1 ULB ଏଥିଉତ୍ତାରେ ତୈମନୀୟ ଇଲୀଫସ୍ ଉତ୍ତର କରି କହିଲା, BSB BSB: Then Eliphaz the Temanite replied:
2 ULB “ଜ୍ଞାନୀ ଲୋକ କ’ଣ ଅସାର ଜ୍ଞାନରେ ଉତ୍ତର ଦେବ? ଓ ପୂର୍ବୀୟ ବାୟୁରେ ଆପଣା ଉଦର ପୂର୍ଣ୍ଣ କରିବ? BSB BSB: “Does a wise man answer with empty counsel or fill his belly with the hot east wind?
3 ULB ସେ କ’ଣ ଅନର୍ଥକ କଥାରେ ଓ ନିଷ୍ଫଳ ବାକ୍ୟରେ ଯୁକ୍ତି କରିବ? BSB BSB: Should he argue with useless words or speeches that serve no purpose?
4 ULB ହଁ, ତୁମ୍ଭେ ତ ଭୟ ଦୂର କରି ଦେଉଅଛ ଓ ପରମେଶ୍ୱରଙ୍କ ସାକ୍ଷାତରେ ଭକ୍ତି କ୍ଷୀଣ କରୁଅଛ। BSB BSB: But you even undermine the fear of God and hinder meditation before Him.
5 ULB କାରଣ ତୁମ୍ଭର ଅପରାଧ ତୁମ୍ଭ ମୁଖକୁ ଶିଖାଉଅଛି ଓ ତୁମ୍ଭେ ଧୂର୍ତ୍ତର ଜିହ୍ୱା ପସନ୍ଦ କରୁଅଛ। BSB BSB: For your iniquity instructs your mouth, and you choose the language of the crafty.
6 ULB ତୁମ୍ଭର ନିଜ ମୁଖ ତୁମ୍ଭକୁ ଦୋଷୀ କରୁଅଛି, ମୁଁ କରୁ ନାହିଁ; ଆହୁରି, ତୁମ୍ଭ ନିଜ ଓଷ୍ଠାଧର ତୁମ୍ଭ ବିରୁଦ୍ଧରେ ସାକ୍ଷ୍ୟ ଦେଉଅଛି। BSB BSB: Your own mouth, not mine, condemns you; your own lips testify against you.
7 ULB ମନୁଷ୍ୟମାନଙ୍କ ମଧ୍ୟରେ ତୁମ୍ଭେ କ’ଣ ପ୍ରଥମଜାତ? ଅବା ପର୍ବତଗଣ ପୂର୍ବରୁ ତୁମ୍ଭେ କ’ଣ ଉତ୍ପନ୍ନ ହୋଇଥିଲ? BSB BSB: Were you the first man ever born? Were you brought forth before the hills?
8 ULB ତୁମ୍ଭେ କ’ଣ ପରମେଶ୍ୱରଙ୍କର ଗୁପ୍ତ ମନ୍ତ୍ରଣା ଶୁଣିଅଛ? ଓ ତୁମ୍ଭେ କ’ଣ ଜ୍ଞାନ ଆତ୍ମସାତ୍ କରୁଅଛ? BSB BSB: Do you listen in on the council of God or limit wisdom to yourself?
9 ULB ଆମ୍ଭମାନଙ୍କୁ ଅଜଣା କେଉଁ କଥା ତୁମ୍ଭେ ଜାଣୁଅଛ? ଆମ୍ଭମାନଙ୍କର ଅବୁଝା କେଉଁ କଥା ତୁମ୍ଭେ ବୁଝୁଅଛ? BSB BSB: What do you know that we do not? What do you understand that is not clear to us?
10 ULB ପକ୍ୱକେଶ ବିଶିଷ୍ଟ ଓ ତୁମ୍ଭ ପିତା ଅପେକ୍ଷା ପ୍ରାଚୀନ ଅତି ବୃଦ୍ଧ ଲୋକେ ଆମ୍ଭମାନଙ୍କ ମଧ୍ୟରେ ଅଛନ୍ତି। BSB BSB: Both the gray-haired and the aged are on our side—men much older than your father.
11 ULB ପରମେଶ୍ୱରଙ୍କ ସାନ୍ତ୍ୱନା-ବାକ୍ୟ ତୁମ୍ଭ ପ୍ରତି କି କ୍ଷୁଦ୍ର ବିଷୟ ଓ ତୁମ୍ଭ ସହିତ କୋମଳ ଆଳାପ କି ତଦ୍ରୁପ? BSB BSB: Are the consolations of God not enough for you, even words spoken gently to you?
12 ULB ତୁମ୍ଭ ମନ ତୁମ୍ଭକୁ କାହିଁକି ବିପଥରେ ନେଇଯାଏ? ଓ ତୁମ୍ଭର ଚକ୍ଷୁ କାହିଁକି ମଟ୍ମଟ୍ କରେ BSB BSB: Why has your heart carried you away, and why do your eyes flash,
13 ULB ଯେ, ତୁମ୍ଭେ ପରମେଶ୍ୱରଙ୍କ ବିରୁଦ୍ଧରେ ଆପଣା ଆତ୍ମାକୁ ଉଠାଉଅଛ ଓ ଆପଣା ମୁଖରୁ ଏପରି କଥା ବାହାରିବାକୁ ଦେଉଅଛ? BSB BSB: so that you turn your spirit against God and pour such words from your mouth?
14 ULB ମନୁଷ୍ୟ କିଏ ଯେ, ସେ ଶୁଚି ହୋଇପାରେ? ଓ ସ୍ତ୍ରୀଜାତ ମନୁଷ୍ୟ କିଏ ଯେ, ସେ ଧାର୍ମିକ ହୋଇପାରେ? BSB BSB: What is man, that he should be pure, or one born of woman, that he should be righteous?
15 ULB ଦେଖ, ସେ ଆପଣା ପବିତ୍ରଗଣଠାରେ ବିଶ୍ୱାସ କରନ୍ତି ନାହିଁ; ଆହୁରି, ତାହାଙ୍କ ଦୃଷ୍ଟିରେ ଆକାଶମଣ୍ଡଳ ନିର୍ମଳ ନୁହେଁ। BSB BSB: If God puts no trust in His holy ones, if even the heavens are not pure in His eyes,
16 ULB ତେବେ ଘୃଣାର୍ହ ଓ ଭ୍ରଷ୍ଟ, ଅଧର୍ମକୁ ଜଳ ପରି ପାନକାରୀ ଯେ ମନୁଷ୍ୟ, ସେ କେଡ଼େ ନ୍ୟୂନ! BSB BSB: how much less man, who is vile and corrupt, who drinks injustice like water?
17 ULB ମୁଁ ତୁମ୍ଭକୁ ଦେଖାଇବି, ମୋ’ କଥା ଶୁଣ; ମୁଁ ଯାହା ଦେଖିଅଛି, ତାହା ପ୍ରକାଶ କରିବି; BSB BSB: Listen to me and I will inform you. I will describe what I have seen,
18 ULB ଜ୍ଞାନୀମାନେ ଆପଣା ଆପଣା ପିତୃଲୋକଙ୍କଠାରୁ ତାହା ପାଇ କହି ଅଛନ୍ତି ଓ ଗୁପ୍ତ କରି ନାହାନ୍ତି; BSB BSB: what was declared by wise men and was not concealed from their fathers,
19 ULB କେବଳ ସେମାନଙ୍କୁ ଦେଶ ଦତ୍ତ ହୋଇଥିଲା ଓ କୌଣସି ବିଦେଶୀ ସେମାନଙ୍କ ମଧ୍ୟରେ ଗତାୟାତ କଲା ନାହିଁ; BSB BSB: to whom alone the land was given when no foreigner passed among them.
20 ULB ଦୁଷ୍ଟ ଲୋକ ଆପଣାର ଯାବଜ୍ଜୀବନ, ଅର୍ଥାତ୍, ଉପଦ୍ରବ ପାଇଁ ନିରୂପିତ ବର୍ଷଯାଏ କ୍ଳେଶ ଭୋଗ କରେ। BSB BSB: A wicked man writhes in pain all his days; only a few years are reserved for the ruthless.
21 ULB ତାହାର କର୍ଣ୍ଣରେ ତ୍ରାସଜନକ ଶବ୍ଦ ଥାଏ, ସୌଭାଗ୍ୟ ସମୟରେ ଲୁଣ୍ଠନକାରୀ ତାହାକୁ ଆକ୍ରମଣ କରିବ; BSB BSB: Sounds of terror fill his ears; in his prosperity the destroyer attacks him.
22 ULB ସେ ଅନ୍ଧକାରରୁ ଫେରି ଆସିବ ବୋଲି ବିଶ୍ୱାସ କରେ ନାହିଁ ଓ ସେ ଖଡ୍ଗ ନିମନ୍ତେ ଅପେକ୍ଷିତ; BSB BSB: He despairs of his return from darkness; he is marked for the sword.
23 ULB ସେ ଖାଦ୍ୟ ନିମନ୍ତେ ବାହାରେ ବୁଲି କହଇ, ତାହା କାହିଁ? ଅନ୍ଧକାରର ଦିନ ତାହାର ସନ୍ନିକଟ ବୋଲି ସେ ଜାଣେ। BSB BSB: He wanders about as food for vultures; he knows the day of darkness is at hand.
24 ULB ସଙ୍କଟ ଓ ମନସ୍ତାପ ତାହାକୁ ଭୀତ କରେ; ଯୁଦ୍ଧାର୍ଥେ ସସଜ୍ଜ ରାଜା ତୁଲ୍ୟ ତାହା ତାହାକୁ ପରାସ୍ତ କରେ; BSB BSB: Distress and anguish terrify him, overwhelming him like a king poised to attack.
25 ULB କାରଣ ସେ ପରମେଶ୍ୱରଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିଅଛି ଓ ସର୍ବଶକ୍ତିମାନଙ୍କ ପ୍ରତିକୂଳରେ ଗର୍ବାଚରଣ କରୁଅଛି; BSB BSB: For he has stretched out his hand against God and has vaunted himself against the Almighty,
26 ULB ସେ ଶକ୍ତଗ୍ରୀବ ହୋଇ ଆପଣା ଢାଲର ସ୍ଥୂଳ ଅଂଶ ଦେଖାଇ ତାହାଙ୍କ ଉପରକୁ ଦୌଡ଼େ; BSB BSB: rushing headlong at Him with a thick, studded shield.
27 ULB ସେ ଆପଣା ମେଦରେ ଆପଣା ମୁଖ ଆଚ୍ଛାଦନ କଲା ଓ କଟିଦେଶ ହୃଷ୍ଟପୁଷ୍ଟ କଲା; BSB BSB: Though his face is covered with fat and his waistline bulges with flesh,
28 ULB ଆଉ, ସେ ଉଜାଡ଼-ନଗରରେ ନିବାସୀରହିତ ଓ ଢିପି ହେବାକୁ ଉଦ୍ୟତ ଗୃହରେ ବାସ କଲା। BSB BSB: he will dwell in ruined cities, in abandoned houses destined to become rubble.
29 ULB ଏଣୁ ସେ ଧନବାନ ହେବ ନାହିଁ, ଅବା ତାହାର ସମ୍ପତ୍ତି ସ୍ଥାୟୀ ହେବ ନାହିଁ; କିଅବା ସେମାନଙ୍କର ଉତ୍ପନ୍ନ ଫଳ ଭୂମିକି ଓହଳିବ ନାହିଁ। BSB BSB: He will no longer be rich; his wealth will not endure. His possessions will not overspread the land.
30 ULB ସେ ଅନ୍ଧକାରରୁ ପ୍ରସ୍ଥାନ କରିବ ନାହିଁ, ଅଗ୍ନିଶିଖା ତାହାର ଶାଖା ଶୁଷ୍କ କରିବ ଓ ପରମେଶ୍ବରଙ୍କ ମୁଖର ନିଶ୍ୱାସରେ ସେ ଉଡ଼ିଯିବ। BSB BSB: He will not escape from the darkness; the flame will wither his shoots, and the breath of God’s mouth will carry him away.
31 ULB ସେ ଆପଣାକୁ ଭ୍ରାନ୍ତ କରି ଅସାରତାରେ ବିଶ୍ୱାସ ନ କରୁ; କାରଣ ଅସାରତା ହିଁ ତାହାର ପୁରସ୍କାର ହେବ। BSB BSB: Let him not deceive himself with trust in emptiness, for emptiness will be his reward.
32 ULB ତାହା ଆପଣା ସମୟ ପୂର୍ବେ ଶେଷ ପାଇବ ଓ ତାହାର ଶାଖା ସତେଜ ହେବ ନାହିଁ। BSB BSB: It will be paid in full before his time, and his branch will not flourish.
33 ULB ସେ ଦ୍ରାକ୍ଷାଲତା ନ୍ୟାୟ ଆପଣା ଅପକ୍ୱ ଫଳ ଝାଡ଼ି ପକାଇବ ଓ ଜୀତବୃକ୍ଷ ନ୍ୟାୟ ଆପଣା ଫୁଲ ପକାଇ ଦେବ। BSB BSB: He will be like a vine stripped of its unripe grapes, like an olive tree that sheds its blossoms.
34 ULB କାରଣ ଅଧାର୍ମିକମାନଙ୍କ ସଙ୍ଗୀଦଳ ଅଫଳ ହେବେ ଓ ଅଗ୍ନି ଲାଞ୍ଚର ତମ୍ବୁସବୁ ଗ୍ରାସ କରିବ। BSB BSB: For the company of the godless will be barren, and fire will consume the tents of bribery.
35 ULB ସେମାନେ ଅନିଷ୍ଟ ଗର୍ଭଧାରଣ କରି ଅଧର୍ମ ପ୍ରସବ କରନ୍ତି ଓ ସେମାନଙ୍କ ଉଦର ପ୍ରତାରଣା ପ୍ରସ୍ତୁତ କରେ। BSB BSB: They conceive trouble and give birth to evil; their womb is pregnant with deceit.”
Select verses for actions: Enter goes to them and Escape comes back.