1 ULB ଯାହା ହେଉ, ବିନୟ କରୁଅଛି, ହେ ଆୟୁବ, ମୋ’ କଥା ଶୁଣ ଓ ମୋହର ସମସ୍ତ ବାକ୍ୟରେ କର୍ଣ୍ଣପାତ କର। BSB BSB: “But now, O Job, hear my speech, and listen to all my words.
2 ULB ଏବେ ଦେଖ, ମୁଁ ଆପଣା ମୁଖ ଫିଟାଉଅଛି, ମୋ’ ଜିହ୍ୱା ମୋ’ ମୁଖ ଭିତରେ କଥା କହିଅଛି। BSB BSB: Behold, I will open my mouth; my address is on the tip of my tongue.
3 ULB ମୋ’ ବାକ୍ୟ ମୋ’ ଅନ୍ତଃକରଣର ସରଳତା ପ୍ରକାଶ କରିବ ଓ ମୋହର ଓଷ୍ଠାଧର ଯାହା ଜାଣେ, ତାହା ସରଳ ଭାବରେ କହିବ। BSB BSB: My words are from an upright heart, and my lips speak sincerely what I know.
4 ULB ପରମେଶ୍ୱରଙ୍କ ଆତ୍ମା ମୋତେ ସୃଷ୍ଟି କରିଅଛନ୍ତି ଓ ସର୍ବଶକ୍ତିମାନଙ୍କ ନିଶ୍ୱାସ ମୋତେ ଜୀବନ ଦିଅନ୍ତି। BSB BSB: The Spirit of God has made me, and the breath of the Almighty gives me life.
5 ULB ତୁମ୍ଭେ ପାରିଲେ, ମୋତେ ଉତ୍ତର ଦିଅ, ମୋ’ ସମ୍ମୁଖରେ ଆପଣା ବାକ୍ୟ ସଜାଇ ଠିଆ ହୁଅ। BSB BSB: Refute me if you can; prepare your case and confront me.
6 ULB ଦେଖ, ପରମେଶ୍ୱରଙ୍କ ପ୍ରତି ତୁମ୍ଭେ ଯେପରି, ମୁଁ ସେପରି ଅଟେ, ମୁଁ ମଧ୍ୟ ମୃତ୍ତିକାରୁ ନିର୍ମିତ ହୋଇଅଛି। BSB BSB: I am just like you before God; I was also formed from clay.
7 ULB ଦେଖ, ମୋହର ଭୟାନକତା ତୁମ୍ଭକୁ ଭୀତ କରିବ ନାହିଁ, କିଅବା ମୋହର ଭାର ତୁମ୍ଭ ଉପରେ ଭାରୀ ହେବ ନାହିଁ। BSB BSB: Surely no fear of me should terrify you; nor will my hand be heavy upon you.
8 ULB ନିଶ୍ଚୟ ତୁମ୍ଭେ ମୋହର କର୍ଣ୍ଣଗୋଚରରେ କହିଅଛ ଓ ମୁଁ ତୁମ୍ଭ ବାକ୍ୟର ରବ ଶୁଣିଅଛି, ଯଥା, BSB BSB: Surely you have spoken in my hearing, and I have heard these very words:
9 ULB ମୁଁ ଶୁଚି, ଅପରାଧରହିତ; ମୁଁ ନିର୍ଦ୍ଦୋଷ, ମଧ୍ୟ ମୋ’ଠାରେ ଅଧର୍ମ ନାହିଁ; BSB BSB: ‘I am pure, without transgression; I am clean, with no iniquity in me.
10 ULB ଦେଖ, ସେ ମୋ’ ଛିଦ୍ର ଅନ୍ଵେଷଣ କରନ୍ତି, ସେ ମୋତେ ଆପଣା ଶତ୍ରୁ ବୋଲି ଗଣନ୍ତି; BSB BSB: Yet God finds occasions against me; He counts me as His enemy.
11 ULB ସେ ଯନ୍ତାରେ ମୋହର ପାଦ ରଖନ୍ତି, ସେ ମୋହର ସମସ୍ତ ପଥ ନିରୀକ୍ଷଣ କରନ୍ତି। BSB BSB: He puts my feet in the stocks; He watches over all my paths.’
12 ULB ଦେଖ, ମୁଁ ତୁମ୍ଭକୁ ଉତ୍ତର ଦେବି, ଏ ବିଷୟରେ ତୁମ୍ଭେ ଯଥାର୍ଥ ନୁହଁ; କାରଣ ପରମେଶ୍ୱର ମନୁଷ୍ୟ ଅପେକ୍ଷା ମହାନ ଅଟନ୍ତି। BSB BSB: Behold, you are not right in this matter. I will answer you, for God is greater than man.
13 ULB ତୁମ୍ଭେ କାହିଁକି ତାହାଙ୍କ ସଙ୍ଗେ ବିବାଦ କରୁଅଛ? ଯେଣୁ ସେ ଆପଣାର କୌଣସି ବିଷୟର କାରଣ ଜଣାନ୍ତି ନାହିଁ। BSB BSB: Why do you complain to Him that He answers nothing a man asks?
14 ULB ପରମେଶ୍ୱର ଥରେ କହନ୍ତି, ଦୁଇ ଥର ହିଁ କହନ୍ତି, ତଥାପି ମନୁଷ୍ୟ ତହିଁରେ ମନ ଦିଏ ନାହିଁ; BSB BSB: For God speaks in one way and in another, yet no one notices.
15 ULB ସ୍ୱପ୍ନରେ, ରାତ୍ରିକାଳୀନ ଦର୍ଶନରେ; ମନୁଷ୍ୟମାନେ ଘୋର ନିଦ୍ରାରେ ମଗ୍ନ ହେବା ବେଳେ, ଶଯ୍ୟାରେ ଘୁମାଇବା ବେଳେ, BSB BSB: In a dream, in a vision in the night, when deep sleep falls upon men as they slumber on their beds,
16 ULB ସେ ମନୁଷ୍ୟମାନଙ୍କର କର୍ଣ୍ଣ ମୁକ୍ତ କରନ୍ତି ଓ ସେମାନଙ୍କର ଶିକ୍ଷା ମୋହରାଙ୍କିତ କରନ୍ତି, BSB BSB: He opens their ears and terrifies them with warnings
17 ULB ତଦ୍ଦ୍ୱାରା ସେ ମନୁଷ୍ୟକୁ ତାହାର ସଂକଳ୍ପରୁ ନିବୃତ୍ତ କରନ୍ତି ଓ ମନୁଷ୍ୟଠାରୁ ଅହଙ୍କାର ଗୁପ୍ତ କରନ୍ତି। BSB BSB: to turn a man from wrongdoing and keep him from pride,
18 ULB ସେ ତାହାର ପ୍ରାଣକୁ ଗର୍ତ୍ତରୁ ଓ ତାହାର ଜୀବନକୁ ଖଡ୍ଗାଘାତରୁ ଅଟକାଇ ରଖନ୍ତି। BSB BSB: to preserve his soul from the Pit and his life from perishing by the sword.
19 ULB ମଧ୍ୟ ସେ ଆପଣା ଶଯ୍ୟାରେ ବ୍ୟଥା ଦ୍ୱାରା ଓ ଆପଣା ଅସ୍ଥି ମଧ୍ୟରେ ନିରନ୍ତର ଯୁଦ୍ଧ ଦ୍ୱାରା ଶାସ୍ତି ପାଏ; BSB BSB: A man is also chastened on his bed with pain and constant distress in his bones,
20 ULB ତେଣୁ ତାହାର ଜୀବନ ଆହାରକୁ ଓ ତାହାର ପ୍ରାଣ ସୁସ୍ୱାଦୁ ଭକ୍ଷ୍ୟକୁ ଘୃଣା କରେ। BSB BSB: so that he detests his bread, and his soul loathes his favorite food.
21 ULB ତାହାର ମାଂସ କ୍ଷୟ ପାଇ ଅଦୃଶ୍ୟ ହୁଏ ଓ ତାହାର ଅଦୃଶ୍ୟ ଥିବା ଅସ୍ଥିସବୁ ଦେଖାଯାଏ। BSB BSB: His flesh wastes away from sight, and his hidden bones protrude.
22 ULB ଆହୁରି, ତାହାର ପ୍ରାଣ ଗର୍ତ୍ତର ଓ ତାହାର ଜୀବନ ସଂହାରକର ସନ୍ନିକଟ ହୁଏ। BSB BSB: He draws near to the Pit, and his life to the messengers of death.
23 ULB ଯଦି ମନୁଷ୍ୟକୁ ତାହାର କର୍ତ୍ତବ୍ୟତା ଦେଖାଇବା ପାଇଁ ତାହା ସଙ୍ଗେ ଜଣେ ଦୂତ, ସହସ୍ର ମଧ୍ୟରୁ ଜଣେ ଅର୍ଥକାରକ ଥାଏ; BSB BSB: Yet if there is a messenger on his side, one mediator in a thousand, to tell a man what is right for him,
24 ULB ତେବେ ସେ ତାହାକୁ କୃପା କରି କହିବେ, ଗର୍ତ୍ତ ଗମନରୁ ତାହାକୁ ଉଦ୍ଧାର କର, ମୁଁ ପ୍ରାୟଶ୍ଚିତ୍ତ ପାଇଅଛି। BSB BSB: to be gracious to him and say, ‘Spare him from going down to the Pit; I have found his ransom,’
25 ULB ତାହାର ମାଂସ ବାଳକର ମାଂସ ଅପେକ୍ଷା ସତେଜ ହେବ; ସେ ଆପଣା ଯୌବନ ଦିନ ପୁନର୍ବାର ପାଇବ; BSB BSB: then his flesh is refreshed like a child’s; he returns to the days of his youth.
26 ULB ସେ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରେ ଓ ସେ ତାହା ପ୍ରତି ପ୍ରସନ୍ନ ହୁଅନ୍ତି; ତେଣୁ ସେ ଆନନ୍ଦରେ ତାହାଙ୍କ ମୁଖ ଦର୍ଶନ କରେ; ଆଉ, ସେ ମନୁଷ୍ୟକୁ ତାହାର ଧାର୍ମିକତା ପୁନର୍ବାର ଦିଅନ୍ତି। BSB BSB: He prays to God and finds favor; he sees God’s face and shouts for joy, and God restores His righteousness to that man.
27 ULB ସେ ମନୁଷ୍ୟମାନଙ୍କ ସାକ୍ଷାତରେ ଗାନ କରି କହେ, ମୁଁ ପାପ କରିଅଛି ଓ ନ୍ୟାୟର ବିପରୀତ କରିଅଛି ଓ ତାହା ମୋହର ଲାଭଜନକ ହୋଇ ନାହିଁ। BSB BSB: Then he sings before men with these words: ‘I have sinned and perverted what was right; yet I did not get what I deserved.
28 ULB ସେ ମୋହର ପ୍ରାଣକୁ ଗର୍ତ୍ତଗମନରୁ ମୁକ୍ତ କରିଅଛନ୍ତି ଓ ମୋହର ଜୀବନ ଆଲୁଅ ଦେଖିବ। BSB BSB: He redeemed my soul from going down to the Pit, and I will live to see the light.’
29 ULB ଦେଖ, ମନୁଷ୍ୟ ଯେପରି ଜୀବିତ ଲୋକଙ୍କ ଦୀପ୍ତିରେ ଦୀପ୍ତିମାନ ହେବ, ଏଥିପାଇଁ ଗର୍ତ୍ତରୁ ତାହାର ପ୍ରାଣ ଫେରାଇ ଆଣିବାକୁ, BSB BSB: Behold, all these things God does to a man, two or even three times,
30 ULB ପରମେଶ୍ୱର ତାହା ସହିତ ଦୁଇ ଥର, ମଧ୍ୟ ତିନି ଥର ଏହିସବୁ ବ୍ୟବହାର କରନ୍ତି। BSB BSB: to bring back his soul from the Pit, that he may be enlightened with the light of life.
31 ULB ହେ ଆୟୁବ, ମନୋଯୋଗ କରି ମୋ’ କଥା ଶୁଣ; ତୁମ୍ଭେ ନୀରବ ହୁଅ, ମୁଁ କଥା କହିବି। BSB BSB: Pay attention, Job, and listen to me; be silent, and I will speak.
32 ULB ତୁମ୍ଭର କହିବାର କୌଣସି ବିଷୟ ଥିଲେ, ମୋତେ ଉତ୍ତର ଦିଅ; କୁହ, କାରଣ ତୁମ୍ଭକୁ ନିର୍ଦ୍ଦୋଷ କରିବାକୁ ମୋର ଇଚ୍ଛା। BSB BSB: But if you have something to say, answer me; speak up, for I would like to vindicate you.
33 ULB ନୋହିଲେ ମୋ’ କଥା ଶୁଣ; ନୀରବ ହୁଅ, ଆଉ ମୁଁ ତୁମ୍ଭକୁ ଜ୍ଞାନ ଶିଖାଇବି। BSB BSB: But if not, then listen to me; be quiet, and I will teach you wisdom.”
Select verses for actions: Enter goes to them and Escape comes back.