1 ULB ତୁମ୍ଭେମାନେ ସିୟୋନରେ ତୂରୀ ବଜାଅ ଓ ଆମ୍ଭ ପବିତ୍ର ପର୍ବତରେ ଘୋରନାଦ କର! ଦେଶନିବାସୀ ସମସ୍ତେ କମ୍ପମାନ ହେଉନ୍ତୁ; କାରଣ ସଦାପ୍ରଭୁଙ୍କର ଦିନ ଆସୁଅଛି, ସେ ଦିନ ନିକଟ। BSB BSB: Blow the ram’s horn in Zion; sound the alarm on My holy mountain! Let all who dwell in the land tremble, for the Day of the LORD is coming; indeed, it is near—
2 ULB ତାହା ତିମିର ଓ ଅନ୍ଧକାରମୟ ଦିନ, ତାହା ମେଘାଚ୍ଛନ୍ନ ଓ ନିବିଡ଼ ଅନ୍ଧକାରମୟ ଦିନ, ପର୍ବତଗଣର ଉପରେ ଅରୁଣ ତୁଲ୍ୟ ତାହା ବ୍ୟାପ୍ତ ହେଉଅଛି; ମହତୀ ଓ ବଳବତୀ ଏକ ଗୋଷ୍ଠୀ, ତାହାରି ସଦୃଶ ଗୋଷ୍ଠୀ କେବେ ହୋଇ ନାହିଁ, କିଅବା ସେମାନଙ୍କ ଉତ୍ତାରେ ଅନେକ ଅନେକ ପିଢ଼ିର ବର୍ଷ ପର୍ଯ୍ୟନ୍ତ ହେବ ନାହିଁ। BSB BSB: a day of darkness and gloom, a day of clouds and blackness. Like the dawn overspreading the mountains a great and strong army appears, such as never was of old, nor will ever be in ages to come.
3 ULB ସେମାନଙ୍କ ଆଗରେ ଅଗ୍ନି ଗ୍ରାସ କରୁଅଛି ଓ ସେମାନଙ୍କ ପଶ୍ଚାତରେ ଅଗ୍ନିଶିଖା ଦଗ୍ଧ କରୁଅଛି; ସେମାନଙ୍କ ଆଗରେ ଦେଶ ଏଦନ ଉଦ୍ୟାନ ତୁଲ୍ୟ ଓ ସେମାନଙ୍କ ପଶ୍ଚାତରେ ତାହା ଧ୍ୱଂସିତ ପ୍ରାନ୍ତର; ଆଉ, ସେମାନଙ୍କଠାରୁ ରକ୍ଷାପ୍ରାପ୍ତ କେହି ନାହିଁ। BSB BSB: Before them a fire devours, and behind them a flame scorches. The land before them is like the Garden of Eden, but behind them, it is like a desert wasteland—surely nothing will escape them.
4 ULB ସେମାନଙ୍କର ଆକାର ଅଶ୍ୱଗଣର ଆକୃତି ତୁଲ୍ୟ ଓ ସେମାନେ ଅଶ୍ୱାରୋହୀଗଣର ତୁଲ୍ୟ ଦୌଡ଼ନ୍ତି। BSB BSB: Their appearance is like that of horses, and they gallop like swift steeds.
5 ULB ପର୍ବତଗଣର ଶୃଙ୍ଗରେ ରଥସମୂହର ଶବ୍ଦ ତୁଲ୍ୟ ସେମାନେ କୁଦନ୍ତି, ନଡ଼ାଗ୍ରାସକାରୀ ଅଗ୍ନିଶିଖାର ଶବ୍ଦ ତୁଲ୍ୟ, ସେମାନେ ଯୁଦ୍ଧାର୍ଥେ ଶ୍ରେଣୀବଦ୍ଧ ବଳବତୀ ଗୋଷ୍ଠୀ ତୁଲ୍ୟ। BSB BSB: With a sound like that of chariots they bound over the mountaintops, like the crackling of fire consuming stubble, like a mighty army deployed for battle.
6 ULB ସେମାନଙ୍କ ସାକ୍ଷାତରେ ଗୋଷ୍ଠୀଗଣ ଯନ୍ତ୍ରଣାଯୁକ୍ତ; ସମସ୍ତଙ୍କର ମୁଖ ମଳିନ। BSB BSB: Nations writhe in horror before them; every face turns pale.
7 ULB ସେମାନେ ବୀରଗଣ ତୁଲ୍ୟ ଦୌଡ଼ନ୍ତି; ସେମାନେ ଯୋଦ୍ଧାଗଣ ତୁଲ୍ୟ ପ୍ରାଚୀର ଚଢ଼ନ୍ତି; ସେମାନେ ପ୍ରତ୍ୟେକେ ଆପଣା ଆପଣା ପଥରେ ଅଗ୍ରସର ହୁଅନ୍ତି ଓ ସେମାନେ ଆପଣା ଆପଣା ଶ୍ରେଣୀ ଭଗ୍ନ କରନ୍ତି ନାହିଁ। BSB BSB: They charge like mighty men; they scale the walls like men of war. Each one marches in formation, not swerving from the course.
8 ULB ଅବା ସେମାନଙ୍କର ଏକ ଜଣ ଆର ଜଣକୁ ଠେଲନ୍ତି ନାହିଁ; ସେମାନେ ପ୍ରତ୍ୟେକେ ଆପଣା ଆପଣା ପଥରେ ଅଗ୍ରସର ହୁଅନ୍ତି; ସେମାନେ ଅସ୍ତ୍ରଶସ୍ତ୍ର ମଧ୍ୟରେ ପେଲି ହୋଇ ପଶନ୍ତି ଓ ଆପଣା ଆପଣା ଯିବାର ପଥ ଛାଡ଼ନ୍ତି ନାହିଁ। BSB BSB: They do not jostle one another; each proceeds in his path. They burst through the defenses, never breaking ranks.
9 ULB ସେମାନେ ନଗର ଉପରେ କୁଦନ୍ତି; ସେମାନେ ନଗରର ପ୍ରାଚୀର ଉପରେ ଦୌଡ଼ନ୍ତି; ସେମାନେ ଗୃହ ଉପରେ ଚଢ଼ନ୍ତି; ସେମାନେ ଚୋର ପରି ଝରକା ବାଟେ ପ୍ରବେଶ କରନ୍ତି। BSB BSB: They storm the city; they run along the wall; they climb into houses, entering through windows like thieves.
10 ULB ସେମାନଙ୍କ ସମ୍ମୁଖରେ ପୃଥିବୀ କମ୍ପିତ ହୁଏ; ଆକାଶମଣ୍ଡଳ ଥରଥର ହୁଏ; ସୂର୍ଯ୍ୟ ଓ ଚନ୍ଦ୍ର ଅନ୍ଧକାରମୟ ହୁଏ ଓ ନକ୍ଷତ୍ରଗଣ ଆପଣା ଆପଣା ତେଜ ରହିତ କରନ୍ତି। BSB BSB: Before them the earth quakes; the heavens tremble. The sun and moon grow dark, and the stars lose their brightness.
11 ULB ପୁଣି, ସଦାପ୍ରଭୁ ଆପଣା ସୈନ୍ୟସାମନ୍ତ ସମ୍ମୁଖରେ ଆପଣା ରବ ଉଚ୍ଚାରଣ କରନ୍ତି; କାରଣ ତାହାଙ୍କର ଛାଉଣୀ ଅତି ବଡ଼; କାରଣ ତାହାଙ୍କର ବାକ୍ୟ ଯେ ସାଧନ କରେ, ସେ ବଳବାନ। କାରଣ ସଦାପ୍ରଭୁଙ୍କର ଦିନ ମହତ୍ ଓ ଅତି ଭୟାନକ; ଆଉ କିଏ ତାହା ସହ୍ୟ କରି ପାରେ? BSB BSB: The LORD raises His voice in the presence of His army. Indeed, His camp is very large, for mighty are those who obey His command. For the Day of the LORD is great and very dreadful. Who can endure it?
12 ULB ତଥାପି ସଦାପ୍ରଭୁ କହନ୍ତି, “ଏବେ ହେଁ ତୁମ୍ଭେମାନେ ଉପବାସ, ରୋଦନ ଓ ବିଳାପ କରି ଆପଣାମାନଙ୍କର ସର୍ବାନ୍ତଃକରଣ ସହିତ ଆମ୍ଭ ନିକଟକୁ ଫେରି ଆସ।” BSB BSB: “Yet even now,” declares the LORD, “return to Me with all your heart, with fasting, weeping, and mourning.”
13 ULB ପୁଣି, ଆପଣା ଆପଣା ବସ୍ତ୍ର ନ ଚିରି ଅନ୍ତଃକରଣ ଚିର ଓ ସଦାପ୍ରଭୁ ଆପଣାମାନଙ୍କର ପରମେଶ୍ୱରଙ୍କ ନିକଟକୁ ଫେରି ଆସ; କାରଣ ସେ କୃପାମୟ ଓ ସ୍ନେହଶୀଳ, କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ, ଆଉ ସେ ଅମଙ୍ଗଳ କରିବା ବିଷୟରେ କ୍ଷାନ୍ତ ହୁଅନ୍ତି। BSB BSB: So rend your hearts and not your garments, and return to the LORD your God. For He is gracious and compassionate, slow to anger, abounding in loving devotion. And He relents from sending disaster.
14 ULB କେଜାଣି ସେ ଫେରି ଦୁଃଖିତ ହେବେ ଓ ଆପଣା ପଶ୍ଚାତ୍ ଆଶୀର୍ବାଦ, ଅର୍ଥାତ୍, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଭକ୍ଷ୍ୟ ନୈବେଦ୍ୟ ଓ ପେୟ ନୈବେଦ୍ୟ ରଖିଯିବେ। BSB BSB: Who knows? He may turn and relent and leave a blessing behind Him—grain and drink offerings for the LORD your God.
15 ULB ସିୟୋନରେ ତୂରୀ ବଜାଅ ଓ ପବିତ୍ର ଉପବାସ ନିରୂପଣ କର, ମହାସଭା ଆହ୍ୱାନ କର; BSB BSB: Blow the ram’s horn in Zion, consecrate a fast, proclaim a sacred assembly.
16 ULB ଲୋକମାନଙ୍କୁ ଏକତ୍ର କର, ପବିତ୍ର ସମାଜ ନିରୂପଣ କର, ପ୍ରାଚୀନମାନଙ୍କୁ ସଂଗ୍ରହ କର, ବାଳକ, ବାଳିକାମାନଙ୍କୁ ଓ ଦୁଗ୍ଧପୋଷ୍ୟ ଶିଶୁମାନଙ୍କୁ ଏକତ୍ର କର; ବର ଆପଣା ଶୟନ ଗୃହରୁ ଓ କନ୍ୟା ଆପଣା ଅନ୍ତଃପୁରରୁ ବାହାର ହେଉ। BSB BSB: Gather the people, sanctify the congregation, assemble the aged, gather the children, even those nursing at the breast. Let the bridegroom leave his room, and the bride her chamber.
17 ULB ବରଣ୍ଡା ଓ ବେଦିର ମଧ୍ୟସ୍ଥାନରେ ସଦାପ୍ରଭୁଙ୍କର ପରିଚାରକ ଯାଜକମାନେ ରୋଦନ କରନ୍ତୁ, ଆଉ ସେମାନେ କହନ୍ତୁ, “ହେ ସଦାପ୍ରଭୁ, ଆପଣା ଲୋକମାନଙ୍କୁ ଦୟା କର ଓ ଅନ୍ୟ ଦେଶୀୟମାନେ ଯେପରି ସେମାନଙ୍କ ଉପରେ ଶାସନ ନ କରିବେ, ଏଥିପାଇଁ ଆପଣା ଅଧିକାରକୁ ନିନ୍ଦିତ ହେବାକୁ ଦିଅ ନାହିଁ; ସେମାନଙ୍କର ପରମେଶ୍ୱର କାହାନ୍ତି, ଏହା ସେମାନେ ନାନା ଗୋଷ୍ଠୀ ମଧ୍ୟରେ କାହିଁକି କହିବେ?” BSB BSB: Let the priests who minister before the LORD weep between the portico and the altar, saying, “Spare Your people, O LORD, and do not make Your heritage a reproach, an object of scorn among the nations. Why should they say among the peoples, ‘Where is their God?’”
18 ULB ସେତେବେଳେ ସଦାପ୍ରଭୁ ଆପଣା ଦେଶ ପାଇଁ ଉଦ୍ଯୋଗୀ ହେଲେ ଓ ଆପଣା ଲୋକମାନଙ୍କ ପ୍ରତି ଦୟା କଲେ। BSB BSB: Then the LORD became jealous for His land, and He spared His people.
19 ULB ପୁଣି, ସଦାପ୍ରଭୁ ଆପଣା ଲୋକମାନଙ୍କୁ ଉତ୍ତର ଦେଇ କହିଲେ, “ଦେଖ, ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ପଠାଇ ଦେବା, ଆଉ ତୁମ୍ଭେମାନେ ତହିଁରେ ତୃପ୍ତ ହେବ; ପୁଣି, ଆମ୍ଭେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ତୁମ୍ଭମାନଙ୍କୁ ଆଉ ନିନ୍ଦାର ପାତ୍ର କରିବା ନାହିଁ। BSB BSB: And the LORD answered His people: “Behold, I will send you grain, new wine, and oil, and by them you will be satisfied. I will never again make you a reproach among the nations.
20 ULB ମାତ୍ର ଆମ୍ଭେ ତୁମ୍ଭମାନଙ୍କ ନିକଟରୁ ଉତ୍ତର ଦେଶୀୟ ସୈନ୍ୟଦଳକୁ ଦୂର କରିବା, ପୁଣି ସେମାନଙ୍କୁ ଶୁଷ୍କ ଓ ଧ୍ୱଂସିତ ଦେଶକୁ ତଡ଼ି ଦେଇ ସେମାନଙ୍କର ଅଗ୍ରଭାଗ ପୂର୍ବ ସମୁଦ୍ର ଆଡ଼େ, ଆଉ ସେମାନଙ୍କର ପଶ୍ଚାଦ୍ଭାଗ ପଶ୍ଚିମ ସମୁଦ୍ର ଆଡ଼େ ତଡ଼ି ଦେବା; ତହିଁରେ ସେମାନଙ୍କର ଦୁର୍ଗନ୍ଧ ଉଠିବ ଓ କୁବାସ ନିର୍ଗତ ହେବ, କାରଣ ସେ ମହତ୍ କର୍ମମାନ କରିଅଛନ୍ତି।” BSB BSB: The northern army I will drive away from you, banishing it to a barren and desolate land, its front ranks into the Eastern Sea, and its rear guard into the Western Sea. And its stench will rise; its foul odor will ascend. For He has done great things.
21 ULB ହେ ଦେଶ, ଭୟ କର ନାହିଁ, ଉଲ୍ଲସିତ ହୋଇ ଆନନ୍ଦ କର; କାରଣ ସଦାପ୍ରଭୁ ମହତ୍ କର୍ମମାନ କରିଅଛନ୍ତି। BSB BSB: Do not be afraid, O land; rejoice and be glad, for the LORD has done great things.
22 ULB ହେ କ୍ଷେତ୍ରସ୍ଥ ପଶୁଗଣ, ତୁମ୍ଭେମାନେ ଭୟ କର ନାହିଁ; କାରଣ ପ୍ରାନ୍ତରସ୍ଥ ଚରାଣି ସ୍ଥାନ ସବୁ ଅଙ୍କୁରିତ ହେଉଅଛି, ବୃକ୍ଷ ଫଳ ଫଳୁଅଛି, ଡିମ୍ବିରି ବୃକ୍ଷ ଓ ଦ୍ରାକ୍ଷାଲତା ଆପଣା ଶକ୍ତି ପ୍ରକାଶ କରୁଅଛି। BSB BSB: Do not be afraid, O beasts of the field, for the open pastures have turned green, the trees bear their fruit, and the fig tree and vine yield their best.
23 ULB ଏଥିପାଇଁ ହେ ସିୟୋନର ସନ୍ତାନଗଣ, ତୁମ୍ଭେମାନେ ଉଲ୍ଲସିତ ହୁଅ ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ଆନନ୍ଦ କର; କାରଣ ସେ ତୁମ୍ଭମାନଙ୍କୁ ଯଥା ପରିମାଣରେ ଆଦ୍ୟ ବୃଷ୍ଟି ଦିଅନ୍ତି ଓ ସେ ତୁମ୍ଭମାନଙ୍କ ନିମନ୍ତେ ବୃଷ୍ଟି ବର୍ଷାନ୍ତି, ଆଦ୍ୟ ବୃଷ୍ଟି ଓ ଶେଷ ବୃଷ୍ଟି ପ୍ରଥମ ମାସରେ। BSB BSB: Be glad, O children of Zion, and rejoice in the LORD your God, for He has given you the autumn rains for your vindication. He sends you showers, both autumn and spring rains, as before.
24 ULB ପୁଣି, ତୁମ୍ଭମାନଙ୍କର ଖଳାସବୁ ଗହମରେ ପରିପୂର୍ଣ୍ଣ ହେବ ଓ କୁଣ୍ଡସବୁ ଦ୍ରାକ୍ଷାରସ ଓ ତୈଳରେ ଉଚ୍ଛୁଳି ପଡ଼ିବ। BSB BSB: The threshing floors will be full of grain, and the vats will overflow with new wine and oil.
25 ULB “ଆଉ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ଆପଣାର ଯେଉଁ ମହା ସୈନ୍ୟଦଳ, ଅର୍ଥାତ୍ ପଙ୍ଗପାଳ, ପତଙ୍ଗ, ଘୁର୍ଘୁରିଆ ଓ ଶୂକ କୀଟ ପଠାଇଲୁ, ସେମାନେ ଯେଉଁ ବର୍ଷର ଶସ୍ୟାଦି ଖାଇଅଛନ୍ତି, ତାହା ଆମ୍ଭେ ତୁମ୍ଭମାନଙ୍କୁ ଫେରାଇ ଦେବା। BSB BSB: I will repay you for the years eaten by locusts—the swarming locust, the young locust, the destroying locust, and the devouring locust—My great army that I sent against you.
26 ULB ତହିଁରେ ତୁମ୍ଭେମାନେ ପ୍ରଚୁର ରୂପେ ଭୋଜନ କରି ପରିତୃପ୍ତ ହେବ ଓ ଯେ ତୁମ୍ଭମାନଙ୍କ ପ୍ରତି ଆଶ୍ଚର୍ଯ୍ୟ ବ୍ୟବହାର କରିଅଛନ୍ତି, ତୁମ୍ଭେମାନେ ସେହି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନାମର ପ୍ରଶଂସା କରିବ ଓ ଆମ୍ଭର ଲୋକମାନେ କଦାପି ଲଜ୍ଜିତ ହେବେ ନାହିଁ। BSB BSB: You will have plenty to eat, until you are satisfied. You will praise the name of the LORD your God, who has worked wonders for you. My people will never again be put to shame.
27 ULB ତହିଁରେ ଆମ୍ଭେ ଯେ ଇସ୍ରାଏଲର ମଧ୍ୟବର୍ତ୍ତୀ ଅଛୁ ଓ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ ଓ ଅନ୍ୟ କେହି ନାହିଁ, ଏହା ତୁମ୍ଭେମାନେ ଜାଣିବ; ପୁଣି, ଆମ୍ଭର ଲୋକମାନେ କଦାପି ଲଜ୍ଜିତ ହେବେ ନାହିଁ। BSB BSB: Then you will know that I am present in Israel and that I am the LORD your God, and there is no other. My people will never again be put to shame.
28 ULB ପୁଣି, ତହିଁ ଉତ୍ତାରେ ଆମ୍ଭେ ସମୁଦାୟ ପ୍ରାଣୀ ଉପରେ ଆପଣା ଆତ୍ମା ଢାଳିବା; ତହିଁରେ ତୁମ୍ଭମାନଙ୍କର ପୁତ୍ରଗଣ ଓ କନ୍ୟାଗଣ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବେ, ତୁମ୍ଭମାନଙ୍କର ବୃଦ୍ଧ ଲୋକମାନେ ସ୍ୱପ୍ନ ଦେଖିବେ, ତୁମ୍ଭମାନଙ୍କର ଯୁବା ଲୋକମାନେ ଦର୍ଶନ ପାଇବେ। BSB BSB: And afterward, I will pour out My Spirit on all people. Your sons and daughters will prophesy, your old men will dream dreams, your young men will see visions.
29 ULB ଆଉ, ସେହି ସମୟରେ ମଧ୍ୟ ଆମ୍ଭେ ଦାସଦାସୀଗଣର ଉପରେ ଆପଣାର ଆତ୍ମା ଢାଳିବା। BSB BSB: Even on My menservants and maidservants, I will pour out My Spirit in those days.
30 ULB ପୁଣି, ଆମ୍ଭେ ଆକାଶରେ ଓ ପୃଥିବୀରେ ରକ୍ତ, ଅଗ୍ନି ଓ ଧୂମସ୍ତମ୍ଭର ଅଦ୍ଭୁତ ଲକ୍ଷଣ ଦେଖାଇବା। BSB BSB: I will show wonders in the heavens and on the earth, blood and fire and columns of smoke.
31 ULB ସଦାପ୍ରଭୁଙ୍କର ମହତ୍ ଓ ଭୟଙ୍କର ଦିନର ଆଗମନର ପୂର୍ବେ ସୂର୍ଯ୍ୟ ଅନ୍ଧକାର ଓ ଚନ୍ଦ୍ର ରକ୍ତ ହୋଇଯିବ। BSB BSB: The sun will be turned to darkness and the moon to blood before the coming of the great and awesome Day of the LORD.
32 ULB ପୁଣି, ଯେକେହି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବ, ସେ ଉଦ୍ଧାର ପାଇବ; କାରଣ ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ସିୟୋନ ପର୍ବତରେ ଓ ଯିରୂଶାଲମରେ ରକ୍ଷାପ୍ରାପ୍ତ ଲୋକମାନେ ରହିବେ, ପୁଣି ଯେଉଁମାନଙ୍କୁ ସଦାପ୍ରଭୁ ଆହ୍ୱାନ କରିବେ, ସେମାନେ ଅବଶିଷ୍ଟାଂଶର ମଧ୍ୟରେ ରହିବେ।” BSB BSB: And everyone who calls on the name of the LORD will be saved; for on Mount Zion and in Jerusalem there will be deliverance, as the LORD has promised, among the remnant called by the LORD.