1 ULB ଏଥିଉତ୍ତାରେ ନାମାଥୀୟ ସୋଫର ଉତ୍ତର କରି କହିଲା, BSB BSB: Then Zophar the Naamathite replied:
2 ULB “ଏଥିପାଇଁ ମୋର ଅନ୍ତରସ୍ଥ ଚଞ୍ଚଳତା ସକାଶୁ ମୋହର ଚିନ୍ତା ମୋତେ ଉତ୍ତର ଦିଏ। BSB BSB: “So my anxious thoughts compel me to answer, because of the turmoil within me.
3 ULB ମୁଁ ଯେଉଁ ଅନୁଯୋଗ ଶୁଣିଲି, ତାହା ମୋତେ ଲଜ୍ଜିତ କରେ ଏବଂ ମୋହର ବୁଦ୍ଧିବିଶିଷ୍ଟ ଆତ୍ମା ମୋତେ ଉତ୍ତର ଦିଏ। BSB BSB: I have heard a rebuke that insults me, and my understanding prompts a reply.
4 ULB ତୁମ୍ଭେ କ’ଣ ଏହା ଜାଣ ନାହିଁ ଯେ, ପୁରାତନ କାଳରୁ, ପୃଥିବୀରେ ମନୁଷ୍ୟର ସ୍ଥାପନଠାରୁ BSB BSB: Do you not know that from antiquity, since man was placed on the earth,
5 ULB ଦୁଷ୍ଟର ଜୟଧ୍ୱନି ଅଳ୍ପ କାଳ ଓ ଅଧାର୍ମିକର ଆନନ୍ଦ କ୍ଷଣମାତ୍ର ସ୍ଥାୟୀ? BSB BSB: the triumph of the wicked has been brief and the joy of the godless momentary?
6 ULB ଯଦ୍ୟପି ତାହାର ମହତ୍ତ୍ୱ ଆକାଶ ପର୍ଯ୍ୟନ୍ତ ଉଠେ ଓ ତାହାର ମସ୍ତକ ମେଘ ସ୍ପର୍ଶ କରେ; BSB BSB: Though his arrogance reaches the heavens, and his head touches the clouds,
7 ULB ତଥାପି ସେ ଆପଣା ମଳ ତୁଲ୍ୟ ଅନନ୍ତ କାଳ ନଷ୍ଟ ହେବ; ଯେଉଁମାନେ ତାହାକୁ ଦେଖିଥିଲେ, ସେମାନେ କହିବେ, ସେ କାହିଁ? BSB BSB: he will perish forever, like his own dung; those who had seen him will ask, ‘Where is he?’
8 ULB ସେ ସ୍ୱପ୍ନ ତୁଲ୍ୟ ଉଡ଼ିଯିବ, ଆଉ ଦେଖାଯିବ ନାହିଁ; ହଁ, ସେ ରାତ୍ରିକାଳୀନ ଦର୍ଶନ ତୁଲ୍ୟ ଦୂରୀକୃତ ହେବ। BSB BSB: He will fly away like a dream, never to be found; he will be chased away like a vision in the night.
9 ULB ଯେଉଁ ଚକ୍ଷୁ ତାହାକୁ ଦେଖିଲା, ଆଉ ତାହାକୁ ଦେଖିବ ନାହିଁ; କିଅବା ତାହାର ବାସସ୍ଥାନ ତାହାକୁ ଆଉ ଦେଖିବ ନାହିଁ। BSB BSB: The eye that saw him will see him no more, and his place will no longer behold him.
10 ULB ତାହାର ସନ୍ତାନଗଣ ଦରିଦ୍ରମାନଙ୍କର ଅନୁଗ୍ରହ ଚେଷ୍ଟା କରିବେ ଓ ତାହାର ସନ୍ତାନଗଣ ତାହାର ସମ୍ପତ୍ତି ଫେରାଇ ଦେବେ। BSB BSB: His sons will seek the favor of the poor, for his own hands must return his wealth.
11 ULB ତାହାର ଅସ୍ଥି ତାହାର ଯୌବନରେ ପରିପୂର୍ଣ୍ଣ, ମାତ୍ର ତାହା ତାହା ସଙ୍ଗେ ଧୂଳିରେ ଶୟନ କରିବ। BSB BSB: The youthful vigor that fills his bones will lie down with him in the dust.
12 ULB ଯଦ୍ୟପି ଦୁଷ୍ଟତା ତାହାର ମୁଖକୁ ସୁମିଷ୍ଟ ଲାଗେ, ଯଦ୍ୟପି ସେ ଆପଣା ଜିହ୍ୱା ତଳେ ତାହା ଲୁଚାଇ ରଖେ; BSB BSB: Though evil is sweet in his mouth and he conceals it under his tongue,
13 ULB ଯଦ୍ୟପି ସେ ତାହା ଯାକି ରଖି ନ ଛାଡ଼େ, ମାତ୍ର ଆପଣା ମୁଖ ମଧ୍ୟରେ ରଖିଥାଏ; BSB BSB: though he cannot bear to let it go and keeps it in his mouth,
14 ULB ତଥାପି ତାହାର ଆହାର ଉଦରରେ ବିକୃତ ହୁଏ, ତାହା ତାହାର ଅନ୍ତରରେ କାଳସର୍ପର ଗରଳ ସ୍ୱରୂପ। BSB BSB: yet in his stomach his food sours into the venom of cobras within him.
15 ULB ସେ ଧନ ଗ୍ରାସ କରିଅଛି ଓ ସେ ପୁନର୍ବାର ତାହା ଉଦ୍ଗାର କରିବ; ପରମେଶ୍ୱର ତାହାର ଉଦରରୁ ତାହାସବୁ ଦୂର କରିବେ। BSB BSB: He swallows wealth but vomits it out; God will force it from his stomach.
16 ULB ସେ କାଳସର୍ପର ବିଷ ଚୁଷିବ; ବିଷଧରର ଜିହ୍ୱା ତାହାକୁ ବଧ କରିବ। BSB BSB: He will suck the poison of cobras; the fangs of a viper will kill him.
17 ULB ସେ ନଦୀମାନ, ଅର୍ଥାତ୍, ମଧୁ ଓ ନବନୀତ ପ୍ରବାହୀ ସ୍ରୋତମାନ ଦେଖିବ ନାହିଁ। BSB BSB: He will not enjoy the streams, the rivers flowing with honey and cream.
18 ULB ସେ ଯହିଁ ପାଇଁ ପରିଶ୍ରମ କଲା, ତାହା ଫେରାଇ ଦେବ ଓ ଗ୍ରାସ କରିବ ନାହିଁ; ସେ ଆପଣା ପ୍ରାପ୍ତ ସମ୍ପତ୍ତି ଅନୁସାରେ ଆନନ୍ଦ କରିବ ନାହିଁ। BSB BSB: He must return the fruit of his labor without consuming it; he cannot enjoy the profits of his trading.
19 ULB କାରଣ ସେ ଦରିଦ୍ରକୁ ଉପଦ୍ରବ ଓ ତ୍ୟାଗ କରିଅଛି; ସେ ଦୌରାତ୍ମ୍ୟପୂର୍ବକ ଗୃହ ଅପହରଣ କରିଅଛି; ଆଉ ତାହା ନିର୍ମାଣ କରିବ ନାହିଁ। BSB BSB: For he has oppressed and forsaken the poor; he has seized houses he did not build.
20 ULB ସେ ଆପଣା ଅନ୍ତରରେ କିଛି ଶାନ୍ତି ପାଇଲା ନାହିଁ, ଏଣୁ ସେ ଆପଣା ଇଷ୍ଟ ବସ୍ତୁରୁ କିଛି ହିଁ ରକ୍ଷା କରି ପାରିବ ନାହିଁ। BSB BSB: Because his appetite is never satisfied, he cannot escape with his treasure.
21 ULB ଯାହା ସେ ଗ୍ରାସ କଲା ନାହିଁ, ଏପରି କିଛି ନ ଥିଲା; ଏହେତୁ ତାହାର ସୁଦଶା ସ୍ଥାୟୀ ରହିବ ନାହିଁ। BSB BSB: Nothing is left for him to consume; thus his prosperity will not endure.
22 ULB ସେ ଆପଣା ପ୍ରଚୁରତାର ପୂର୍ଣ୍ଣତାରେ କଷ୍ଟ ଭୋଗ କରିବ; ଦୁର୍ଦ୍ଦଶାଗ୍ରସ୍ତ ପ୍ରତ୍ୟେକର ହସ୍ତ ତାହାକୁ ଆକ୍ରମଣ କରିବ। BSB BSB: In the midst of his plenty, he will be distressed; the full force of misery will come upon him.
23 ULB ସେ ଆପଣା ଉଦର ପୂର୍ଣ୍ଣ କରିବାକୁ ଉଦ୍ୟତ ହେବା ସମୟରେ ପରମେଶ୍ୱର ତାହା ଉପରେ ଆପଣା କୋପର ପ୍ରଚଣ୍ଡତା ନିକ୍ଷେପ କରିବେ ଓ ସେ ଭୋଜନ କରୁଥିବା ସମୟରେ ତାହା ଉପରେ ତାହା ବୃଷ୍ଟି କରିବେ। BSB BSB: When he has filled his stomach, God will vent His fury upon him, raining it down on him as he eats.
24 ULB ସେ ଲୌହ ଅସ୍ତ୍ର ନିକଟରୁ ପଳାଇବ, ଆଉ ପିତ୍ତଳଧନୁର ତୀର ତାହାକୁ ବିଦ୍ଧ କରିବ। BSB BSB: Though he flees from an iron weapon, a bronze-tipped arrow will pierce him.
25 ULB ସେ ତାହା ଟାଣେ ଓ ତାହା ତାହାର ଶରୀରରୁ ବାହାରି ଆସେ; ହଁ, ତାହାର ପିତ୍ତସ୍ଥଳୀରୁ ତେଜସ୍କର ତୀରାଗ୍ର ନିର୍ଗତ ହୁଏ; ସେ ନାନା ଭୟରେ ଆକ୍ରାନ୍ତ। BSB BSB: It is drawn out of his back, the gleaming point from his liver. Terrors come over him.
26 ULB ସମୁଦାୟ ଅନ୍ଧକାର ତାହାର ଧନ ରୂପେ ସଞ୍ଚିତ ହୁଏ; ମନୁଷ୍ୟର ଅଫୁଙ୍କା ଅଗ୍ନି ତାହାକୁ ଗ୍ରାସ କରିବ; ତାହା ତାହାର ତମ୍ବୁରେ ଅବଶିଷ୍ଟସକଳ ଭସ୍ମ କରିବ। BSB BSB: Total darkness is reserved for his treasures. A fire unfanned will consume him and devour what is left in his tent.
27 ULB ଆକାଶମଣ୍ଡଳ ତାହାର ଅଧର୍ମ ପ୍ରକାଶ କରିବ ଓ ପୃଥିବୀ ତାହାର ବିପକ୍ଷରେ ଉଠିବ। BSB BSB: The heavens will expose his iniquity, and the earth will rise up against him.
28 ULB ତାହାର ଗୃହର ସମ୍ପତ୍ତି ଉଡ଼ିଯିବ, ପରମେଶ୍ଵରଙ୍କ କ୍ରୋଧର ଦିନରେ ତାହାର ସର୍ବସ୍ୱ ବହିଯିବ। BSB BSB: The possessions of his house will be removed, flowing away on the day of God’s wrath.
29 ULB ପରମେଶ୍ୱରଙ୍କଠାରୁ ଦୁଷ୍ଟଲୋକର ଏହି ବାଣ୍ଟ ଓ ତାହା ପାଇଁ ଏହା ହିଁ ପରମେଶ୍ୱରଙ୍କ ନିରୂପିତ ଅଧିକାର। BSB BSB: This is the wicked man’s portion from God, the inheritance God has appointed him.”
Select verses for actions: Enter goes to them and Escape comes back.