1 ULB ସଦାପ୍ରଭୁ କହନ୍ତି, “ସେହି ସମୟରେ ଆମ୍ଭେ ଇସ୍ରାଏଲର ସମୁଦାୟ ଗୋଷ୍ଠୀର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ।” BSB BSB: “At that time,” declares the LORD, “I will be the God of all the families of Israel, and they will be My people.”
2 ULB ସଦାପ୍ରଭୁ ଏହି କଥା କହନ୍ତି, “ଖଡ୍ଗରୁ ରକ୍ଷାପ୍ରାପ୍ତ ଲୋକମାନେ ପ୍ରାନ୍ତରରେ ଅନୁଗ୍ରହ ପ୍ରାପ୍ତ ହେଲେ, ଅର୍ଥାତ୍, ଆମ୍ଭେ ତାହାକୁ ବିଶ୍ରାମ ଦେବା ପାଇଁ ଗମନ କଲା ବେଳେ ଇସ୍ରାଏଲ ତାହା ପ୍ରାପ୍ତ ହେଲା।” BSB BSB: This is what the LORD says: “The people who survived the sword found favor in the wilderness when Israel went to find rest.”
3 ULB ସଦାପ୍ରଭୁ ପୁରାତନ କାଳରେ ମୋତେ ଦର୍ଶନ ଦେଇ କହିଲେ, “ହଁ, ଆମ୍ଭେ ଚିରସ୍ଥାୟୀ ପ୍ରେମରେ ତୁମ୍ଭକୁ ପ୍ରେମ କରି ଆସିଅଛୁ, ଏହେତୁ ସ୍ନେହପୂର୍ଣ୍ଣ କରୁଣାରେ ଆମ୍ଭେ ତୁମ୍ଭକୁ ଆକର୍ଷଣ କରିଅଛୁ। BSB BSB: The LORD appeared to us in the past, saying: “I have loved you with an everlasting love; therefore I have drawn you with loving devotion.
4 ULB ହେ ଇସ୍ରାଏଲ କୁମାରୀ, ଆମ୍ଭେ ତୁମ୍ଭକୁ ପୁନର୍ବାର ଗଢ଼ିବା ଓ ତୁମ୍ଭେ ଗଢ଼ାଯିବ; ତୁମ୍ଭେ ପୁନର୍ବାର ଆପଣା ତବଲରେ ବିଭୂଷିତା ହେବ ଓ ଆନନ୍ଦକାରୀମାନଙ୍କ ସଙ୍ଗେ ନୃତ୍ୟ କରି ଗମନ କରିବ। BSB BSB: Again I will build you, and you will be rebuilt, O Virgin Israel. Again you will take up your tambourines and go out in joyful dancing.
5 ULB ତୁମ୍ଭେ ପୁନର୍ବାର ଶମରୀୟାର ପର୍ବତରେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବ, ରୋପଣକାରୀମାନେ ରୋପଣ କରି ତହିଁର ଫଳ ଭୋଗ କରିବେ। BSB BSB: Again you will plant vineyards on the hills of Samaria; the farmers will plant and enjoy the fruit.
6 ULB କାରଣ ଯେଉଁ ଦିନରେ ପ୍ରହରୀମାନେ ଇଫ୍ରୟିମ ପର୍ବତରେ ଘୋଷଣା କରି କହିବେ, ଉଠ, ଆମ୍ଭେମାନେ ସିୟୋନକୁ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଛାମୁକୁ ଯାଉ,ଏପରି ଦିନ ଆସିବ।” BSB BSB: For there will be a day when watchmen will call out on the hills of Ephraim, ‘Arise, let us go up to Zion, to the LORD our God!’”
7 ULB କାରଣ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ଯାକୁବ ନିମନ୍ତେ ଆନନ୍ଦରେ ଗାନ କର ଓ ଗୋଷ୍ଠୀବର୍ଗର ଅଗ୍ରଗଣ୍ୟ ନିମନ୍ତେ ଜୟଧ୍ୱନି କର; ତୁମ୍ଭେମାନେ ପ୍ରଚାର କରି, ପ୍ରଶଂସା କରି କୁହ, ‘ହେ ସଦାପ୍ରଭୁ, ତୁମ୍ଭେ ଆପଣା ଲୋକ ଇସ୍ରାଏଲର ଅବଶିଷ୍ଟାଂଶକୁ ପରିତ୍ରାଣ କର।’ BSB BSB: For this is what the LORD says: “Sing with joy for Jacob; shout for the foremost of the nations! Make your praises heard, and say, ‘O LORD, save Your people, the remnant of Israel!’
8 ULB ଦେଖ, ଆମ୍ଭେ ସେମାନଙ୍କୁ ଉତ୍ତର ଦେଶରୁ ଆଣିବା, ପୁଣି ପୃଥିବୀର ପ୍ରାନ୍ତଭାଗରୁ ସେମାନଙ୍କୁ ଓ ସେମାନଙ୍କ ସହିତ ଅନ୍ଧ ଓ ଛୋଟା, ଗର୍ଭବତୀ ଓ ପ୍ରସବବେଦନାଗ୍ରସ୍ତା ସ୍ତ୍ରୀକୁ ଏକତ୍ର ସଂଗ୍ରହ କରିବା; ସେମାନେ ମହାଲୋକାରଣ୍ୟ ହୋଇ ଏହି ସ୍ଥାନକୁ ଆସିବେ। BSB BSB: Behold, I will bring them from the land of the north and gather them from the farthest parts of the earth, including the blind and the lame, expectant mothers and women in labor. They will return as a great assembly!
9 ULB ସେମାନେ କ୍ରନ୍ଦନ କରୁ କରୁ ଆମ୍ଭ ଦ୍ୱାରା ଆନୀତ ହେବେ, ଆମ୍ଭେ ସେମାନଙ୍କୁ ସଜଳ ନଦୀମାନର ନିକଟ ଦେଇ ସଳଖ ପଥରେ ଗମନ କରାଇବା, ସେ ପଥରେ ସେମାନେ ଝୁଣ୍ଟିବେ ନାହିଁ; କାରଣ ଆମ୍ଭେ ଇସ୍ରାଏଲର ପିତା ଓ ଇଫ୍ରୟିମ ଆମ୍ଭର ପ୍ରଥମଜାତ ସନ୍ତାନ।” BSB BSB: They will come with weeping, and by their supplication I will lead them; I will make them walk beside streams of waters, on a level path where they will not stumble. For I am Israel’s Father, and Ephraim is My firstborn.”
10 ULB ହେ ଗୋଷ୍ଠୀବର୍ଗ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ ଓ ଦୂରସ୍ଥ ଦ୍ୱୀପସମୂହରେ ତାହା ପ୍ରଚାର କରି କୁହ, “ଯେ ଇସ୍ରାଏଲକୁ ଛିନ୍ନଭିନ୍ନ କଲେ, ସେ ତାହାକୁ ସଂଗ୍ରହ କରିବେ, ଆଉ ପାଳକ ଯେପରି ଆପଣା ପଲ ରକ୍ଷା କରେ, ସେପରି ସେ ତାହାକୁ ରକ୍ଷା କରିବେ।” BSB BSB: Hear, O nations, the word of the LORD, and proclaim it in distant coastlands: “The One who scattered Israel will gather them and keep them as a shepherd keeps his flock.
11 ULB କାରଣ ସଦାପ୍ରଭୁ ଯାକୁବକୁ ଉଦ୍ଧାର କରିଅଛନ୍ତି ଓ ତାହା ଅପେକ୍ଷା ବଳବାନର ହସ୍ତରୁ ତାହାକୁ ମୁକ୍ତ କରିଅଛନ୍ତି। BSB BSB: For the LORD has ransomed Jacob and redeemed him from the hand that had overpowered him.
12 ULB ପୁଣି, ସେମାନେ ଆସି ସିୟୋନର ଶୃଙ୍ଗରେ ଗାନ କରିବେ ଓ ସ୍ରୋତ ତୁଲ୍ୟ ସଦାପ୍ରଭୁଙ୍କ ଉତ୍ତମତାର ନିକଟକୁ, ଶସ୍ୟ ଓ ଦ୍ରାକ୍ଷାରସ, ତୈଳ ଓ ପଲର ମେଷବତ୍ସ ଓ ଗୋପଲର ଗୋବତ୍ସ ନିକଟକୁ ବହି ଆସିବେ ଓ ସେମାନଙ୍କର ପ୍ରାଣ ସୁସିକ୍ତ ଉଦ୍ୟାନ ତୁଲ୍ୟ ହେବ; ପୁଣି, ସେମାନେ ଆଉ କିଛି ଶୋକ କରିବେ ନାହିଁ। BSB BSB: They will come and shout for joy on the heights of Zion; they will be radiant over the bounty of the LORD—the grain, new wine, and oil, and the young of the flocks and herds. Their life will be like a well-watered garden, and never again will they languish.
13 ULB ସେତେବେଳେ କୁମାରୀଗଣ ନୃତ୍ୟରେ, ପୁଣି, ଯୁବା ଓ ବୃଦ୍ଧମାନେ ଏକତ୍ର ଆନନ୍ଦ କରିବେ, କାରଣ ଆମ୍ଭେ ସେମାନଙ୍କ ଶୋକକୁ ଆନନ୍ଦରେ ପରିଣତ କରିବା, ଆମ୍ଭେ ସେମାନଙ୍କୁ ସାନ୍ତ୍ୱନା କରିବା ଓ ସେମାନଙ୍କ ଦୁଃଖରୁ ସେମାନଙ୍କୁ ଆନନ୍ଦିତ କରିବା। BSB BSB: Then the maidens will rejoice with dancing, young men and old as well. I will turn their mourning into joy, and give them comfort and joy for their sorrow.
14 ULB ଆଉ, ଆମ୍ଭେ ପୁଷ୍ଟିକର ଦ୍ରବ୍ୟରେ ଯାଜକମାନଙ୍କର ପ୍ରାଣ ପରିତୃପ୍ତ କରିବା ଓ ଆମ୍ଭର ଲୋକମାନେ ଆମ୍ଭର ଉତ୍ତମତାରେ ପରିତୃପ୍ତ ହେବେ,” ଏହା ସଦାପ୍ରଭୁ କହନ୍ତି। BSB BSB: I will fill the souls of the priests abundantly, and will fill My people with My goodness,” declares the LORD.
15 ULB ସଦାପ୍ରଭୁ ଏହି କଥା କହନ୍ତି, “ରାମାରେ ହାହାକାର ଓ ତୀବ୍ର ରୋଦନର ଶବ୍ଦ ଶୁଣାଯାଏ, ରାହେଲ ଆପଣା ସନ୍ତାନମାନଙ୍କ ନିମନ୍ତେ ରୋଦନ କରୁଅଛି; ସେ ଆପଣା ସନ୍ତାନଗଣର ବିଷୟରେ ପ୍ରବୋଧ କଥା ମାନୁ ନାହିଁ, କାରଣ ସେମାନେ ନାହାନ୍ତି।” BSB BSB: This is what the LORD says: “A voice is heard in Ramah, mourning and great weeping, Rachel weeping for her children and refusing to be comforted, because they are no more.”
16 ULB ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭ କ୍ରନ୍ଦନର ଶବ୍ଦ ଓ ଚକ୍ଷୁର ଲୋତକ ନିବୃତ୍ତ କର; କାରଣ ତୁମ୍ଭ କର୍ମର ପୁରସ୍କାର ଦତ୍ତ ହେବ,” ଏହା ସଦାପ୍ରଭୁ କହନ୍ତି; “ଆଉ, ସେମାନେ ଶତ୍ରୁର ଦେଶରୁ ଫେରି ଆସିବେ।” BSB BSB: This is what the LORD says: “Keep your voice from weeping and your eyes from tears, for the reward for your work will come, declares the LORD. Then your children will return from the land of the enemy.
17 ULB ସଦାପ୍ରଭୁ କହନ୍ତି, “ତୁମ୍ଭର ଅନ୍ତିମ କାଳ ବିଷୟରେ ପ୍ରତ୍ୟାଶା ଅଛି; ଆଉ, ତୁମ୍ଭର ସନ୍ତାନଗଣ ପୁନର୍ବାର ଆପଣାମାନଙ୍କର ସୀମାକୁ ଆସିବେ। BSB BSB: So there is hope for your future, declares the LORD, and your children will return to their own land.
18 ULB ଆମ୍ଭେ ନିଶ୍ଚୟ ଇଫ୍ରୟିମକୁ ଆପଣା ବିଷୟରେ ବିଳାପ କରି ଏହି ପ୍ରକାର କହିବା ଶୁଣିଅଛୁ, ‘ମୁଁ ଅମଣା ବାଛୁରି ପରି ବୋଲି ତୁମ୍ଭେ ମୋତେ ଶାସ୍ତି ଦେଇଅଛ ଓ ମୁଁ ଶାସ୍ତି ଭୋଗ କରିଅଛି; ତୁମ୍ଭେ ମୋତେ ଫେରାଅ, ତହିଁରେ ମୁଁ ଫେରିବି; କାରଣ ତୁମ୍ଭେ ସଦାପ୍ରଭୁ ମୋହର ପରମେଶ୍ୱର। BSB BSB: I have surely heard Ephraim’s moaning: ‘You disciplined me severely, like an untrained calf. Restore me, that I may return, for You are the LORD my God.
19 ULB ମୁଁ ଫେରିଲା ଉତ୍ତାରେ ନିତାନ୍ତ ଅନୁତାପ କଲି ଓ ଶିକ୍ଷା ପାଇଲା ଉତ୍ତାରେ ଆପଣା ଊରୁ ଦେଶରେ ଆଘାତ କଲି; ମୁଁ ଆପଣା ଯୌବନ କାଳରେ ଅପମାନ ଭୋଗ କରିବାରୁ ଲଜ୍ଜିତ ଓ ବ୍ୟାକୁଳ ହେଲି।’ BSB BSB: After I returned, I repented; and after I was instructed, I struck my thigh in grief. I was ashamed and humiliated because I bore the disgrace of my youth.’
20 ULB ଇଫ୍ରୟିମ କି ଆମ୍ଭର ପ୍ରିୟ ପୁତ୍ର? ସେ କି ଆନନ୍ଦଦାୟୀ ବାଳକ? କାରଣ ଆମ୍ଭେ ଯେତେ ଥର ତାହା ବିରୁଦ୍ଧରେ କଥା କହୁ, ସେତେ ଥର ଆଗ୍ରହରେ ଆମ୍ଭେ ତାହାକୁ ସ୍ମରଣ କରୁ; ଏଥିପାଇଁ ତାହା ନିମନ୍ତେ ଆମ୍ଭର ଅନ୍ତର ବ୍ୟାକୁଳ ହୁଏ; ଆମ୍ଭେ ଅବଶ୍ୟ ତାହାକୁ ଦୟା କରିବା,” ଏହା ସଦାପ୍ରଭୁ କହନ୍ତି। BSB BSB: Is not Ephraim a precious son to Me, a delightful child? Though I often speak against him, I still remember him. Therefore My heart yearns for him; I have great compassion for him,” declares the LORD.
21 ULB ତୁମ୍ଭେ ସ୍ଥାନେ ସ୍ଥାନେ ଆପଣା ପାଇଁ ପଥ ଚିହ୍ନ ରଖ ଓ ପଥପ୍ରଦର୍ଶକ ସ୍ତମ୍ଭ ନିର୍ମାଣ କର; ତୁମ୍ଭେ ଯେଉଁ ପଥରେ ଗମନ କରିଥିଲ, ସେହି ରାଜ ପଥରେ ମନୋନିବେଶ କର; ହେ ଇସ୍ରାଏଲ କୁମାରୀ, ଫେରି ଆସ, ତୁମ୍ଭର ଏହିସବୁ ନଗରକୁ ଫେରି ଆସ। BSB BSB: “Set up the road markers, put up the signposts. Keep the highway in mind, the road you have traveled. Return, O Virgin Israel, return to these cities of yours.
22 ULB ହେ ବିପଥଗାମିନୀ କନ୍ୟେ, ତୁମ୍ଭେ କେତେ କାଳ ଏଣେତେଣେ ଭ୍ରମଣ କରିବ? କାରଣ ସଦାପ୍ରଭୁ ପୃଥିବୀରେ ଏକ ନୂତନ ବିଷୟ ସୃଷ୍ଟି କରିଅଛନ୍ତି, ଜଣେ ସ୍ତ୍ରୀ ଜଣେ ପୁରୁଷକୁ ବେଷ୍ଟନ କରିବ। BSB BSB: How long will you wander, O faithless daughter? For the LORD has created a new thing in the land—a woman will shelter a man.”
23 ULB ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି: “ଆମ୍ଭେ ଯେଉଁ ସମୟରେ ସେମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ସେସମୟରେ ଯିହୁଦା ଦେଶରେ ଓ ତହିଁର ନଗରସକଳରେ ସେମାନେ ପୁନର୍ବାର ଏହି କଥା ବ୍ୟବହାର କରିବେ, ‘ହେ ଧର୍ମନିବାସ, ହେ ପବିତ୍ର ପର୍ବତ, ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ।’ BSB BSB: This is what the LORD of Hosts, the God of Israel, says: “When I restore them from captivity, they will once again speak this word in the land of Judah and in its cities: ‘May the LORD bless you, O righteous dwelling place, O holy mountain.’
24 ULB ପୁଣି, ଯିହୁଦା ଓ ତହିଁର ନଗରସକଳ, ଆଉ କୃଷକ ଓ ପଲ ନେଇ ଭ୍ରମଣକାରୀମାନେ ତହିଁ ମଧ୍ୟରେ ଏକତ୍ର ବାସ କରିବେ। BSB BSB: And Judah and all its cities will dwell together in the land, the farmers and those who move with the flocks,
25 ULB କାରଣ ଆମ୍ଭେ କ୍ଳାନ୍ତ ପ୍ରାଣକୁ ପରିତୃପ୍ତ କରିଅଛୁ, ପ୍ରତ୍ୟେକ ଦୁଃଖିତ ପ୍ରାଣକୁ ପରିପୂର୍ଣ୍ଣ କରିଅଛୁ।” BSB BSB: for I will refresh the weary soul and replenish all who are weak.”
26 ULB ଏଥିରେ ମୁଁ ଜାଗ୍ରତ ହୋଇ ଦେଖିଲି ଓ ମୋର ନିଦ୍ରା ମୋ’ ପ୍ରତି ସୁଖଦାୟକ ଥିଲା। BSB BSB: At this I awoke and looked around. My sleep had been most pleasant to me.
27 ULB ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ମଧ୍ୟରେ ମନୁଷ୍ୟ ଓ ପଶୁ ରୂପ ବୀଜ ବପନ କରିବା, ଏପରି ସମୟ ଆସୁଛି। BSB BSB: “The days are coming,” declares the LORD, “when I will sow the house of Israel and the house of Judah with the seed of man and of beast.
28 ULB ଆଉ, ଆମ୍ଭେ ଯେପରି ସେମାନଙ୍କୁ ଉତ୍ପାଟନ, ଭଗ୍ନ, ନିପାତ ଓ ବିନାଶ କରିବାକୁ ଓ କ୍ଳେଶ ଦେବାକୁ ଜଗି ରହିଲୁ; ସେପରି ସେମାନଙ୍କୁ ନିର୍ମାଣ ଓ ରୋପଣ କରିବା ପାଇଁ ଜଗି ରହିବା,” ଏହା ସଦାପ୍ରଭୁ କହନ୍ତି। BSB BSB: Just as I watched over them to uproot and tear down, to demolish, destroy, and bring disaster, so I will watch over them to build and to plant,” declares the LORD.
29 ULB ‘ପିତୃଗଣ ଅମ୍ଳ ଦ୍ରାକ୍ଷାଫଳ ଖାଇଲେ, ଆଉ ସନ୍ତାନଗଣର ଦାନ୍ତ ଖଟା ହୋଇଅଛି,’ ଏପରି କଥା ସେସମୟରେ ଆଉ କୁହା ଯିବ ନାହିଁ। BSB BSB: “In those days, it will no longer be said: ‘The fathers have eaten sour grapes, and the teeth of the children are set on edge.’
30 ULB ମାତ୍ର ପ୍ରତ୍ୟେକ ଲୋକ ନିଜ ଅଧର୍ମ ସକାଶୁ ମରିବ, ଆଉ ଯେଉଁ ଜନ ଅମ୍ଳ ଦ୍ରାକ୍ଷାଫଳ ଖାଏ, ତାହାରି ଦାନ୍ତ ଖଟା ହେବ। BSB BSB: Instead, each will die for his own iniquity. If anyone eats the sour grapes, his own teeth will be set on edge.
32 ULB ମିସର ଦେଶରୁ ସେମାନଙ୍କର ପୂର୍ବପୁରୁଷଗଣକୁ ବାହାର କରି ଆଣିବା ନିମନ୍ତେ ଆମ୍ଭେ ସେମାନଙ୍କର ହସ୍ତ ଧରିବା ଦିନ ସେମାନଙ୍କ ସହିତ ଆମ୍ଭର କୃତ ନିୟମାନୁସାରେ ନୁହେଁ,” ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କ ସ୍ୱାମୀ ହେଲେ ହେଁ ସେମାନେ ଆମ୍ଭର ସେହି ନିୟମ ଲଙ୍ଘନ କଲେ।” BSB BSB: It will not be like the covenant I made with their fathers when I took them by the hand to lead them out of the land of Egypt—a covenant they broke, though I was a husband to them,” declares the LORD.
33 ULB ମାତ୍ର ସଦାପ୍ରଭୁ କହନ୍ତି, “ସେହି ସକଳ ଦିନର ଉତ୍ତାରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଏହି ନିୟମ ସ୍ଥିର କରିବା; ଆମ୍ଭେ ସେମାନଙ୍କ ଅନ୍ତରରେ ଆମ୍ଭର ବ୍ୟବସ୍ଥା ରଖିବା ଓ ସେମାନଙ୍କ ହୃଦୟରେ ଆମ୍ଭେ ତାହା ଲେଖିବା; ଆଉ, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ; BSB BSB: “But this is the covenant I will make with the house of Israel after those days, declares the LORD. I will put My law in their minds and inscribe it on their hearts. And I will be their God, and they will be My people.
34 ULB ପୁଣି, ‘ତୁମ୍ଭେମାନେ ପରମେଶ୍ୱରଙ୍କୁ ଜ୍ଞାତ ହୁଅ’ ବୋଲି କହି ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକି ଓ ପ୍ରତ୍ୟେକେ ଆପଣା ଆପଣା ଭ୍ରାତାକୁ ଆଉ ଶିକ୍ଷା ଦେବେ ନାହିଁ;” କାରଣ ସଦାପ୍ରଭୁ କହନ୍ତି, “ସେମାନଙ୍କର କ୍ଷୁଦ୍ରତମଠାରୁ ମହତ୍ତମ ପର୍ଯ୍ୟନ୍ତ ସମସ୍ତେ ଆମ୍ଭକୁ ଜ୍ଞାତ ହେବେ; ଯେହେତୁ ଆମ୍ଭେ ସେମାନଙ୍କର ଅପରାଧ କ୍ଷମା କରିବା ଓ ସେମାନଙ୍କର ପାପ ଆମ୍ଭେ ଆଉ ସ୍ମରଣ କରିବା ନାହିଁ।” BSB BSB: No longer will each man teach his neighbor or his brother, saying, ‘Know the LORD,’ because they will all know Me, from the least of them to the greatest, declares the LORD. For I will forgive their iniquities and will remember their sins no more.”
35 ULB ଦିବସରେ ଜ୍ୟୋତିଃ ଦେବା ପାଇଁ ଯେ ସୂର୍ଯ୍ୟ ପ୍ରଦାନ କରନ୍ତି ଓ ରାତ୍ରିରେ ଜ୍ୟୋତିଃ ଦେବା ପାଇଁ ଯେ ଚନ୍ଦ୍ରର ଓ ନକ୍ଷତ୍ରଗଣର ବିଧାନାଦି ସ୍ଥାପନ କରନ୍ତି, ଯେ ସମୁଦ୍ରକୁ ସଞ୍ଚାଳିତ କରି ତହିଁର ତରଙ୍ଗ ସମୂହକୁ ଗର୍ଜ୍ଜନ କରାନ୍ତି, ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ଖ୍ୟାତ ସେହି ସଦାପ୍ରଭୁ ଏହି କଥା କହନ୍ତି: BSB BSB: Thus says the LORD, who gives the sun for light by day, who sets in order the moon and stars for light by night, who stirs up the sea so that its waves roar—the LORD of Hosts is His name:
36 ULB “ଯଦି ଏହି ସକଳ ବିଧାନ ଆମ୍ଭ ସମ୍ମୁଖରୁ ବିଚଳିତ ହୁଏ, ତେବେ ଇସ୍ରାଏଲ ବଂଶ ହିଁ ଆମ୍ଭ ସମ୍ମୁଖରେ ସଦାକାଳ ଏକ ଗୋଷ୍ଠୀ ହୋଇ ରହିବା ପାଇଁ ନିବୃତ୍ତ ହେବେ,” ଏହା ସଦାପ୍ରଭୁ କହନ୍ତି। BSB BSB: “Only if this fixed order departed from My presence, declares the LORD, would Israel’s descendants ever cease to be a nation before Me.”
37 ULB ସଦାପ୍ରଭୁ ଏହି କଥା କହନ୍ତି: “ଯଦି ଊର୍ଦ୍ଧ୍ୱସ୍ଥ ଆକାଶମଣ୍ଡଳ ପରିମିତ ହୋଇ ପାରେ ଓ ଅଧଃସ୍ଥ ପୃଥିବୀର ମୂଳ ଅନୁସନ୍ଧାନ କରାଯାଇ ପାରେ, ତେବେ ଆମ୍ଭେ ମଧ୍ୟ ଇସ୍ରାଏଲ ବଂଶର କୃତ ସକଳ କ୍ରିୟା ସକାଶୁ ସେମାନଙ୍କୁ ଦୂର କରି ଦେବା,” ଏହା ସଦାପ୍ରଭୁ କହନ୍ତି। BSB BSB: This is what the LORD says: “Only if the heavens above could be measured and the foundations of the earth below searched out would I reject all of Israel’s descendants because of all they have done,” declares the LORD.
38 ULB ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ନଗର ହନନେଲର ଦୁର୍ଗଠାରୁ କୋଣ ଦ୍ୱାର ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିର୍ମିତ ହେବ, ଏପରି ସମୟ ଆସୁଅଛି। BSB BSB: “The days are coming,” declares the LORD, “when this city will be rebuilt for Me, from the tower of Hananel to the Corner Gate.
39 ULB ଆଉ, ସେଠାରୁ ପରିମାଣ ରଜ୍ଜୁ ଗାରେବ୍ ଉପପର୍ବତ ପର୍ଯ୍ୟନ୍ତ ସଳଖ ଯିବ ଓ ବୁଲି ଗୋୟା ପର୍ଯ୍ୟନ୍ତ ଯିବ। BSB BSB: The measuring line will once again stretch out straight to the hill of Gareb and then turn toward Goah.
40 ULB ପୁଣି, ଶବ ଓ ଭସ୍ମର ସମୁଦାୟ ଉପତ୍ୟକା ଓ କିଦ୍ରୋଣ ସ୍ରୋତ ପର୍ଯ୍ୟନ୍ତ ସକଳ କ୍ଷେତ୍ର, ପୂର୍ବ ଦିଗସ୍ଥ ଅଶ୍ୱଦ୍ୱାରର କୋଣ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ତାହା ସଦାକାଳ ପର୍ଯ୍ୟନ୍ତ ଆଉ ଉତ୍ପାଟିତ କିଅବା ନିପାତିତ ହେବ ନାହିଁ।” BSB BSB: The whole valley of the dead bodies and ashes, and all the fields as far as the Kidron Valley, to the corner of the Horse Gate to the east, will be holy to the LORD. It will never again be uprooted or demolished.”
Select verses for actions: Enter goes to them and Escape comes back.