2 ULB “ଏ କିଏ ଯେ, ଜ୍ଞାନରହିତ କଥା ଦ୍ୱାରା ମନ୍ତ୍ରଣାକୁ ଅନ୍ଧକାରମୟ କରୁଅଛି? BSB BSB: “Who is this who obscures My counsel by words without knowledge?
3 ULB ଏବେ ତୁମ୍ଭେ ବୀର ପରି ଆପଣା କଟି ବାନ୍ଧ, କାରଣ ଆମ୍ଭେ ତୁମ୍ଭକୁ ପ୍ରଶ୍ନ କରିବା ଓ ତୁମ୍ଭେ ଆମ୍ଭକୁ ବୁଝାଇ ଦିଅ। BSB BSB: Now brace yourself like a man; I will question you, and you shall inform Me.
5 ULB ତୁମ୍ଭେ କି ଜାଣ, କିଏ ତହିଁର ପରିମାଣ ନିରୂପଣ କଲା? ଅବା କିଏ ତହିଁ ଉପରେ ପରିମାପକ ରଜ୍ଜୁ ପ୍ରସାରିଲା? BSB BSB: Who fixed its measurements? Surely you know! Or who stretched a measuring line across it?
6 ULB କାହା ଉପରେ ତହିଁର ଭିତ୍ତିମୂଳ ଦୃଢ଼ୀକୃତ ହେଲା? ଅବା ପ୍ରଭାତୀୟ ନକ୍ଷତ୍ରଗଣ ଏକ ସଙ୍ଗେ ଗାନ କରିବା ବେଳେ BSB BSB: On what were its foundations set, or who laid its cornerstone,
7 ULB ଓ ପରମେଶ୍ୱରଙ୍କ ଦୂତଗଣ ଆନନ୍ଦରେ ଜୟଧ୍ୱନି କରିବା ବେଳେ କିଏ ତହିଁର କୋଣ ପ୍ରସ୍ତର ବସାଇଲା? BSB BSB: while the morning stars sang together and all the sons of God shouted for joy?
8 ULB ଅବା ଯେତେବେଳେ ଗର୍ଭରୁ ନିର୍ଗତ ହେବା ତୁଲ୍ୟ ସମୁଦ୍ର ବାହାରିଲା, ଯେତେବେଳେ ଆମ୍ଭେ ମେଘକୁ ତହିଁର ବସ୍ତ୍ର ସ୍ୱରୂପ BSB BSB: Who enclosed the sea behind doors when it burst forth from the womb,
9 ULB ଓ ନିବିଡ଼ ଅନ୍ଧକାରକୁ ତହିଁର ଗୁଡ଼ାଇବା ବସ୍ତ୍ର ସ୍ୱରୂପ କଲୁ, BSB BSB: when I made the clouds its garment and thick darkness its blanket,
10 ULB ପୁଣି ତହିଁ ନିମନ୍ତେ ଆମ୍ଭେ ଆପଣା ବିଧି ନିରୂପଣ କରି ଅର୍ଗଳ ଓ କବାଟ ସ୍ଥାପନ କଲୁ, BSB BSB: when I fixed its boundaries and set in place its bars and doors,
11 ULB ତୁମ୍ଭେ ଏପର୍ଯ୍ୟନ୍ତ ଆସିବ, ମାତ୍ର ଆଉ ବଢ଼ିବ ନାହିଁ ଓ ଏହିଠାରେ ତୁମ୍ଭର ଗର୍ବିତ ତରଙ୍ଗ ନିବାରିତ ହେବ ବୋଲି କହିଲୁ; ସେତେବେଳେ କିଏ କବାଟ ଦେଇ ସମୁଦ୍ରକୁ ରୁଦ୍ଧ କଲା? BSB BSB: and I declared: ‘You may come this far, but no farther; here your proud waves must stop’?
12 ULB ଯେପରି ପ୍ରଭାତ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଅବଲମ୍ବନ କରିବ ଓ ଦୁଷ୍ଟମାନେ ପୃଥିବୀରୁ ଝଡ଼ି ପଡ଼ିବେ; BSB BSB: In your days, have you commanded the morning or assigned the dawn its place,
13 ULB ଏଥିପାଇଁ ତୁମ୍ଭେ କି ଆପଣା ଦିନର ଆରମ୍ଭଠାରୁ ପ୍ରଭାତକୁ ଆଜ୍ଞା ଦେଉଅଛ ଓ ଅରୁଣକୁ ତହିଁର ଉଦୟ ସ୍ଥାନ ଜଣାଇଅଛ? BSB BSB: that it might spread to the ends of the earth and shake the wicked out of it?
14 ULB ମୋହରାଙ୍କିତ ମୃତ୍ତିକା ତୁଲ୍ୟ ତାହା ରୂପାନ୍ତରିତ ହୁଏ; ଓ ସକଳ ପଦାର୍ଥ ବସ୍ତ୍ର ତୁଲ୍ୟ ଦେଖାଯାଏ; BSB BSB: The earth takes shape like clay under a seal; its hills stand out like the folds of a garment.
15 ULB ଦୁଷ୍ଟମାନଙ୍କଠାରୁ ସେମାନଙ୍କ ଦୀପ୍ତି ନିବାରିତ ହୁଏ ଓ ଉଚ୍ଚ ବାହୁ ଭଗ୍ନ ହୁଏ। BSB BSB: Light is withheld from the wicked, and their upraised arm is broken.
16 ULB ତୁମ୍ଭେ କି ସମୁଦ୍ରର ଝର ପର୍ଯ୍ୟନ୍ତ ପ୍ରବେଶ କରିଅଛ? ଅବା ତୁମ୍ଭେ କି ବାରିଧିର ଗୁପ୍ତସ୍ଥଳୀମାନଙ୍କରେ ଗତାୟାତ କରିଅଛ? BSB BSB: Have you journeyed to the vents of the sea or walked in the trenches of the deep?
17 ULB ତୁମ୍ଭ ନିକଟରେ କି ମୃତ୍ୟୁୁର ଦ୍ୱାରସବୁ ପ୍ରକାଶିତ ହୋଇଅଛି? ଅବା ତୁମ୍ଭେ କି ମୃତ୍ୟୁୁଚ୍ଛାୟାର ଦ୍ୱାରସବୁ ଦେଖିଅଛ? BSB BSB: Have the gates of death been revealed to you? Have you seen the gates of the shadow of death?
18 ULB ତୁମ୍ଭେ କି ପୃଥିବୀର ବିସ୍ତୃତି ବୁଝିଅଛ? ଏସବୁ ଯଦି ଜାଣ, ପ୍ରକାଶ କର। BSB BSB: Have you surveyed the extent of the earth? Tell Me, if you know all this.
19 ULB ଦୀପ୍ତିର ବାସସ୍ଥାନକୁ ପଥ କାହିଁ? ଓ ଅନ୍ଧକାରର ସ୍ଥାନ କେଉଁଠାରେ? BSB BSB: Where is the way to the home of light? Do you know where darkness resides,
20 ULB ତୁମ୍ଭେ କି ତହିଁର ସୀମାକୁ ତାହାକୁ ନେଇପାର? ଓ ତହିଁର ଗୃହ-ପଥ କି ଚିହ୍ନିପାର? BSB BSB: so you can lead it back to its border? Do you know the paths to its home?
21 ULB ସନ୍ଦେହ ନାହିଁ, ତୁମ୍ଭେ ଜାଣ, କାରଣ ସେତେବେଳେ ତୁମ୍ଭେ ଜନ୍ମ ହୋଇଥିଲ ଓ ତୁମ୍ଭ ଦିନର ସଂଖ୍ୟା ବହୁତ! BSB BSB: Surely you know, for you were already born! And the number of your days is great!
22 ULB ତୁମ୍ଭେ ହିମ ଭଣ୍ଡାରରେ ପ୍ରବେଶ କରିଅଛ? ଅବା ଆମ୍ଭେ ସଙ୍କଟକାଳ ଓ ସଂଗ୍ରାମ ଓ ଯୁଦ୍ଧ ଦିନ ନିମନ୍ତେ ଯେଉଁ ଶିଳାବୃଷ୍ଟି ସଞ୍ଚୟ କରିଅଛୁ, BSB BSB: Have you entered the storehouses of snow or observed the storehouses of hail,
23 ULB ତହିଁର ଭଣ୍ଡାର କି ତୁମ୍ଭେ ଦେଖିଅଛ? BSB BSB: which I hold in reserve for times of trouble, for the day of war and battle?
24 ULB କେଉଁ ପଥରେ ଦୀପ୍ତି ବିଭକ୍ତ ହୁଏ, ଅବା ପୂର୍ବୀୟ ବାୟୁ ପୃଥିବୀରେ ବ୍ୟାପ୍ତ ହୁଏ? BSB BSB: In which direction is the lightning dispersed, or the east wind scattered over the earth?
25 ULB ଜଳପ୍ଳାବନ ନିମନ୍ତେ ପ୍ରଣାଳୀ ଓ ମେଘଗର୍ଜ୍ଜନର ବିଜୁଳି ନିମନ୍ତେ ପଥ କାଟି BSB BSB: Who cuts a channel for the flood or clears a path for the thunderbolt,
26 ULB କିଏ ପୃଥିବୀର ନିର୍ଜନ ସ୍ଥାନରେ ଓ ନରଶୂନ୍ୟ ପ୍ରାନ୍ତରରେ ବର୍ଷାଇବାକୁ, BSB BSB: to bring rain on a barren land, on a desert where no man lives,
27 ULB ମରୁଭୂମି ଓ ଶୁଷ୍କସ୍ଥାନ ତୃପ୍ତ କରିବାକୁ ଓ କୋମଳ ତୃଣ ଅଙ୍କୁରିତ ହେବାକୁ ଦିଅନ୍ତି? BSB BSB: to satisfy the parched wasteland and make it sprout with tender grass?
28 ULB ବୃଷ୍ଟିର କି ପିତା ଅଛି? ଅବା କିଏ ଶିଶିର ବିନ୍ଦୁସବୁ ଜାତ କରିଅଛି? BSB BSB: Does the rain have a father? Who has begotten the drops of dew?
29 ULB କାହାର ଗର୍ଭରୁ ହିମାନୀ ନିର୍ଗତ ହୋଇଅଛି? ଓ କିଏ ଆକାଶର ତୁଷାରକୁ ଜନ୍ମ ଦେଇଅଛି? BSB BSB: From whose womb does the ice emerge? Who gives birth to the frost from heaven,
30 ULB ଜଳରାଶି ପ୍ରସ୍ତରାଚ୍ଛାଦିତ ହେଲା ପରି ହୁଏ ଓ ବାରିଧିର ଉପର ଭାଗ ଜମାଟ ହୁଏ। BSB BSB: when the waters become hard as stone and the surface of the deep is frozen?
31 ULB ତୁମ୍ଭେ କି କୃତ୍ତିକା-ନକ୍ଷତ୍ରପୁଞ୍ଜ ବାନ୍ଧିପାର? ଓ ମୃଗଶୀର୍ଷର ବନ୍ଧନ ଫିଟାଇପାର? BSB BSB: Can you bind the chains of the Pleiades or loosen the belt of Orion?
32 ULB ତୁମ୍ଭେ କି ରାଶିଗଣକୁ ସ୍ୱ ସ୍ୱ ଋତୁରେ ଚଳାଇପାର? ଅବା ତୁମ୍ଭେ କି ସ୍ୱାତୀ ଓ ତହିଁର ସହଚରଗଣକୁ ପଥ ଦେଖାଇପାର? BSB BSB: Can you bring forth the constellations in their seasons or lead out the Bear and her cubs?
33 ULB ତୁମ୍ଭେ କି ଆକାଶମଣ୍ଡଳର ବିଧାନସବୁ ଜାଣ? ତୁମ୍ଭେ କି ପୃଥିବୀରେ ତହିଁର କର୍ତ୍ତୃତ୍ୱ ସ୍ଥାପନ କରିପାର? BSB BSB: Do you know the laws of the heavens? Can you set their dominion over the earth?
34 ULB ଯେପରି ଅପାର ଜଳ ତୁମ୍ଭକୁ ଆଚ୍ଛନ୍ନ କରି ପାରିବ, ଏଥିପାଇଁ ତୁମ୍ଭେ କି ମେଘ ପର୍ଯ୍ୟନ୍ତ ଆପଣା ରବ ଉଠାଇପାର? BSB BSB: Can you command the clouds so that a flood of water covers you?
35 ULB ବିଜୁଳି ଯେପରି ଯିବେ ଓ ତୁମ୍ଭକୁ କହିବେ, ଆମ୍ଭେମାନେ ଏଠାରେ ଅଛୁ, ଏଥିପାଇଁ କି ତୁମ୍ଭେ ସେମାନଙ୍କୁ ପଠାଇପାର? BSB BSB: Can you send the lightning bolts on their way? Do they report to you, ‘Here we are’?
36 ULB କିଏ ଅନ୍ତରେ ଜ୍ଞାନ ସ୍ଥାପନ କରିଅଛି? ଅବା ମନକୁ କିଏ ବୁଦ୍ଧି ଦେଇଅଛି? BSB BSB: Who has put wisdom in the heart or given understanding to the mind?
37 ULB କିଏ ଜ୍ଞାନ ଦ୍ୱାରା ମେଘମାଳ ଗଣନା କରିପାରେ? BSB BSB: Who has the wisdom to count the clouds? Or who can tilt the water jars of the heavens
38 ULB ଧୂଳୀ ରାଶୀକୃତ ହୋଇ ଟେଳା ବାନ୍ଧିବା ବେଳେ କିଏ ଆକାଶସ୍ଥ କୁମ୍ପାସବୁ ଢାଳି ଦେଇପାରେ? BSB BSB: when the dust hardens into a mass and the clods of earth stick together?
40 ULB ତୁମ୍ଭେ କି ସେମାନଙ୍କ କ୍ଷୁଧା ନିବାରଣ କରିପାର? BSB BSB: when they crouch in their dens and lie in wait in the thicket?
41 ULB ଡାମରା କାଉର ଛୁଆମାନେ ପରମେଶ୍ୱରଙ୍କ ନିକଟରେ ରାବ କରି ଖାଦ୍ୟ ଅଭାବରେ ଭ୍ରମଣ କଲା ବେଳେ କିଏ ତାହାକୁ ଆହାର ଯୋଗାଇ ଦିଏ? BSB BSB: Who provides food for the raven when its young cry out to God as they wander about for lack of food?
Select verses for actions: Enter goes to them and Escape comes back.