1 ULB ବିଶ୍ୱାସୀମାନଙ୍କ ମଧ୍ୟରେ ଯୁଦ୍ଧ ଓ ବିବାଦ କେଉଁଠାରୁ ହୁଏ? କ'ଣ ତୁମ୍ଭମାନଙ୍କ ଅଙ୍ଗପ୍ରତ୍ୟଙ୍ଗ ମଧ୍ୟରେ ଯୁଦ୍ଧ କରୁଥିବା ସୁଖାଭିଳାଷରୁ ନୁହେଁ? BSB BSB: What causes conflicts and quarrels among you? Don’t they come from the passions at war within you?
2 ULB ତୁମ୍ଭେମାନେ କାମନା କରିଥାଅ; କିନ୍ତୁ ପାଇ ନ ଥାଅ; ତୁମ୍ଭେମାନେ ବଧ ଓ ଈର୍ଷା କରିଥାଅ, କିନ୍ତୁ ପ୍ରାପ୍ତ ହେବାକୁ ଅକ୍ଷମ ହୋଇଥାଅ; ତୁମ୍ଭେମାନେ ବିବାଦ ଓ ଯୁଦ୍ଧ କରିଥାଅ, ତୁମ୍ଭେମାନେ ପାଇ ନ ଥାଅ, କାରଣ ତୁମ୍ଭେମାନେ ମାଗି ନ ଥାଅ; BSB BSB: You crave what you do not have; you kill and covet, but are unable to obtain it. You quarrel and fight. You do not have, because you do not ask.
3 ULB ତୁମ୍ଭେମାନେ ମାଗିଥାଅ, କିନ୍ତୁ ପାଇ ନ ଥାଅ, କାରଣ ଆପଣା ଆପଣା ସୁଖାଭିଳାଷରେ ବ୍ୟୟ କରିବା ନିମନ୍ତେ ମନ୍ଦ ଅଭିପ୍ରାୟରେ ମାଗିଥାଅ। BSB BSB: And when you do ask, you do not receive, because you ask with wrong motives, that you may squander it on your pleasures.
4 ULB ହେ ବ୍ୟଭିଚାରିଣୀମାନେ, ଜଗତର ମିତ୍ରତା ଈଶ୍ୱରଙ୍କର ଶତ୍ରୁତା, ଏହା କ'ଣ ଜାଣ ନାହିଁ? ଅତଏବ, ଯେ କେହି ଜଗତର ମିତ୍ର ହେବାକୁ ଇଚ୍ଛା କରେ ସେ ଆପଣାକୁ ଈଶ୍ୱରଙ୍କ ଶତ୍ରୁ ବୋଲି ପ୍ରତିପନ୍ନ କରେ। BSB BSB: You adulteresses! Do you not know that friendship with the world is hostility toward God? Therefore, whoever chooses to be a friend of the world renders himself an enemy of God.
5 ULB ନା ତୁମ୍ଭେମାନେ କ'ଣ ଧର୍ମଶାସ୍ତ୍ରର ଏହି ବାକ୍ୟକୁ ବ୍ୟର୍ଥ ବୋଲି ମନେ କରୁଅଛ; ଯେଉଁ ଆତ୍ମାଙ୍କୁ ସେ ଆମ୍ଭମାନଙ୍କ ମଧ୍ୟରେ ବାସ କରିବାକୁ ଦେଇଅଛନ୍ତି, ସେ ଆମ୍ଭମାନଙ୍କୁ ସମ୍ପୂର୍ଣ୍ଣ ଅଧିକାର କରିବା ନିମନ୍ତେ ଏକାନ୍ତ କାମନା କରନ୍ତି? BSB BSB: Or do you think the Scripture says without reason that the Spirit He caused to dwell in us yearns with envy?
6 ULB କିନ୍ତୁ ସେ ମଧ୍ୟ ଅଧିକ ଅନୁଗ୍ରହ ଦାନ କରନ୍ତି; ଏଣୁ ଶାସ୍ତ୍ରରେ ଉକ୍ତ ଅଛି, "ଈଶ୍ୱର ଅହଙ୍କାରୀମାନଙ୍କୁ ପ୍ରତିରୋଧ କରନ୍ତି, କିନ୍ତୁ ନମ୍ର ଲୋକମାନଙ୍କୁ ଅନୁଗ୍ରହ ଦାନ କରନ୍ତି''। BSB BSB: But He gives us more grace. This is why it says: “God opposes the proud, but gives grace to the humble.”
7 ULB ଅତଏବ, ତୁମ୍ଭେମାନେ ଈଶ୍ୱରଙ୍କର ବଶୀଭୂତ ହୁଅ; ଶୟତାନକୁ ପ୍ରତିବାଦ କର, ତାହାହେଲେ ସେ ତୁମ୍ଭମାନଙ୍କ ନିକଟରୁ ପଳାଇଯିବ। BSB BSB: Submit yourselves, then, to God. Resist the devil, and he will flee from you.
8 ULB ଈଶ୍ୱରଙ୍କର ନିକଟବର୍ତ୍ତୀ ହୁଅ, ସେଥିରେ ସେ ତୁମ୍ଭମାନଙ୍କର ନିକଟବର୍ତ୍ତୀ ହେବେ। ହେ ପାପୀମାନେ, ତୁମ୍ଭମାନଙ୍କ ହସ୍ତ ଶୁଚି କର, ପୁଣି, ହେ ଦ୍ୱିମନାମାନେ, ତୁମ୍ଭମାନଙ୍କ ହୃଦୟ ଶୁଦ୍ଧ କର। BSB BSB: Draw near to God, and He will draw near to you. Cleanse your hands, you sinners, and purify your hearts, you double-minded.
9 ULB ଖେଦଯୁକ୍ତ ଓ ଶୋକାର୍ତ୍ତ ହୋଇ ରୋଦନ କର; ତୁମ୍ଭମାନଙ୍କ ହାସ୍ୟ ଶୋକରେ ଓ ତୁମ୍ଭମାନଙ୍କ ଆନନ୍ଦ ବିଷାଦରେ ପରିଣତ ହେଉ। BSB BSB: Grieve, mourn, and weep. Turn your laughter to mourning, and your joy to gloom.
10 ULB ପ୍ରଭୁଙ୍କ ଛାମୁରେ ଆପଣା ଆପଣାକୁ ନତ କର, ତାହାହେଲେ ସେ ତୁମ୍ଭମାନଙ୍କୁ ଉନ୍ନତ କରିବେ। BSB BSB: Humble yourselves before the Lord, and He will exalt you.
11 ULB ହେ ଭାଇମାନେ, ତୁମ୍ଭେମାନେ ପରସ୍ପରର ଗ୍ଳାନି କର ନାହିଁ; ଯେ ଭାଇର ଗ୍ଳାନି କରେ କିମ୍ବା ଭାଇର ବିଚାର କରେ, ସେ ମୋଶାଙ୍କ ବ୍ୟବସ୍ଥାର ଗ୍ଲାନି କରେ ଓ ସେଥିର ବିଚାର କରେ; କିନ୍ତୁ ତୁମ୍ଭେ ଯଦି ମୋଶାଙ୍କ ବ୍ୟବସ୍ଥାର ବିଚାର କର, ତାହାହେଲେ ତୁମ୍ଭେ ମୋଶାଙ୍କ ବ୍ୟବସ୍ଥାର ପାଳନକାରୀ ନ ହୋଇ ସେଥିର ବିଚାରକର୍ତ୍ତା ଅଟ। BSB BSB: Brothers, do not slander one another. Anyone who speaks against his brother or judges him speaks against the law and judges it. And if you judge the law, you are not a practitioner of the law, but a judge of it.
12 ULB ମୋଶାଙ୍କ ବ୍ୟବସ୍ଥାଦାତା ଓ ବିଚାରକର୍ତ୍ତା ଜଣେ ମାତ୍ର, ସେ ରକ୍ଷା ଓ ବିନାଶ କରିବାକୁ ସମର୍ଥ; କିନ୍ତୁ ପ୍ରତିବାସୀର ବିଚାର କରୁଅଛ ଯେ ତୁମ୍ଭେ, ତୁମ୍ଭେ କିଏ? BSB BSB: There is only one Lawgiver and Judge, the One who is able to save and destroy. But who are you to judge your neighbor?
14 ULB କିନ୍ତୁ କାଲି କ'ଣ ଘଟିବ, ତାହା ତ ତୁମ୍ଭେମାନେ ଜାଣ ନାହିଁ। ତୁମ୍ଭମାନଙ୍କର ଜୀବନ କ'ଣ? କ୍ଷଣକେ ଦୃଶ୍ୟ ହୋଇ ଅଦୃଶ୍ୟ ହୁଏ ଯେଉଁ ବାଷ୍ପ, ତୁମ୍ଭେମାନେ ତ ତାହା ସଦୃଶ। BSB BSB: You do not even know what will happen tomorrow! What is your life? You are a mist that appears for a little while and then vanishes.
15 ULB ଏଣୁ ପ୍ରଭୁଙ୍କ ଇଚ୍ଛା ହେଲେ ଆମ୍ଭେମାନେ ଜୀବିତ ଥାଇ ଏହା କରିବା ବା ତାହା କରିବା, ଏହିପରି କହିବା ତୁମ୍ଭମାନଙ୍କର ଉଚିତ। BSB BSB: Instead, you ought to say, “If the Lord is willing, we will live and do this or that.”
16 ULB କିନ୍ତୁ ଏବେ ତୁମ୍ଭେମାନେ ଆପଣା ଆପଣା ଅହଂ ଭାବରେ ଗର୍ବ କରୁଅଛ; ଏପ୍ରକାର ଗର୍ବ ମନ୍ଦ ଅଟେ। BSB BSB: As it is, you boast in your proud intentions. All such boasting is evil.
17 ULB ଅତଏବ, ଯେ ସତ୍କର୍ମ କରିବାକୁ ଜାଣି ତାହା କରେ ନାହିଁ, ତାହାର ପାପ ହୁଏ। BSB BSB: Anyone, then, who knows the right thing to do, yet fails to do it, is guilty of sin.
Select verses for actions: Enter goes to them and Escape comes back.