1 ULB ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ର ଅଧିକାର ସମୟରେ ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ଏହି ବାକ୍ୟ ଉପସ୍ଥିତ ହେଲା, BSB BSB: This is the word that came to Jeremiah from the LORD in the days of Jehoiakim son of Josiah king of Judah:
2 ULB “ତୁମ୍ଭେ ରେଖବୀୟ ବଂଶ ନିକଟକୁ ଯାଇ ସେମାନଙ୍କ ସଙ୍ଗେ ଆଳାପ କର ଓ ସଦାପ୍ରଭୁଙ୍କ ଗୃହର ଏକ କୋଠରିକୁ ଆଣି ସେମାନଙ୍କୁ ଦ୍ରାକ୍ଷାରସ ପାନ କରିବାକୁ ଦିଅ। BSB BSB: “Go to the house of the Rechabites, speak to them, and bring them to one of the chambers of the house of the LORD to offer them a drink of wine.”
3 ULB ତହୁଁ ମୁଁ ହବତ୍ସିନୀୟର ପୌତ୍ର, ଯିରିମୀୟର ପୁତ୍ର ଯାସନୀୟକୁ ଓ ତାହାର ଭ୍ରାତୃଗଣକୁ ଓ ତାହାର ସବୁ ପୁତ୍ରଙ୍କୁ, ଆଉ ସମୁଦାୟ ରେଖବୀୟ ବଂଶକୁ ସଙ୍ଗେ ନେଇ, BSB BSB: So I took Jaazaniah son of Jeremiah, the son of Habazziniah, and his brothers and all his sons—the entire house of the Rechabites—
4 ULB ସେମାନଙ୍କୁ ସଦାପ୍ରଭୁଙ୍କ ଗୃହରେ, ପରମେଶ୍ୱରଙ୍କ ଲୋକ ଯିଗ୍ଦଲୀୟର ପୁତ୍ର ହାନନ୍ର ପୁତ୍ରମାନଙ୍କର କୋଠରିକୁ ନେଇଗଲି, ସେହି କୋଠରି ଶଲ୍ଲୁମ୍ର ପୁତ୍ର ମାସେୟ ନାମକ ଦ୍ୱାରପାଳର କୋଠରି ଉପରେ, ଅଧିପତିଗଣର କୋଠରି ନିକଟରେ ଥିଲା; BSB BSB: and I brought them into the house of the LORD, to a chamber occupied by the sons of Hanan son of Igdaliah, a man of God. This room was near the chamber of the officials, which was above the chamber of Maaseiah son of Shallum the doorkeeper.
5 ULB ପୁଣି, ମୁଁ ରେଖବ ବଂଶୀୟ ଲୋକମାନଙ୍କ ସମ୍ମୁଖରେ ଦ୍ରାକ୍ଷାରସପୂର୍ଣ୍ଣ କେତେକ ପାତ୍ର ଓ ପାନପାତ୍ର ରଖି ସେମାନଙ୍କୁ କହିଲି, ‘ତୁମ୍ଭେମାନେ ଦ୍ରାକ୍ଷାରସ ପାନ କର।’ BSB BSB: Then I set pitchers full of wine and some cups before the men of the house of the Rechabites, and I said to them, “Drink some wine.”
6 ULB ମାତ୍ର ସେମାନେ କହିଲେ, ‘ଆମ୍ଭେମାନେ ଦ୍ରାକ୍ଷାରସ ପାନ କରିବୁ ନାହିଁ; କାରଣ ଆମ୍ଭମାନଙ୍କର ପିତୃପୁରୁଷ ରେଖବର ପୁତ୍ର ଯିହୋନାଦବ୍ ଆମ୍ଭମାନଙ୍କୁ ଏହି ଆଜ୍ଞା ଦେଇଅଛନ୍ତି, “ତୁମ୍ଭେମାନେ ଓ ତୁମ୍ଭମାନଙ୍କର ସନ୍ତାନଗଣ କେହି କେବେ ଦ୍ରାକ୍ଷାରସ ପାନ କରିବ ନାହିଁ; BSB BSB: “We do not drink wine,” they replied, “for our forefather Jonadab son of Rechab commanded us, ‘Neither you nor your descendants are ever to drink wine.
7 ULB ତୁମ୍ଭେମାନେ ଗୃହ ନିର୍ମାଣ କରିବ ନାହିଁ କିଅବା ବୀଜ ବୁଣିବ ନାହିଁ, ଅଥବା ଦ୍ରାକ୍ଷାକ୍ଷେତ୍ର ରୋପଣ କରିବ ନାହିଁ, ଅବା ତହିଁର ଅଧିକାରୀ ହେବ ନାହିଁ; ମାତ୍ର ତୁମ୍ଭେମାନେ ଯାବଜ୍ଜୀବନ ତମ୍ବୁରେ ବାସ କରିବ, ତହିଁରେ ତୁମ୍ଭେମାନେ ଯେଉଁ ଦେଶରେ ପ୍ରବାସ କରୁଅଛ, ସେହି ଦେଶରେ ଅନେକ କାଳ ବଞ୍ଚିବ।” BSB BSB: Nor are you ever to build a house or sow seed or plant a vineyard. Those things are not for you. Instead, you must live in tents all your lives, so that you may live a long time in the land where you wander.’
8 ULB ଏଣୁ ଆମ୍ଭମାନଙ୍କର ଯାବଜ୍ଜୀବନ ଦ୍ରାକ୍ଷାରସ ପାନ ନ କରିବାକୁ ଓ ବାସ କରିବା ନିମନ୍ତେ ଗୃହ ନିର୍ମାଣ ନ କରିବାକୁ, ଆମ୍ଭମାନଙ୍କର ପିତୃପୁରୁଷ ରେଖବର ପୁତ୍ର ଯିହୋନାଦବ୍ ଆମ୍ଭମାନଙ୍କୁ ଯେସବୁ ଆଜ୍ଞା ଦେଇଅଛନ୍ତି, ଆମ୍ଭେମାନେ, ଆମ୍ଭମାନଙ୍କର ଭାର୍ଯ୍ୟାମାନେ ଓ ପୁତ୍ରକନ୍ୟାମାନେ ତାହାଙ୍କର ସେହି ବାକ୍ୟ ପାଳନ କରି ଆସୁଅଛୁ; BSB BSB: And we have obeyed the voice of our forefather Jonadab son of Rechab in all he commanded us. So we have not drunk wine all our lives—neither we nor our wives nor our sons and daughters.
9 ULB ଅଥବା ଆମ୍ଭମାନଙ୍କର ଦ୍ରାକ୍ଷାକ୍ଷେତ୍ର କି ଶସ୍ୟକ୍ଷେତ୍ର ବା ବୀଜ ନାହିଁ; BSB BSB: Nor have we built houses in which to live, and we have not owned any vineyards or fields or crops.
10 ULB ମାତ୍ର ଆମ୍ଭେମାନେ ତମ୍ବୁରେ ବାସ କରି, ଆମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ପିତୃପୁରୁଷ ଯିହୋନାଦବ୍ର ସମସ୍ତ ଆଜ୍ଞା ପ୍ରମାଣେ କର୍ମ କରି ଆସୁଅଛୁ।’ BSB BSB: But we have lived in tents and have obeyed and done exactly as our forefather Jonadab commanded us.
11 ULB ମାତ୍ର ବାବିଲର ରାଜା ନବୂଖଦ୍ନିତ୍ସର ଯେତେବେଳେ ଏହି ଦେଶକୁ ଆସିଲେ, ସେତେବେଳେ ଆମ୍ଭେମାନେ କହିଲୁ, “ଆସ, କଲ୍ଦୀୟ ସୈନ୍ୟର ଓ ଅରାମୀୟ ସୈନ୍ୟର ଭୟ ସକାଶୁ ଆମ୍ଭେମାନେ ଯିରୂଶାଲମକୁ ଯାଉ,” ଏହେତୁ ଆମ୍ଭେମାନେ ଯିରୂଶାଲମରେ ବାସ କରୁଅଛୁ।’” BSB BSB: So when Nebuchadnezzar king of Babylon marched into the land, we said: ‘Come, let us go into Jerusalem to escape the armies of the Chaldeans and the Arameans.’ So we have remained in Jerusalem.”
12 ULB ଏଥିଉତ୍ତାରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା, ଯଥା, BSB BSB: Then the word of the LORD came to Jeremiah:
13 ULB ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ତୁମ୍ଭେ ଯାଇ ଯିହୁଦାର ଲୋକମାନଙ୍କୁ ଓ ଯିରୂଶାଲମର ନିବାସୀମାନଙ୍କୁ କୁହ, ସଦାପ୍ରଭୁ କହନ୍ତି, ‘ତୁମ୍ଭେମାନେ ଆମ୍ଭ ବାକ୍ୟରେ ମନୋଯୋଗ କରିବା ପାଇଁ କି ଶିକ୍ଷା ଗ୍ରହଣ କରିବ ନାହିଁ?’ BSB BSB: “This is what the LORD of Hosts, the God of Israel, says: Go and tell the men of Judah and the residents of Jerusalem: ‘Will you not accept discipline and obey My words?’ declares the LORD.
14 ULB ରେଖବର ପୁତ୍ର ଯିହୋନାଦବ୍ ଆପଣା ସନ୍ତାନଗଣକୁ ଦ୍ରାକ୍ଷାରସ ପାନ ନ କରିବା ପାଇଁ ଯେଉଁ ଆଜ୍ଞା ଦେଇଥିଲା, ତାହାର ସେହି ବାକ୍ୟ ପ୍ରତିପାଳିତ ହେଉଅଛି ଓ ସେମାନେ ଆଜି ପର୍ଯ୍ୟନ୍ତ ଦ୍ରାକ୍ଷାରସ ପାନ କରନ୍ତି ନାହିଁ; କାରଣ ସେମାନେ ଆପଣା ପିତୃପୁରୁଷର ଆଜ୍ଞା ପାଳନ କରନ୍ତି, ମାତ୍ର ଆମ୍ଭେ ତୁମ୍ଭମାନଙ୍କୁ କହିଅଛୁ, ପ୍ରଭାତରେ ଉଠି କହିଅଛୁ; ଆଉ, ତୁମ୍ଭେମାନେ ଆମ୍ଭ କଥାରେ ମନୋଯୋଗ କରି ନାହଁ। BSB BSB: The words of Jonadab son of Rechab have been carried out. He commanded his sons not to drink wine, and they have not drunk it to this very day because they have obeyed the command of their forefather. But I have spoken to you again and again, and you have not obeyed Me!
15 ULB ମଧ୍ୟ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ପ୍ରଭାତରେ ଉଠି ସେମାନଙ୍କୁ ପଠାଇ ତୁମ୍ଭମାନଙ୍କୁ କହିଅଛୁ, ତୁମ୍ଭେମାନେ ପ୍ରତ୍ୟେକେ ଏବେ ଆପଣା ଆପଣା କୁପଥରୁ ଫେର, ଆପଣମାନଙ୍କର ଆଚରଣ ସୁଧରାଅ ଓ ଅନ୍ୟ ଦେବଗଣର ସେବା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍ଗାମୀ ହୁଅ ନାହିଁ, ତହିଁରେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଆମ୍ଭର ଦତ୍ତ ଦେଶରେ ତୁମ୍ଭେମାନେ ବାସ କରିବ; ମାତ୍ର ତୁମ୍ଭେମାନେ କର୍ଣ୍ଣପାତ କରି ନାହଁ, କିଅବା ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ। BSB BSB: Again and again I have sent you all My servants the prophets, proclaiming: ‘Turn now, each of you, from your wicked ways, and correct your actions. Do not go after other gods to serve them. Live in the land that I have given to you and your fathers.’ But you have not inclined your ear or listened to Me.
16 ULB ରେଖବର ପୁତ୍ର ଯିହୋନାଦବ୍ର ସନ୍ତାନଗଣ ସେମାନଙ୍କ ପ୍ରତି ଆଜ୍ଞାପିତ ପିତୃପୁରୁଷର ଆଜ୍ଞା ପ୍ରତିପାଳନ କରିଅଛନ୍ତି, ମାତ୍ର ଏହି ଲୋକମାନେ ଆମ୍ଭ କଥାରେ ମନୋଯୋଗ କରି ନାହାନ୍ତି।” BSB BSB: Yes, the sons of Jonadab son of Rechab carried out the command their forefather gave them, but these people have not listened to Me.
17 ULB ଏହେତୁ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; “ଦେଖ, ଆମ୍ଭେ ଯିହୁଦାର ଓ ଯିରୂଶାଲମ ନିବାସୀ ସମସ୍ତଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଅଛୁ, ତାହା ସବୁ ସେମାନଙ୍କ ପ୍ରତି ଘଟାଇବା; କାରଣ ଆମ୍ଭେ ସେମାନଙ୍କୁ କଥା କହିଅଛୁ, ମାତ୍ର ସେମାନେ ଶୁଣି ନାହାନ୍ତି ଓ ଆମ୍ଭେ ସେମାନଙ୍କୁ ଡାକିଅଛୁ, ମାତ୍ର ସେମାନେ ଉତ୍ତର ଦେଇ ନାହାନ୍ତି।” BSB BSB: Therefore this is what the LORD God of Hosts, the God of Israel, says: ‘Behold, I will bring to Judah and to all the residents of Jerusalem all the disaster I have pronounced against them, because I have spoken to them but they have not obeyed, and I have called to them but they have not answered.’”
18 ULB ପୁଣି, ଯିରିମୀୟ ରେଖବୀୟ ବଂଶକୁ କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ‘ତୁମ୍ଭେମାନେ ଆପଣାମାନଙ୍କର ପିତୃପୁରୁଷ ଯିହୋନାଦବ୍ର ଆଜ୍ଞା ମାନିଅଛ ଓ ତାହାର ବିଧାନସବୁ ପାଳନ କରିଅଛ ଓ ତୁମ୍ଭମାନଙ୍କ ପ୍ରତି ତାହାର ସମସ୍ତ ଆଜ୍ଞା ପ୍ରମାଣେ କାର୍ଯ୍ୟ କରିଅଛ,’” BSB BSB: Then Jeremiah said to the house of the Rechabites: “This is what the LORD of Hosts, the God of Israel, says: ‘Because you have obeyed the command of your forefather Jonadab and have kept all his commandments and have done all that he charged you to do,
19 ULB ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; “ଆମ୍ଭ ସମ୍ମୁଖରେ ଠିଆ ହେବା ପାଇଁ ରେଖବର ପୁତ୍ର ଯିହୋନାଦବ୍ ବଂଶୀୟ ଲୋକର ଅଭାବ କଦାପି ହେବ ନାହିଁ।’” BSB BSB: this is what the LORD of Hosts, the God of Israel, says: Jonadab son of Rechab will never fail to have a man to stand before Me.’”
Select verses for actions: Enter goes to them and Escape comes back.