1 ULB ତୁମ୍ଭେ କି ବନଶୀ ଦ୍ୱାରା ଲିବିୟାଥନ କୁ ଓଟାରି ପାର? ଅବା ରଜ୍ଜୁରେ ତାହାର ଜିହ୍ୱା ତଳକୁ ଚାପିପାର? BSB BSB: “Can you pull in Leviathan with a hook or tie down his tongue with a rope?
2 ULB ତୁମ୍ଭେ କି ତାହାର ନାସାରେ ଦଉଡ଼ି ଦେଇପାର? ଅବା ଅଙ୍କୁଶରେ ତାହାର ଥୋମଣୀ ଫୋଡ଼ିପାର? BSB BSB: Can you put a cord through his nose or pierce his jaw with a hook?
3 ULB ସେ କି ତୁମ୍ଭ ନିକଟରେ ଅନେକ ବିନତି କରିବ? ଅବା ସେ କି ତୁମ୍ଭକୁ କୋମଳ କଥା କହିବ? BSB BSB: Will he beg you for mercy or speak to you softly?
4 ULB ତୁମ୍ଭେ ତାହାକୁ ଚିରକାଳ ଦାସ କରି ରଖିବା ପାଇଁ ସେ କି ତୁମ୍ଭ ସଙ୍ଗେ ନିୟମ କରିବ? BSB BSB: Will he make a covenant with you to take him as a slave for life?
5 ULB ପକ୍ଷୀ ସଙ୍ଗେ ଖେଳିଲା ପରି ତୁମ୍ଭେ କି ତାହା ସଙ୍ଗେ ଖେଳିବ? ଅବା ତୁମ୍ଭେ କି ଆପଣା ବାଳିକାମାନଙ୍କ ନିମନ୍ତେ ତାହାକୁ ବାନ୍ଧି ରଖିବ? BSB BSB: Can you pet him like a bird or put him on a leash for your maidens?
6 ULB ମତ୍ସ୍ୟଧାରୀଦଳ କି ତାହାକୁ ବାଣିଜ୍ୟ ଦ୍ରବ୍ୟ କରିବେ? ସେମାନେ କି ବଣିକମାନଙ୍କ ମଧ୍ୟରେ ତାହାକୁ ଭାଗବିଭାଗ କରିବେ? BSB BSB: Will traders barter for him or divide him among the merchants?
7 ULB ତୁମ୍ଭେ କି ଲୌହ ଅଙ୍କୁଶରେ ତାହାର ଚର୍ମ, ଅବା ତେଣ୍ଟାରେ ତାହାର ମସ୍ତକ ବିନ୍ଧିପାର? BSB BSB: Can you fill his hide with harpoons or his head with fishing spears?
8 ULB ତାହା ଉପରେ ତୁମ୍ଭେ ହସ୍ତକ୍ଷେପ କର; ଯୁଦ୍ଧ ସ୍ମରଣ କର, ପୁଣି ସେପରି ଆଉ କର ନାହିଁ। BSB BSB: If you lay a hand on him, you will remember the battle and never repeat it!
9 ULB ଦେଖ, ତାହା ବିଷୟକ ପ୍ରତ୍ୟାଶା ବୃଥା; କେହି ତାହାକୁ ଦେଖିବା ମାତ୍ର କି ତଳେ ପଡ଼ିଯିବ ନାହିଁ? BSB BSB: Surely hope of overcoming him is false. Is not the sight of him overwhelming?
10 ULB ତାହାକୁ ଯେ ଜଗାଇବ, ଏପରି ସାହସିକ କେହି ନାହିଁ; ତେବେ ଆମ୍ଭ ସମ୍ମୁଖରେ କିଏ ଛିଡ଼ା ହୋଇପାରେ? BSB BSB: No one is so fierce as to rouse Leviathan. Then who is able to stand against Me?
11 ULB କିଏ ଆଗେ ଆମ୍ଭକୁ ଦେଇଅଛି ଯେ, ଆମ୍ଭେ ତାହାକୁ ପରିଶୋଧ କରିବା? ସମୁଦାୟ ଆକାଶମଣ୍ଡଳ ତଳେ ଯାହା କିଛି ଅଛି, ସବୁ ହିଁ ଆମ୍ଭର। BSB BSB: Who has given to Me that I should repay him? Everything under heaven is Mine.
12 ULB ତାହାର ଅଙ୍ଗପ୍ରତ୍ୟଙ୍ଗ, ଅବା ମହାପରାକ୍ରମ, ଅବା ତାହାର ସୁନ୍ଦର ଗଠନ ବିଷୟରେ ଆମ୍ଭେ ନୀରବ ରହିବା ନାହିଁ। BSB BSB: I cannot keep silent about his limbs, his power and graceful form.
13 ULB ତାହାର ବାହାର ବସ୍ତ୍ର କିଏ କାଢ଼ିପାରେ? କିଏ ତାହାର ଦନ୍ତଶ୍ରେଣୀଦ୍ୱୟ ମଧ୍ୟକୁ ଆସିବ?” BSB BSB: Who can strip off his outer coat? Who can approach him with a bridle?
14 ULB କିଏ ତାହାର ମୁଖରୁ କବାଟ ଫିଟାଇପାରେ? ତାହାର ଦନ୍ତର ଚତୁର୍ଦ୍ଦିଗରେ ତ୍ରାସ ଥାଏ। BSB BSB: Who can open his jaws, ringed by his fearsome teeth?
15 ULB ତାହାର ଶକ୍ତ କାତିସବୁ ତାହାର ଦର୍ପର ବିଷୟ, ତାହା ଦୃଢ଼ ରୂପେ ମୋହରାଙ୍କିତ ହେଲା ପରି ଏକତ୍ର ବନ୍ଦ ହୋଇଅଛି। BSB BSB: His rows of scales are his pride, tightly sealed together.
16 ULB ଏକ ଆରେକର ଏତେ ନିକଟ ଯେ, ବାୟୁ ତହିଁରେ ପ୍ରବେଶ କରି ପାରେ ନାହିଁ। BSB BSB: One scale is so near to another that no air can pass between them.
17 ULB ତାହାସବୁ ପରସ୍ପର ସଂଯୁକ୍ତ; ତାହାସବୁ ଏପରି ଏକତ୍ର ଲାଗି ରହିଅଛି ଯେ, ଭିନ୍ନ କରାଯାଇ ପାରେ ନାହିଁ। BSB BSB: They are joined to one another; they clasp and cannot be separated.
18 ULB ତାହାର ଛିଙ୍କରୁ ଆଲୁଅ ଝଟକେ ଓ ତାହାର ଚକ୍ଷୁ ଅରୁଣର ଚକ୍ଷୁପତା ସଦୃଶ। BSB BSB: His snorting flashes with light, and his eyes are like the rays of dawn.
19 ULB ତାହାର ମୁଖରୁ ଜ୍ୱଳ; ମଶାଲ ନିର୍ଗତ ହୁଏ ଓ ଅଗ୍ନିକଣା ଉଡ଼େ। BSB BSB: Firebrands stream from his mouth; fiery sparks shoot forth!
20 ULB ଯେପରି ରନ୍ଧାହାଣ୍ଡିରୁ ଓ ଜ୍ୱଳନ୍ତ ତୃଣରୁ, ସେପରି ତାହାର ନାସାରନ୍ଧ୍ରରୁ ଧୂମ ନିର୍ଗତ ହୁଏ। BSB BSB: Smoke billows from his nostrils as from a boiling pot over burning reeds.
21 ULB ତାହାର ନିଶ୍ୱାସ ଅଙ୍ଗାର ଜ୍ୱଳାଏ ଓ ତାହାର ମୁଖରୁ ଅଗ୍ନିଶିଖା ନିର୍ଗତ ହୁଏ। BSB BSB: His breath sets coals ablaze, and flames pour from his mouth.
22 ULB ତାହାର ଗ୍ରୀବାରେ ଶକ୍ତି ଅବସ୍ଥିତି କରେ ଓ ତାହା ସମ୍ମୁଖରେ ତ୍ରାସ ନୃତ୍ୟ କରେ। BSB BSB: Strength resides in his neck, and dismay leaps before him.
23 ULB ତାହାର ମାଂସର ପରସ୍ତ ଏକତ୍ର ସଂଯୁକ୍ତ ଥାଏ; ତାହାସବୁ ତାହା ଉପରେ ଦୃଢ଼ବଦ୍ଧ ଥାଏ; ତାହାସବୁ ଘୁଞ୍ଚାଯାଇ ପାରେ ନାହିଁ। BSB BSB: The folds of his flesh are tightly joined; they are firm and immovable.
24 ULB ତାହାର ହୃଦୟ ପ୍ରସ୍ତର ପରି ଦୃଢ଼ ଓ ଚକିର ତଳପଟ ପରି ଦୃଢ଼। BSB BSB: His chest is as hard as a rock, as hard as a lower millstone!
25 ULB ସେ ଉଠିଲେ, ବିକ୍ରମୀମାନେ ଭୟଗ୍ରସ୍ତ ହୁଅନ୍ତି; ଭୟ ସକାଶୁ ସେମାନେ ହତବୁଦ୍ଧି ହୁଅନ୍ତି। BSB BSB: When Leviathan rises up, the mighty are terrified; they withdraw before his thrashing.
26 ULB କେହି ତାହା ଉପରେ ଖଡ୍ଗ ଲଗାଇଲେ, କିଛି ହୁଏ ନାହିଁ; ବର୍ଚ୍ଛା, ଶୂଳ କି ତୀକ୍ଷ୍ଣ ତୀର ବିଫଳ ହୁଏ। BSB BSB: The sword that reaches him has no effect, nor does the spear or dart or arrow.
27 ULB ସେ ଲୁହାକୁ କୁଟା ପରି ଓ ପିତ୍ତଳକୁ ସଢ଼ା କାଠ କରି ଗଣେ। BSB BSB: He regards iron as straw and bronze as rotten wood.
28 ULB ତୀର ତାହାକୁ ତଡ଼ାଇ ପାରେ ନାହିଁ ଓ ଛାଟିଣୀ ପଥର ତାହା ପ୍ରତି ନଡ଼ା ପରି ହୁଏ। BSB BSB: No arrow can make him flee; slingstones become like chaff to him.
29 ULB ଗଦା ତୃଣ ତୁଲ୍ୟ ଗଣିତ ହୁଏ; ବର୍ଚ୍ଛା ବଳରେ ଆସିବା ବେଳେ ସେ ହସେ। BSB BSB: A club is regarded as straw, and he laughs at the sound of the lance.
30 ULB ତାହାର ନିମ୍ନଭାଗ ତୀକ୍ଷ୍ଣ ଖପରା ପରି; ସେ କାଦୁଅ ଉପରେ କଣ୍ଟାର ମଇ ଚଳାଏ। BSB BSB: His undersides are jagged potsherds, spreading out the mud like a threshing sledge.
31 ULB ସେ ଗଭୀର ଜଳକୁ ହାଣ୍ଡି ଜଳ ପରି ଫୁଟାଏ; ସେ ସମୁଦ୍ରକୁ ଲେପ ପରି କରେ। BSB BSB: He makes the depths seethe like a cauldron; he makes the sea like a jar of ointment.
32 ULB ସେ ଆପଣା ପଛେ ପଛେ ପଥ ଉଜ୍ଜ୍ୱଳ କରେ; କେହି ମନେ କରିପାରେ, ଜଳଧି ପକ୍ୱ କେଶ ହେଲା; BSB BSB: He leaves a glistening wake behind him; one would think the deep had white hair!
33 ULB ପୃଥିବୀରେ ତାହା ପରି ଭୟରହିତ ହୋଇ କେହି ସୃଷ୍ଟ ହୋଇ ନାହିଁ। BSB BSB: Nothing on earth is his equal—a creature devoid of fear!
34 ULB ସେ ସକଳ ଉଚ୍ଚ ବିଷୟ ଦେଖେ, ସେ ଯାବତୀୟ ଗର୍ବର ସନ୍ତାନଗଣ ଉପରେ ରାଜା ଅଟେ। BSB BSB: He looks down on all the haughty; he is king over all the proud.”
Select verses for actions: Enter goes to them and Escape comes back.