1 ULB ସିଦିକୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ବେଳେ ଏକୋଇଶ ବର୍ଷ ବୟସ୍କ ଥିଲା ଓ ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲା; ତାହାର ମାତାର ନାମ ହମୁଟଲ୍, ସେ ଲିବ୍ନା ନିବାସୀ ଯିରିମୀୟଙ୍କ କନ୍ୟା ଥିଲା। BSB BSB: Zedekiah was twenty-one years old when he became king, and he reigned in Jerusalem eleven years. His mother’s name was Hamutal daughter of Jeremiah; she was from Libnah.
2 ULB ଆଉ, ସେ ଯିହୋୟାକୀମ୍ର କୃତ ସମସ୍ତ କର୍ମାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲା। BSB BSB: And Zedekiah did evil in the sight of the LORD, just as Jehoiakim had done.
3 ULB କାରଣ ସଦାପ୍ରଭୁଙ୍କ କ୍ରୋଧ ସକାଶୁ ସେ ସେମାନଙ୍କୁ ଆପଣା ଛାମୁରୁ ଦୂର ନ କରିବା ପର୍ଯ୍ୟନ୍ତ ଯିରୂଶାଲମ ଓ ଯିହୁଦାରେ ଏପରି ଘଟଣା ଘଟିଲା। ଆଉ, ସିଦିକୀୟ ବାବିଲ ରାଜାର ବିଦ୍ରୋହୀ ହେଲା। BSB BSB: For because of the anger of the LORD, all this happened in Jerusalem and Judah, until He finally banished them from His presence. And Zedekiah also rebelled against the king of Babylon.
4 ULB ଏଥିଉତ୍ତାରେ ତାହାଙ୍କ ରାଜତ୍ଵର ନବମ ବର୍ଷରେ, ଦଶମ ମାସର ଦଶମ ଦିନରେ, ବାବିଲର ରାଜା ନବୂଖଦ୍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୂଶାଲମକୁ ଆସି ତହିଁ ବିରୁଦ୍ଧରେ ଛାଉଣି କଲେ; ଆଉ, ସେମାନେ ତହିଁର ଚତୁର୍ଦ୍ଦିଗରେ ଗଡ଼ ନିର୍ମାଣ କଲେ। BSB BSB: So in the ninth year of Zedekiah’s reign, on the tenth day of the tenth month, Nebuchadnezzar king of Babylon marched against Jerusalem with his entire army. They encamped outside the city and built a siege wall all around it.
5 ULB ତହୁଁ ସିଦିକୀୟ ରାଜାଙ୍କ ରାଜତ୍ଵର ଏଗାର ବର୍ଷ ପର୍ଯ୍ୟନ୍ତ ନଗର ଅବରୁଦ୍ଧ ହୋଇ ରହିଲା। BSB BSB: And the city was kept under siege until King Zedekiah’s eleventh year.
6 ULB ଚତୁର୍ଥ ମାସରେ, ସେହି ମାସର ନବମ ଦିନରେ ନଗରରେ ମହାଦୁର୍ଭିକ୍ଷ ହେଲା, ତହିଁରେ ଦେଶୀୟ ଲୋକମାନଙ୍କ ନିମନ୍ତେ କିଛି ଖାଦ୍ୟ ମିଳିଲା ନାହିଁ। BSB BSB: By the ninth day of the fourth month, the famine in the city was so severe that the people of the land had no food.
7 ULB ତେବେ, ନଗରରେ ଏକ ସ୍ଥାନ ଭଗ୍ନ ହୁଅନ୍ତେ, ସମସ୍ତ ଯୋଦ୍ଧା ଏକ ରାତ୍ରି ଭିତରେ ରାଜାର ଉଦ୍ୟାନ ନିକଟସ୍ଥ ଦୁଇ ପ୍ରାଚୀରର ମଧ୍ୟବର୍ତ୍ତୀ ଦ୍ୱାର ପଥ ଦେଇ ପଳାଇଲେ; ସେସମୟରେ କଲ୍ଦୀୟମାନେ ନଗରର ବିରୁଦ୍ଧରେ ଚତୁର୍ଦ୍ଦିଗରେ ଥିଲେ; ପୁଣି, ଲୋକମାନେ ଆରବା ପଥ ଦେଇ ଚାଲିଗଲେ। BSB BSB: Then the city was breached; and though the Chaldeans had surrounded the city, all the men of war fled the city by night by way of the gate between the two walls near the king’s garden. They headed toward the Arabah,
8 ULB ମାତ୍ର କଲ୍ଦୀୟମାନଙ୍କ ସୈନ୍ୟ ରାଜାର ପଛେ ପଛେ ଗୋଡ଼ାଇ ଯିରୀହୋ ପଦାରେ ସିଦିକୀୟକୁ ଧରିଲେ; ତହିଁରେ ତାହାର ସକଳ ସୈନ୍ୟ ତାହା ନିକଟରୁ ଛିନ୍ନଭିନ୍ନ ହୋଇଗଲେ। BSB BSB: but the army of the Chaldeans pursued the king and overtook Zedekiah in the plains of Jericho, and his whole army deserted him.
9 ULB ତହୁଁ ସେମାନେ ରାଜାକୁ ଧରି ହମାତ୍ ଦେଶସ୍ଥ ରିବ୍ଲାକୁ ବାବିଲ ରାଜା ନିକଟକୁ ନେଇଗଲେ; ତହିଁରେ ସେ ତାହା ପ୍ରତି ଦଣ୍ଡାଜ୍ଞା କଲା। BSB BSB: The Chaldeans seized the king and brought him up to the king of Babylon at Riblah in the land of Hamath, where he pronounced judgment on Zedekiah.
10 ULB ଆଉ, ବାବିଲର ରାଜା ସିଦିକୀୟର ପୁତ୍ରମାନଙ୍କୁ ତାହାର ସାକ୍ଷାତରେ ବଧ କଲା; ସେ ଯିହୁଦାର ଅଧିପତି ସମସ୍ତଙ୍କୁ ହିଁ ରିବ୍ଲାରେ ବଧ କଲା। BSB BSB: There at Riblah the king of Babylon slaughtered the sons of Zedekiah before his eyes, and he also killed all the officials of Judah.
11 ULB ଆଉ, ସେ ସିଦିକୀୟର ଚକ୍ଷୁ ଉପାଡ଼ି ପକାଇଲା; ପୁଣି, ବାବିଲର ରାଜା ତାହାକୁ ଶୃଙ୍ଖଳରେ ବଦ୍ଧ କରି ବାବିଲକୁ ନେଇଗଲା ଓ ତାହାର ମୃତ୍ୟୁୁ ପର୍ଯ୍ୟନ୍ତ ତାହାକୁ କାରାଗାରରେ ରଖିଲା। BSB BSB: Then he put out Zedekiah’s eyes, bound him with bronze shackles, and took him to Babylon, where he kept him in custody until his dying day.
12 ULB ପଞ୍ଚମ ମାସରେ, ମାସର ଦଶମ ଦିନରେ, ବାବିଲର ରାଜା ନବୂଖଦ୍ନିତ୍ସର ରାଜାଙ୍କ ରାଜତ୍ଵର ଊଣେଇଶ ବର୍ଷରେ, ବାବିଲ ରାଜାର ସମ୍ମୁଖରେ ଦଣ୍ଡାୟମାନ ନବୂଷରଦନ୍ ନାମକ ପ୍ରହରୀବର୍ଗର ସେନାପତି ଯିରୂଶାଲମକୁ ଆସିଲା। BSB BSB: On the tenth day of the fifth month, in the nineteenth year of Nebuchadnezzar’s reign over Babylon, Nebuzaradan captain of the guard, a servant of the king of Babylon, entered Jerusalem.
13 ULB ପୁଣି, ସେ ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ଦଗ୍ଧ କଲା; ପୁଣି, ସେ ଯିରୂଶାଲମସ୍ଥ ସକଳ ଗୃହ, ଅର୍ଥାତ୍, ପ୍ରତ୍ୟେକ ବୃହତ ଗୃହ ଅଗ୍ନିରେ ଦଗ୍ଧ କଲା। BSB BSB: He burned down the house of the LORD, the royal palace, and all the houses of Jerusalem—every significant building.
14 ULB ଆଉ, ପ୍ରହରୀବର୍ଗର ସେନାପତି ସଙ୍ଗେ ଥିବା କଲ୍ଦୀୟ ସମସ୍ତ ସୈନ୍ୟ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ପ୍ରାଚୀର ଭଗ୍ନ କଲେ। BSB BSB: And the whole army of the Chaldeans under the captain of the guard broke down all the walls around Jerusalem.
15 ULB ସେତେବେଳେ ପ୍ରହରୀବର୍ଗର ସେନାପତି ନବୂଷରଦନ୍ ଲୋକମାନଙ୍କ ମଧ୍ୟରୁ ନିତାନ୍ତ ଦରିଦ୍ରମାନଙ୍କୁ ଓ ନଗରର ଅବଶିଷ୍ଟ ଲୋକମାନଙ୍କୁ, ଆଉ ବାବିଲ ରାଜାର ପକ୍ଷକୁ ପଳାୟନକାରୀମାନଙ୍କୁ ଓ ଅବଶିଷ୍ଟ ସାଧାରଣ ଲୋକମାନଙ୍କୁ ବନ୍ଦୀ କରି ନେଇଗଲା। BSB BSB: Then Nebuzaradan captain of the guard carried into exile some of the poorest people and those who remained in the city, along with the deserters who had defected to the king of Babylon and the rest of the craftsmen.
16 ULB ମାତ୍ର ପ୍ରହରୀବର୍ଗର ସେନାପତି ନବୂଷରଦନ୍ ଦେଶର ନିତାନ୍ତ ଦରିଦ୍ରମାନଙ୍କ ମଧ୍ୟରୁ କେତେକଙ୍କୁ ଦ୍ରାକ୍ଷାକ୍ଷେତ୍ରର କର୍ମଚାରୀ ଓ କୃଷକ ହେବା ପାଇଁ ଛାଡ଼ିଗଲା। BSB BSB: But Nebuzaradan captain of the guard left behind some of the poorest of the land to tend the vineyards and fields.
17 ULB ପୁଣି, କଲ୍ଦୀୟମାନେ ସଦାପ୍ରଭୁଙ୍କ ଗୃହର ପିତ୍ତଳ ସ୍ତମ୍ଭ ଓ ସଦାପ୍ରଭୁଙ୍କ ଗୃହର ବୈଠିକି ସବୁ ଓ ପିତ୍ତଳମୟ ସମୁଦ୍ର ରୂପ ପାତ୍ର ଖଣ୍ଡ ଖଣ୍ଡ କରି ଭାଙ୍ଗି ତହିଁର ପିତ୍ତଳସବୁ ବାବିଲକୁ ନେଇଗଲେ। BSB BSB: Moreover, the Chaldeans broke up the bronze pillars and stands and the bronze Sea in the house of the LORD, and they carried all the bronze to Babylon.
18 ULB ଆହୁରି, ସେମାନେ ହାଣ୍ଡି ଓ କରଚୁଲି, କତୁରୀ, କୁଣ୍ଡ, ଚାମସ ଓ ପରିଚର୍ଯ୍ୟାର୍ଥକ ସକଳ ପିତ୍ତଳମୟ ପାତ୍ର ନେଇଗଲେ। BSB BSB: They also took away the pots, shovels, wick trimmers, sprinkling bowls, dishes, and all the articles of bronze used in the temple service.
19 ULB ପ୍ରହରୀବର୍ଗର ସେନାପତି ତାଟିଆ, ଅଙ୍ଗାରଧାନୀ, କୁଣ୍ଡ, ହାଣ୍ଡି, ଦୀପବୃକ୍ଷ, ଚାମସ ଓ ପାତ୍ର ସବୁ, ଯାହା ସୁନାର ଥିଲା, ତାହା ସୁନା କରି ଓ ଯାହା ରୂପାର ଥିଲା, ତାହା ରୂପା କରି ନେଇଗଲା। BSB BSB: The captain of the guard also took away the basins, censers, sprinkling bowls, pots, lampstands, pans, and drink offering bowls—anything made of pure gold or fine silver.
20 ULB ଶଲୋମନ ରାଜା ସଦାପ୍ରଭୁଙ୍କ ଗୃହ ନିମନ୍ତେ ଯେଉଁ ଦୁଇ ସ୍ତମ୍ଭ, ଏକ ସମୁଦ୍ର ରୂପ ପାତ୍ର ଓ ତହିଁର ତଳସ୍ଥ ଦ୍ୱାଦଶ ପିତ୍ତଳମୟ ବୃଷରୂପ ବୈଠିକି ନିର୍ମାଣ କରିଥିଲେ, ସେହିସବୁ ପାତ୍ରର ପିତ୍ତଳ ଅପରିମିତ ଥିଲା। BSB BSB: As for the two pillars, the Sea, the twelve bronze bulls under it, and the movable stands that King Solomon had made for the house of the LORD, the weight of the bronze from all these articles was beyond measure.
21 ULB ପୁଣି, ସେହି ଦୁଇ ସ୍ତମ୍ଭ, ପ୍ରତ୍ୟେକର ଉଚ୍ଚ ଅଠରହାତ ଓ ପରିଧି ବାରହାତ ଓ ତହିଁର ସ୍ଥୂଳତା ଚାରି ଅଙ୍ଗୁଳି ଓ ତାହା ଫମ୍ପା ଥିଲା। BSB BSB: Each pillar was eighteen cubits tall and twelve cubits in circumference; each was hollow, four fingers thick.
22 ULB ଆଉ, ତହିଁର ଉପରେ ପିତ୍ତଳର ମୁଣ୍ଡାଳି ଥିଲା, ସେହି ମୁଣ୍ଡାଳିର ଉଚ୍ଚତା ପାଞ୍ଚ ହାତ ଓ ମୁଣ୍ଡାଳିର ଉପରେ ଚତୁର୍ଦ୍ଦିଗରେ ଜାଲିକର୍ମ ଓ ଡାଳିମ୍ବାକୃତି ଥିଲା, ସେସବୁ ପିତ୍ତଳମୟ ଥିଲା; ଆଉ, ଦ୍ୱିତୀୟ ସ୍ତମ୍ଭର ମଧ୍ୟ ଏହି ପ୍ରକାର ଆକାର ଓ ଡାଳିମ୍ବ ଥିଲା। BSB BSB: The bronze capital atop one pillar was five cubits high, with a network of bronze pomegranates all around. The second pillar, with its pomegranates, was similar.
23 ULB ପାର୍ଶ୍ୱରେ ଛୟାନବେ ଡାଳିମ୍ବ ଥିଲା; ଜାଲିକର୍ମର ଉପରେ ଚାରିଆଡ଼େ ଏକ ଶତ ଡାଳିମ୍ବାକୃତି ଥିଲା। BSB BSB: Each capital had ninety-six pomegranates on the sides, and a total of a hundred pomegranates were above the surrounding network.
24 ULB ପୁଣି, ପ୍ରହରୀବର୍ଗର ସେନାପତି ପ୍ରଧାନ ଯାଜକ ସରାୟକୁ ଓ ଦ୍ୱିତୀୟ ଯାଜକ ସଫନୀୟକୁ, ଆଉ ତିନି ଜଣ ଦ୍ୱାରପାଳକୁ ଧରିଲା। BSB BSB: The captain of the guard also took away Seraiah the chief priest, Zephaniah the priest of second rank, and the three doorkeepers.
25 ULB ଆଉ, ନଗରରୁ ଯୋଦ୍ଧାମାନଙ୍କ ଉପରେ ନିଯୁକ୍ତ ଏକ ଜଣ ଅଧ୍ୟକ୍ଷକୁ ଓ ନଗରରେ ପ୍ରାପ୍ତ ରାଜମୁଖ ଦର୍ଶନକାରୀମାନଙ୍କ ମଧ୍ୟରୁ ସାତଜଣକୁ ଓ ଦେଶର ଲୋକ ଗଣନାକାରୀ ସେନାପତିର ଲେଖକଙ୍କୁ ଓ ନଗର ମଧ୍ୟରେ ପ୍ରାପ୍ତ ଦେଶୀୟ ଷାଠିଏ ଲୋକକୁ ଧରିଲା। BSB BSB: Of those still in the city, he took a court official who had been appointed over the men of war, as well as seven trusted royal advisers. He also took the scribe of the captain of the army, who had enlisted the people of the land, and sixty men who were found in the city.
26 ULB ପୁଣି, ପ୍ରହରୀବର୍ଗର ସେନାପତି ନବୂଷରଦନ୍ ସେମାନଙ୍କୁ ଧରି ରିବ୍ଲାକୁ ବାବିଲ ରାଜା ନିକଟକୁ ନେଇଗଲା। BSB BSB: Nebuzaradan captain of the guard took them and brought them to the king of Babylon at Riblah.
27 ULB ତହିଁରେ ବାବିଲର ରାଜା ହମାତ୍ ଦେଶସ୍ଥ ରିବ୍ଲାରେ ସେମାନଙ୍କୁ ଆଘାତ କରି ବଧ କଲା। ଏହିରୂପେ ଯିହୁଦା ଆପଣା ଦେଶରୁ ବନ୍ଦୀ ହୋଇ ନୀତ ହେଲା। BSB BSB: There at Riblah in the land of Hamath, the king of Babylon struck them down and put them to death. So Judah was taken into exile, away from its own land.
28 ULB ନବୂଖଦ୍ନିତ୍ସର ଯେଉଁମାନଙ୍କୁ ବନ୍ଦୀ କରି ନେଇଗଲା, ସେହି ଲୋକମାନଙ୍କର ସଂଖ୍ୟା ଏହି; ସପ୍ତମ ବର୍ଷରେ ତିନି ସହସ୍ର ତେଇଶ ଜଣ ଯିହୁଦୀ ଲୋକ; BSB BSB: These are the people Nebuchadnezzar carried away: in the seventh year, 3,023 Jews;
29 ULB ନବୂଖଦ୍ନିତ୍ସରଙ୍କ ରାଜତ୍ଵର ଅଠର ବର୍ଷରେ ସେ ଯିରୂଶାଲମରୁ ଆଠ ଶହ ବତିଶ ଲୋକ ବନ୍ଦୀ କରି ନେଇଗଲା; BSB BSB: in Nebuchadnezzar’s eighteenth year, 832 people from Jerusalem;
30 ULB ନବୂଖଦ୍ନିତ୍ସରଙ୍କ ରାଜତ୍ଵର ତେଇଶ ବର୍ଷରେ ନବୂଷରଦନ୍ ପ୍ରହରୀବର୍ଗର ସେନାପତି, ସାତ ଶହ ପଇଁଚାଳିଶ ଜଣ ଯିହୁଦୀଙ୍କୁ ବନ୍ଦୀ କରି ନେଇଗଲା; ସର୍ବସୁଦ୍ଧା ଚାରି ସହସ୍ର ଛ’ ଶତ ଲୋକ ଥିଲେ। BSB BSB: in Nebuchadnezzar’s twenty-third year, Nebuzaradan captain of the guard carried away 745 Jews. So in all, 4,600 people were taken away.
32 ULB ଆଉ, ସେ ତାହାକୁ ପ୍ରୀତିବାକ୍ୟ କହିଲା ଓ ତାହା ସଙ୍ଗେ ବାବିଲରେ ଥିବା ରାଜାମାନଙ୍କର ଆସନଠାରୁ ତାହାର ଆସନ ଉଚ୍ଚରେ ସ୍ଥାପନ କଲା, BSB BSB: And he spoke kindly to Jehoiachin and set his throne above the thrones of the other kings who were with him in Babylon.
33 ULB ଆଉ ସେ ଆପଣା କାରାଗାରର ବସ୍ତ୍ର ପରିବର୍ତ୍ତନ କରି ଆପଣାର ଯାବଜ୍ଜୀବନ ନିତ୍ୟ ନିତ୍ୟ ତାହା ସମ୍ମୁଖରେ ଭୋଜନ କଲା। BSB BSB: So Jehoiachin changed out of his prison clothes, and he dined regularly at the king’s table for the rest of his life.
34 ULB ପୁଣି, ତାହାର ଦିନାତିପାତ ନିମନ୍ତେ ବାବିଲର ରାଜାଠାରୁ ନିତ୍ୟ ବୃତ୍ତି ଦିଆଗଲା, ସେ ଆପଣା ମରଣଦିନ ପର୍ଯ୍ୟନ୍ତ, ଆପଣା ଜୀବନର ସମସ୍ତକାଳ ପ୍ରତିଦିନ ଏକ ନିରୂପିତ ଅଂଶ ପାଇଲା। BSB BSB: And the king of Babylon provided Jehoiachin a daily portion for the rest of his life, until the day of his death.
Select verses for actions: Enter goes to them and Escape comes back.