1 ULB ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ର ରାଜତ୍ୱର ଆରମ୍ଭରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଉପସ୍ଥିତ ହେଲା, BSB BSB: At the beginning of the reign of Jehoiakim son of Josiah king of Judah, this word came from the LORD:
2 ULB “ଯଥା, ସଦାପ୍ରଭୁ ଏହି କଥା କହନ୍ତି; ‘ତୁମ୍ଭେ ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣରେ ଠିଆ ହୁଅ ଓ ସଦାପ୍ରଭୁଙ୍କ ଗୃହରେ ପ୍ରମାଣ କରିବା ପାଇଁ ଯିହୁଦାର ନଗରସମୂହରୁ ଆଗତ ଲୋକମାନଙ୍କୁ ଯେଉଁ ସକଳ କଥା କହିବା ପାଇଁ ଆମ୍ଭେ ତୁମ୍ଭକୁ ଆଜ୍ଞା କରୁ, ତାହାସବୁ ସେମାନଙ୍କୁ କୁହ; ଗୋଟିଏ କଥା ଛାଡ଼ ନାହିଁ। BSB BSB: “This is what the LORD says: Stand in the courtyard of the house of the LORD and speak all the words I have commanded you to speak to all the cities of Judah who come to worship there. Do not omit a word.
3 ULB ହୋଇପାରେ, ସେମାନେ ମନୋଯୋଗ କରି ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେରିବେ; ତାହାହେଲେ ସେମାନଙ୍କ ଆଚରଣର ଦୁଷ୍ଟତା ହେତୁ ଆମ୍ଭେ ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବାକୁ ମନସ୍ଥ କରିଅଛୁ, ତହିଁରୁ ନିବୃତ୍ତ ହେବା।’” BSB BSB: Perhaps they will listen and turn—each from his evil way of life—so that I may relent of the disaster I am planning to bring upon them because of the evil of their deeds.
4 ULB ପୁଣି, ତୁମ୍ଭେ ସେମାନଙ୍କୁ କୁହ, “ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେମାନେ ଯଦି ତୁମ୍ଭମାନଙ୍କ ସମ୍ମୁଖରେ ଆମ୍ଭର ସ୍ଥାପିତ ବ୍ୟବସ୍ଥାନୁସାରେ ଚାଲିବା ପାଇଁ ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ, BSB BSB: And you are to tell them that this is what the LORD says: ‘If you do not listen to Me and walk in My law, which I have set before you,
5 ULB ଆମ୍ଭର ଯେଉଁ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ଆମ୍ଭେ ଅତି ପ୍ରଭାତରେ ଉଠି ତୁମ୍ଭମାନଙ୍କ ନିକଟକୁ ପଠାଇ ଆସିଅଛୁ, ମାତ୍ର ତୁମ୍ଭେମାନେ ମନୋଯୋଗ କରି ନାହଁ, ସେମାନଙ୍କ ବାକ୍ୟରେ ଯଦି ତୁମ୍ଭେମାନେ ମନୋଯୋଗ ନ କରିବ; BSB BSB: and if you do not listen to the words of My servants the prophets, whom I have sent you again and again even though you did not listen,
6 ULB ତେବେ ଆମ୍ଭେ ଏହି ଗୃହକୁ ଶୀଲୋର ସମାନ କରିବା ଓ ଏହି ନଗରକୁ ପୃଥିବୀସ୍ଥ ସକଳ ଗୋଷ୍ଠୀର ଅଭିଶାପାସ୍ପଦ କରିବା।’” BSB BSB: then I will make this house like Shiloh, and I will make this city an object of cursing among all the nations of the earth.’”
7 ULB ପୁଣି, ଯିରିମୀୟ ସଦାପ୍ରଭୁଙ୍କ ଗୃହରେ ଏହିସବୁ କଥା କହିବାର ଯାଜକମାନେ ଓ ଭବିଷ୍ୟଦ୍ବକ୍ତାମାନେ ଓ ଲୋକ ସମସ୍ତେ ଶୁଣିଲେ। BSB BSB: Now the priests and prophets and all the people heard Jeremiah speaking these words in the house of the LORD,
8 ULB ଆଉ, ଯିରିମୀୟ ସମସ୍ତ ଲୋକଙ୍କ ନିକଟରେ ସଦାପ୍ରଭୁଙ୍କର ଆଜ୍ଞାପିତ ସକଳ କଥା କହିବାର ସମାପ୍ତ କଲା ଉତ୍ତାରେ, ଯାଜକ, ଭବିଷ୍ୟଦ୍ବକ୍ତାମାନେ ଓ ଲୋକ ସମସ୍ତେ ତାଙ୍କୁ ଧରି କହିଲେ, “ତୁମ୍ଭେ ନିଶ୍ଚୟ ମରିବ। BSB BSB: and as soon as he had finished telling all the people everything the LORD had commanded him to say, the priests and prophets and all the people seized him, shouting, “You must surely die!
9 ULB ଏହି ଗୃହ ଶୀଲୋ ସମାନ ଓ ଏହି ନଗର ଉଚ୍ଛିନ୍ନ ଓ ନିବାସୀବିହୀନ ହେବ ବୋଲି ତୁମ୍ଭେ କାହିଁକି ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲ?” ଆଉ, ସଦାପ୍ରଭୁଙ୍କ ଗୃହରେ ସମସ୍ତ ଲୋକ ଯିରିମୀୟଙ୍କ ନିକଟରେ ଏକତ୍ରିତ ହେଲେ। BSB BSB: How dare you prophesy in the name of the LORD that this house will become like Shiloh and this city will be desolate and deserted!” And all the people assembled against Jeremiah in the house of the LORD.
10 ULB ଏଥିଉତ୍ତାରେ ଯିହୁଦାର ଅଧିପତିମାନେ ଏହିସବୁ ବିଷୟ ଶୁଣି ରାଜଗୃହରୁ ସଦାପ୍ରଭୁଙ୍କ ଗୃହକୁ ଆସିଲେ ଓ ସଦାପ୍ରଭୁଙ୍କ ଗୃହର ନୂତନ ଦ୍ୱାରର ପ୍ରବେଶ ସ୍ଥାନରେ ବସିଲେ। BSB BSB: When the officials of Judah heard these things, they went up from the king’s palace to the house of the LORD and sat there at the entrance of the New Gate.
11 ULB ତହିଁରେ ଯାଜକମାନେ ଓ ଭବିଷ୍ୟଦ୍ବକ୍ତାମାନେ, ଅଧିପତିମାନଙ୍କୁ ଓ ଲୋକ ସମସ୍ତଙ୍କୁ ଏହି କଥା କହିଲେ, “ଏହି ମନୁଷ୍ୟ ପ୍ରାଣଦଣ୍ଡର ଯୋଗ୍ୟ; କାରଣ ସେ ଏହି ନଗର ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିଅଛି, ଏହା ତୁମ୍ଭେମାନେ ସ୍ୱକର୍ଣ୍ଣରେ ଶୁଣିଅଛ।” BSB BSB: Then the priests and prophets said to the officials and all the people, “This man is worthy of death, for he has prophesied against this city, as you have heard with your own ears!”
12 ULB ତହୁଁ ଯିରିମୀୟ ସକଳ ଅଧିପତି ଓ ସକଳ ଲୋକଙ୍କୁ ଏହି କଥା କହିଲେ, “ତୁମ୍ଭେମାନେ ଯେସବୁ କଥା ଶୁଣିଅଛ, ସେହି ସମସ୍ତ ଭବିଷ୍ୟଦ୍ବାକ୍ୟ ଏହି ଗୃହ ଓ ଏହି ନଗର ବିରୁଦ୍ଧରେ ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ପ୍ରେରଣ କଲେ। BSB BSB: But Jeremiah said to all the officials and all the people, “The LORD sent me to prophesy against this house and against this city all the words that you have heard.
13 ULB ଏହେତୁ ଏବେ ତୁମ୍ଭେମାନେ ଆପଣା ଆପଣା ଆଚରଣ ଓ କ୍ରିୟା ଶୁଧୁରାଅ, ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ବାକ୍ୟ ମାନ; ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଅଛନ୍ତି, ତାହା କରିବାରୁ କ୍ଷାନ୍ତ ହେବେ। BSB BSB: So now, correct your ways and deeds, and obey the voice of the LORD your God, so that He might relent of the disaster He has pronounced against you.
14 ULB ମାତ୍ର ଦେଖ, ମୁଁ ତୁମ୍ଭମାନଙ୍କ ହସ୍ତରେ ଅଛି: ଯାହା ତୁମ୍ଭମାନଙ୍କ ଦୃଷ୍ଟିରେ ଉତ୍ତମ ଓ ଯଥାର୍ଥ ତାହା ମୋ’ ପ୍ରତି କର। BSB BSB: As for me, here I am in your hands; do to me what you think is good and right.
15 ULB କେବଳ ଏହା ନିଶ୍ଚିତ ରୂପେ ଜାଣ ଯେ, ତୁମ୍ଭେମାନେ ମୋତେ ବଧ କଲେ ଆପଣାମାନଙ୍କ ଉପରେ, ଏହି ନଗର ଉପରେ ଓ ତନ୍ନିବାସୀମାନଙ୍କ ଉପରେ ନିର୍ଦ୍ଦୋଷର ରକ୍ତପାତର ଅପରାଧ ବର୍ତ୍ତାଇବ; କାରଣ ଏହି ସମସ୍ତ କଥା ତୁମ୍ଭମାନଙ୍କ କର୍ଣ୍ଣଗୋଚରରେ କହିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ସତ୍ୟ।” BSB BSB: But know for certain that if you put me to death, you will bring innocent blood upon yourselves, upon this city, and upon its residents; for truly the LORD has sent me to speak all these words in your hearing.”
16 ULB ତହିଁରେ ଅଧିପତିମାନେ ଓ ଲୋକ ସମସ୍ତେ ଯାଜକମାନଙ୍କୁ ଓ ଭବିଷ୍ୟଦ୍ବକ୍ତାଗଣଙ୍କୁ କହିଲେ, “ଏହି ମନୁଷ୍ୟ ପ୍ରାଣଦଣ୍ଡର ଯୋଗ୍ୟ ନୁହେଁ; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନାମରେ ସେ ଆମ୍ଭମାନଙ୍କୁ କଥା କହିଅଛି।” BSB BSB: Then the officials and all the people told the priests and prophets, “This man is not worthy of death, for he has spoken to us in the name of the LORD our God!”
17 ULB ସେତେବେଳେ ଦେଶର ପ୍ରାଚୀନବର୍ଗଙ୍କ ମଧ୍ୟରୁ କେହି କେହି ଉଠି ଲୋକମାନଙ୍କ ସମସ୍ତ ସମାଜକୁ ଏହି କଥା କହିଲେ, BSB BSB: Some of the elders of the land stood up and said to the whole assembly of the people,
18 ULB “ଯିହୁଦାର ରାଜା ହିଜକୀୟର ସମୟରେ ମୋରେଷ୍ଟୀୟ ମୀଖା ଭବିଷ୍ୟଦ୍ବାକ୍ୟ ପ୍ରଚାର କଲା; ଆଉ, ସେ ଯିହୁଦାର ସମସ୍ତ ଲୋକଙ୍କୁ ଏହି କଥା କହିଲା, ‘ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ସିୟୋନ କ୍ଷେତ୍ର ତୁଲ୍ୟ ଚଷା ଯିବ ଓ ଯିରୂଶାଲମ ଢିପି ହେବ, ପୁଣି ଯେଉଁ ପର୍ବତରେ ମନ୍ଦିର ଅଛି, ତାହା ବନସ୍ଥ ଉଚ୍ଚସ୍ଥଳୀର ସମାନ ହେବ।’ BSB BSB: “Micah the Moreshite prophesied in the days of Hezekiah king of Judah and told all the people of Judah that this is what the LORD of Hosts says: ‘Zion will be plowed like a field, Jerusalem will become a heap of rubble, and the temple mount a wooded ridge.’
19 ULB ଯିହୁଦାର ରାଜା ହିଜକୀୟ ଓ ଯିହୁଦାର ଲୋକ ସମସ୍ତେ କ’ଣ ତାହାଙ୍କୁ କୌଣସିମତେ ବଧ କରିଥିଲେ? ହିଜକୀୟ କ’ଣ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କଲେ ନାହିଁ? ତହିଁରେ ସଦାପ୍ରଭୁ ସେମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଥିଲେ, ତାହା କରିବାରୁ କ’ଣ କ୍ଷାନ୍ତ ନୋହିଲେ? ଆମ୍ଭେମାନେ ଆପଣା ଆପଣା ପ୍ରାଣର ପ୍ରତିକୂଳରେ ଭାରୀ ଅମଙ୍ଗଳ କରୁଅଛୁ। BSB BSB: Did Hezekiah king of Judah or anyone else in Judah put him to death? Did Hezekiah not fear the LORD and seek His favor, and did not the LORD relent of the disaster He had pronounced against them? But we are about to bring great harm on ourselves!”
20 ULB ଆହୁରି, ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାରକାରୀ ଅନ୍ୟ ଏକ ବ୍ୟକ୍ତି ଥିଲା, ସେ କିରୀୟଥ୍-ଯିୟାରୀମ୍ସ୍ଥ ଶମୟୀୟର ପୁତ୍ର ଊରୀୟ; ସେ ଯିରିମୀୟର ସମସ୍ତ ବାକ୍ୟ ପରି ଏହି ନଗର ଓ ଏହି ଦେଶ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିଥିଲେ। BSB BSB: Now there was another man prophesying in the name of the LORD, Uriah son of Shemaiah from Kiriath-jearim. He prophesied against this city and against this land the same things that Jeremiah did.
21 ULB ତହିଁରେ ଯିହୋୟାକୀମ୍ ରାଜା, ଆପଣା ବୀରମାନଙ୍କ ଓ ସମସ୍ତ ଅଧିପତିମାନଙ୍କ ସହିତ ସେହି କଥା ଶୁଣନ୍ତେ, ରାଜା ତାହାକୁ ବଧ କରିବାକୁ ଚେଷ୍ଟା କଲା; ମାତ୍ର ଊରୀୟ ଏହା ଶୁଣି ଭୀତ ହୋଇ ମିସରକୁ ପଳାଇ ଗଲା। BSB BSB: King Jehoiakim and all his mighty men and officials heard his words, and the king sought to put him to death. But when Uriah found out about it, he fled in fear and went to Egypt.
22 ULB ତହିଁରେ ଯିହୋୟାକୀମ୍ ରାଜା ମିସରକୁ ଲୋକ ପଠାଇଲା, ଅର୍ଥାତ୍, ଅକବୋରର ପୁତ୍ର ଇଲ୍ନାଥନ୍କୁ ଓ ତାହା ସଙ୍ଗେ ଅନ୍ୟ କେତେକ ଲୋକଙ୍କୁ ମିସରକୁ ପଠାଇଲା; BSB BSB: Then King Jehoiakim sent men to Egypt: Elnathan son of Achbor along with some other men.
23 ULB ତହୁଁ ସେମାନେ ଊରୀୟକୁ ମିସରରୁ ଆଣି ଯିହୋୟାକୀମ୍ ରାଜା ନିକଟରେ ଉପସ୍ଥିତ କରାଇଲେ; ରାଜା ତାହାକୁ ଖଡ୍ଗରେ ବଧ କରି, ସାମାନ୍ୟ ଲୋକମାନଙ୍କର କବର ସ୍ଥାନରେ ତାହାର ଶବ ପକାଇ ଦେଲା।” BSB BSB: They brought Uriah out of Egypt and took him to King Jehoiakim, who had him put to the sword and his body thrown into the burial place of the common people.
24 ULB ମାତ୍ର ଶାଫନ୍ର ପୁତ୍ର ଅହୀକାମ୍ ଯିରିମୀୟଙ୍କ ସପକ୍ଷ ଥିବାରୁ ହତ ହେବା ନିମନ୍ତେ ଯିରିମୀୟ ଲୋକମାନଙ୍କ ହସ୍ତରେ ସମର୍ପିତ ହେଲେ ନାହିଁ। BSB BSB: Nevertheless, Ahikam son of Shaphan supported Jeremiah, so he was not handed over to the people to be put to death.
Select verses for actions: Enter goes to them and Escape comes back.