1 ULB ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ବାବିଲ ବିରୁଦ୍ଧରେ ଓ ଲେବ କାମାଇ ନିବାସୀମାନଙ୍କ ବିରୁଦ୍ଧରେ ଏକ ବିନାଶକ ବାୟୁ ଉତ୍ପନ୍ନ କରିବା। BSB BSB: This is what the LORD says: “Behold, I will stir up against Babylon and against the people of Leb-kamai the spirit of a destroyer.
2 ULB ପୁଣି, ଆମ୍ଭେ ବିଦେଶୀମାନଙ୍କୁ ବାବିଲକୁ ପ୍ରେରଣ କରିବା, ସେମାନେ ତାହାକୁ ଝାଡ଼ି ତାହାର ଦେଶ ଶୂନ୍ୟ କରିବେ; କାରଣ ବିପଦ ଦିନରେ ସେମାନେ ଚତୁର୍ଦ୍ଦିଗରେ ତାହାର ବିପକ୍ଷ ହେବେ। BSB BSB: I will send strangers to Babylon to winnow her and empty her land; for they will come against her from every side in her day of disaster.
3 ULB ଧନୁର୍ଦ୍ଧାରୀ ଆପଣା ଧନୁରେ ଗୁଣ ନ ଦେଉ ଓ ସେ ଆପଣା ସାଞ୍ଜୁଆ ପିନ୍ଧି ଉତ୍ଥିତ ନ ହେଉ; ତୁମ୍ଭେମାନେ ତାହାର ଯୁବକଗଣକୁ ଦୟା କର ନାହିଁ; ତାହାର ସୈନ୍ୟସକଳକୁ ସମ୍ପୂର୍ଣ୍ଣ ରୂପେ ବିନାଶ କର। BSB BSB: Do not let the archer bend his bow or put on his armor. Do not spare her young men; devote all her army to destruction!
4 ULB ତହିଁରେ ସେମାନେ କଲ୍ଦୀୟ ଦେଶରେ ହତ ଓ ରାଜଦାଣ୍ଡରେ ବିଦ୍ଧ ହୋଇ ପଡ଼ିବେ। BSB BSB: And they will fall slain in the land of the Chaldeans, and pierced through in her streets.
5 ULB କାରଣ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧ ଦୋଷରେ ସେମାନଙ୍କ ଦେଶ ପରିପୂର୍ଣ୍ଣ ହେଲେ ମଧ୍ୟ ଇସ୍ରାଏଲ କିଅବା ଯିହୁଦା ଆପଣା ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁଙ୍କ ଦ୍ୱାରା ପରିତ୍ୟକ୍ତ ହୋଇ ନାହାନ୍ତି। BSB BSB: For Israel and Judah have not been abandoned by their God, the LORD of Hosts, though their land is full of guilt before the Holy One of Israel.”
6 ULB ତୁମ୍ଭେମାନେ ବାବିଲ ମଧ୍ୟରୁ ପଳାଅ ଓ ପ୍ରତ୍ୟେକ ଜଣ ଆପଣା ଆପଣା ପ୍ରାଣ ରକ୍ଷା କର; ତାହାର ଅଧର୍ମରେ ଉଚ୍ଛିନ୍ନ ହୁଅ ନାହିଁ; କାରଣ ସଦାପ୍ରଭୁଙ୍କର ପ୍ରତିଶୋଧ ନେବାର ସମୟ ଏହି; ସେ ତାହାକୁ ପ୍ରତିଫଳ ଦେବେ। BSB BSB: Flee from Babylon! Escape with your lives! Do not be destroyed in her punishment. For this is the time of the LORD’s vengeance; He will pay her what she deserves.
7 ULB ବାବିଲ ସଦାପ୍ରଭୁଙ୍କ ହସ୍ତରେ ଏକ ସୁବର୍ଣ୍ଣ ପାତ୍ର ସ୍ୱରୂପ ହୋଇଅଛି, ତାହା ସମୁଦାୟ ପୃଥିବୀକୁ ମତ୍ତ କରିଅଛି; ଗୋଷ୍ଠୀୟମାନେ ତାହାର ଦ୍ରାକ୍ଷାରସ ପାନ କରିଅଛନ୍ତି; ଏହେତୁ ଗୋଷ୍ଠୀୟମାନେ ପାଗଳ ହୋଇଅଛନ୍ତି। BSB BSB: Babylon was a gold cup in the hand of the LORD, making the whole earth drunk. The nations drank her wine; therefore the nations have gone mad.
8 ULB ବାବିଲ ଅକସ୍ମାତ୍ ପତିତ ଓ ବିନଷ୍ଟ ହୋଇଅଛି; ତାହା ପାଇଁ ହାହାକାର କର; ତାହାର ବେଦନାର ପାଇଁ ଔଷଧ ନିଅ, କେଜାଣି ସେ ସୁସ୍ଥ ହୋଇ ପାରିବ। BSB BSB: Suddenly Babylon has fallen and been shattered. Wail for her; get her balm for her pain; perhaps she can be healed.
9 ULB ଆମ୍ଭେମାନେ ବାବିଲକୁ ସୁସ୍ଥ କରିବାକୁ ଇଚ୍ଛା କରୁ, ମାତ୍ର ସେ ସୁସ୍ଥ ହେଲା ନାହିଁ; ଆସ, ଆମ୍ଭେମାନେ ତାହାକୁ ପରିତ୍ୟାଗ କରି ପ୍ରତ୍ୟେକେ ଆପଣା ଆପଣା ଦେଶକୁ ଯାଉ; କାରଣ ତାହାର ଦଣ୍ଡ ଗଗନସ୍ପର୍ଶୀ ଓ ଆକାଶ ପର୍ଯ୍ୟନ୍ତ ଉଚ୍ଚୀକୃତ ଅଛି। BSB BSB: “We tried to heal Babylon, but she could not be healed. Abandon her! Let each of us go to his own land, for her judgment extends to the sky and reaches to the clouds.”
10 ULB ସଦାପ୍ରଭୁ ଆମ୍ଭମାନଙ୍କର ଧାର୍ମିକତା ପ୍ରକାଶ କରିଅଛନ୍ତି; ଆସ, ଆମ୍ଭେମାନେ ସିୟୋନରେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କର କ୍ରିୟା ପ୍ରକାଶ କରୁ। BSB BSB: “The LORD has brought forth our vindication; come, let us tell in Zion what the LORD our God has accomplished.”
11 ULB ତୁମ୍ଭେମାନେ ତୀର ତୀକ୍ଷ୍ଣ କର; ଦୃଢ଼ କରି ଢାଲ ଧର; ସଦାପ୍ରଭୁ ମାଦୀୟ ରାଜାଗଣର ମନ ଉତ୍ତେଜିତ କରିଅଛନ୍ତି; କାରଣ ବାବିଲକୁ ନଷ୍ଟ କରିବା ପାଇଁ ତାହା ବିରୁଦ୍ଧରେ ତାହାଙ୍କର ସଂକଳ୍ପ ଅଛି; ଯେହେତୁ ଏହା ସଦାପ୍ରଭୁଙ୍କର ଦାତବ୍ୟ ପ୍ରତିଶୋଧ, ତାହାଙ୍କର ମନ୍ଦିର ନିମିତ୍ତକ ପ୍ରତିଶୋଧ ଅଟେ। BSB BSB: Sharpen the arrows! Fill the quivers! The LORD has aroused the spirit of the kings of the Medes, because His plan is aimed at Babylon to destroy her, for it is the vengeance of the LORD—vengeance for His temple.
12 ULB ବାବିଲର ପ୍ରାଚୀର ବିରୁଦ୍ଧରେ ଧ୍ୱଜା ସ୍ଥାପନ କର, ରକ୍ଷକଦଳ ଦୃଢ଼ କର, ପ୍ରହରୀଗଣ ନିଯୁକ୍ତ କର, ଗୋପନ ସ୍ଥାନରେ ସୈନ୍ୟ ରଖ: କାରଣ ସଦାପ୍ରଭୁ ବାବିଲର ନିବାସୀମାନଙ୍କ ବିଷୟରେ ଯାହା କହିଲେ, ତାହା ସଂକଳ୍ପ କରି ସିଦ୍ଧ କରିଅଛନ୍ତି। BSB BSB: Raise a banner against the walls of Babylon; post the guard; station the watchmen; prepare the ambush. For the LORD has both devised and accomplished what He spoke against the people of Babylon.
13 ULB ହେ ଜଳରାଶିର ଉପରେ ବାସକାରିଣୀ ଓ ଧନ ସମ୍ପତ୍ତିରେ ଐଶ୍ୱର୍ଯ୍ୟଶାଳିନୀ, ତୁମ୍ଭର ଅନ୍ତିମ କାଳ, ତୁମ୍ଭର ଅନ୍ୟାୟ ଲାଭର ସୀମା ଉପସ୍ଥିତ। BSB BSB: You who dwell by many waters, rich in treasures, your end has come; the thread of your life is cut.
14 ULB ସୈନ୍ୟାଧିପତି ସଦାପ୍ରଭୁ ଆପଣା ନାମରେ ଏହି ଶପଥ କରିଅଛନ୍ତି, ‘ନିଶ୍ଚୟ ଆମ୍ଭେ ତୁମ୍ଭକୁ ପତଙ୍ଗ ପରି ଜନତାରେ ପୂର୍ଣ୍ଣ କରିବା; ଆଉ, ସେମାନେ ତୁମ୍ଭ ବିରୁଦ୍ଧରେ ସିଂହନାଦ ଉଠାଇବେ।’ BSB BSB: The LORD of Hosts has sworn by Himself: “Surely I will fill you up with men as with locusts, and they will shout in triumph over you.”
15 ULB ସେ ଆପଣା ପରାକ୍ରମରେ ପୃଥିବୀ ନିର୍ମାଣ କରିଅଛନ୍ତି, ସେ ଆପଣା ଜ୍ଞାନରେ ଜଗତ ସ୍ଥାପନ କରି ଅଛନ୍ତି ଓ ଆପଣା ବୁଦ୍ଧିରେ ସେ ଗଗନମଣ୍ଡଳ ବିସ୍ତାର କରିଅଛନ୍ତି। BSB BSB: The LORD made the earth by His power; He established the world by His wisdom and stretched out the heavens by His understanding.
16 ULB ଯେତେବେଳେ ସେ ଆପଣା ରବ ଉଚ୍ଚାରଣ କରନ୍ତି, ସେତେବେଳେ ଆକାଶରେ ଜଳରାଶିର ଶବ୍ଦ ହୁଅଇ ଓ ପୃଥିବୀର ପ୍ରାନ୍ତରୁ ସେ ବାଷ୍ପ ଉତ୍ଥାପନ କରାନ୍ତି; ସେ ବୃଷ୍ଟି ନିମନ୍ତେ ବିଦ୍ୟୁତ୍ ସୃଷ୍ଟି କରନ୍ତି ଓ ଆପଣା ଭଣ୍ଡାର ସମୂହରୁ ବାୟୁ ବାହାର କରି ଆଣନ୍ତି। BSB BSB: When He thunders, the waters in the heavens roar; He causes the clouds to rise from the ends of the earth. He generates the lightning with the rain and brings forth the wind from His storehouses.
17 ULB ପ୍ରତ୍ୟେକ ମନୁଷ୍ୟ ପଶୁବତ୍ ହୋଇଅଛି ଓ ଜ୍ଞାନବିହୀନ ଅଟେ; ପ୍ରତ୍ୟେକ ସ୍ୱର୍ଣ୍ଣକାର ଆପଣା ଖୋଦିତ ପ୍ରତିମା ଦ୍ୱାରା ଲଜ୍ଜିତ ହୋଇଅଛି; କାରଣ ତାହାର ଛାଞ୍ଚରେ ଢଳା ପ୍ରତିମା ମିଥ୍ୟା ଓ ସେମାନଙ୍କଠାରେ ଶ୍ୱାସବାୟୁ ନାହିଁ। BSB BSB: Every man is senseless and devoid of knowledge; every goldsmith is put to shame by his idols. For his molten images are a fraud, and there is no breath in them.
18 ULB ସେସବୁ ଅସାର ଓ ମାୟାର କର୍ମ; ପୁଣି, ପ୍ରତିଫଳ ପାଇବା ସମୟରେ ସେମାନେ ବିନଷ୍ଟ ହେବେ। BSB BSB: They are worthless, a work to be mocked. In the time of their punishment they will perish.
19 ULB ଯେ ଯାକୁବର ବାଣ୍ଟ ସ୍ୱରୂପ, ସେ ଏସବୁର ପରି ନୁହନ୍ତି। କାରଣ ସେ ସକଳ ବସ୍ତୁର ଗଠନକାରୀ; ପୁଣି, ଇସ୍ରାଏଲ ତାହାଙ୍କର ଅଧିକାର ସ୍ୱରୂପ ବଂଶ; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ। BSB BSB: The Portion of Jacob is not like these, for He is the Maker of all things, and of the tribe of His inheritance—the LORD of Hosts is His name.
20 ULB ତୁମ୍ଭେ ଆମ୍ଭର ଗଦା ଓ ଯୁଦ୍ଧର ଅସ୍ତ୍ର ସ୍ୱରୂପ; ପୁଣି, ଆମ୍ଭେ ତୁମ୍ଭ ଦ୍ୱାରା ନାନା ଗୋଷ୍ଠୀଙ୍କୁ ଚୂର୍ଣ୍ଣ କରିବା ଓ ତୁମ୍ଭ ଦ୍ୱାରା ନାନା ରାଜ୍ୟକୁ ସଂହାର କରିବା; BSB BSB: “You are My war club, My weapon for battle. With you I shatter nations; with you I bring kingdoms to ruin.
21 ULB ପୁଣି, ତୁମ୍ଭ ଦ୍ୱାରା ଆମ୍ଭେ ଅଶ୍ୱ ଓ ତଦାରୋହୀକୁ ଚୂର୍ଣ୍ଣ କରିବା, ଆଉ ରଥ ଓ ତଦାରୋହୀକୁ ଚୂର୍ଣ୍ଣ କରିବା; BSB BSB: With you I shatter the horse and rider; with you I shatter the chariot and driver.
22 ULB ପୁଣି, ତୁମ୍ଭ ଦ୍ୱାରା ଆମ୍ଭେ ପୁରୁଷ ଓ ସ୍ତ୍ରୀକୁ ଚୂର୍ଣ୍ଣ କରିବା ଓ ତୁମ୍ଭ ଦ୍ୱାରା ଆମ୍ଭେ ବୃଦ୍ଧ ଓ ବାଳକକୁ ଚୂର୍ଣ୍ଣ କରିବା ଓ ତୁମ୍ଭ ଦ୍ୱାରା ଆମ୍ଭେ ଯୁବକ ଓ ଯୁବତୀକୁ ଚୂର୍ଣ୍ଣ କରିବା; BSB BSB: With you I shatter man and woman; with you I shatter the old man and the youth; with you I shatter the young man and the maiden.
23 ULB ପୁଣି, ତୁମ୍ଭ ଦ୍ୱାରା ଆମ୍ଭେ ପାଳକ ଓ ତାହାର ପଲକୁ ଚୂର୍ଣ୍ଣ କରିବା ଓ ତୁମ୍ଭ ଦ୍ୱାରା ଆମ୍ଭେ କୃଷକକୁ ଓ ତାହାର ହଳ ବଳଦକୁ ଚୂର୍ଣ୍ଣ କରିବା; ଆଉ, ତୁମ୍ଭ ଦ୍ୱାରା ଆମ୍ଭେ ଦେଶାଧ୍ୟକ୍ଷ ଓ ଅଧିପତିଗଣକୁ ଚୂର୍ଣ୍ଣ କରିବା। BSB BSB: With you I shatter the shepherd and his flock; with you I shatter the farmer and his oxen; with you I shatter the governors and officials.
24 ULB ପୁଣି, ଆମ୍ଭେ ବାବିଲକୁ ଓ କଲ୍ଦୀୟ ନିବାସୀସକଳକୁ, ସିୟୋନରେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ସେମାନଙ୍କ କୃତ ସକଳ ଦୁଷ୍କର୍ମର ପ୍ରତିଫଳ ଦେବା,” ଏହା ସଦାପ୍ରଭୁ କହନ୍ତି। BSB BSB: Before your very eyes I will repay Babylon and all the dwellers of Chaldea for all the evil they have done in Zion,” declares the LORD.
25 ULB ହେ ବିନାଶକ ପର୍ବତ,ତୁମ୍ଭେ ସମୁଦାୟ ପୃଥିବୀକୁ ବିନାଶ କରୁଅଛ, ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ; ଆଉ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ଶୈଳରୁ ତୁମ୍ଭକୁ ଗଡ଼ାଇ ପକାଇ ଏକ ଦଗ୍ଧ ପର୍ବତ କରିବା। BSB BSB: “Behold, I am against you, O destroying mountain, you who devastate the whole earth, declares the LORD. I will stretch out My hand against you; I will roll you over the cliffs and turn you into a charred mountain.
26 ULB ଆଉ, ଲୋକମାନେ କୋଣ କିଅବା ଭିତ୍ତିମୂଳ ନିମନ୍ତେ ତୁମ୍ଭଠାରୁ ପ୍ରସ୍ତର ନେବେ ନାହିଁ; ମାତ୍ର ସଦାପ୍ରଭୁ କହନ୍ତି, ‘ତୁମ୍ଭେ ଚିରକାଳ ଧ୍ୱଂସସ୍ଥାନ ହୋଇ ରହିବ।’ BSB BSB: No one shall retrieve from you a cornerstone or a foundation stone, because you will become desolate forever,” declares the LORD.
27 ULB ତୁମ୍ଭେମାନେ ଦେଶରେ ଧ୍ୱଜା ସ୍ଥାପନ କର, ଗୋଷ୍ଠୀୟମାନଙ୍କ ମଧ୍ୟରେ ତୂରୀ ବଜାଅ, ଗୋଷ୍ଠୀୟମାନଙ୍କୁ ତାହା ବିରୁଦ୍ଧରେ ପ୍ରସ୍ତୁତ କର, ଆରାରାଟ୍, ମିନ୍ନି ଓ ଅସ୍କିନସ୍, ଏହିସବୁ ରାଜ୍ୟକୁ ତାହାର ବିରୁଦ୍ଧରେ ଏକତ୍ର ଡାକ, ତାହାର ବିରୁଦ୍ଧରେ ସେନାପତି ବର୍ଗଙ୍କୁ ନିଯୁକ୍ତ କର ଓ କର୍କଶ ପତଙ୍ଗ ପରି ଅଶ୍ୱଗଣକୁ ପଠାଅ। BSB BSB: “Raise a banner in the land! Blow the ram’s horn among the nations! Prepare the nations against her. Summon the kingdoms against her—Ararat, Minni, and Ashkenaz. Appoint a captain against her; bring up horses like swarming locusts.
28 ULB ତାହାର ବିରୁଦ୍ଧରେ ଗୋଷ୍ଠୀୟମାନଙ୍କୁ, ମାଦୀୟ ରାଜାଗଣଙ୍କୁ, ସେମାନଙ୍କର ଦେଶାଧ୍ୟକ୍ଷ ଓ ତହିଁର ଅଧିପତିଗଣକୁ ଓ ତାହାର କର୍ତ୍ତୃତ୍ୱାଧୀନ ସମୁଦାୟ ଦେଶକୁ ପ୍ରସ୍ତୁତ କର। BSB BSB: Prepare the nations for battle against her—the kings of the Medes, their governors and all their officials, and all the lands they rule.
29 ULB ପୁଣି, ଦେଶ କମ୍ପିତ ଓ ବେଦନାଗ୍ରସ୍ତ ହେଉଅଛି, କାରଣ ବାବିଲ ଦେଶକୁ ଧ୍ୱଂସିତ ଓ ନିବାସୀଶୂନ୍ୟ କରିବା ପାଇଁ ବାବିଲ ବିରୁଦ୍ଧରେ ସଦାପ୍ରଭୁଙ୍କର ସଂକଳ୍ପ ସଫଳ ହେଉଅଛି। BSB BSB: The earth quakes and writhes because the LORD’s intentions against Babylon stand: to make the land of Babylon a desolation, without inhabitant.
30 ULB ବାବିଲର ବୀରଗଣ ଯୁଦ୍ଧରୁ କ୍ଷାନ୍ତ ହୋଇଅଛନ୍ତି, ସେମାନେ ଆପଣାମାନଙ୍କର ଗଡ଼ ମଧ୍ୟରେ ରହୁଛନ୍ତି; ସେମାନଙ୍କର ବଳ ଊଣା ହୋଇଅଛି; ସେମାନେ ସ୍ତ୍ରୀମାନଙ୍କ ସମାନ ହୋଇଅଛନ୍ତି, ତାହାର ବାସସ୍ଥାନସବୁ ଦଗ୍ଧ, ତାହାର ହୁଡ଼କାସବୁ ଭଗ୍ନ ହୋଇଅଛି। BSB BSB: The warriors of Babylon have stopped fighting; they sit in their strongholds. Their strength is exhausted; they have become like women. Babylon’s homes have been set ablaze, the bars of her gates are broken.
31 ULB ବାବିଲ ରାଜାର ନଗର ଚତୁର୍ଦ୍ଦିଗରେ ହସ୍ତଗତ ହୋଇଅଛି, ଏହି ସମ୍ବାଦ ତାହାକୁ ଦେବା ନିମନ୍ତେ ଏକ ଧାଉଡ଼ିଆ ଅନ୍ୟ ଧାଉଡ଼ିଆର ଓ ଏକ ଦୂତ ଅନ୍ୟ ଦୂତ ସହିତ ଭେଟିବାକୁ ଦୌଡ଼ିବେ, BSB BSB: One courier races to meet another, and messenger follows messenger, to announce to the king of Babylon that his city has been captured from end to end.
32 ULB ପୁଣି, ପାରଘାଟସବୁ ହସ୍ତଗତ ହୋଇଅଛି, ନଳବଣସବୁ ଅଗ୍ନିରେ ଦଗ୍ଧ ଓ ଯୋଦ୍ଧାମାନେ ଭୟଗ୍ରସ୍ତ ହୋଇଅଛନ୍ତି।” BSB BSB: The fords have been seized, the marshes set on fire, and the soldiers are terrified.”
33 ULB କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ବାବିଲର କନ୍ୟା ଶସ୍ୟମର୍ଦ୍ଦନ ସମୟର ଖଳା ସ୍ୱରୂପ; ଆଉ, ଅଳ୍ପ କାଳ ମଧ୍ୟରେ ତାହା ପାଇଁ ଶସ୍ୟଚ୍ଛେଦନର ସମୟ ଉପସ୍ଥିତ ହେବ। BSB BSB: For this is what the LORD of Hosts, the God of Israel, says: “The Daughter of Babylon is like a threshing floor at the time it is trampled. In just a little while her harvest time will come.”
34 ULB ‘ବାବିଲର ରାଜା ନବୂଖଦ୍ନିତ୍ସର ମୋତେ ଗ୍ରାସ କରିଅଛି, ସେ ମୋତେ ଚୂର୍ଣ୍ଣ କରିଅଛି, ସେ ମୋତେ ଶୂନ୍ୟପାତ୍ର ସ୍ୱରୂପ କରିଅଛି, ସେ ନାଗସର୍ପ ପରି ମୋତେ ଗ୍ରାସ କରିଅଛି, ମୋହର ସୁଖାଦ୍ୟ ଦ୍ରବ୍ୟରେ ସେ ଉଦର ପୂର୍ଣ୍ଣ କରିଅଛି, ସେ ମୋତେ ଦୂର କରି ଦେଇଅଛି।’ BSB BSB: “Nebuchadnezzar king of Babylon has devoured me; he has crushed me. He has set me aside like an empty vessel; he has swallowed me like a monster; he filled his belly with my delicacies and vomited me out.
35 ULB ସିୟୋନ ନିବାସିନୀ କହିବ, ‘ମୋ’ ପ୍ରତି ଓ ମୋ’ ମାଂସ ପ୍ରତି କୃତ ଦୌରାତ୍ମ୍ୟ ବାବିଲ ଉପରେ ବର୍ତ୍ତୁ’ ଓ ଯିରୂଶାଲମ କହିବ, ‘ମୋ’ ରକ୍ତର ଦାୟ କଲ୍ଦୀୟ ନିବାସୀମାନଙ୍କ ଉପରେ ବର୍ତ୍ତୁ।’” BSB BSB: May the violence done to me and to my flesh be upon Babylon,” says the dweller of Zion. “May my blood be on the dwellers of Chaldea,” says Jerusalem.
36 ULB ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ତୁମ୍ଭର ବିବାଦ ନିଷ୍ପନ୍ନ କରିବା ଓ ତୁମ୍ଭ ନିମନ୍ତେ ପ୍ରତିଶୋଧ ନେବା। ପୁଣି, ଆମ୍ଭେ ତାହାର ସମୁଦ୍ରକୁ ଜଳଶୂନ୍ୟ ଓ ତାହାର ନିର୍ଝରକୁ ଶୁଷ୍କ କରିବା। BSB BSB: Therefore this is what the LORD says: “Behold, I will plead your case and take vengeance on your behalf; I will dry up her sea and make her springs run dry.
37 ULB ପୁଣି, ବାବିଲ ଢିପିମୟ ଶୃଗାଳମାନର ବାସସ୍ଥାନ, ବିସ୍ମୟାସ୍ପଦ, ଶୀସ୍ ଶବ୍ଦର ବିଷୟ ଓ ନିବାସୀବିହୀନ ହେବ। BSB BSB: Babylon will become a heap of rubble, a haunt for jackals, an object of horror and scorn, without inhabitant.
38 ULB ସେମାନେ ଏକତ୍ର ଯୁବା ସିଂହ ପରି ଗର୍ଜ୍ଜନ କରିବେ; ସେମାନେ ସିଂହଛୁଆ ପରି ଘୋର ନାଦ କରିବେ।” BSB BSB: They will roar together like young lions; they will growl like lion cubs.
39 ULB ସଦାପ୍ରଭୁ କହନ୍ତି, “ସେମାନେ ଉତ୍ତପ୍ତ ହେଲା ଉତ୍ତାରେ ଆମ୍ଭେ ସେମାନଙ୍କର ଭୋଜ ପ୍ରସ୍ତୁତ କରିବା, ପୁଣି ସେମାନେ ଯେପରି ଆହ୍ଳାଦିତ ହେବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ମତ୍ତ କରିବା, ତହିଁରେ ସେମାନେ ଚିର ନିଦ୍ରାରେ ନିଦ୍ରିତ ହୋଇ ଆଉ ଜାଗରିତ ହେବେ ନାହିଁ। BSB BSB: While they are flushed with heat, I will serve them a feast, and I will make them drunk so that they may revel; then they will fall asleep forever and never wake up, declares the LORD.
40 ULB ଆମ୍ଭେ ସେମାନଙ୍କୁ ମେଷଗଣର ତୁଲ୍ୟ, ଛାଗମାନଙ୍କ ସହିତ ମେଷଗଣର ତୁଲ୍ୟ ବଧସ୍ଥାନକୁ ଆଣିବା।” BSB BSB: I will bring them down like lambs to the slaughter, like rams with male goats.
41 ULB ଶେଶକ୍ କିପରି ପରହସ୍ତଗତ ହୋଇଅଛି! ଓ ସମୁଦାୟ ପୃଥିବୀର ପ୍ରଶଂସାପାତ୍ର କିପରି ହଠାତ୍ ଧରା ପଡ଼ିଅଛି! ଗୋଷ୍ଠୀସମୂହର ମଧ୍ୟରେ ବାବିଲ କିପରି ଧ୍ୱଂସସ୍ଥାନ ହୋଇଅଛି! BSB BSB: How Sheshach has been captured! The praise of all the earth has been seized. What a horror Babylon has become among the nations!
42 ULB ବାବିଲ ଉପରେ ସମୁଦ୍ର ମାଡ଼ି ଆସିଅଛି; ସେ ତହିଁର ଲହରୀମାଳାରେ ଆଚ୍ଛାଦିତ ହୋଇଅଛି। BSB BSB: The sea has come up over Babylon; she is covered in turbulent waves.
43 ULB ତାହାର ନଗରସକଳ ଧ୍ୱଂସସ୍ଥାନ ଓ ଶୁଷ୍କଭୂମି ଓ ପ୍ରାନ୍ତର ହୋଇଅଛି, ସେ ଦେଶ ମଧ୍ୟରେ କୌଣସି ମନୁଷ୍ୟ ବାସ କରେ ନାହିଁ, କିଅବା ତହିଁ ମଧ୍ୟଦେଇ କୌଣସି ମନୁଷ୍ୟ ସନ୍ତାନ ଗମନାଗମନ କରେ ନାହିଁ। BSB BSB: Her cities have become a desolation, a dry and arid land, a land where no one lives, where no son of man passes through.
44 ULB ପୁଣି, ଆମ୍ଭେ ବାବିଲରେ ବେଲ୍ ଦେବତାକୁ ପ୍ରତିଫଳ ଦେବା ଓ ଯାହା ସେ ଗିଳିଅଛି, ଆମ୍ଭେ ତାହାର ମୁଖରୁ ତାହା ବାହାର କରିବା ଓ ଗୋଷ୍ଠୀୟମାନେ ଆଉ ତାହା ନିକଟକୁ ଧାବମାନ ହେବେ ନାହିଁ; ଆହୁରି ବାବିଲର ପ୍ରାଚୀର ପଡ଼ିଯିବ। BSB BSB: I will punish Bel in Babylon. I will make him spew out what he swallowed. The nations will no longer stream to him; even the wall of Babylon will fall.
45 ULB ହେ ଆମ୍ଭର ଲୋକେ, ତୁମ୍ଭେମାନେ ତାହାର ମଧ୍ୟରୁ ବାହାରି ଯାଅ ଓ ପ୍ରତ୍ୟେକ ଲୋକ ସଦାପ୍ରଭୁଙ୍କ ପ୍ରଚଣ୍ଡ କ୍ରୋଧରୁ ଆପଣା ଆପଣାକୁ ରକ୍ଷା କରୁ। BSB BSB: Come out of her, My people! Save your lives, each of you, from the fierce anger of the LORD.
46 ULB ପୁଣି, ତୁମ୍ଭେମାନେ ଆପଣା ହୃଦୟକୁ କ୍ଷୀଣ ହେବାକୁ ଦିଅ ନାହିଁ, କିଅବା ଦେଶ ମଧ୍ୟରେ ଯେଉଁ ଜନରବ ଶୁଣାଯିବ, ତହିଁ ସକାଶୁ ଭୀତ ହୁଅ ନାହିଁ; କାରଣ ଏକ ବର୍ଷ ଏକ ଜନରବ ଉଠିବ, ଅନ୍ୟ ବର୍ଷ ଅନ୍ୟ ଏକ ଜନରବ ଉଠିବ, ପୁଣି ଦେଶରେ ଦୌରାତ୍ମ୍ୟ ଓ ଶାସନକର୍ତ୍ତା ଶାସନକର୍ତ୍ତାର ବିପକ୍ଷ ହେବ। BSB BSB: Do not let your heart grow faint, and do not be afraid when the rumor is heard in the land; for a rumor will come one year—and then another the next year—of violence in the land and of ruler against ruler.
47 ULB ଏହେତୁ ଦେଖ, ଯେଉଁ ସମୟରେ ଆମ୍ଭେ ବାବିଲର ଖୋଦିତ ପ୍ରତିମାଗଣକୁ ପ୍ରତିଫଳ ଦେବା ଓ ତାହାର ସମୁଦାୟ ଦେଶ ଲଜ୍ଜିତ ହେବ, ଆଉ ତାହାର ହତ ଲୋକମାନେ ତାହା ମଧ୍ୟରେ ପଡ଼ିବେ, ଏପରି ସମୟ ଆସୁଅଛି। BSB BSB: Therefore, behold, the days are coming when I will punish the idols of Babylon. Her entire land will suffer shame, and all her slain will lie fallen within her.
48 ULB ସେସମୟରେ ସ୍ୱର୍ଗ ଓ ପୃଥିବୀ ଓ ତନ୍ମଧ୍ୟସ୍ଥିତସକଳ ବାବିଲ ବିଷୟରେ ଆନନ୍ଦଗାନ କରିବେ; କାରଣ ସଦାପ୍ରଭୁ କହନ୍ତି, “ଉତ୍ତର ଦିଗରୁ ବିନାଶକଗଣ ତାହା ବିରୁଦ୍ଧରେ ଆସିବେ।” BSB BSB: Then heaven and earth and all that is in them will shout for joy over Babylon because the destroyers from the north will come against her,” declares the LORD.
49 ULB “ବାବିଲ ଯେପରି ଇସ୍ରାଏଲର ହତ ଲୋକମାନଙ୍କୁ ନିପାତିତ କରାଇଅଛି, ସେପରି ସମୁଦାୟ ଦେଶର ହତ ଲୋକମାନେ ବାବିଲରେ ପତିତ ହେବେ। BSB BSB: “Babylon must fall on account of the slain of Israel, just as the slain of all the earth have fallen because of Babylon.
50 ULB ହେ ଖଡ୍ଗରୁ ରକ୍ଷାପ୍ରାପ୍ତ ଲୋକମାନେ, ତୁମ୍ଭେମାନେ ଚାଲିଯାଅ, ସ୍ଥିର ହୋଇ ଠିଆ ହୁଅ ନାହିଁ! ଦୂର ଦେଶରୁ ସଦାପ୍ରଭୁଙ୍କୁ ସ୍ମରଣ କର ଓ ଯିରୂଶାଲମ ତୁମ୍ଭମାନଙ୍କ ମନରେ ପଡ଼ୁ। BSB BSB: You who have escaped the sword, depart and do not linger! Remember the LORD from far away, and let Jerusalem come to mind.”
51 ULB ଆମ୍ଭେମାନେ ନିନ୍ଦା କଥା ଶୁଣିବାରୁ ଲଜ୍ଜିତ ହୋଇଅଛୁ; ଅପମାନ ଆମ୍ଭମାନଙ୍କ ମୁଖକୁ ଆଚ୍ଛାଦିତ କରିଅଛି; କାରଣ ବିଦେଶୀମାନେ ସଦାପ୍ରଭୁଙ୍କ ଗୃହର ସକଳ ପବିତ୍ର ସ୍ଥାନରେ ପ୍ରବେଶ କରିଅଛନ୍ତି।” BSB BSB: “We are ashamed because we have heard reproach; disgrace has covered our faces, because foreigners have entered the holy places of the LORD’s house.”
52 ULB ଏଣୁକରି ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ଆମ୍ଭେ ତାହାର ଖୋଦିତ ପ୍ରତିମାଗଣକୁ ପ୍ରତିଫଳ ଦେବା, ଏପରି ସମୟ ଆସୁଅଛି ଓ କ୍ଷତବିକ୍ଷତ ଲୋକମାନେ ତାହାର ଦେଶର ସର୍ବତ୍ର କାତରୋକ୍ତି କରିବେ।” BSB BSB: “Therefore, behold, the days are coming,” declares the LORD, “when I will punish her idols, and throughout her land the wounded will groan.
53 ULB ସଦାପ୍ରଭୁ କହନ୍ତି, “ଯଦ୍ୟପି ବାବିଲ ଆକାଶ ପର୍ଯ୍ୟନ୍ତ ଉଠିବ, ଆଉ ଯଦ୍ୟପି ସେ ଆପଣା ବଳରୂପ ଉଚ୍ଚ ଦୁର୍ଗକୁ ଦୃଢ଼ କରିବ, ତଥାପି ଆମ୍ଭ ନିକଟରୁ ବିନାଶକମାନେ ତାହାର ମଧ୍ୟରେ ଉପସ୍ଥିତ ହେବେ। BSB BSB: Even if Babylon ascends to the heavens and fortifies her lofty stronghold, the destroyers I send will come against her,” declares the LORD.
54 ULB ବାବିଲରୁ କ୍ରନ୍ଦନର ରବ ଓ କଲ୍ଦୀୟମାନଙ୍କ ଦେଶରୁ ମହାବିନାଶର ଶବ୍ଦ ଉଠୁଅଛି! BSB BSB: “The sound of a cry comes from Babylon, the sound of great destruction from the land of the Chaldeans!
55 ULB କାରଣ ସଦାପ୍ରଭୁ ବାବିଲକୁ ଉଚ୍ଛିନ୍ନ କରୁଅଛନ୍ତି ଓ ତହିଁ ମଧ୍ୟରୁ ମହାରବ କ୍ଷାନ୍ତ କରୁଅଛନ୍ତି; ସେମାନଙ୍କର ତରଙ୍ଗସକଳ ଜଳରାଶି ପରି ଗର୍ଜ୍ଜନ କରୁଅଛି, ସେମାନଙ୍କର କଲ୍ଲୋଳ ଧ୍ୱନି ଶୁଣା ଯାଉଅଛି। BSB BSB: For the LORD will destroy Babylon; He will silence her mighty voice. The waves will roar like great waters; the tumult of their voices will resound.
56 ULB କାରଣ ତାହା ବିରୁଦ୍ଧରେ, ହଁ, ବାବିଲର ବିରୁଦ୍ଧରେ ବିନାଶକ ଆସିଅଛି ଓ ତାହାର ବୀରମାନେ ଧରା ଯାଇଅଛନ୍ତି, ସେମାନଙ୍କର ଧନୁସବୁ ଖଣ୍ଡ ଖଣ୍ଡ ହୋଇ ଭଙ୍ଗା ଯାଇଅଛି; କାରଣ ସଦାପ୍ରଭୁ ପ୍ରତିଫଳଦାତା ପରମେଶ୍ୱର ଅଟନ୍ତି, ସେ ନିଶ୍ଚୟ ସମୁଚିତ ପ୍ରତିଫଳ ଦେବେ। BSB BSB: For a destroyer is coming against her—against Babylon. Her warriors will be captured, and their bows will be broken, for the LORD is a God of retribution; He will repay in full.
57 ULB ପୁଣି, ଆମ୍ଭେ ତାହାର ଅଧିପତିଗଣକୁ ଓ ତାହାର ଜ୍ଞାନୀ ଲୋକମାନଙ୍କୁ ଓ ତାହାର ଦେଶାଧ୍ୟକ୍ଷ ଓ ଅଧିପତିଗଣକୁ ଓ ତାହାର ବୀରପୁରୁଷମାନଙ୍କୁ ମତ୍ତ କରାଇବା; ତହିଁରେ ସେମାନେ ଚିର ନିଦ୍ରାରେ ନିଦ୍ରିତ ହୋଇ ଆଉ ଜାଗରିତ ହେବେ ନାହିଁ” ଏହା ରାଜା କହନ୍ତି, ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ। BSB BSB: I will make her princes and wise men drunk, along with her governors, officials, and warriors. Then they will fall asleep forever and not wake up,” declares the King, whose name is the LORD of Hosts.
58 ULB ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ବାବିଲର ପ୍ରଶସ୍ତ ପ୍ରାଚୀର ସମ୍ପୂର୍ଣ୍ଣ ଉତ୍ପାଟିତ ହେବ ଓ ତାହାର ଉଚ୍ଚ ଦ୍ୱାରସବୁ ଅଗ୍ନିରେ ଦଗ୍ଧ ହେବ; ପୁଣି, ଲୋକବୃନ୍ଦ ଅସାରତାର ନିମନ୍ତେ ଓ ଗୋଷ୍ଠୀଗଣ ଅଗ୍ନି ନିମନ୍ତେ ପରିଶ୍ରମ କରିବେ; ଆଉ ସେମାନେ କ୍ଳାନ୍ତ ହେବେ।” BSB BSB: This is what the LORD of Hosts says: “Babylon’s thick walls will be leveled, and her high gates consumed by fire. So the labor of the people will be for nothing; the nations will exhaust themselves to fuel the flames.”
59 ULB ଯିହୁଦାର ରାଜା ସିଦିକୀୟଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ ମହସେୟର ପୌତ୍ର ନେରୀୟର ପୁତ୍ର ସରାୟ ଯେଉଁ ସମୟରେ ରାଜା ସଙ୍ଗେ ବାବିଲକୁ ଗଲା, ସେ ସମୟରେ ଯିରିମୀୟ ଭବିଷ୍ୟଦ୍ବକ୍ତା ସରାୟକୁ ଯାହା ଆଜ୍ଞା କରିଥିଲେ, ତହିଁର ବୃତ୍ତାନ୍ତ। ଏହି ସରାୟ ରାଜଗୃହର ପ୍ରଧାନ ଅଧ୍ୟକ୍ଷ ଥିଲା। BSB BSB: This is the message that Jeremiah the prophet gave to the quartermaster Seraiah son of Neriah, the son of Mahseiah, when he went to Babylon with King Zedekiah of Judah in the fourth year of Zedekiah’s reign.
60 ULB ଆଉ, ବାବିଲର ଭବିଷ୍ୟତ ଅମଙ୍ଗଳର ସକଳ କଥା, ଅର୍ଥାତ୍, ବାବିଲ ବିଷୟରେ ଏହି ଯେସକଳ କଥା ଲିଖିତ ଅଛି, ତାହା ଯିରିମୀୟ ଗୋଟିଏ ନଳାକାର ପୁସ୍ତକରେ ଲେଖିଲେ। BSB BSB: Jeremiah had written on a single scroll about all the disaster that would come upon Babylon—all these words that had been written concerning Babylon.
61 ULB ପୁଣି, ଯିରିମୀୟ ସରାୟକୁ କହିଲେ, “ଦେଖ, ତୁମ୍ଭେ ବାବିଲରେ ଉପସ୍ଥିତ ହେଲା ଉତ୍ତାରେ ଏହିସବୁ କଥା ପାଠ କରିବ, BSB BSB: And Jeremiah said to Seraiah, “When you get to Babylon, see that you read all these words aloud,
62 ULB ଆଉ କହିବ, ‘ହେ ସଦାପ୍ରଭୁ, ତୁମ୍ଭେ ଏହି ସ୍ଥାନ ବିଷୟରେ କହିଅଛ ଯେ, ତୁମ୍ଭେ ତାହା ଉଚ୍ଛିନ୍ନ କରିବ, ତହିଁ ମଧ୍ୟରେ ମନୁଷ୍ୟ କି ପଶୁ କେହି ବାସ କରିବ ନାହିଁ, ମାତ୍ର ତାହା ଚିରକାଳ ଧ୍ୱଂସସ୍ଥାନ ହେବ।’ BSB BSB: and say, ‘O LORD, You have promised to cut off this place so that no one will remain—neither man nor beast. Indeed, it will be desolate forever.’
63 ULB ପୁଣି, ଏହି ନଳାକାର ପୁସ୍ତକ ପାଠ କରିବାର ସମାପ୍ତ କଲା ଉତ୍ତାରେ ତୁମ୍ଭେ ତହିଁରେ ଖଣ୍ଡେ ପଥର ବାନ୍ଧି ଫରାତ୍ ନଦୀର ମଧ୍ୟସ୍ଥାନରେ ତାହା ପକାଇ ଦେବ; BSB BSB: When you finish reading this scroll, tie a stone to it and cast it into the Euphrates.
64 ULB ଆଉ, ତୁମ୍ଭେ କହିବ, ‘ଆମ୍ଭେ (ସଦାପ୍ରଭୁ) ବାବିଲ ଉପରେ ଯେଉଁ ଅମଙ୍ଗଳ ଘଟାଇବା, ତହିଁ ସକାଶୁ ସେ ଏରୂପ ମଗ୍ନ ହୋଇ ପୁନର୍ବାର ଉଠିବ ନାହିଁ; ପୁଣି, ଲୋକମାନେ କ୍ଳାନ୍ତ ହେବେ।’ ଯିରିମୀୟଙ୍କ ବାକ୍ୟ ଏତିକି।” BSB BSB: Then you are to say, ‘In the same way Babylon will sink and never rise again, because of the disaster I will bring upon her. And her people will grow weary.’” Here end the words of Jeremiah.
Select verses for actions: Enter goes to them and Escape comes back.