1 ULB ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ ଯିହୁଦାର ରାଜଗୃହକୁ ଯାଇ ସେଠାରେ ଏହି କଥା କୁହ। BSB BSB: This is what the LORD says: “Go down to the palace of the king of Judah and proclaim this message there,
2 ULB ‘ଯଥା, ହେ ଦାଉଦଙ୍କ ସିଂହାସନରେ ଉପବିଷ୍ଟ ଯିହୁଦାର ରାଜନ୍, ତୁମ୍ଭେ ତୁମ୍ଭର ଦାସଗଣ ଓ ଏହିସବୁ ଦ୍ୱାର ଦେଇ ପ୍ରବେଶକାରୀ ତୁମ୍ଭର ଲୋକମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ। BSB BSB: saying, ‘Hear the word of the LORD, O king of Judah, who sits on the throne of David—you and your officials and your people who enter these gates.
3 ULB ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ନ୍ୟାୟବିଚାର ଓ ଧାର୍ମିକତା ବ୍ୟବହାର କର ଓ ଲୁଟିତ ଲୋକକୁ ଉପଦ୍ରବୀର ହସ୍ତରୁ ଉଦ୍ଧାର କର; ପୁଣି, ବିଦେଶୀ, ପିତୃହୀନ ଓ ବିଧବା ପ୍ରତି କୌଣସି ଅନ୍ୟାୟ ଓ ଉପଦ୍ରବ କର ନାହିଁ, କିଅବା ଏହି ସ୍ଥାନରେ ନିର୍ଦ୍ଦୋଷର ରକ୍ତପାତ କର ନାହିଁ। BSB BSB: This is what the LORD says: Administer justice and righteousness. Rescue the victim of robbery from the hand of his oppressor. Do no wrong or violence to the foreigner, the fatherless, or the widow. Do not shed innocent blood in this place.
4 ULB କାରଣ ଯଦି ତୁମ୍ଭେମାନେ ପ୍ରକୃତରେ ଏହିସବୁ କାର୍ଯ୍ୟ କରିବ, ତେବେ ଦାଉଦଙ୍କ ସିଂହାସନରେ ଉପବିଷ୍ଟ ରାଜାଗଣ ରଥରେ ଓ ଅଶ୍ୱରେ ଚଢ଼ି, ସେ, ତାହାର ଦାସଗଣ ଓ ଲୋକମାନେ ଏହି ଗୃହର ଦ୍ୱାର ଦେଇ ପ୍ରବେଶ କରିବେ।’” BSB BSB: For if you will indeed carry out these commands, then kings who sit on David’s throne will enter through the gates of this palace riding on chariots and horses—they and their officials and their people.
5 ULB ମାତ୍ର ଯଦି ତୁମ୍ଭେମାନେ ଏହିସବୁ କଥା ଶୁଣିବ ନାହିଁ, ତେବେ ସଦାପ୍ରଭୁ କହନ୍ତି, “ଆମ୍ଭେ ଆପଣା ନାମରେ ଶପଥ କରୁଅଛୁ ଯେ, ଏହି ଗୃହ ଉଚ୍ଛିନ୍ନ ହେବ।” BSB BSB: But if you do not obey these words, then I swear by Myself, declares the LORD, that this house will become a pile of rubble.’”
6 ULB କାରଣ ଯିହୁଦାର ରାଜଗୃହ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ‘ତୁମ୍ଭେ ଆମ୍ଭ ପ୍ରତି ଗିଲୀୟଦ ଓ ଲିବାନୋନର ଶୃଙ୍ଗ ସ୍ୱରୂପ ଅଟ; ତଥାପି ଆମ୍ଭେ ନିଶ୍ଚୟ ତୁମ୍ଭକୁ ପ୍ରାନ୍ତର ଓ ନିବାସୀବିହୀନ ନଗରସମୂହର ସ୍ୱରୂପ କରିବା। BSB BSB: For this is what the LORD says concerning the house of the king of Judah: “You are like Gilead to Me, like the summit of Lebanon; but I will surely turn you into a desert, like cities that are uninhabited.
7 ULB ପୁଣି, ତୁମ୍ଭ ବିରୁଦ୍ଧରେ ବିନାଶକଗଣକୁ ପ୍ରତ୍ୟେକର ଅସ୍ତ୍ର ସହିତ ପ୍ରସ୍ତୁତ କରିବା; ତହିଁରେ ସେମାନେ ତୁମ୍ଭର ଉତ୍ତମ ଏରସ ବୃକ୍ଷସବୁ କାଟି ଅଗ୍ନିରେ ପକାଇ ଦେବେ।’ BSB BSB: I will appoint destroyers against you, each man with his weapons, and they will cut down the choicest of your cedars and throw them into the fire.
8 ULB ଆଉ, ଅନେକ ଦେଶୀୟ ଲୋକ ଏହି ନଗର ନିକଟ ଦେଇ ଗତାୟାତ କରୁ କରୁ ପ୍ରତ୍ୟେକେ, ଆପଣା ଆପଣା ସଙ୍ଗୀକୁ କହିବେ, “ସଦାପ୍ରଭୁ କି ନିମନ୍ତେ ଏହି ବୃହତ ନଗରକୁ ଏପରି କଲେ?” BSB BSB: And many nations will pass by this city and ask one another, ‘Why has the LORD done such a thing to this great city?’
9 ULB ତହିଁରେ ସେମାନେ ଉତ୍ତର କରିବେ, ‘କାରଣ ଏହି, ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ନିୟମ ପରିତ୍ୟାଗ କରି ଅନ୍ୟ ଦେବଗଣକୁ ପ୍ରଣାମ ଓ ସେବା କଲେ।’” BSB BSB: Then people will reply, ‘Because they have forsaken the covenant of the LORD their God and have worshiped and served other gods.’”
10 ULB ତୁମ୍ଭେମାନେ ମୃତ ଲୋକ ସକାଶେ ରୋଦନ କର ନାହିଁ, କିଅବା ତାହା ସକାଶେ ବିଳାପ କର ନାହିଁ; ମାତ୍ର ପ୍ରସ୍ଥାନ କରିବା ଲୋକ ନିମନ୍ତେ ଅତିଶୟ କ୍ରନ୍ଦନ କର; କାରଣ ସେ ଆଉ ଫେରି ଆସିବ ନାହିଁ, କିଅବା ଆପଣା ଜନ୍ମଦେଶ ଆଉ ଦେଖିବ ନାହିଁ। BSB BSB: Do not weep for him who is dead; do not mourn his loss. Weep bitterly for him who is exiled, for he will never return to see his native land.
11 ULB ଯେହେତୁ ଯିହୁଦାର ରାଜା ଯୋଶୀୟର ପୁତ୍ର ଶଲ୍ଲୁମ୍ ଯେ ଆପଣା ପିତା ଯୋଶୀୟର ପଦରେ ରାଜତ୍ୱ କଲା ଓ ଏହି ସ୍ଥାନରୁ ବାହାରି ଗଲା, ତାହାର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; BSB BSB: For this is what the LORD says concerning Shallum son of Josiah, king of Judah, who succeeded his father Josiah but has gone forth from this place: “He will never return,
12 ULB “ସେ ଏହି ସ୍ଥାନକୁ ଆଉ ଫେରି ଆସିବ ନାହିଁ; ମାତ୍ର ସେ ଯେଉଁ ସ୍ଥାନକୁ ବନ୍ଦୀତ୍ୱ ଅବସ୍ଥାରେ ନୀତ ହୋଇଅଛି, ସେହି ସ୍ଥାନରେ ମରିବ ଓ ସେ ଏହି ଦେଶ ଆଉ ଦେଖିବ ନାହିଁ।” BSB BSB: but he will die in the place to which he was exiled; he will never see this land again.”
13 ULB ଯେଉଁ ଲୋକ ଅଧର୍ମରେ ଆପଣା ଗୃହ ଓ ଅନ୍ୟାୟରେ ଆପଣା କୋଠରିମାନ ନିର୍ମାଣ କରେ; ଯେ ବିନା ବେତନରେ ଆପଣା ପ୍ରତିବାସୀକି ସେବା କରାଏ ଓ ତାହାର ବେତନ ତାହାକୁ ନ ଦିଏ; BSB BSB: “Woe to him who builds his palace by unrighteousness, and his upper rooms without justice, who makes his countrymen serve without pay, and fails to pay their wages,
14 ULB ଯେ କହେ, ଆମ୍ଭେ ଆପଣା ପାଇଁ ଏକ ପ୍ରଶସ୍ତ ଗୃହ ଓ ବୃହତ କୋଠରିମାନ ନିର୍ମାଣ କରିବା ଓ ଯେ ଆପଣା ପାଇଁ ଝରକା କାଟେ, ଆଉ ଏରସ କାଷ୍ଠରେ ଗୃହର ଭିତର ଛାତ କରେ ଓ ରକ୍ତବର୍ଣ୍ଣର ରଙ୍ଗ ଲେପନ କରେ, ସେ ସନ୍ତାପର ପାତ୍ର! BSB BSB: who says, ‘I will build myself a great palace, with spacious upper rooms.’ So he cuts windows in it, panels it with cedar, and paints it with vermilion.
15 ULB ତୁମ୍ଭେ ଏରସ କାଷ୍ଠ ବିଷୟରେ ବଡ଼ ହେବା ପାଇଁ ଯତ୍ନ କରିବା ହେତୁରୁ କି ରାଜତ୍ୱ କରିବ? ତୁମ୍ଭର ପିତା କି ଭୋଜନ ପାନ କରି ବିଚାର ଓ ଧର୍ମାଚରଣ କଲା ନାହିଁ? ତହିଁରେ ତାହାର ମଙ୍ଗଳ ହେଲା। BSB BSB: Does it make you a king to excel in cedar? Did not your father have food and drink? He administered justice and righteousness, and so it went well with him.
16 ULB ସେ ଦରିଦ୍ର ଓ ଦୀନହୀନମାନଙ୍କ ଗୁହାରି ବିଚାର କଲା, ତହିଁରେ ମଙ୍ଗଳ ହେଲା। ସଦାପ୍ରଭୁ କହନ୍ତି, “ଏହା କି ଆମ୍ଭଙ୍କୁ ଜ୍ଞାତ ହେବାର ନୁହେଁ? BSB BSB: He took up the cause of the poor and needy, and so it went well with him. Is this not what it means to know Me?” declares the LORD.
17 ULB ମାତ୍ର ତୁମ୍ଭର ଚକ୍ଷୁ ଓ ତୁମ୍ଭର ଅନ୍ତଃକରଣ, ଆପଣାର ଲୋଭ, ନିର୍ଦ୍ଦୋଷର ରକ୍ତପାତ, ଉପଦ୍ରବ ଓ ଦୌରାତ୍ମ୍ୟ କରିବା ଛଡ଼ା ଆଉ କାହିଁରେ ନାହିଁ। BSB BSB: “But your eyes and heart are set on nothing except your own dishonest gain, on shedding innocent blood, on practicing extortion and oppression.”
18 ULB ଏଥିପାଇଁ ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; “ଲୋକମାନେ, ହାୟ, ଆମ୍ଭର ଭାଇ! ଅବା ହାୟ, ଭଉଣୀ! କହି ତାହା ପାଇଁ ବିଳାପ କରିବେ ନାହିଁ; ହାୟ, ପ୍ରଭୁ! ଅବା ହାୟ, ତାଙ୍କର ମହିମା! ଏହା କହି ଲୋକେ ତାହା ପାଇଁ ବିଳାପ କରିବେ ନାହିଁ।” BSB BSB: Therefore this is what the LORD says concerning Jehoiakim son of Josiah king of Judah: “They will not mourn for him: ‘Alas, my brother! Alas, my sister!’ They will not mourn for him: ‘Alas, my master! Alas, his splendor!’
19 ULB ତାହାର କବର ଗଧର କବର ତୁଲ୍ୟ ହେବ, ସେ ଘୋଷଡ଼ା ଯାଇ ଯିରୂଶାଲମର ଦ୍ୱାର ବାହାରେ ପକାଯିବ। BSB BSB: He will be buried like a donkey, dragged away and thrown outside the gates of Jerusalem.
20 ULB ତୁମ୍ଭେ ଲିବାନୋନକୁ ଯାଇ କ୍ରନ୍ଦନ କର; ତୁମ୍ଭେ ବାଶନରେ ଉଚ୍ଚସ୍ୱର କର ଓ ଅବାରୀମ୍ରୁ କ୍ରନ୍ଦନ କର; କାରଣ ତୁମ୍ଭର ପ୍ରେମକାରୀ ସମସ୍ତେ ବିନଷ୍ଟ ହୋଇଅଛନ୍ତି। BSB BSB: Go up to Lebanon and cry out; raise your voice in Bashan; cry out from Abarim, for all your lovers have been crushed.
21 ULB ଆମ୍ଭେ ତୁମ୍ଭର ସମୃଦ୍ଧି ସମୟରେ ତୁମ୍ଭକୁ କଥା କହିଲୁ; ମାତ୍ର ତୁମ୍ଭେ କହିଲ, “ମୁଁ ଶୁଣିବି ନାହିଁ;” ଆମ୍ଭ ବାକ୍ୟରେ ଅବଧାନ ନ କରିବାର ବାଲ୍ୟକାଳରୁ ତୁମ୍ଭର ଏପରି ବ୍ୟବହାର ହୋଇଅଛି। BSB BSB: I warned you when you were secure. You said, ‘I will not listen.’ This has been your way from youth, that you have not obeyed My voice.
22 ULB ବାୟୁ ତୁମ୍ଭର ସମସ୍ତ ମେଷପାଳକଙ୍କୁ ଚରାଇବ ଓ ତୁମ୍ଭର ପ୍ରେମକାରୀମାନେ ବନ୍ଦୀତ୍ୱ ସ୍ଥାନକୁ ଯିବେ; ସେହି ସମୟରେ ତୁମ୍ଭେ ଆପଣାର ସକଳ ଦୁଷ୍ଟତା ସକାଶୁ ନିଶ୍ଚୟ ଲଜ୍ଜିତା ଓ ବ୍ୟାକୁଳିତା ହେବ। BSB BSB: The wind will drive away all your shepherds, and your lovers will go into captivity. Then you will be ashamed and humiliated because of all your wickedness.
23 ULB ହେ ଲିବାନୋନ ନିବାସିନୀ, ଏରସ ବୃକ୍ଷ ବନରେ ବସା କରିଅଛ ଯେ ତୁମ୍ଭେ, ଯେତେବେଳେ ପ୍ରସବବେଦନା ତୁଲ୍ୟ ତୁମ୍ଭର ବେଦନା ଉପସ୍ଥିତ ହେବ, ସେତେବେଳେ ତୁମ୍ଭର ଅବସ୍ଥା ବଡ଼ ଶୋଚନୀୟ ହେବ। BSB BSB: O inhabitant of Lebanon, nestled in the cedars, how you will groan when pangs of anguish come upon you, agony like a woman in labor.”
24 ULB ସଦାପ୍ରଭୁ କହନ୍ତି, “ଆମ୍ଭେ ଜୀବିତ ଥିବା ପ୍ରମାଣେ ଯିହୁଦାର ରାଜା ଯିହୋୟାକୀମ୍ର ପୁତ୍ର କନୀୟ ଆମ୍ଭ ଦକ୍ଷିଣ ହସ୍ତରେ ମୋହର ତୁଲ୍ୟ ହେଲେ ହେଁ ଆମ୍ଭେ ତୁମ୍ଭକୁ ସେଠାରୁ କାଢ଼ି ପକାଇବା; BSB BSB: “As surely as I live,” declares the LORD, “even if you, Coniah son of Jehoiakim king of Judah, were a signet ring on My right hand, I would pull you off.
25 ULB ପୁଣି, ଯେଉଁମାନେ ତୁମ୍ଭର ପ୍ରାଣ ନାଶ କରିବାକୁ ଚେଷ୍ଟା କରନ୍ତି ଓ ଯେଉଁମାନଙ୍କ ବିଷୟରେ ତୁମ୍ଭେ ଭୟ କରୁଅଛ, ସେମାନଙ୍କ ହସ୍ତରେ, ଅର୍ଥାତ୍, ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଓ କଲ୍ଦୀୟମାନଙ୍କ ହସ୍ତରେ ଆମ୍ଭେ ତୁମ୍ଭକୁ ସମର୍ପି ଦେବା। BSB BSB: In fact, I will hand you over to those you dread, who want to take your life—to Nebuchadnezzar king of Babylon and to the Chaldeans.
26 ULB ଆଉ, ଆମ୍ଭେ ତୁମ୍ଭକୁ ଓ ତୁମ୍ଭର ପ୍ରସବକାରିଣୀ ମାତାକୁ, ଯେଉଁ ଦେଶରେ ତୁମ୍ଭମାନଙ୍କର ଜନ୍ମ ହୋଇ ନ ଥିଲା, ଏପରି ଏକ ଦେଶରେ ତୁମ୍ଭମାନଙ୍କୁ ନିକ୍ଷେପ କରିବା। ଆଉ, ସେଠାରେ ତୁମ୍ଭେମାନେ ମରିବ। BSB BSB: I will hurl you and the mother who gave you birth into another land, where neither of you were born—and there you both will die.
27 ULB ମାତ୍ର ଯେଉଁ ଦେଶକୁ ଫେରି ଆସିବା ପାଇଁ ସେମାନଙ୍କର ପ୍ରାଣ ଅତିଶୟ ଲାଳସା କରେ, ସେ ଦେଶକୁ ସେମାନେ ଫେରି ଆସିବେ ନାହିଁ। BSB BSB: You will never return to the land for which you long.”
28 ULB ଏହି କନୀୟ କି ତୁଚ୍ଛୀକୃତ ଭଗ୍ନପାତ୍ର? ସେ କି ଅପ୍ରୀତିକର ପାତ୍ର? ସେ ଓ ତାହାର ବଂଶ କାହିଁକି ଦୂରୀକୃତ ହୋଇ ସେମାନଙ୍କ ଅଜ୍ଞାତ ଦେଶରେ ନିକ୍ଷିପ୍ତ ହେଲେ। BSB BSB: Is this man Coniah a despised and shattered pot, a jar that no one wants? Why are he and his descendants hurled out and cast into a land they do not know?
29 ULB ହେ ପୃଥିବୀ, ପୃଥିବୀ, ପୃଥିବୀ, ସଦାପ୍ରଭୁଙ୍କର ବାକ୍ୟ ଶୁଣ। BSB BSB: O land, land, land, hear the word of the LORD!
30 ULB ସଦାପ୍ରଭୁ ଏହି କଥା କହନ୍ତି, “ଏହି ମନୁଷ୍ୟ ନିଃସନ୍ତାନ, ଏହି ପୁରୁଷର ଆପଣା ଜୀବନ ମଧ୍ୟରେ ଉନ୍ନତି ହେବ ନାହିଁ ବୋଲି ତୁମ୍ଭେମାନେ ଲେଖ; କାରଣ ତାହାର ବଂଶୀୟ କୌଣସି ଲୋକ ଦାଉଦଙ୍କ ସିଂହାସନୋପବିଷ୍ଟ ହୋଇ ଓ ଯିହୁଦାର ଉପରେ ଆଉ କର୍ତ୍ତୃତ୍ୱ କରି ସମୃଦ୍ଧି ହେବ ନାହିଁ।” BSB BSB: This is what the LORD says: “Enroll this man as childless, a man who will not prosper in his lifetime. None of his descendants will prosper to sit on the throne of David or to rule again in Judah.”
Select verses for actions: Enter goes to them and Escape comes back.