1 ULB ସଦାପ୍ରଭୁଙ୍କର ବାକ୍ୟ ଆହୁରି ମୋ’ ନିକଟରେ ଉପସ୍ଥିତ ହେଲା, BSB BSB: Then the word of the LORD came to me, saying,
3 ULB କାରଣ ଏହି ସ୍ଥାନରେ ଜାତ ପୁତ୍ର ଓ କନ୍ୟାଗଣ ବିଷୟରେ ଓ ଏହି ଦେଶରେ ସେମାନଙ୍କର ପ୍ରସବକାରିଣୀ ମାତାମାନଙ୍କ ବିଷୟରେ, ଆଉ ସେମାନଙ୍କ ଜନ୍ମଦାତା ପିତୃଗଣ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି। BSB BSB: For this is what the LORD says concerning the sons and daughters born in this place, and the mothers who bore them, and the fathers who fathered them in this land:
4 ULB “ସେମାନେ ଅତି ଯନ୍ତ୍ରଣାଦାୟକ ମୃତ୍ୟୁୁରେ ପ୍ରାଣତ୍ୟାଗ କରିବେ; ସେମାନଙ୍କ ନିମନ୍ତେ ବିଳାପ କରାଯିବ ନାହିଁ, କିଅବା ସେମାନଙ୍କୁ କବର ଦିଆଯିବ ନାହିଁ, ସେମାନେ ଭୂମି ଉପରେ ଖତ ପରି ହେବେ; ଆଉ, ସେମାନେ ଖଡ୍ଗ ଓ ଦୁର୍ଭିକ୍ଷ ଦ୍ୱାରା ସଂହାରିତ ହେବେ; ପୁଣି, ସେମାନଙ୍କର ଶବ ଆକାଶ ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ।” BSB BSB: “They will die from deadly diseases. They will not be mourned or buried, but will lie like dung on the ground. They will be finished off by sword and famine, and their corpses will become food for the birds of the air and beasts of the earth.”
5 ULB କାରଣ ସଦାପ୍ରଭୁ ଏହି କଥା କହନ୍ତି, “ଶୋକ ଗୃହରେ ପ୍ରବେଶ କର ନାହିଁ, କିଅବା ସେମାନଙ୍କ ପାଇଁ ବିଳାପ ଅଥବା କ୍ରନ୍ଦନ କରିବା ପାଇଁ ଯାଅ ନାହିଁ;” କାରଣ ସଦାପ୍ରଭୁ କହନ୍ତି “ଆମ୍ଭେ ଏହି ଲୋକମାନଙ୍କଠାରୁ ଆମ୍ଭର ଶାନ୍ତି ଓ ସ୍ନେହପୂର୍ଣ୍ଣ କରୁଣା ଓ ଦୟା ହରଣ କରିଅଛୁ। BSB BSB: Indeed, this is what the LORD says: “Do not enter a house where there is a funeral meal. Do not go to mourn or show sympathy, for I have removed from this people My peace, My loving devotion, and My compassion,” declares the LORD.
6 ULB ଏହି ଦେଶରେ ମହାନ ଓ କ୍ଷୁଦ୍ର ଉଭୟ ଲୋକ ମରିବେ; ସେମାନଙ୍କୁ କବର ଦିଆଯିବ ନାହିଁ, ଅଥବା ଲୋକେ ସେମାନଙ୍କ ନିମନ୍ତେ ବିଳାପ କରିବେ ନାହିଁ, କିଅବା ସେମାନଙ୍କ ନିମନ୍ତେ ଆପଣା ଆପଣା ଅଙ୍ଗରେ ଅସ୍ତ୍ରାଘାତ ଅଥବା ମସ୍ତକ ମୁଣ୍ଡନ କରିବେ ନାହିଁ; BSB BSB: “Both great and small will die in this land. They will not be buried or mourned, nor will anyone cut himself or shave his head for them.
7 ULB କିଅବା ମୃତ ଲୋକମାନଙ୍କ ନିମନ୍ତେ ଶୋକକାରୀମାନଙ୍କୁ ସାନ୍ତ୍ୱନା କରିବା ପାଇଁ ଲୋକେ ରୁଟି ଭାଙ୍ଗିବେ ନାହିଁ; ଅଥବା ଆପଣା ଆପଣା ପିତା ଓ ମାତା ନିମନ୍ତେ ପାନ କରିବା ପାଇଁ ସାନ୍ତ୍ୱନାସୂଚକ ପାତ୍ର ଦେବେ ନାହିଁ।” BSB BSB: No food will be offered to comfort those who mourn the dead; not even a cup of consolation will be given for the loss of a father or mother.
8 ULB ପୁଣି, ତୁମ୍ଭେ ଭୋଜନ ପାନ କରିବା ନିମନ୍ତେ ସେମାନଙ୍କ ସଙ୍ଗେ ବସିବା ପାଇଁ କୌଣସି ଭୋଜି ଗୃହକୁ ଯିବ ନାହିଁ। BSB BSB: You must not enter a house where there is feasting and sit down with them to eat and drink.
9 ULB କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; “ଦେଖ, ଆମ୍ଭେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ଓ ତୁମ୍ଭମାନଙ୍କ ସମୟରେ ଏହି ସ୍ଥାନରୁ ଆମୋଦପ୍ରମୋଦର ଧ୍ୱନି ଓ ଆନନ୍ଦର ଧ୍ୱନି, ବରର ରବ ଓ କନ୍ୟାର ରବ ନିବୃତ୍ତ କରାଇବା।” BSB BSB: For this is what the LORD of Hosts, the God of Israel, says: I am going to remove from this place, before your very eyes and in your days, the sounds of joy and gladness, the voices of the bride and bridegroom.
10 ULB ଆଉ, ତୁମ୍ଭେ ଏହିସବୁ କଥା ଏ ଲୋକମାନଙ୍କ ନିକଟରେ ଯେତେବେଳେ ପ୍ରକାଶ କରିବ ଓ ସେମାନେ ତୁମ୍ଭକୁ କହିବେ, ସଦାପ୍ରଭୁ କାହିଁକି ଏହିସବୁ ମହା ଅମଙ୍ଗଳର କଥା ଆମ୍ଭମାନଙ୍କ ବିରୁଦ୍ଧରେ କହିଅଛନ୍ତି? ଅବା ଆମ୍ଭମାନଙ୍କର ଅପରାଧ କି? ଅବା ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱରଙ୍କ ବିରୁଦ୍ଧରେ କି ପାପ କରିଅଛୁ? BSB BSB: When you tell these people all these things, they will ask you, ‘Why has the LORD pronounced all this great disaster against us? What is our iniquity? What is the sin that we have committed against the LORD our God?’
11 ULB ତହିଁରେ ତୁମ୍ଭେ ସେମାନଙ୍କୁ କହିବ, ସଦାପ୍ରଭୁ କହନ୍ତି, “ତୁମ୍ଭମାନଙ୍କ ପିତୃପୁରୁଷମାନେ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି, ପୁଣି ଅନ୍ୟ ଦେବଗଣର ପଶ୍ଚାଦ୍ଗମନ କରି ସେମାନଙ୍କର ସେବା କରିଅଛନ୍ତି ଓ ସେମାନଙ୍କର ପୂଜା କରିଅଛନ୍ତି, ଆଉ ଆମ୍ଭକୁ ପରିତ୍ୟାଗ କରି ଆମ୍ଭର ବ୍ୟବସ୍ଥା ପାଳନ କରି ନାହାନ୍ତି। BSB BSB: Then you are to answer them: ‘It is because your fathers have forsaken Me, declares the LORD, and followed other gods, and served and worshiped them. They abandoned Me and did not keep My instruction.
12 ULB ପୁଣି, ତୁମ୍ଭେମାନେ ତୁମ୍ଭମାନଙ୍କର ପୂର୍ବପୁରୁଷଗଣର ଅପେକ୍ଷା ଅଧିକ ମନ୍ଦ ଆଚରଣ କରିଅଛ; କାରଣ ଦେଖ, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଦୁଷ୍ଟାନ୍ତଃକରଣର ଅବାଧ୍ୟତାନୁସାରେ ଆଚରଣ କରୁଅଛ, ଆମ୍ଭ ବାକ୍ୟରେ ଅବଧାନ କରୁନାହଁ; BSB BSB: And you have done more evil than your fathers. See how each of you follows the stubbornness of his evil heart instead of obeying Me.
13 ULB ଏହେତୁ ଆମ୍ଭେ ତୁମ୍ଭମାନଙ୍କୁ ଏହି ଦେଶରୁ, ତୁମ୍ଭମାନଙ୍କର ଓ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ଅଜ୍ଞାତ ଏକ ଦେଶରେ ନିକ୍ଷେପ କରିବା; ଆଉ, ସେଠାରେ ତୁମ୍ଭେମାନେ ଦିବାରାତ୍ର ଅନ୍ୟ ଦେବଗଣର ସେବା କରିବ; କାରଣ ଆମ୍ଭେ ତୁମ୍ଭମାନଙ୍କୁ କିଛିମାତ୍ର ଅନୁଗ୍ରହ କରିବା ନାହିଁ।” BSB BSB: So I will cast you out of this land into a land that neither you nor your fathers have known. There you will serve other gods day and night, for I will show you no favor.’
14 ULB ଏନିମନ୍ତେ ସଦାପ୍ରଭୁ କହନ୍ତି, “ଦେଖ, ଇସ୍ରାଏଲ ସନ୍ତାନଗଣକୁ ଯେ ମିସର ଦେଶରୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ,” ଯେଉଁ ସମୟରେ ଲୋକମାନେ ଏହି କଥା କହିବେ ନାହିଁ; BSB BSB: Yet behold, the days are coming, declares the LORD, when they will no longer say, ‘As surely as the LORD lives, who brought the Israelites up out of the land of Egypt.’
15 ULB ମାତ୍ର “ଇସ୍ରାଏଲ ସନ୍ତାନଗଣକୁ ଉତ୍ତର ଦେଶରୁ ଓ ଯେଉଁ ଯେଉଁ ସ୍ଥାନରେ ସେ ସେମାନଙ୍କୁ ତଡ଼ି ଦେଇଥିଲେ, ସେହିସବୁ ଦେଶରୁ ଯେ ସେମାନଙ୍କୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ” ବୋଲି କହିବେ, ଏପରି ସମୟ ଆସୁଅଛି; ପୁଣି, ଆମ୍ଭେ ସେମାନଙ୍କର ପିତୃପୁରୁଷମାନଙ୍କୁ ଯେଉଁ ଦେଶ ଦେଇଥିଲୁ, ସେମାନଙ୍କର ସେହି ଦେଶକୁ ସେମାନଙ୍କୁ ପୁନର୍ବାର ଆଣିବା। BSB BSB: Instead they will say, ‘As surely as the LORD lives, who brought the Israelites up out of the land of the north and all the other lands to which He had banished them.’ For I will return them to their land that I gave to their forefathers.
16 ULB ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ଅନେକ ଧୀବର ଅଣାଇବା, ତହିଁରେ ସେମାନେ ମତ୍ସ୍ୟ ପରି ସେମାନଙ୍କୁ ଧରିବେ; ପୁଣି, ତହିଁ ଉତ୍ତାରେ ଆମ୍ଭେ ଅନେକ ବ୍ୟାଧ ଅଣାଇବା, ତହିଁରେ ସେମାନେ ପ୍ରତ୍ୟେକ ପର୍ବତରୁ ଓ ପ୍ରତ୍ୟେକ ଉପପର୍ବତରୁ ଓ ଶୈଳର ଛିଦ୍ରରୁ ସେମାନଙ୍କୁ ଅନୁସନ୍ଧାନ କରି ଆଣିବେ। BSB BSB: But for now I will send for many fishermen, declares the LORD, and they will catch them. After that I will send for many hunters, and they will hunt them down on every mountain and hill, even from the clefts of the rocks.
17 ULB କାରଣ ସେମାନଙ୍କର ସମସ୍ତ ପଥରେ ଆମ୍ଭର ଦୃଷ୍ଟି ଅଛି; ସେମାନେ ଆମ୍ଭ ସାକ୍ଷାତରୁ ଲୁଚା ନୁହନ୍ତି, କିଅବା ସେମାନଙ୍କର ଅଧର୍ମ ଆମ୍ଭ ଦୃଷ୍ଟିରେ ଅଗୋଚର ନୁହେଁ। BSB BSB: For My eyes are on all their ways. They are not hidden from My face, and their guilt is not concealed from My eyes.
18 ULB ପୁଣି, ଆମ୍ଭେ ପ୍ରଥମେ ସେମାନଙ୍କର ଅଧର୍ମ ଓ ପାପର ଦୁଇଗୁଣ ପ୍ରତିଫଳ ଦେବା,କାରଣ ସେମାନେ ଆପଣାମାନଙ୍କ ଘୃଣ୍ୟ ବସ୍ତୁ ରୂପ ଶବରେ ଆମ୍ଭର ଦେଶ ଅପବିତ୍ର କରିଅଛନ୍ତି ଓ ଆପଣାମାନଙ୍କର ଘୃଣାଯୋଗ୍ୟ କର୍ମରେ ଆମ୍ଭର ଅଧିକାର ପରିପୂର୍ଣ୍ଣ କରିଅଛନ୍ତି।” BSB BSB: And I will first repay them double their iniquity and their sin, because they have defiled My land with the carcasses of their detestable idols, and they have filled My inheritance with their abominations.”
19 ULB ହେ ମୋର ବଳ, ମୋର ଦୃଢ଼ ଦୁର୍ଗ ଓ ବିପଦ ସମୟରେ ମୋର ଆଶ୍ରୟସ୍ୱରୂପ ସଦାପ୍ରଭୁ, ପୃଥିବୀର ପ୍ରାନ୍ତସକଳରୁ ନାନା ଦେଶୀୟମାନେ ତୁମ୍ଭ ନିକଟକୁ ଆସି କହିବେ, “ଆମ୍ଭମାନଙ୍କର ପୂର୍ବପୁରୁଷମାନେ କେବଳ ମିଥ୍ୟା, ଅର୍ଥାତ୍, ଅସାର ଓ ନିଷ୍ଫଳ ବସ୍ତୁ ଅଧିକାର କରିଅଛନ୍ତି।” BSB BSB: O LORD, my strength and my fortress, my refuge in the day of distress, the nations will come to You from the ends of the earth, and they will say, “Our fathers inherited nothing but lies, worthless idols of no benefit at all.
20 ULB ମନୁଷ୍ୟ କି ଆପଣା ନିମନ୍ତେ ଈଶ୍ୱର ନିର୍ମାଣ କରିବ? ସେ ତ ଈଶ୍ୱର ନୁହେଁ। BSB BSB: Can man make gods for himself? Such are not gods!”
21 ULB ଏନିମନ୍ତେ ଦେଖ, ଆମ୍ଭେ ସେମାନଙ୍କୁ ଜ୍ଞାତ କରାଇବା, ଆମେ ଏହି ଏକ ଥର ସେମାନଙ୍କୁ ଆମ୍ଭର ହସ୍ତ ଓ ଆମ୍ଭର ପରାକ୍ରମ ଜ୍ଞାତ କରାଇବା; ତହିଁରେ ଆମ୍ଭର ନାମ ଯେ ସଦାପ୍ରଭୁ, ଏହା ସେମାନେ ଜାଣିବେ। BSB BSB: “Therefore behold, I will inform them, and this time I will make them know My power and My might; then they will know that My name is the LORD.
Select verses for actions: Enter goes to them and Escape comes back.