1 ULB ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କ ନିକଟରୁ ଏହି ବାକ୍ୟ ଉପସ୍ଥିତ ହେଲା; BSB BSB: This is the word that came to Jeremiah from the LORD:
2 ULB “ତୁମ୍ଭେ ଉଠି କୁମ୍ଭକାରର ଗୃହକୁ ଯାଅ, ସେଠାରେ ଆମ୍ଭେ ତୁମ୍ଭକୁ ଆପଣା ବାକ୍ୟ ଶୁଣାଇବା।” BSB BSB: “Go down at once to the potter’s house, and there I will give you My message.”
3 ULB ତେବେ ମୁଁ କୁମ୍ଭକାର ଗୃହକୁ ଗଲି, ଆଉ ଦେଖ, ସେ ଚକ୍ରରେ ଆପଣା କର୍ମ କରୁଥିଲା। BSB BSB: So I went down to the potter’s house and saw him working at the wheel.
4 ULB କୁମ୍ଭକାର ମୃତ୍ତିକାର ଯେଉଁ ପାତ୍ର ନିର୍ମାଣ କରୁଥିଲା, ତାହା ତାହାର ହସ୍ତରେ ବିଗିଡ଼ି ଯିବାରୁ କୁମ୍ଭକାର ତାହା ନେଇ ଆପଣା ଇଚ୍ଛାନୁସାରେ ଆଉ ଗୋଟିଏ ପାତ୍ର ନିର୍ମାଣ କଲା। BSB BSB: But the vessel that he was shaping from the clay became flawed in his hand; so he formed it into another vessel, as it seemed best for him to do.
5 ULB ତହୁଁ ମୋ’ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, BSB BSB: Then the word of the LORD came to me, saying,
6 ULB ସଦାପ୍ରଭୁ କହନ୍ତି, “ହେ ଇସ୍ରାଏଲ ବଂଶ, ଆମ୍ଭେ କି ଏହି କୁମ୍ଭକାର ପରି ତୁମ୍ଭ ପ୍ରତି କରି ନ ପାରୁ? ହେ ଇସ୍ରାଏଲ ବଂଶ, ଦେଖ, ଯେପରି ମୃତ୍ତିକା କୁମ୍ଭକାରର ହସ୍ତରେ, ସେପରି ତୁମ୍ଭେମାନେ ଆମ୍ଭ ହସ୍ତରେ ଅଛ। BSB BSB: “O house of Israel, declares the LORD, can I not treat you as this potter treats his clay? Just like clay in the potter’s hand, so are you in My hand, O house of Israel.
7 ULB ଯେତେବେଳେ ଆମ୍ଭେ କୌଣସି ଗୋଷ୍ଠୀ ଓ ରାଜ୍ୟ ବିଷୟରେ ଉତ୍ପାଟନ ଓ ଅଧଃପତନ ଓ ବିନାଶର କଥା କହିବା; BSB BSB: At any time I might announce that a nation or kingdom will be uprooted, torn down, and destroyed.
8 ULB ସେତେବେଳେ ଯେଉଁ ଗୋଷ୍ଠୀ ବିଷୟରେ ଆମ୍ଭେ କହିଅଛୁ, ସେମାନେ ଯଦି ଆପଣା ଆପଣା ଦୁଷ୍କର୍ମରୁ ଫେରନ୍ତି, ତେବେ ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବାକୁ ଆମ୍ଭେ ମନରେ କଲୁ, ତହିଁରୁ ଆମ୍ଭେ କ୍ଷାନ୍ତ ହେବା। BSB BSB: But if that nation I warned turns from its evil, then I will relent of the disaster I had planned to bring.
9 ULB ପୁଣି, ଯେତେବେଳେ ଆମ୍ଭେ କୌଣସି ଗୋଷ୍ଠୀକି ରାଜ୍ୟ ବିଷୟରେ ଗଠନ ଓ ରୋପଣର କଥା କହିବା; BSB BSB: And if at another time I announce that I will build up and establish a nation or kingdom,
10 ULB ସେତେବେଳେ ସେ ଯଦି ଆମ୍ଭର ରବ ନ ମାନି ଆମ୍ଭ ଦୃଷ୍ଟିରେ ଦୁଷ୍କର୍ମ କରେ, ତେବେ ଆମ୍ଭେ ତାହା ପ୍ରତି ଯେଉଁ ମଙ୍ଗଳ କରିବାର କଥା କହିଲୁ, ତହିଁରୁ ଆମ୍ଭେ କ୍ଷାନ୍ତ ହେବା।” BSB BSB: and if it does evil in My sight and does not listen to My voice, then I will relent of the good I had intended for it.
11 ULB ଏନିମନ୍ତେ ଏବେ ତୁମ୍ଭେ ଯିହୁଦାର ଲୋକମାନଙ୍କ ଓ ଯିରୂଶାଲମ ନିବାସୀମାନଙ୍କ ନିକଟକୁ ଯାଇ କୁହ, ସଦାପ୍ରଭୁ ଏହି କଥା କହନ୍ତି; “ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ସଂକଳ୍ପ କରୁଅଛୁ; ଏବେ ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେର, ପୁଣି ଆପଣା ଆପଣା ପଥ ଓ ଆପଣା ଆପଣା କ୍ରିୟାର ଶୋଧନ କର।” BSB BSB: Now therefore, tell the men of Judah and the residents of Jerusalem that this is what the LORD says: ‘Behold, I am planning a disaster for you and devising a plan against you. Turn now, each of you, from your evil ways, and correct your ways and deeds.’
12 ULB ମାତ୍ର ସେମାନେ କହନ୍ତି, ଭରସା ନାହିଁ; କାରଣ ଆମ୍ଭେମାନେ ଆପଣା ଆପଣା ସଂକଳ୍ପ ଅନୁସାରେ ଚାଲିବା ଓ ଆମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତାନୁସାରେ କର୍ମ କରିବା। BSB BSB: But they will reply, ‘It is hopeless. We will follow our own plans, and each of us will act according to the stubbornness of his evil heart.’”
13 ULB ଏଥିପାଇଁ ସଦାପ୍ରଭୁ ଏହି କଥା କହନ୍ତି; “ତୁମ୍ଭେମାନେ ଏବେ ନାନା ଦେଶୀୟମାନଙ୍କ ମଧ୍ୟରେ ପଚାର, ଏପରି କଥା କିଏ ଶୁଣିଅଛି; ଇସ୍ରାଏଲର ଅନୂଢ଼ା କନ୍ୟା ଅତ୍ୟନ୍ତ ରୋମାଞ୍ଚଜନକ କାର୍ଯ୍ୟ କରିଅଛି। BSB BSB: Therefore this is what the LORD says: “Inquire among the nations: Who has ever heard things like these? Virgin Israel has done a most terrible thing.
14 ULB ଲିବାନୋନର ହିମ କି କ୍ଷେତ୍ରସ୍ଥ ଶୈଳରେ ଅଭାବ ହେବ? କିଅବା ଦୂରରୁ ପ୍ରବାହିତ ସୁଶୀତଳ ଜଳସ୍ରୋତ କି ଶୁଷ୍କ ହେବ? BSB BSB: Does the snow of Lebanon ever leave its rocky slopes? Or do its cool waters flowing from a distance ever run dry?
15 ULB ମାତ୍ର ଆମ୍ଭର ଲୋକମାନେ ଆମ୍ଭକୁ ପାସୋରି ଅସାର ଦେବଗଣର ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଅଛନ୍ତି, ଆଉ ସେମାନେ ଅପ୍ରସ୍ତୁତ ମାର୍ଗର ନାନା ଉପପଥରେ ସେମାନଙ୍କୁ ଗମନ କରାଇବା ନିମନ୍ତେ ସେମାନଙ୍କ ପଥରେ, ପୁରାତନ ପଥରେ ସେମାନଙ୍କର ବିଘ୍ନ ଜନ୍ମାଇ ଅଛନ୍ତି; BSB BSB: Yet My people have forgotten Me. They burn incense to worthless idols that make them stumble in their ways, leaving the ancient roads to walk on rutted bypaths instead of on the highway.
16 ULB ଏଥିରେ ସେମାନଙ୍କର ଦେଶକୁ ବିସ୍ମୟର ଓ ନିତ୍ୟ ଶୀସ୍ ଶବ୍ଦର ପାତ୍ର କରନ୍ତି; ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ବିସ୍ମୟାପନ୍ନ ହୋଇ ଆପଣା ମସ୍ତକ ହଲାଇବ। BSB BSB: They have made their land a desolation, a perpetual object of scorn; all who pass by will be appalled and shake their heads.
17 ULB ଆମ୍ଭେ ଶତ୍ରୁ ସମ୍ମୁଖରେ ପୂର୍ବୀୟ ବାୟୁ ଦ୍ୱାରା ଛିନ୍ନ ହେଲା ପରି ସେମାନଙ୍କୁ ଛିନ୍ନଭିନ୍ନ କରିବା; ଆମ୍ଭେ ସେମାନଙ୍କ ବିପଦ ଦିନରେ ସେମାନଙ୍କ ପ୍ରତି ଅଭିମୁଖ ନ ହୋଇ ବିମୁଖ ହେବା।” BSB BSB: I will scatter them before the enemy like the east wind. I will show them My back and not My face in the day of their calamity.”
18 ULB ତେବେ ସେମାନେ କହିଲେ, “ଆସ, ଆମ୍ଭେମାନେ ଯିରିମୀୟ ବିରୁଦ୍ଧରେ ପରାମର୍ଶ କରୁ; କାରଣ ଯାଜକ ନିକଟରୁ ବ୍ୟବସ୍ଥା ଅବା ଜ୍ଞାନବାନ ନିକଟରୁ ମନ୍ତ୍ରଣା ଅଥବା ଭବିଷ୍ୟଦ୍ବକ୍ତା ନିକଟରୁ ବାକ୍ୟ ଲୁପ୍ତ ହେବ ନାହିଁ। ଆସ, ଆମ୍ଭେମାନେ ଜିହ୍ୱା ଦ୍ୱାରା ତାହାକୁ ପ୍ରହାର କରୁ, ପୁଣି ତାହାର କୌଣସି କଥାରେ ମନୋଯୋଗ ନ କରୁ।” BSB BSB: Then some said, “Come, let us make plans against Jeremiah, for the law will never be lost to the priest, nor counsel to the wise, nor an oracle to the prophet. Come, let us denounce him and pay no heed to any of his words.”
19 ULB ହେ ସଦାପ୍ରଭୁ, ମୋ’ ପ୍ରତି ମନୋଯୋଗ କର ଓ ମୋ’ ସଙ୍ଗେ ବିରୋଧକାରୀମାନଙ୍କର କଥାରେ ଅବଧାନ କର। BSB BSB: Attend to me, O LORD. Hear what my accusers are saying!
20 ULB ମଙ୍ଗଳର ପରିଶୋଧରେ କି ଅମଙ୍ଗଳ କରାଯିବ? କାରଣ ସେମାନେ ମୋ’ ପ୍ରାଣ ପାଇଁ ଗର୍ତ୍ତ ଖୋଳିଅଛନ୍ତି। ମୁଁ ସେମାନଙ୍କଠାରୁ ତୁମ୍ଭର ପ୍ରଚଣ୍ଡ କ୍ରୋଧ ଫେରାଇବା ନିମନ୍ତେ ସେମାନଙ୍କ ପକ୍ଷରେ ମଙ୍ଗଳଜନକ କଥା କହିବା ପାଇଁ କିପରି ତୁମ୍ଭ ସମ୍ମୁଖରେ ଠିଆ ହେଲି, ଏହା ସ୍ମରଣ କର। BSB BSB: Should good be repaid with evil? Yet they have dug a pit for me. Remember how I stood before You to speak good on their behalf, to turn Your wrath from them.
21 ULB ଏହେତୁ ତୁମ୍ଭେ ସେମାନଙ୍କ ସନ୍ତାନଗଣକୁ ଦୁର୍ଭିକ୍ଷରେ ସମର୍ପଣ କର ଓ ସେମାନଙ୍କୁ ଖଡ୍ଗର ପରାକ୍ରମରେ ଛାଡ଼ି ଦିଅ; ଆଉ, ସେମାନଙ୍କର ଭାର୍ଯ୍ୟାମାନେ ସନ୍ତାନହୀନା ଓ ବିଧବା ହେଉନ୍ତୁ ଓ ସେମାନଙ୍କର ପୁରୁଷମାନେ ମୃତ୍ୟୁୁରେ ସଂହାରିତ ହେଉନ୍ତୁ ଓ ସେମାନଙ୍କର ଯୁବାଗଣ ଯୁଦ୍ଧରେ ଖଡ୍ଗରେ ହତ ହେଉନ୍ତୁ। BSB BSB: Therefore, hand their children over to famine; pour out the power of the sword upon them. Let their wives become childless and widowed; let their husbands be slain by disease, their young men struck down by the sword in battle.
22 ULB ତୁମ୍ଭେ ଯେଉଁ ସମୟରେ ହଠାତ୍ ସେମାନଙ୍କ ବିରୁଦ୍ଧରେ ସୈନ୍ୟଦଳ ଆଣିବ, ସେହି ସମୟରେ ସେମାନଙ୍କର ସକଳ ଗୃହରୁ କ୍ରନ୍ଦନର ସ୍ୱର ଶୁଣାଯାଉ; କାରଣ ସେମାନେ ମୋତେ ଧରିବା ପାଇଁ ଗର୍ତ୍ତ ଖୋଳିଅଛନ୍ତି ଓ ମୋ’ ଚରଣ ପାଇଁ ଗୋପନରେ ଫାନ୍ଦ ପାତିଅଛନ୍ତି। BSB BSB: Let a cry be heard from their houses when You suddenly bring raiders against them, for they have dug a pit to capture me and have hidden snares for my feet.
23 ULB ତଥାପି ହେ ସଦାପ୍ରଭୁ, ମୋତେ ବଧ କରିବା ପାଇଁ ସେମାନଙ୍କର ମନ୍ତ୍ରଣାସବୁ ତୁମ୍ଭେ ଜାଣୁଅଛ; ତୁମ୍ଭେ ସେମାନଙ୍କର ଅଧର୍ମ କ୍ଷମା କର ନାହିଁ, କିଅବା ତୁମ୍ଭ ଦୃଷ୍ଟିରୁ ସେମାନଙ୍କ ପାପ ଲିଭାଇ ଦିଅ ନାହିଁ; ମାତ୍ର ସେମାନେ ତୁମ୍ଭ ସମ୍ମୁଖରେ ନିପାତିତ ହେଉନ୍ତୁ; ତୁମ୍ଭେ ଆପଣା କ୍ରୋଧ ସମୟରେ ସେମାନଙ୍କ ପ୍ରତି ବ୍ୟବହାର କର। BSB BSB: But You, O LORD, know all their deadly plots against me. Do not wipe out their guilt or blot out their sin from Your sight. Let them be overthrown before You; deal with them in the time of Your anger.
Select verses for actions: Enter goes to them and Escape comes back.