1 ULB ତୁମ୍ଭେ କି ଶୈଳବାସିନୀ ବନ୍ୟ ଛାଗୀର ପ୍ରସବ କାଳ ଜାଣ? ଅବା ହରିଣୀର ପ୍ରସବରୀତି ନିର୍ଣ୍ଣୟ କରିପାର? BSB BSB: “Do you know when mountain goats give birth? Have you watched the doe bear her fawn?
2 ULB ତୁମ୍ଭେ କି ସେମାନଙ୍କର ଗର୍ଭମାସ ଗଣନା କରିପାର? ସେମାନଙ୍କର ପ୍ରସବ-ସମୟ କି ତୁମ୍ଭେ ଜାଣ? BSB BSB: Can you count the months they are pregnant? Do you know the time they give birth?
3 ULB ସେମାନେ ନଇଁ ପଡ଼ିଲେ, ଛୁଆ ପ୍ରସବ କରି ଆପଣା ଦୁଃଖ ଦୂର କରନ୍ତି। BSB BSB: They crouch down and bring forth their young; they deliver their newborn.
4 ULB ସେମାନଙ୍କ ଛୁଆମାନେ ହୃଷ୍ଟପୁଷ୍ଟ ହୁଅନ୍ତି, ମେଲା ପଦାରେ ବଢ଼ନ୍ତି; ସେମାନେ ବାହାରି ଯାଇ ଆସନ୍ତି ନାହିଁ। BSB BSB: Their young ones thrive and grow up in the open field; they leave and do not return.
5 ULB କିଏ ବନ୍ୟ ଗର୍ଦ୍ଦଭକୁ ସ୍ୱାଧୀନ କରି ଛାଡ଼ି ଦେଇଅଛି? ଅବା କିଏ ବନ୍ୟ ଗର୍ଦ୍ଦଭର ବନ୍ଧନ ମୁକ୍ତ କରିଅଛି? BSB BSB: Who set the wild donkey free? Who released the swift donkey from the harness?
6 ULB ଆମ୍ଭେ ବନକୁ ତାହାର ଗୃହ ଓ ଲବଣ ଭୂମିକୁ ତାହାର ନିବାସ ସ୍ଥାନ କରିଅଛୁ। BSB BSB: I made the wilderness his home and the salt flats his dwelling.
7 ULB ସେ ନଗରର ଚହଳ ତୁଚ୍ଛ କରେ, କିଅବା ଅଡ଼ାଇବା ଲୋକର ଉଚ୍ଚ ଶବ୍ଦ ଶୁଣେ ନାହିଁ। BSB BSB: He scorns the tumult of the city and never hears the shouts of a driver.
8 ULB ପର୍ବତଶ୍ରେଣୀ ତାହାର ଚରାସ୍ଥାନ ଓ ସେ ସର୍ବପ୍ରକାର ସତେଜ ତୃଣାଦି ଅନ୍ଵେଷଣ କରେ। BSB BSB: He roams the mountains for pasture, searching for any green thing.
9 ULB ଅରଣା ଷଣ୍ଢ କି ତୁମ୍ଭର ସେବା କରିବାକୁ ସନ୍ତୁଷ୍ଟ ହେବ? ଅବା ସେ କି ତୁମ୍ଭ କୁଣ୍ଡ ପାଖରେ ରହିବ? BSB BSB: Will the wild ox consent to serve you? Will he stay by your manger at night?
10 ULB ତୁମ୍ଭେ କି ଅରଣା ଷଣ୍ଢକୁ ତାହାର ବନ୍ଧନରେ ବାନ୍ଧି ଲଙ୍ଗଳଶିଆରରେ ଚଳାଇପାର? ଅବା ସେ କି ତୁମ୍ଭ ପଛେ ପଛେ ଉପତ୍ୟକାରେ ମଇ ଦେବ? BSB BSB: Can you hold him to the furrow with a harness? Will he plow the valleys behind you?
11 ULB ତାହାର ବହୁତ ବଳ ଥିବାରୁ ତୁମ୍ଭେ କି ତାହାକୁ ବିଶ୍ୱାସ କରିବ? ଅବା ତୁମ୍ଭେ କି ଆପଣା କର୍ମ ତାହାକୁ ସମର୍ପଣ କରିବ? BSB BSB: Can you rely on his great strength? Will you leave your hard work to him?
12 ULB ସେ ତୁମ୍ଭ ଶସ୍ୟ ଗୃହକୁ ଆଣିବ ଓ ତୁମ୍ଭ ଖଳାର ଶସ୍ୟ ସଂଗ୍ରହ କରିବ ବୋଲି କି ତୁମ୍ଭେ ତାହାଠାରେ ନିର୍ଭର କରିବ? BSB BSB: Can you trust him to bring in your grain and gather it to your threshing floor?
13 ULB ଓଟପକ୍ଷୀଣୀର ପକ୍ଷ ଉଲ୍ଲାସ କରେ; ମାତ୍ର ତାହାର ଡେଣା ଓ ପର କି ସ୍ନେହଶୀଳ? BSB BSB: The wings of the ostrich flap joyfully, but cannot match the pinions and feathers of the stork.
14 ULB କାରଣ ସେ ଭୂମିରେ ଆପଣା ଅଣ୍ଡା ଛାଡ଼େ ଓ ଧୂଳିରେ ତାହା ଉଷ୍ଣ କରେ, BSB BSB: For she leaves her eggs on the ground and lets them warm in the sand.
15 ULB ଆଉ ପାଦରେ ତାହା ଭଗ୍ନ ଅବା ବନ୍ୟ ପଶୁ ଦ୍ୱାରା ତାହା ଦଳିତ ହେବ ବୋଲି ପାସୋରି ଯାଏ। BSB BSB: She forgets that a foot may crush them, or a wild animal may trample them.
16 ULB ତାହାର ଛୁଆମାନେ ତାହାର ନିଜର ନ ଥିଲା ପରି ସେ ସେମାନଙ୍କ ପ୍ରତି ନିର୍ଦ୍ଦୟ ହୁଏ; ତାହାର ପ୍ରସବବେଦନା ବିଫଳ ହେଲେ ହେଁ ସେ ନିଶ୍ଚିନ୍ତ ଥାଏ; BSB BSB: She treats her young harshly, as if not her own, with no concern that her labor was in vain.
17 ULB କାରଣ ପରମେଶ୍ୱର ତାହାକୁ ଜ୍ଞାନରହିତ କରିଅଛନ୍ତି, ଅଥବା ସେ ତାହାକୁ ବୁଦ୍ଧି ଦେଇ ନାହାନ୍ତି। BSB BSB: For God has deprived her of wisdom; He has not endowed her with understanding.
18 ULB ସେ ଉପରକୁ ଉଠିଲେ, ଅଶ୍ୱ ଓ ଅଶ୍ୱାରୋହୀକି ପରିହାସ କରେ। BSB BSB: Yet when she proudly spreads her wings, she laughs at the horse and its rider.
19 ULB ତୁମ୍ଭେ କି ଅଶ୍ୱକୁ ତାହାର ବିକ୍ରମ ଦେଇଅଛ? ତୁମ୍ଭେ କି କମ୍ପମାନ କେଶରରେ ତାହାର ଗ୍ରୀବାଦେଶ ଭୂଷିତ କରିଅଛ? BSB BSB: Do you give strength to the horse or adorn his neck with a mane?
20 ULB ତୁମ୍ଭେ କି ତାହାକୁ ପଙ୍ଗପାଳ ପରି କୁଦିବାକୁ ଦେଇଅଛ? ତାହାର ନାସାଶବ୍ଦର ତେଜ ଭୟାନକ। BSB BSB: Do you make him leap like a locust, striking terror with his proud snorting?
21 ULB ସେ ଉପତ୍ୟକାରେ ଖୁରା ମାରେ ଓ ଆପଣା ବଳରେ ଆନନ୍ଦ କରନ୍ତେ ସେ ସସଜ୍ଜ ଯୋଦ୍ଧାମାନଙ୍କୁ ଭେଟିବାକୁ ଯାଏ। BSB BSB: He paws in the valley and rejoices in his strength; he charges into battle.
22 ULB ସେ ଭୟକୁ ପରିହାସ କରେ ଓ ଉଦ୍ବିଗ୍ନ ହୁଏ ନାହିଁ; କିଅବା ଖଡ୍ଗ ସମ୍ମୁଖରୁ ଫେରେ ନାହିଁ। BSB BSB: He laughs at fear, frightened of nothing; he does not turn back from the sword.
23 ULB ତୂଣ, ଝଲମଲ ବର୍ଚ୍ଛା ଓ ଶୂଳ ତାହା ପ୍ରତିକୂଳରେ ଝନ୍ଝନ୍ ଶବ୍ଦ କରେ। BSB BSB: A quiver rattles at his side, along with a flashing spear and lance.
24 ULB ସେ ପ୍ରଚଣ୍ଡତା ଓ କ୍ରୋଧରେ ଭୂମି ଗ୍ରାସି ପକାଏ; କିଅବା ଏହା ତୂରୀଶବ୍ଦ ବୋଲି ବିଶ୍ୱାସ କରେ ନାହିଁ। BSB BSB: Trembling with excitement, he devours the distance; he cannot stand still when the ram’s horn sounds.
25 ULB ଯେତେ ଥର ତୂରୀ ବାଜେ, ସେତେଥର ସେ ହିଁ ହିଁ ଶବ୍ଦ କରେ! ଓ ସେ ଦୂରରୁ ସଂଗ୍ରାମର, ସେନାପତିମାନଙ୍କର ହୁଙ୍କାର ଓ ସିଂହନାଦର ଗନ୍ଧ ପାଏ। BSB BSB: At the blast of the horn, he snorts with fervor. He catches the scent of battle from afar, the shouts of captains and the cry of war.
26 ULB ତୁମ୍ଭ ଜ୍ଞାନରେ କି ବାଜପକ୍ଷୀ ଉପରକୁ ଉଡ଼େ ଓ ଦକ୍ଷିଣ ଦିଗକୁ ଆପଣା ପକ୍ଷ ବିସ୍ତାର କରେ? BSB BSB: Does the hawk take flight by your understanding and spread his wings toward the south?
27 ULB ଉତ୍କ୍ରୋଶ ପକ୍ଷୀ ତୁମ୍ଭ ଆଜ୍ଞାରେ କି ଉପରକୁ ଉଠେ ଓ ଊର୍ଦ୍ଧ୍ୱରେ ଆପଣା ବସା କରେ? BSB BSB: Does the eagle soar at your command and make his nest on high?
28 ULB ସେ ଶୈଳରେ ବାସ କରେ, ସେଠାରେ ତାହାର ବସା, ସେ ଶୈଳାଗ୍ରରେ ଓ ଦୁର୍ଗମ ସ୍ଥାନରେ ଥାଏ। BSB BSB: He dwells on a cliff and lodges there; his stronghold is on a rocky crag.
29 ULB ସେଠାରୁ ସେ ଶିକାର ନିରୀକ୍ଷଣ କରେ; ତାହାର ଚକ୍ଷୁ ଦୂରରୁ ତାହା ଦେଖେ। BSB BSB: From there he spies out food; his eyes see it from afar.
30 ULB ତାହାର ଛୁଆମାନେ ମଧ୍ୟ ରକ୍ତ ଚୁଷନ୍ତି; ଯେଉଁଠାରେ ହତ ଲୋକ, ସେହିଠାରେ ସେ ଥାଏ।” BSB BSB: His young ones feast on blood; and where the slain are, there he is.”
Select verses for actions: Enter goes to them and Escape comes back.