1 ULB ଏଥିରେ ତୈମନୀୟ ଇଲୀଫସ୍ ଉତ୍ତର କରି କହିଲା, BSB BSB: Then Eliphaz the Temanite replied:
2 ULB “କେହି ତୁମ୍ଭ ସଙ୍ଗେ କଥାବାର୍ତ୍ତା କରିବାକୁ ଚେଷ୍ଟା କଲେ ତୁମ୍ଭେ କ’ଣ ଦୁଃଖିତ ହେବ? ମାତ୍ର କଥା କହିବାରୁ କିଏ ଆପଣାକୁ କ୍ଷାନ୍ତ କରିପାରେ?” BSB BSB: “If one ventures a word with you, will you be wearied? Yet who can keep from speaking?
3 ULB ଦେଖ, ତୁମ୍ଭେ ଅନେକଙ୍କୁ ଶିକ୍ଷା ଦେଇଅଛ ଓ ତୁମ୍ଭେ ଦୁର୍ବଳହସ୍ତ ସବଳ କରିଅଛ। BSB BSB: Surely you have instructed many, and have strengthened their feeble hands.
4 ULB ତୁମ୍ଭର ବାକ୍ୟ ପଡୁଥିବା ଲୋକକୁ ଧରି ରଖିଅଛି ଓ ତୁମ୍ଭେ ଦୁର୍ବଳ ଆଣ୍ଠୁକୁ ଦୃଢ଼ କରିଅଛ। BSB BSB: Your words have steadied those who stumbled; you have braced the knees that were buckling.
5 ULB ମାତ୍ର ଏବେ ତାହା ତୁମ୍ଭ ପ୍ରତି ଘଟିଅଛି, ଆଉ ତୁମ୍ଭେ କ୍ଳାନ୍ତ ହେଉଅଛ; ତାହା ତୁମ୍ଭକୁ ସ୍ପର୍ଶ କରୁଅଛି, ଆଉ ତୁମ୍ଭେ ବ୍ୟାକୁଳ ହେଉଅଛ। BSB BSB: But now trouble has come upon you, and you are weary. It strikes you, and you are dismayed.
6 ULB ପରମେଶ୍ୱର ବିଷୟକ ତୁମ୍ଭର ଭୟ ତୁମ୍ଭର ବିଶ୍ୱାସ ଭୂମି ନୁହେଁ କି? ଓ ତୁମ୍ଭ ମାର୍ଗର ସରଳତା ତୁମ୍ଭର ଆଶାଭୂମି ନୁହେଁ କି? BSB BSB: Is your reverence not your confidence, and the uprightness of your ways your hope?
7 ULB ମୁଁ ବିନୟ କରୁଅଛି, ସ୍ମରଣ କର, ନିର୍ଦ୍ଦୋଷ ଥାଇ କିଏ ବିନଷ୍ଟ ହୋଇଅଛି କି? ଅବା ସରଳାଚାରୀମାନେ କେଉଁଠାରେ ଉଚ୍ଛିନ୍ନ ହୋଇଅଛନ୍ତି କି? BSB BSB: Consider now, I plead: Who, being innocent, has ever perished? Or where have the upright been destroyed?
8 ULB ମୋହର ଦେଖିଲା ପ୍ରମାଣେ, ଯେଉଁମାନେ ଅଧର୍ମ ଚଷନ୍ତି ଓ ଦୁଃଖରୂପ ବୀଜ ବୁଣନ୍ତି, ସେମାନେ ତାହା ହିଁ କାଟନ୍ତି। BSB BSB: As I have observed, those who plow iniquity and those who sow trouble reap the same.
9 ULB ସେମାନେ ପରମେଶ୍ୱରଙ୍କ ନିଶ୍ୱାସ ଦ୍ୱାରା ବିନଷ୍ଟ ହୁଅନ୍ତି ଓ ତାହାଙ୍କର କ୍ରୋଧରୂପ ଫୁତ୍କାର ଦ୍ୱାରା ସଂହାରିତ ହୁଅନ୍ତି। BSB BSB: By the breath of God they perish, and by the blast of His anger they are consumed.
10 ULB ସିଂହର ଗର୍ଜ୍ଜନ ଓ ଭୟାନକ ସିଂହର ହୁଙ୍କାର ଓ ଯୁବା ସିଂହର ଦନ୍ତ ଭଗ୍ନ ହୁଏ। BSB BSB: The lion may roar, and the fierce lion may growl, yet the teeth of the young lions are broken.
11 ULB ବୃଦ୍ଧ ସିଂହ ଶିକାର ଅଭାବରେ ବିନଷ୍ଟ ହୁଏ ଏବଂ ସିଂହୀର ଶାବକଗଣ ଛିନ୍ନଭିନ୍ନ ହୋଇଯା’ନ୍ତି। BSB BSB: The old lion perishes for lack of prey, and the cubs of the lioness are scattered.
12 ULB କଥା ଗୋଟିଏ ଗୁପ୍ତରେ ମୋ’ ନିକଟରେ ପହଞ୍ଚିଲା ଓ ମୋ’ କର୍ଣ୍ଣ ତହିଁର ଈଷତ୍ ଶବ୍ଦ ପାଇଲା। BSB BSB: Now a word came to me secretly; my ears caught a whisper of it.
13 ULB ଯେତେବେଳେ ଲୋକେ ଘୋର ନିଦ୍ରାଗ୍ରସ୍ତ ହୁଅନ୍ତି, ଏପରି ରାତ୍ରିର ସ୍ୱପ୍ନଦର୍ଶନରୁ ଜାତ ଭାବନା ସମୟରେ, BSB BSB: In disquieting visions in the night, when deep sleep falls on men,
14 ULB ମୋହର ଭୟ ଓ କମ୍ପ ହେଲା, ତଦ୍ଦ୍ୱାରା ମୋହର ଅସ୍ଥିସବୁ ଥରହର ହେଲା। BSB BSB: fear and trembling came over me and made all my bones shudder.
15 ULB ତହିଁରେ ମୋ’ ସମ୍ମୁଖରେ ଏକ ଆତ୍ମା ଚାଲିଗଲା; ମୋ’ ଶରୀର ରୋମାଞ୍ଚିତ ହୋଇ ଉଠିଲା। BSB BSB: Then a spirit glided past my face, and the hair on my body bristled.
16 ULB ତାହା ଠିଆ ହୋଇ ରହିଲା, ମାତ୍ର ମୁଁ ତହିଁର ଆକାର ନିର୍ଣ୍ଣୟ କରି ପାରିଲି ନାହିଁ; ମୋ’ ଚକ୍ଷୁ ଆଗରେ ଏକ ମୂର୍ତ୍ତି ଥିଲା; ସବୁ ନିଃଶବ୍ଦ ଥିଲା, ତହୁଁ ମୁଁ ଏହି ରବ ଶୁଣିଲି, BSB BSB: It stood still, but I could not discern its appearance; a form loomed before my eyes, and I heard a whispering voice:
17 ULB ମର୍ତ୍ତ୍ୟର ମନୁଷ୍ୟ କ’ଣ ପରମେଶ୍ୱରଙ୍କ ଅପେକ୍ଷା ଅଧିକ ଧାର୍ମିକ ହେବ? ନିଜ ସୃଷ୍ଟିକର୍ତ୍ତା ଅପେକ୍ଷା ମନୁଷ୍ୟ କ’ଣ ଅଧିକ ଶୁଚି ହେବ? BSB BSB: ‘Can a mortal be more righteous than God, or a man more pure than his Maker?
18 ULB ଦେଖ, ସେ ଆପଣା ଦାସଗଣକୁ ବିଶ୍ୱାସ କରନ୍ତି ନାହିଁ ଓ ସେ ଆପଣା ଦୂତଗଣ ପ୍ରତି ତ୍ରୁଟିର ଦୋଷାରୋପ କରନ୍ତି; BSB BSB: If God puts no trust in His servants, and He charges His angels with error,
19 ULB ତେବେ ଯେଉଁମାନେ ମୃତ୍ତିକା-ନିର୍ମିତ ଗୃହରେ ବାସ କରନ୍ତି, ସେମାନେ କଅଣ? ସେମାନଙ୍କ ଭିତ୍ତିମୂଳ ଧୂଳିରେ ସ୍ଥାପିତ, ସେମାନେ କୀଟ ତୁଲ୍ୟ ମର୍ଦ୍ଦିତ ହୁଅନ୍ତି। BSB BSB: how much more those who dwell in houses of clay, whose foundations are in the dust, who can be crushed like a moth!
20 ULB ସେମାନେ ପ୍ରଭାତ ଓ ସାୟଂକାଳ ମଧ୍ୟରେ ବିନଷ୍ଟ ହୁଅନ୍ତି; ସେମାନେ ଚିରକାଳ ନଷ୍ଟ ହୁଅନ୍ତି, କେହି ଚିନ୍ତା କରେ ନାହିଁ। BSB BSB: They are smashed to pieces from dawn to dusk; unnoticed, they perish forever.
21 ULB ସେମାନଙ୍କ ତମ୍ବୁ-ରଜ୍ଜୁ କ’ଣ ସେମାନଙ୍କ ଅନ୍ତରରେ ଛିଣ୍ଡା ନ ଯାଏ? ସେମାନେ ଜ୍ଞାନରହିତ ହୋଇ ମରନ୍ତି। BSB BSB: Are not their tent cords pulled up, so that they die without wisdom?’
Select verses for actions: Enter goes to them and Escape comes back.