1 ULB ଲୋକମାନେ ମୋତେ ପରିହାସ କରନ୍ତି, ସେମାନଙ୍କ ପିତୃଗଣକୁ ମୁଁ ଆପଣା ପଲରକ୍ଷକ କୁକ୍କୁରମାନଙ୍କ ସଙ୍ଗେ ରଖିବାକୁ ତୁଚ୍ଛ କଲି। BSB BSB: “But now they mock me, men younger than I am, whose fathers I would have refused to put with my sheep dogs.
2 ULB ସେମାନଙ୍କ ବାହୁବଳରେ ମୋହର କି ଲାଭ ହୋଇ ପାରେ? ସେମାନଙ୍କର ଯୌବନାବସ୍ଥା ନଷ୍ଟ ହୋଇଅଛି। BSB BSB: What use to me was the strength of their hands, since their vigor had left them?
3 ULB ସେମାନେ ଦରିଦ୍ରତା ଓ ଦୁର୍ଭିକ୍ଷ ସକାଶୁ କ୍ଷୀଣ ହୋଇଅଛନ୍ତି; ସେମାନେ ଘୋର ଉତ୍ସନ୍ନତା ଓ ଶୂନ୍ୟତାରେ ଶୁଷ୍କ ଭୂମି ଚର୍ବଣ କରନ୍ତି। BSB BSB: Gaunt from poverty and hunger, they gnawed the dry land, and the desolate wasteland by night.
4 ULB ସେମାନେ ବୁଦା ନିକଟରୁ ବିସ୍ୱାଦୁ ଶାକ ଛିଣ୍ଡାନ୍ତି ଓ ରେତମବୃକ୍ଷର ମୂଳ ସେମାନଙ୍କର ଆହାର। BSB BSB: They plucked mallow among the shrubs, and the roots of the broom tree were their food.
5 ULB ସେମାନେ ମନୁଷ୍ୟମାନଙ୍କ ମଧ୍ୟରୁ ତାଡ଼ିତ ହୋଇଅଛନ୍ତି; ଲୋକେ ଯେପରି ଚୋର ପଛରେ, ସେହିପରି ସେମାନଙ୍କ ପଛରେ ଡାକ ପକାନ୍ତି। BSB BSB: They were banished from among men, shouted at like thieves,
6 ULB ସେମାନେ ଉପତ୍ୟକାର ବିଦୀର୍ଣ୍ଣ ସ୍ଥାନରେ, ପୃଥିବୀର ଓ ଶୈଳର ଗର୍ତ୍ତରେ ବାସ କରିବେ। BSB BSB: so that they lived on the slopes of the wadis, among the rocks and in holes in the ground.
7 ULB ସେମାନେ ବୁଦା ମଧ୍ୟରେ ଗଧ ପରି ବୋବାନ୍ତି; ସେମାନେ ବିଛୁଆତି ବନରେ ରୁଣ୍ଡ ହୁଅନ୍ତି। BSB BSB: They cried out among the shrubs and huddled beneath the nettles.
8 ULB ସେମାନେ ମୂର୍ଖମାନଙ୍କର ସନ୍ତାନ, ସେମାନେ ଇତର ଲୋକଙ୍କ ସନ୍ତାନ; ସେମାନେ କୋରଡ଼ା ଖାଇ ଦେଶରୁ ତଡ଼ା ଯାଇଥିଲେ। BSB BSB: A senseless and nameless brood, they were driven off the land.
9 ULB ମାତ୍ର ଏବେ ମୁଁ ସେମାନଙ୍କର ଗୀତ ସ୍ୱରୂପ ହୋଇଅଛି; ହଁ, ମୁଁ ସେମାନଙ୍କର ଗଳ୍ପ ସ୍ୱରୂପ ହୋଇଅଛି। BSB BSB: And now they mock me in song; I have become a byword among them.
10 ULB ସେମାନେ ମୋତେ ଘୃଣା କରନ୍ତି, ସେମାନେ ମୋ’ଠାରୁ ଦୂରରେ ଠିଆ ହୁଅନ୍ତି ଓ ମୋ’ ମୁଖରେ ଛେପ ପକାଇବାକୁ ଡରନ୍ତି ନାହିଁ। BSB BSB: They abhor me and keep far from me; they do not hesitate to spit in my face.
11 ULB କାରଣ ସେ ଆପଣା ରଜ୍ଜୁ ଫିଟାଇ ମୋତେ କ୍ଳେଶ ଦେଇଅଛନ୍ତି, ଏଣୁ ସେମାନେ ମୋ’ ସାକ୍ଷାତରେ ଲଗାମ ପକାଇ ଦେଇଅଛନ୍ତି। BSB BSB: Because God has unstrung my bow and afflicted me, they have cast off restraint in my presence.
12 ULB ଇତର ଲୋକମାନେ ମୋ’ ଡାହାଣରେ ଉଠନ୍ତି; ସେମାନେ ମୋ’ ଚରଣ ଘୁଞ୍ଚାଇ ଦିଅନ୍ତି ଓ ସେମାନେ ମୋ’ ବିରୁଦ୍ଧରେ ବିନାଶର ମାର୍ଗ ପ୍ରସ୍ତୁତ କରନ୍ତି। BSB BSB: The rabble arises at my right; they lay snares for my feet and build siege ramps against me.
13 ULB ସେମାନେ ମୋର ପଥ ବିଗାଡ଼ନ୍ତି, ସେମାନେ ମୋ’ ବିପଦକୁ ଅଗ୍ରସର କରନ୍ତି, ଅନ୍ୟର ସହାୟ ବିନା ହିଁ ସେମାନେ ତାହା କରନ୍ତି। BSB BSB: They tear up my path; they profit from my destruction, with no one to restrain them.
14 ULB ସେମାନେ ପ୍ରଶସ୍ତ ଭଗ୍ନ-ସ୍ଥାନ ଦେଇ ଆସିଲା ପରି ଆସନ୍ତି; ଉଜାଡ଼ ମଧ୍ୟରେ ସେମାନେ ମୋ’ ଉପରେ ଗଡ଼ନ୍ତି। BSB BSB: They advance as through a wide breach; through the ruins they keep rolling in.
15 ULB ନାନା ପ୍ରକାର ତ୍ରାସ ମୋତେ ଆକ୍ରମଣ କରିଅଛି, ତାହାସବୁ ବାୟୁ ପରି ମୋହର ସମ୍ଭ୍ରମ ଘଉଡ଼ାନ୍ତି ଓ ମୋହର ମଙ୍ଗଳ ମେଘ ପରି ବହି ଯାଇଅଛି। BSB BSB: Terrors are turned loose against me; they drive away my dignity as by the wind, and my prosperity has passed like a cloud.
16 ULB ପୁଣି, ଏବେ ମୋର ପ୍ରାଣ ମୋ’ ଅନ୍ତରରେ ତରଳିଯାଏ; କ୍ଳେଶର ଦିନସବୁ ମୋତେ ଆକ୍ରାନ୍ତ କରିଅଛି। BSB BSB: And now my soul is poured out within me; days of affliction grip me.
17 ULB ରାତ୍ରିକାଳରେ ମୋହର ଅସ୍ଥିସବୁ ମୋ’ ଭିତରେ ବିଦ୍ଧ ହୁଏ ଓ ମୋତେ କାମୁଡ଼ିବା ବେଦନାସବୁ ବିଶ୍ରାମ ନିଅନ୍ତି ନାହିଁ। BSB BSB: Night pierces my bones, and my gnawing pains never rest.
18 ULB ମୋ’ ରୋଗର ପ୍ରବଳ ଶକ୍ତିରେ ମୋ’ ବସ୍ତ୍ର ବିକୃତ ହୋଇଅଛି; ତାହା ମୋ’ ଜାମାର ଗଳାପଟି ପରି ମୋତେ ଚାରିଆଡ଼େ ବାନ୍ଧେ। BSB BSB: With great force He grasps my garment; He seizes me by the collar of my tunic.
19 ULB ସେ ମୋତେ ପଙ୍କରେ ପକାଇ ଦେଇଅଛନ୍ତି, ଆଉ ମୁଁ ଧୂଳି ଓ ଭସ୍ମ ପରି ହୋଇଅଛି। BSB BSB: He throws me into the mud, and I have become like dust and ashes.
20 ULB ମୁଁ ତୁମ୍ଭକୁ ଡାକ ପକାଉଅଛି, ମାତ୍ର ତୁମ୍ଭେ ମୋତେ ଉତ୍ତର ଦିଅ ନାହିଁ। ମୁଁ ଠିଆ ହେଲେ, ତୁମ୍ଭେ ମୋତେ ଅନାଉଅଛ। BSB BSB: I cry out to You for help, but You do not answer; when I stand up, You merely look at me.
21 ULB ତୁମ୍ଭେ ମୋ’ ପ୍ରତି ନିଷ୍ଠୁର ହୋଇ ଯାଇଅଛ; ତୁମ୍ଭେ ଆପଣା ହସ୍ତର ପରାକ୍ରମରେ ମୋତେ ତାଡ଼ନା କରୁଅଛ। BSB BSB: You have ruthlessly turned on me; You oppose me with Your strong hand.
22 ULB ତୁମ୍ଭେ ମୋତେ ବାୟୁକୁ ଉଠାଇ ତହିଁ ଉପରେ ମୋତେ ଚଢ଼ାଉଅଛ ଓ ବତାସରେ ତୁମ୍ଭେ ମୋତେ ଲୀନ କରୁଅଛ। BSB BSB: You snatch me up into the wind and drive me before it; You toss me about in the storm.
23 ULB କାରଣ ମୁଁ ଜାଣେ, ତୁମ୍ଭେ ମୋତେ ମୃତ୍ୟୁୁ ନିକଟକୁ ଓ ସମସ୍ତ ପ୍ରାଣୀ ପାଇଁ ନିରୂପିତ ଗୃହକୁ ଆଣିବ। BSB BSB: Yes, I know that You will bring me down to death, to the place appointed for all the living.
24 ULB ନିଶ୍ଚୟ ଭଗ୍ନ ଗୃହାଦିର ରାଶି ବିରୁଦ୍ଧରେ ସେ ଆପଣା ହସ୍ତ ବଢ଼ାଇବେ ନାହିଁ; ତଥାପି ଜଣେ ଆପଣା ବିନାଶ ସମୟରେ ଏହିସବୁ ବିଷୟ ସକାଶୁ ଆର୍ତ୍ତନାଦ କରିପାରେ। BSB BSB: Yet no one stretches out his hand against a ruined man when he cries for help in his distress.
25 ULB ମୁଁ କି ଦୁଃଖରେ ଥିବା ଲୋକ ପାଇଁ ରୋଦନ କଲି ନାହିଁ? ଦୀନହୀନ ପାଇଁ କି ମୋହର ପ୍ରାଣ ଦୁଃଖିତ ନୋହିଲା? BSB BSB: Have I not wept for those in trouble? Has my soul not grieved for the needy?
26 ULB ମୁଁ ମଙ୍ଗଳ ଅପେକ୍ଷା କରିବା ବେଳେ ଅମଙ୍ଗଳ ଉପସ୍ଥିତ ହେଲା; ପୁଣି, ମୁଁ ଆଲୁଅର ଅପେକ୍ଷା କଲା ବେଳେ ଅନ୍ଧକାର ଆସିଲା। BSB BSB: But when I hoped for good, evil came; when I looked for light, darkness fell.
27 ULB ମୋ’ ଅନ୍ତ୍ର ଫୁଟେ, ବିଶ୍ରାମ କରେ ନାହିଁ; ମୋ’ ଉପରେ କ୍ଳେଶର ଦିନସବୁ ଉପସ୍ଥିତ ହୋଇଅଛି। BSB BSB: I am churning within and cannot rest; days of affliction confront me.
28 ULB ମୁଁ ସୂର୍ଯ୍ୟ ବିନା ମ୍ଳାନ ହୋଇ ବୁଲୁଥାଏ; ମୁଁ ସମାଜରେ ଠିଆ ହୋଇ ସାହାଯ୍ୟ ପାଇଁ ଆର୍ତ୍ତନାଦ କରେ। BSB BSB: I go about blackened, but not by the sun. I stand up in the assembly and cry for help.
29 ULB ମୁଁ ଶୃଗାଳମାନଙ୍କର ଭାଇ ଓ ଉଷ୍ଟ୍ରପକ୍ଷୀଙ୍କର ସଙ୍ଗୀ ହୋଇଅଛି। BSB BSB: I have become a brother of jackals, a companion of ostriches.
30 ULB ମୋହର ଚର୍ମ କୃଷ୍ଣବର୍ଣ୍ଣ ହୋଇ ମୋ’ଠାରୁ ଝଡ଼ି ପଡ଼ୁଅଛି ଓ ମୋ’ ଅସ୍ଥିସବୁ ଉତ୍ତାପରେ ଦଗ୍ଧ ହେଉଅଛି। BSB BSB: My skin grows black and peels, and my bones burn with fever.
31 ULB ତେଣୁ ମୋହର ବୀଣା ଶୋକରେ ଓ ମୋହର ବଂଶୀ କ୍ରନ୍ଦନକାରୀମାନଙ୍କ ସ୍ୱରରେ ପରିଣତ ହୋଇଅଛି। BSB BSB: My harp is tuned to mourning and my flute to the sound of weeping.
Select verses for actions: Enter goes to them and Escape comes back.