1 ULB ସ୍ତ୍ରୀଜାତ ମନୁଷ୍ୟ ଅଳ୍ପାୟୁ ଓ ଦୁଃଖରେ ପରିପୂର୍ଣ୍ଣ। BSB BSB: “Man, who is born of woman, is short of days and full of trouble.
2 ULB ସେ ପୁଷ୍ପ ତୁଲ୍ୟ ପ୍ରସ୍ପୁଟିତ ହୋଇ କଟାଯାଏ; ମଧ୍ୟ ସେ ଛାୟା ତୁଲ୍ୟ ବହିଯାଇ ସ୍ଥିର ନ ଥାଏ। BSB BSB: Like a flower, he comes forth, then withers away; like a fleeting shadow, he does not endure.
3 ULB ଆଉ, ତୁମ୍ଭେ ଏପରି ଜଣକ ଉପରେ କ’ଣ ଆପଣା ଦୃଷ୍ଟି ରଖୁଅଛ ଓ ଆପଣା ନିକଟକୁ ବିଚାରାର୍ଥେ କ’ଣ ମୋତେ ଆଣୁଅଛ? BSB BSB: Do You open Your eyes to one like this? Will You bring him into judgment before You?
4 ULB ଅଶୁଚି ବସ୍ତୁରୁ ଶୁଚି ବସ୍ତୁ କିଏ ଉତ୍ପନ୍ନ କରିପାରେ? ଜଣେ ନାହିଁ। BSB BSB: Who can bring out clean from unclean? No one!
5 ULB ତାହାର ଦିନସବୁ ନିର୍ଣ୍ଣୀତ, ତାହାର ମାସ-ସଂଖ୍ୟା ତୁମ୍ଭଠାରେ ଅଛି ଓ ତୁମ୍ଭେ ତାହାର ସୀମା ନିରୂପଣ କରିଅଛ, ଏଣୁ ସେ ତାହା ଲଙ୍ଘନ କରିପାରେ ନାହିଁ? BSB BSB: Since his days are determined and the number of his months is with You, and since You have set limits that he cannot exceed,
6 ULB ଏହେତୁ ସେ ଯେପରି ବେତନଜୀବୀ ତୁଲ୍ୟ ଆପଣା ଦିନ ଭୋଗ କରିବା ପର୍ଯ୍ୟନ୍ତ ବିଶ୍ରାମ ପାଇ ପାରିବ, ଏଥିପାଇଁ ତାହାଠାରୁ ଦୃଷ୍ଟି ଫେରାଅ। BSB BSB: look away from him and let him rest, so he can enjoy his day as a hired hand.
7 ULB କାରଣ ବୃକ୍ଷ ବିଷୟରେ ଆଶା ଥାଏ, ତାହା କଟାଗଲେ ପୁନର୍ବାର ପଲ୍ଲବିତ ହେବ ଓ ତହିଁର କୋମଳ ଶାଖାର ଅଭାବ ହେବ ନାହିଁ। BSB BSB: For there is hope for a tree: If it is cut down, it will sprout again, and its tender shoots will not fail.
8 ULB ଯଦ୍ୟପି ତହିଁର ମୂଳ ମୃତ୍ତିକାରେ ପୁରୁଣା ହୋଇଯାଏ ଓ ତହିଁର ଗଣ୍ଡି ଭୂମିରେ ମରିଯାଏ; BSB BSB: If its roots grow old in the ground and its stump dies in the soil,
9 ULB ତଥାପି ଜଳର ଗନ୍ଧ ପାଇଲେ, ତାହା ପଲ୍ଲବିତ ହେବ ଓ ରୋପିତ ବୃକ୍ଷ ତୁଲ୍ୟ ଶାଖାବିଶିଷ୍ଟ ହେବ। BSB BSB: at the scent of water it will bud and put forth twigs like a sapling.
10 ULB ମାତ୍ର ମନୁଷ୍ୟ ମରେ ଓ କ୍ଷୟ ପାଏ; ହଁ, ମନୁଷ୍ୟ ପ୍ରାଣତ୍ୟାଗ କରେ, ପୁଣି ସେ କେଉଁଠାରେ ଥାଏ? BSB BSB: But a man dies and is laid low; he breathes his last, and where is he?
11 ULB ଯେପରି ସମୁଦ୍ରରୁ ଜଳ ବାହାରି ଯାଏ ଓ ନଦୀ କ୍ଷୟପ୍ରାପ୍ତ ଓ ଶୁଷ୍କ ହୁଏ; BSB BSB: As water disappears from the sea and a river becomes parched and dry,
12 ULB ସେପରି ମନୁଷ୍ୟ ଶୟନ କଲେ ଆଉ ଉଠେ ନାହିଁ; ଆକାଶମଣ୍ଡଳ ଲୋପ ନ ପାଇବା ପର୍ଯ୍ୟନ୍ତ ସେମାନେ ଜାଗ୍ରତ ହେବେ ନାହିଁ, କିଅବା ନିଦ୍ରାରୁ ଉତ୍ଥାପିତ ହେବେ ନାହିଁ। BSB BSB: so a man lies down and does not rise. Until the heavens are no more, he will not be awakened or roused from sleep.
13 ULB ଆଃ, ତୁମ୍ଭେ ଯେବେ ପାତାଳରେ ମୋତେ ଲୁଚାଇ ରଖନ୍ତ, ତୁମ୍ଭର କୋପ ଅତୀତ ହେବା ପର୍ଯ୍ୟନ୍ତ ଯେବେ ମୋତେ ଗୋପନରେ ରଖନ୍ତ, ଯେବେ ମୋ’ ପାଇଁ ସମୟ ନିରୂପଣ କରି ମୋତେ ସ୍ମରଣ କରନ୍ତ! BSB BSB: If only You would hide me in Sheol and conceal me until Your anger has passed! If only You would appoint a time for me and then remember me!
14 ULB ଯଦି ମନୁଷ୍ୟର ମୃତ୍ୟୁ ହୁଏ ତେବେ କ’ଣ ସେ ପୁନର୍ବାର ବଞ୍ଚିବ? ମୋହର ମୁକ୍ତି ଉପସ୍ଥିତ ନୋହିବା ପର୍ଯ୍ୟନ୍ତ ମୁଁ ଆପଣା ଯୁଦ୍ଧର ସମସ୍ତ ଦିନ ଅପେକ୍ଷା କରିବି। BSB BSB: When a man dies, will he live again? All the days of my hard service I will wait, until my renewal comes.
15 ULB ତେବେ ତୁମ୍ଭେ ଡାକିବ ଓ ମୁଁ ତୁମ୍ଭକୁ ଉତ୍ତର ଦେବି; ତୁମ୍ଭେ ଆପଣା ହସ୍ତକୃତ କର୍ମ ପ୍ରତି କରୁଣା କରିବ। BSB BSB: You will call, and I will answer; You will desire the work of Your hands.
16 ULB ମାତ୍ର ଏବେ ତୁମ୍ଭେ ମୋ’ ପାଦଗତି ଗଣନା କରୁଅଛ; ତୁମ୍ଭେ କ’ଣ ମୋ’ ପାପ ପ୍ରତି ନିରୀକ୍ଷଣ କରୁନାହଁ? BSB BSB: For then You would count my steps, but would not keep track of my sin.
17 ULB ମୋହର ଅପରାଧ ଥଳୀରେ ମୋହରାଙ୍କିତ ହୋଇଅଛି ଓ ତୁମ୍ଭେ ମୋ’ ଅଧର୍ମ ବାନ୍ଧି ରଖୁଅଛ। BSB BSB: My transgression would be sealed in a bag, and You would cover over my iniquity.
18 ULB ଆଉ, ପର୍ବତ ପଡ଼ିଲେ ନିଶ୍ଚୟ ଲୁପ୍ତ ହୁଏ ଓ ଶୈଳ ଆପଣା ସ୍ଥାନରୁ ଅନ୍ତରିତ ହୁଏ; BSB BSB: But as a mountain erodes and crumbles and a rock is dislodged from its place,
19 ULB ଜଳ ପ୍ରସ୍ତରକୁ କ୍ଷୟ କରେ; ଜଳର ପ୍ଳାବନ ପୃଥିବୀର ଧୂଳି ଧୋଇନିଏ ଓ ତୁମ୍ଭେ ମନୁଷ୍ୟର ଆଶା ନାଶ କରୁଅଛ। BSB BSB: as water wears away the stones and torrents wash away the soil, so You destroy a man’s hope.
20 ULB ତୁମ୍ଭେ ସଦାକାଳ ତାହା ଉପରେ ଜୟଯୁକ୍ତ ହେଉଅଛ, ତେଣୁ ସେ ଚାଲିଯାଏ; ତୁମ୍ଭେ ତାହାର ମୁଖ ପରିବର୍ତ୍ତନ କରି ତାହାକୁ ଦୂର କରି ଦେଉଅଛ। BSB BSB: You forever overpower him, and he passes on; You change his countenance and send him away.
21 ULB ତାହାର ସନ୍ତାନଗଣ ସମ୍ଭ୍ରମପ୍ରାପ୍ତ ହେଲେ, ସେ ତାହା ଜାଣେ ନାହିଁ; ପୁଣି, ସେମାନେ ଅବନତ ହେଲେ, ସେ ସେମାନଙ୍କ ବିଷୟ ବୋଧ ପାଏ ନାହିଁ। BSB BSB: If his sons receive honor, he does not know it; if they are brought low, he is unaware.
22 ULB ମାତ୍ର ତାହାର ନିଜ ମାଂସ ବ୍ୟଥା ଭୋଗ କରେ ଓ ତାହାର ପ୍ରାଣ ଅନ୍ତରେ ବ୍ୟାକୁଳ ହୁଏ। BSB BSB: He feels only the pain of his own body and mourns only for himself.”
Select verses for actions: Enter goes to them and Escape comes back.