୀଠର ସ୍ଥାନ ଗୌରବାନ୍ୱିତ କରିବା। BSB BSB: The glory of Lebanon will come to you—its cypress, elm, and boxwood together—to adorn the place of My sanctuary, and I will glorify the place of My feet.
14 ULB ଆଉ, ଯେଉଁମାନେ ତୁମ୍ଭକୁ କ୍ଲେଶ ଦେଲେ, ସେମାନଙ୍କର ସନ୍ତାନଗଣ ନତ ହୋଇ ତୁମ୍ଭ ନିକଟକୁ ଆସିବେ ଓ ଯେଉଁମାନେ ତୁମ୍ଭକୁ ତୁଚ୍ଛ କଲେ, ସେମାନେ ସମସ୍ତେ ତୁମ୍ଭ ପଦ ତଳେ ପ୍ରଣାମ କରିବେ; ଆଉ, ସେମାନେ ତୁମ୍ଭକୁ ସଦାପ୍ରଭୁଙ୍କର ନଗରୀ, ଇସ୍ରାଏଲର ଧର୍ମସ୍ୱରୂପଙ୍କର ସିୟୋନ ବୋଲି ସମ୍ବୋଧନ କରିବେ। BSB BSB: The sons of your oppressors will come and bow down to you; all who reviled you will fall facedown at your feet and call you the City of the LORD, Zion of the Holy One of Israel.
15 ULB ତୁମ୍ଭେ ପରିତ୍ୟକ୍ତା ଓ ଘୃଣିତା ହେବାରୁ କେହି ତୁମ୍ଭର ମଧ୍ୟ ଦେଇ ଯାତାୟାତ କଲା ନାହିଁ, ତହିଁର ପରିବର୍ତ୍ତେ ଆମ୍ଭେ ତୁମ୍ଭକୁ ଅନନ୍ତ କାଳସ୍ଥାୟୀ ଗୌରବ ଓ ଅନେକ ପୁରୁଷ ପରମ୍ପରାର ଆନନ୍ଦ ସ୍ୱରୂପ କରିବା। BSB BSB: Whereas you have been forsaken and despised, with no one passing through, I will make you an everlasting pride, a joy from age to age.
16 ULB ତୁମ୍ଭେ ଅନ୍ୟ ଦେଶୀୟମାନଙ୍କର ଦୁଗ୍ଧ ପାନ କରିବ ଓ ରାଜାଗଣର ସ୍ତନ ଚୁଷିବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭର ତ୍ରାଣକର୍ତ୍ତା ଓ ତୁମ୍ଭର ମୁକ୍ତିଦାତା, ଯାକୁବର ବଳଦାତା ଅଟୁ, ଏହା ତୁମ୍ଭେ ଜାଣିବ। BSB BSB: You will drink the milk of nations and nurse at the breasts of royalty; you will know that I, the LORD, am your Savior and your Redeemer, the Mighty One of Jacob.
17 ULB ଆମ୍ଭେ ପିତ୍ତଳର ପାଲଟେ ସୁବର୍ଣ୍ଣ ଆଣିବା ଓ ଲୁହାର ପାଲଟେ ରୂପା, କାଷ୍ଠର ପାଲଟେ ପିତ୍ତଳ ଓ ପ୍ରସ୍ତର ପାଲଟେ ଲୁହା ଆଣିବା; ଆହୁରି, ଆମ୍ଭେ ତୁମ୍ଭର ଅଧ୍ୟକ୍ଷ ପଦରେ ଶାନ୍ତିକୁ ଓ ତୁମ୍ଭର ଅଧିକାରୀ ପଦରେ ଧାର୍ମିକତାକୁ ନିଯୁକ୍ତ କରିବା। BSB BSB: Instead of bronze I will bring you gold; I will bring silver in place of iron, bronze instead of wood, and iron instead of stones. I will appoint peace as your governor and righteousness as your ruler.
18 ULB ତୁମ୍ଭ ଦେଶରେ ଦୌରାତ୍ମ୍ୟର କଥା ଓ ତୁମ୍ଭର ସୀମା ମଧ୍ୟରେ ଉଚ୍ଛିନ୍ନତା ଓ ବିନାଶର କଥା ଆଉ ଶୁଣାଯିବ ନାହିଁ; ମାତ୍ର ତୁମ୍ଭେ ଆପଣା ପ୍ରାଚୀରସମୂହର ନାମ ପରିତ୍ରାଣ ଓ ଆପଣା ନଗରଦ୍ୱାରସକଳର ନାମ ପ୍ରଶଂସା ରଖିବ। BSB BSB: No longer will violence be heard in your land, nor ruin or destruction within your borders. But you will name your walls Salvation and your gates Praise.
19 ULB ଦିବସରେ ସୂର୍ଯ୍ୟ ତୁମ୍ଭର ଜ୍ୟୋତିଃ ଆଉ ହେବ ନାହିଁ, କିଅବା ଆଲୁଅ ନିମନ୍ତେ ଚନ୍ଦ୍ର ତୁମ୍ଭକୁ ଜ୍ୟୋତ୍ସ୍ନା ଦେବ ନାହିଁ; ମାତ୍ର ସଦାପ୍ରଭୁ ତୁମ୍ଭ ପ୍ରତି ଅନନ୍ତ କାଳସ୍ଥାୟୀ ଜ୍ୟୋତିଃ ଓ ତୁମ୍ଭର ପରମେଶ୍ୱର ତୁମ୍ଭର ଗୌରବସ୍ୱରୂପ ହେବେ। BSB BSB: No longer will the sun be your light by day, nor the brightness of the moon shine on your night; for the LORD will be your everlasting light, and your God will be your splendor.
20 ULB ତୁମ୍ଭର ସୂର୍ଯ୍ୟ ଆଉ ଅସ୍ତଗତ ହେବ ନାହିଁ, କିଅବା ତୁମ୍ଭର ଚନ୍ଦ୍ର ଆପଣାକୁ ରହିତ କରିବ ନାହିଁ; କାରଣ ସଦାପ୍ରଭୁ ତୁମ୍ଭର ଅନନ୍ତକାଳସ୍ଥାୟୀ ଜ୍ୟୋତିଃସ୍ୱରୂପ ହେବେ ଓ ତୁମ୍ଭର ଶୋକର ଦିନ ଶେଷ ହେବ। BSB BSB: Your sun will no longer set, and your moon will not wane; for the LORD will be your everlasting light, and the days of your sorrow will cease.
21 ULB ମଧ୍ୟ ତୁମ୍ଭର ଲୋକ ସମସ୍ତେ ଧାର୍ମିକ ହେବେ, ସେମାନେ ଅନନ୍ତକାଳ ପର୍ଯ୍ୟନ୍ତ ଦେଶ ଅଧିକାର କରିବେ, ସେମାନେ ଆମ୍ଭର ଗୌରବାର୍ଥେ ଆମ୍ଭର ରୋପିତ ଶାଖା ଓ ଆମ୍ଭର ହସ୍ତକୃତ କର୍ମ ଅଟନ୍ତି। BSB BSB: Then all your people will be righteous; they will possess the land forever; they are the branch of My planting, the work of My hands, so that I may be glorified.
22 ULB କ୍ଷୁଦ୍ର ଜଣକ ସହସ୍ର ହେବ ଓ ସାନ ଜଣକ ବଳବାନ ଗୋଷ୍ଠୀ ହେବ; ଆମ୍ଭେ ସଦାପ୍ରଭୁ ଯଥାକାଳରେ ଏହା ଶୀଘ୍ର ଘଟାଇବା। BSB BSB: The least of you will become a thousand, and the smallest a mighty nation. I am the LORD; in its time I will accomplish it quickly.
Select verses for actions: Enter goes to them and Escape comes back.