1 ULB ପଥୂୟେଲଙ୍କ ପୁତ୍ର ଯୋୟେଲଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା। BSB BSB: This is the word of the LORD that came to Joel son of Pethuel:
2 ULB ହେ ଇସ୍ରାଏଲର ପ୍ରାଚୀନଗଣ, ତୁମ୍ଭେମାନେ ଏହି କଥା ଶୁଣ, ଆଉ ହେ ଦେଶନିବାସୀସକଳ, ତୁମ୍ଭେମାନେ କର୍ଣ୍ଣପାତ କର। ତୁମ୍ଭମାନଙ୍କ ସମୟରେ କିଅବା ତୁମ୍ଭମାନଙ୍କର ପୂର୍ବପୁରୁଷଗଣର ସମୟରେ କି ଏହା ଘଟିଅଛି? BSB BSB: Hear this, O elders; and give ear, all who dwell in the land. Has anything like this ever happened in your days or in the days of your fathers?
3 ULB ତୁମ୍ଭେମାନେ ଆପଣା ଆପଣା ସନ୍ତାନଗଣକୁ ଏହା ଜଣାଅ ଓ ତୁମ୍ଭମାନଙ୍କର ସନ୍ତାନଗଣ ସେମାନଙ୍କ ସନ୍ତାନଗଣକୁ ଜଣାଉନ୍ତୁ, ଆଉ ସେମାନଙ୍କର ସନ୍ତାନଗଣ ଆସନ୍ତା ପିଢ଼ିଙ୍କୁ ଜଣାଉନ୍ତୁ। BSB BSB: Tell it to your children; let your children tell it to their children, and their children to the next generation.
4 ULB ଶୂକ କୀଟ ଯାହା ଛାଡ଼ିଲା, ପଙ୍ଗପାଳ ତାହା ଖାଇଅଛି ଓ ପଙ୍ଗପାଳ ଯାହା ଛାଡ଼ିଲା, ପତଙ୍ଗ ତାହା ଖାଇଅଛି ଓ ପତଙ୍ଗ ଯାହା ଛାଡ଼ିଲା, ଘୁର୍ଘୁରିଆ ତାହା ଖାଇଅଛି। BSB BSB: What the devouring locust has left, the swarming locust has eaten; what the swarming locust has left, the young locust has eaten; and what the young locust has left, the destroying locust has eaten.
5 ULB ହେ ମତୁଆଳାମାନେ, ଜାଗି ଉଠ ଓ ରୋଦନ କର, ହେ ମଦ୍ୟପାୟୀ ସମସ୍ତେ, ମିଷ୍ଟ ଦ୍ରାକ୍ଷାରସ ସକାଶୁ ହାହାକାର କର; କାରଣ ତାହା ତୁମ୍ଭମାନଙ୍କର ମୁଖରୁ ଅନ୍ତର କରାଯାଇଅଛି। BSB BSB: Wake up, you drunkards, and weep; wail, all you drinkers of wine, because of the sweet wine, for it has been cut off from your mouth.
6 ULB ଯେହେତୁ ଆମ୍ଭ ଦେଶ ବିରୁଦ୍ଧରେ ଏକ ଗୋଷ୍ଠୀ ଉଠି ଆସିଅଛି, ସେ ବଳବାନ ଓ ଅସଂଖ୍ୟ; ତାହାର ଦନ୍ତ ସିଂହଦନ୍ତ ତୁଲ୍ୟ ଓ ତାହାର କଳଦନ୍ତ ଏକ ବୃହତ୍ ସିଂହର କଳଦନ୍ତ ତୁଲ୍ୟ। BSB BSB: For a nation has invaded My land, powerful and without number; its teeth are the teeth of a lion, and its fangs are the fangs of a lioness.
7 ULB ସେ ଆମ୍ଭର ଦ୍ରାକ୍ଷାଲତା ଉଜାଡ଼ କରିଅଛି ଓ ଆମ୍ଭ ଡିମ୍ବିରି ବୃକ୍ଷର ଛେଲି ଛଡ଼ାଇ ପକାଇଅଛି; ସେ ତାହା ସମ୍ପୂର୍ଣ୍ଣ ଛେଲିଶୂନ୍ୟ କରି ପକାଇ ଦେଇଅଛି; ତହିଁର ଶାଖାସବୁ ଶୁକ୍ଳ କରାଯାଇଅଛି। BSB BSB: It has laid waste My grapevine and splintered My fig tree. It has stripped off the bark and thrown it away; the branches have turned white.
8 ULB ଯୌବନକାଳୀନ ସ୍ୱାମୀ ଶୋକରେ ଚଟବସ୍ତ୍ର ପରିହିତା କନ୍ୟା ତୁଲ୍ୟ ବିଳାପ କର। BSB BSB: Wail like a virgin dressed in sackcloth, grieving for the husband of her youth.
9 ULB ସଦାପ୍ରଭୁଙ୍କ ଗୃହରୁ ଭକ୍ଷ୍ୟ ନୈବେଦ୍ୟ ଓ ପେୟ ନୈବେଦ୍ୟ ଅନ୍ତର କରାଯାଇଅଛି; ସଦାପ୍ରଭୁଙ୍କର ପରିଚାରକ ଯାଜକଗଣ ଶୋକ କରନ୍ତି। BSB BSB: Grain and drink offerings have been cut off from the house of the LORD; the priests are in mourning, those who minister before the LORD.
10 ULB କ୍ଷେତ୍ର ଉଜାଡ଼ ହୋଇଅଛି, ଭୂମି ଶୋକ କରୁଅଛି; କାରଣ ଶସ୍ୟ ଉଜାଡ଼ ହୋଇଅଛି, ନୂତନ ଦ୍ରାକ୍ଷାରସ ଶୁଖି ଯାଇଅଛି; ତୈଳ କ୍ଷୟ ପାଇଅଛି। BSB BSB: The field is ruined; the land mourns. For the grain is destroyed, the new wine is dried up, and the oil fails.
11 ULB ହେ କୃଷକଗଣ, ତୁମ୍ଭେମାନେ ଲଜ୍ଜିତ ହୁଅ, ହେ ଦ୍ରାକ୍ଷାକ୍ଷେତ୍ରର ପାଳକଗଣ, ତୁମ୍ଭେମାନେ ଗହମ ଓ ଯବ ବିଷୟରେ ହାହାକାର କର; କାରଣ କ୍ଷେତ୍ରର ଶସ୍ୟ ନଷ୍ଟ ହୋଇଅଛି। BSB BSB: Be dismayed, O farmers, wail, O vinedressers, over the wheat and barley, because the harvest of the field has perished.
12 ULB ଦ୍ରାକ୍ଷାଲତା ଶୁଷ୍କ ହୋଇଅଛି ଓ ଡିମ୍ବିରି ବୃକ୍ଷ ମ୍ଳାନ ହେଉଅଛି; ଡାଳିମ୍ବ ବୃକ୍ଷ, ମଧ୍ୟ ଖର୍ଜ୍ଜୁର ବୃକ୍ଷ ଓ ନାଗରଙ୍ଗ ବୃକ୍ଷ, ଆଉ କ୍ଷେତ୍ରସ୍ଥ ଯାବତୀୟ ବୃକ୍ଷ ଶୁଷ୍କ ହୋଇଅଛି; କାରଣ ମନୁଷ୍ୟ ସନ୍ତାନଗଣ ମଧ୍ୟରୁ ଆନନ୍ଦ ଶୁଷ୍କ ହୋଇ ଯାଇଅଛି। BSB BSB: The grapevine is dried up, and the fig tree is withered; the pomegranate, palm, and apple—all the trees of the orchard—are withered. Surely the joy of mankind has dried up.
13 ULB ହେ ଯାଜକଗଣ, ତୁମ୍ଭେମାନେ ଚଟବସ୍ତ୍ରରେ କଟି ବାନ୍ଧି ବିଳାପ କର; ହେ ଯଜ୍ଞବେଦିର ପରିଚାରକଗଣ, ତୁମ୍ଭେମାନେ ହାହାକାର କର; ହେ ଆମ୍ଭ ପରମେଶ୍ୱରଙ୍କର ପରିଚାରକଗଣ, ତୁମ୍ଭେମାନେ ଆସ, ଚଟବସ୍ତ୍ର ପିନ୍ଧି ସାରାରାତ୍ରି କ୍ଷେପଣ କର; କାରଣ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହରୁ ଭକ୍ଷ୍ୟ ନୈବେଦ୍ୟ ଓ ପେୟ ନୈବେଦ୍ୟ ନିବୃତ୍ତ କରାଯାଇଅଛି। BSB BSB: Put on sackcloth and lament, O priests; wail, O ministers of the altar. Come, spend the night in sackcloth, O ministers of my God, because the grain and drink offerings are withheld from the house of your God.
14 ULB ତୁମ୍ଭେମାନେ ପବିତ୍ର ଉପବାସ ନିରୂପଣ କର, ମହାସଭା ଆହ୍ୱାନ କର, ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଗୃହରେ ପ୍ରାଚୀନଗଣଙ୍କୁ ଓ ଦେଶନିବାସୀ ସମସ୍ତଙ୍କୁ ଏକତ୍ର କରି ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର। BSB BSB: Consecrate a fast; proclaim a solemn assembly! Gather the elders and all the residents of the land to the house of the LORD your God, and cry out to the LORD.
15 ULB ହାୟ ହାୟ ସେ ଦିନ! କାରଣ ସଦାପ୍ରଭୁଙ୍କ ଦିନ ସନ୍ନିକଟ, ସର୍ବଶକ୍ତିମାନଙ୍କ ନିକଟରୁ ପ୍ରଳୟର ତୁଲ୍ୟ ତାହା ଉପସ୍ଥିତ ହେବ। BSB BSB: Alas for the day! For the Day of the LORD is near, and it will come as destruction from the Almighty.
16 ULB ଆମ୍ଭମାନଙ୍କ ଦୃଷ୍ଟିରୁ ଖାଦ୍ୟ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହରୁ ଆନନ୍ଦ ଓ ଉଲ୍ଲାସ କି ଅଲଗା କରାଯାଇ ନାହିଁ? BSB BSB: Has not the food been cut off before our very eyes—joy and gladness from the house of our God?
17 ULB ବିହନସବୁ ଟେଳା ତଳେ ପଚି ଯାଉଅଛି; ଗୋଲାସବୁ ଧ୍ୱଂସିତ, ଶସ୍ୟ ଅମାରସବୁ ଭଗ୍ନ ହୋଇଅଛି; କାରଣ ଶସ୍ୟ ଶୁଷ୍କ ହୋଇଅଛି। BSB BSB: The seeds lie shriveled beneath the clods; the storehouses are in ruins; the granaries are broken down, for the grain has withered away.
18 ULB ପଶୁଗଣ କିପରି ଆର୍ତ୍ତସ୍ୱର କରନ୍ତି! ଚରା ନ ଥିବାରୁ ଗୋରୁପଲ ବ୍ୟାକୁଳ ହେଉଅଛନ୍ତି; ମେଷପଲ ଦଣ୍ଡ ପାଉଅଛନ୍ତି। BSB BSB: How the cattle groan! The herds wander in confusion because they have no pasture. Even the flocks of sheep are suffering.
19 ULB ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି; କାରଣ ଅଗ୍ନି ପ୍ରାନ୍ତରର ଚରାଣି ସ୍ଥାନ ସବୁ ଗ୍ରାସ କରିଅଛି ଓ ଅଗ୍ନିଶିଖା କ୍ଷେତ୍ରର ବୃକ୍ଷସବୁ ଦଗ୍ଧ କରିଅଛି। BSB BSB: To You, O LORD, I call, for fire has consumed the open pastures and flames have scorched all the trees of the field.
20 ULB ହଁ, କ୍ଷେତ୍ରସ୍ଥ ପଶୁସକଳ ତୁମ୍ଭ ନିକଟରେ ଧଇଁସଇଁ ହେଉଅଛନ୍ତି; ଯେହେତୁ ଜଳସ୍ରୋତସବୁ ଶୁଷ୍କ ହୋଇଅଛି ଓ ଅଗ୍ନି ପ୍ରାନ୍ତରର ଚରାଣି ସ୍ଥାନ ସବୁ ଗ୍ରାସ କରିଅଛି। BSB BSB: Even the beasts of the field pant for You, for the streams of water have dried up, and fire has consumed the open pastures.