1 ULB ଆହା, ଅନ୍ୟ ଦେଶୀୟମାନେ ଯେପରି ତୁମ୍ଭ ସାକ୍ଷାତରେ କମ୍ପମାନ ହେବେ, ଏଥିପାଇଁ ତୁମ୍ଭ ବିପକ୍ଷଗଣକୁ ତୁମ୍ଭ ନାମ ଜ୍ଞାତ କରାଇବା ନିମନ୍ତେ, BSB BSB: If only You would rend the heavens and come down, so that mountains would quake at Your presence,
2 ULB ଅଗ୍ନି ଝାଟି ଜ୍ୱଳାଇବା ପରି, ଅଗ୍ନି ଜଳ ଫୁଟାଇବା ପରି ଯଦି ତୁମ୍ଭେ ଆକାଶମଣ୍ଡଳ ବିଦୀର୍ଣ୍ଣ କରି ଓହ୍ଲାଇ ଆସନ୍ତ ଓ ପର୍ବତଗଣ ତୁମ୍ଭ ସାକ୍ଷାତରେ ପ୍ରବାହିତ ହୁଅନ୍ତେ! BSB BSB: as fire kindles the brushwood and causes the water to boil, to make Your name known to Your enemies, so that the nations will tremble at Your presence!
3 ULB ଯେତେବେଳେ ତୁମ୍ଭେ ଆମ୍ଭମାନଙ୍କର ଅନପେକ୍ଷିତ ଭୟାନକ କ୍ରିୟା କଲ, ସେତେବେଳେ ତୁମ୍ଭେ ଓହ୍ଲାଇ ଆସିଲ, ପର୍ବତଗଣ ତୁମ୍ଭ ସାକ୍ଷାତରେ ପ୍ରବାହିତ ହେଲେ। BSB BSB: When You did awesome works that we did not expect, You came down, and the mountains trembled at Your presence.
4 ULB କାରଣ ଯେ ଆପଣା ଅପେକ୍ଷାକାରୀ ପକ୍ଷରେ କାର୍ଯ୍ୟ ସାଧନ କରନ୍ତି, ଲୋକେ ପ୍ରାଚୀନ କାଳରୁ ତୁମ୍ଭ ଛଡ଼ା ଅନ୍ୟ ପରମେଶ୍ୱର ବିଷୟ ଶୁଣି ନାହାନ୍ତି, ଅଥବା କର୍ଣ୍ଣ ଜ୍ଞାତ ହୋଇ ନାହିଁ, କିଅବା ଚକ୍ଷୁ ଦେଖି ନାହିଁ। BSB BSB: From ancient times no one has heard, no ear has perceived, no eye has seen any God besides You, who acts on behalf of those who wait for Him.
5 ULB ଯେଉଁ ଲୋକ ଆନନ୍ଦରେ ଧର୍ମାଚରଣ କରେ, ଯେଉଁମାନେ ତୁମ୍ଭ ପଥରେ ତୁମ୍ଭକୁ ସ୍ମରଣ କରନ୍ତି, ତୁମ୍ଭେ ସେମାନଙ୍କ ସହିତ ସାକ୍ଷାତ କରିଥାଅ; ଦେଖ, ତୁମ୍ଭେ କ୍ରୁଦ୍ଧ ଥିଲ ଓ ଆମ୍ଭେମାନେ ପାପ କଲୁ; ଆମ୍ଭେମାନେ ଦୀର୍ଘ କାଳ ତହିଁରେ ରହିଅଛୁ, ଆମ୍ଭେମାନେ କି ପରିତ୍ରାଣ ପାଇବା? BSB BSB: You welcome those who gladly do right, who remember Your ways. Surely You were angry, for we sinned. How can we be saved if we remain in our sins?
6 ULB କାରଣ ଆମ୍ଭେ ସମସ୍ତେ ଅଶୁଚି ଲୋକ ତୁଲ୍ୟ ହୋଇଅଛୁ ଓ ଆମ୍ଭମାନଙ୍କର ଧର୍ମକର୍ମସବୁ ଅଶୁଚି ବସ୍ତ୍ର ତୁଲ୍ୟ ଅଟେ ଓ ଆମ୍ଭେ ସମସ୍ତେ ପତ୍ର ତୁଲ୍ୟ ଜୀର୍ଣ୍ଣ ହେଉଅଛୁ; ଆଉ, ଆମ୍ଭମାନଙ୍କର ଅପରାଧସବୁ ବାୟୁ ପରି ଆମ୍ଭମାନଙ୍କୁ ଉଡ଼ାଇ ନିଏ। BSB BSB: Each of us has become like something unclean, and all our righteous acts are like filthy rags; we all wither like a leaf, and our iniquities carry us away like the wind.
7 ULB ପୁଣି, ଯେ ତୁମ୍ଭ ନାମରେ ପ୍ରାର୍ଥନା କରେ, ଯେ ତୁମ୍ଭକୁ ଧରିବା ପାଇଁ ଆପଣାକୁ ଉତ୍ତେଜିତ କରେ, ଏପରି କେହି ନାହିଁ; କାରଣ ତୁମ୍ଭେ ଆମ୍ଭମାନଙ୍କଠାରୁ ଆପଣା ମୁଖ ଲୁଚାଇଅଛ ଓ ଆମ୍ଭମାନଙ୍କର ଅପରାଧ ଦ୍ୱାରା ଆମ୍ଭମାନଙ୍କୁ କ୍ଷୟ କରିଅଛ। BSB BSB: No one calls on Your name or strives to take hold of You. For You have hidden Your face from us and delivered us into the hand of our iniquity.
8 ULB ମାତ୍ର ଏବେ ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କର ପିତା ଅଟ; ଆମ୍ଭେମାନେ ମୃତ୍ତିକା, ତୁମ୍ଭେ ଆମ୍ଭମାନଙ୍କର କୁମ୍ଭକାର; ପୁଣି, ଆମ୍ଭେ ସମସ୍ତେ ତୁମ୍ଭର ହସ୍ତକୃତ କର୍ମ। BSB BSB: But now, O LORD, You are our Father; we are the clay, and You are the potter; we are all the work of Your hand.
9 ULB ହେ ସଦାପ୍ରଭୁ, ଅତ୍ୟନ୍ତ କ୍ରୁଦ୍ଧ ହୁଅ ନାହିଁ, କିଅବା ଚିର କାଳ ଅପରାଧ ମନରେ ରଖ ନାହିଁ; ଆମ୍ଭେମାନେ ବିନତି କରୁ, ଦେଖ, ଦୃଷ୍ଟି କର, ଆମ୍ଭେ ସମସ୍ତେ ତୁମ୍ଭର ଲୋକ। BSB BSB: Do not be angry, O LORD, beyond measure; do not remember our iniquity forever. Oh, look upon us, we pray; we are all Your people!
10 ULB ତୁମ୍ଭର ପବିତ୍ର ନଗରସବୁ ପ୍ରାନ୍ତର ହୋଇଅଛି, ସିୟୋନ ପ୍ରାନ୍ତର ହୋଇଅଛି, ଯିରୂଶାଲମ ଧ୍ୱଂସସ୍ଥାନ ହୋଇଅଛି। BSB BSB: Your holy cities have become a wilderness. Zion has become a wasteland and Jerusalem a desolation.
11 ULB ଆମ୍ଭମାନଙ୍କର ପିତୃଲୋକମାନେ ଯେଉଁ ସ୍ଥାନରେ ତୁମ୍ଭର ପ୍ରଶଂସା କଲେ, ଆମ୍ଭମାନଙ୍କର ସେହି ପବିତ୍ର ଓ ସୁନ୍ଦର ଗୃହ ଅଗ୍ନିରେ ଦଗ୍ଧ ହୋଇଅଛି ଓ ଆମ୍ଭମାନଙ୍କର ମନୋରମ୍ୟ ବିଷୟସବୁ ଉଚ୍ଛିନ୍ନ ହୋଇଅଛି। BSB BSB: Our holy and beautiful temple, where our fathers praised You, has been burned with fire, and all that was dear to us lies in ruins.
12 ULB ହେ ସଦାପ୍ରଭୁ, ଏହିସବୁ ହେଲେ ହେଁ ତୁମ୍ଭେ କି ଆପଣାକୁ କ୍ଷାନ୍ତ କରି ରଖିବ? ତୁମ୍ଭେ କି ତୁନି ହୋଇ ରହି ଆମ୍ଭମାନଙ୍କୁ ଅତ୍ୟନ୍ତ କ୍ଲେଶ ଦେବ? BSB BSB: After all this, O LORD, will You restrain Yourself? Will You keep silent and afflict us beyond measure?
Select verses for actions: Enter goes to them and Escape comes back.