1 ULB ଇତିମଧ୍ୟରେ ଯୀଶୁ ନିସ୍ତାର ପର୍ବର ଛଅ ଦିନ ପୂର୍ବରୁ ବେଥନୀୟାକୁ ଆସିଲେ; ଯେଉଁ ଲାଜାରଙ୍କୁ ସେ ମୃତମାନଙ୍କ ମଧ୍ୟରୁ ଉଠାଇଥିଲେ, ସେ ସେହି ସ୍ଥାନରେ ଥିଲେ। BSB BSB: Six days before the Passover, Jesus came to Bethany, the hometown of Lazarus, whom He had raised from the dead.
2 ULB ତେଣୁ ସେମାନେ ତାହାଙ୍କ ନିମନ୍ତେ ସେହି ସ୍ଥାନରେ ଗୋଟିଏ ରାତ୍ରିଭୋଜ ପ୍ରସ୍ତୁତ କଲେ; ମାର୍ଥା ପରିଚର୍ଯ୍ୟା କରୁଥିଲେ, ଆଉ ଯେଉଁମାନେ ତାହାଙ୍କ ସହିତ ଭୋଜନରେ ବସିଲେ, ଲାଜାର ସେମାନଙ୍କ ମଧ୍ୟରୁ ଜଣେ ଥିଲେ। BSB BSB: So they hosted a dinner for Jesus there. Martha served, and Lazarus was among those reclining at the table with Him.
3 ULB ସେତେବେଳେ ମରିୟମ ଅଧ ସେର ଅତି ବହୁମୂଲ୍ୟ ବିଶୁଦ୍ଧ ଜଟାମାଂସୀ ତୈଳ ଘେନି ଯୀଶୁଙ୍କ ପାଦରେ ତାହା ଲଗାଇ ଆପଣା କେଶରେ ତାହାଙ୍କ ପାଦ ପୋଛିଦେଲେ, ଆଉ ତୈଳର ସୁବାସରେ ଘରଟି ମହକିଗଲା। BSB BSB: Then Mary took about a pint of expensive perfume, made of pure nard, and she anointed Jesus’ feet and wiped them with her hair. And the house was filled with the fragrance of the perfume.
4 ULB କିନ୍ତୁ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଇଷ୍କାରିୟୋତୀୟ ଯିହୂଦା ନାମକ ଯେଉଁ ଶିଷ୍ୟ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବାକୁ ଯାଉଥିଲା, ସେ କହିଲା, BSB BSB: But one of His disciples, Judas Iscariot, who was going to betray Him, asked,
5 ULB ଏହି ତୈଳ ଦେଢ଼ଶହ ଟଙ୍କାରେ ବିକ୍ରୟ କରାଯାଇ କାହିଁକି ଦରିଦ୍ରମାନଙ୍କୁ ଦିଆ ନ ଗଲା? BSB BSB: “Why wasn’t this perfume sold for three hundred denarii and the money given to the poor?”
6 ULB ସେ ଯେ ଦରିଦ୍ରମାନଙ୍କ ନିମନ୍ତେ ଚିନ୍ତା କରୁଥିଲା ବୋଲି ଏହା କହିଲା, ତାହା ନୁହେଁ, କିନ୍ତୁ ସେ ଜଣେ ଚୋର, ଆଉ ତାହା ନିକଟରେ ଟଙ୍କାଥଳୀ ଥିବାରୁ, ସେଥିରେ ଯାହା ଯାହା ରଖାଯାଉଥିଲା, ତାହା ସେ ଚୋରି କରି ନେଇଯାଉଥିଲା। BSB BSB: Judas did not say this because he cared about the poor, but because he was a thief. As keeper of the money bag, he used to take from what was put into it.
7 ULB ସେଥିରେ ଯୀଶୁ କହିଲେ, ଏହାକୁ ଛାଡ଼ିଦିଅ, ଯେପରି ମୋର ସମାଧି ଦିନ ନିମନ୍ତେ ସେ ଏହା ରଖି ପାରେ। BSB BSB: “Leave her alone,” Jesus replied. “She has kept this perfume in preparation for the day of My burial.
8 ULB ଦରିଦ୍ରମାନେ ତ ସର୍ବଦା ତୁମ୍ଭମାନଙ୍କ ନିକଟରେ ଅଛନ୍ତି, ମାତ୍ର ମୁଁ ସର୍ବଦା ତୁମ୍ଭମାନଙ୍କ ନିକଟରେ ନ ଥିବି। BSB BSB: The poor you will always have with you, but you will not always have Me.”
9 ULB ଇତିମଧ୍ୟରେ ବହୁସଂଖ୍ୟକ ଯିହୂଦୀ ଲୋକ ସେ ସେଠାରେ ଅଛନ୍ତି ବୋଲି ଜାଣି ପାରି କେବଳ ଯୀଶୁଙ୍କ ସକାଶେ ନୁହେଁ, ମାତ୍ର ଯେଉଁ ଲାଜାରଙ୍କୁ ସେ ମୃତମାନଙ୍କ ମଧ୍ୟରୁ ଉଠାଇଥିଲେ, ତାଙ୍କୁ ଦେଖିବା ନିମନ୍ତେ ମଧ୍ୟ ଆସିଲେ। BSB BSB: Meanwhile a large crowd of Jews learned that Jesus was there. And they came not only because of Him, but also to see Lazarus, whom He had raised from the dead.
10 ULB କିନ୍ତୁ ଲାଜାରଙ୍କୁ ମଧ୍ୟ ବଧ କରିବା ନିମନ୍ତେ ପ୍ରଧାନ ଯାଜକମାନେ ମନ୍ତ୍ରଣା କଲେ, BSB BSB: So the chief priests made plans to kill Lazarus as well,
11 ULB କାରଣ ତାଙ୍କ ଯୋଗୁଁ ଯିହୂଦୀମାନଙ୍କ ମଧ୍ୟରୁ ଅନେକେ ଯାଇ ଯୀଶୁଙ୍କଠାରେ ବିଶ୍ୱାସ କରୁଥିଲେ। BSB BSB: for on account of him many of the Jews were deserting them and believing in Jesus.
12 ULB ତହିଁ ଆରଦିନ ପର୍ବକୁ ଆସିଥିବା ବହୁସଂଖ୍ୟକ ଲୋକ ଯୀଶୁ ଯିରୂଶାଲମକୁ ଆସୁଅଛନ୍ତି ବୋଲି ଶୁଣି BSB BSB: The next day the great crowd that had come to the feast heard that Jesus was coming to Jerusalem.
13 ULB ଖଜୁରୀ ବାହୁଙ୍ଗା ଘେନି ତାହାଙ୍କୁ ଭେଟିବା ନିମନ୍ତେ ବାହାରିଗଲେ ଓ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, ହୋଶାନ୍ନା। ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ; ଧନ୍ୟ ଇସ୍ରାଏଲର ରାଜା। BSB BSB: They took palm branches and went out to meet Him, shouting: “Hosanna!” “Blessed is He who comes in the name of the Lord!” “Blessed is the King of Israel!”
14 ULB ଆଉ, ଯୀଶୁ ଗୋଟିଏ ଗର୍ଦ୍ଦଭ ଶାବକ ପାଇ ତାହା ଉପରେ ଆରୋହଣ କଲେ, ଯେପରି ଲେଖା ଅଛି, BSB BSB: Finding a young donkey, Jesus sat on it, as it is written:
15 ULB ଆଗୋ ସିୟୋନର କନ୍ୟେ, ଭୟ କର ନାହିଁ; ଦେଖ, ତୋର ରାଜା ଆସୁଅଛନ୍ତି, ସେ ଗର୍ଦ୍ଦଭ ଶାବକ ଉପରେ ଆରୋହଣ କରି ଆସୁଅଛନ୍ତି। BSB BSB: “Do not be afraid, O Daughter of Zion. See, your King is coming, seated on the colt of a donkey.”
16 ULB ତାହାଙ୍କ ଶିଷ୍ୟମାନେ ପ୍ରଥମେ ଏହି ସମସ୍ତ ବିଷୟ ବୁଝିଲେ ନାହିଁ, କିନ୍ତୁ ଯୀଶୁ ମହିମାନ୍ୱିତ ହେଲା ଉତ୍ତାରେ ଏସମସ୍ତ ବିଷୟ ଯେ ତାହାଙ୍କ ସମ୍ବନ୍ଧରେ ଲେଖାଯାଇଥିଲା, ପୁଣି, ତାହାଙ୍କ ପ୍ରତି ସେମାନେ ଯେ ଏହି ସବୁ କରିଥିଲେ, ତାହା ସେମାନଙ୍କ ମନରେ ପଡ଼ିଲା। BSB BSB: At first His disciples did not understand these things, but after Jesus was glorified they remembered what had been done to Him, and they realized that these very things had also been written about Him.
17 ULB ଆଉ, ସେ ଲାଜାରଙ୍କୁ ସମାଧିରୁ ଡାକି ମୃତମାନଙ୍କ ମଧ୍ୟରୁ ଉଠାଇବା ସମୟରେ ଯେଉଁ ଲୋକସମୂହ ତାହାଙ୍କ ସହିତ ଥିଲେ, ସେମାନେ ସାକ୍ଷ୍ୟ ଦେବାକୁ ଲାଗିଲେ। BSB BSB: Meanwhile, many people who had been with Jesus when He called Lazarus from the tomb and raised him from the dead continued to testify.
18 ULB ଏହି କାରଣରୁ ମଧ୍ୟ ଲୋକସମୂହ ତାହାଙ୍କୁ ସାକ୍ଷାତ କରିବାକୁ ଯାଇଥିଲେ, ଯେଣୁ ସେ ଏହି ଆଶ୍ଚର୍ଯ୍ୟକର୍ମ କରିଅଛନ୍ତି ବୋଲି ସେମାନେ ଶୁଣିଥିଲେ। BSB BSB: That is also why the crowd went out to meet Him, because they heard that He had performed this sign.
19 ULB ସେଥିରେ ଫାରୂଶୀମାନେ ପରସ୍ପର କୁହାକୋହି ହେଲେ, ଦେଖୁଛ ତ, ତୁମ୍ଭମାନଙ୍କ ସମସ୍ତ ଚେଷ୍ଟା ବିଫଳ ହେଉଅଛି; ଦେଖ, ଜଗତଟାଯାକ ତାହାର ପଛରେ ଗଲେଣି। BSB BSB: Then the Pharisees said to one another, “You can see that this is doing you no good. Look how the whole world has gone after Him!”
20 ULB ପର୍ବ ସମୟରେ ଉପାସନା କରିବା ନିମନ୍ତେ ଆସିଥିବା ଯାତ୍ରୀମାନଙ୍କ ମଧ୍ୟରେ କେତେକ ଗ୍ରୀକ୍ ଲୋକ ଥିଲେ। BSB BSB: Now there were some Greeks among those who went up to worship at the feast.
21 ULB ସେମାନେ ଗାଲିଲୀସ୍ଥ ବେଥ୍ସାଇଦାନିବାସୀ ଫିଲିପ୍ପଙ୍କ ନିକଟକୁ ଆସି ତାହାଙ୍କୁ ଅନୁରୋଧ କରି କହିଲେ, ମହାଶୟ, ଯୀଶୁଙ୍କୁ ଦର୍ଶନ କରିବା ନିମନ୍ତେ ଆମ୍ଭମାନଙ୍କର ଇଚ୍ଛା। BSB BSB: They came to Philip, who was from Bethsaida in Galilee, and requested of him, “Sir, we want to see Jesus.”
22 ULB ଫିଲିପ୍ପ ଯାଇ ଆନ୍ଦ୍ରୀୟଙ୍କୁ କହିଲେ, ପୁଣି, ଆନ୍ଦ୍ରୀୟ ଓ ଫିଲିପ୍ପ ଯାଇ ଯୀଶୁଙ୍କୁ କହିଲେ। BSB BSB: Philip relayed this appeal to Andrew, and both of them went and told Jesus.
23 ULB ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମନୁଷ୍ୟପୁତ୍ର ମହିମାନ୍ୱିତ ହେବା ନିମନ୍ତେ ସମୟ ଉପସ୍ଥିତ। BSB BSB: But Jesus replied, “The hour has come for the Son of Man to be glorified.
24 ULB ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଗହମବୀଜ ଯଦି ମୃତ୍ତିକାରେ ପଡ଼ି ନ ମରେ, ତାହାହେଲେ ତାହା ଏକମାତ୍ର ଥାଏ, କିନ୍ତୁ ଯଦି ମରେ, ତାହାହେଲେ ବହୁତ ଫଳ ଫଳେ। BSB BSB: Truly, truly, I tell you, unless a kernel of wheat falls to the ground and dies, it remains only a seed. But if it dies, it bears much fruit.
26 ULB କେହି ଯେବେ ମୋହର ସେବକ, ତେବେ ସେ ମୋହର ଅନୁଗମନ କରୁ; ଆଉ, ମୁଁ ଯେଉଁଠାରେ ଥାଏ, ମୋହର ସେବକ ମଧ୍ୟ ସେହିଠାରେ ରହିବ; କେହି ଯେବେ ମୋହର ସେବା କରେ, ତେବେ ପିତା ତାହାକୁ ସମ୍ମାନ ଦେବେ। BSB BSB: If anyone serves Me, he must follow Me; and where I am, My servant will be as well. If anyone serves Me, the Father will honor him.
27 ULB ଏବେ ମୋହର ପ୍ରାଣ ଉଦ୍ବିଗ୍ନ ହୋଇଅଛି, ଆଉ ମୁଁ କ'ଣ କହିବି? ପିତଃ, ମୋତେ ଏହି ସମୟଠାରୁ ରକ୍ଷା କର? କିନ୍ତୁ ଏଥିସକାଶେ ତ ମୁଁ ଏହି ସମୟ ମଧ୍ୟକୁ ଆସିଅଛି। BSB BSB: Now My soul is troubled, and what shall I say? ‘Father, save Me from this hour’? No, it is for this purpose that I have come to this hour.
28 ULB ପିତଃ, ଆପଣା ନାମ ମହିମାନ୍ୱିତ କର। ସେଥିରେ ଆକାଶରୁ ଏହି ବାଣୀ ହେଲା, ଆମ୍ଭେ ତାହା ମହିମାନ୍ୱିତ କରିଅଛୁ, ଆଉ ପୁନର୍ବାର ମହିମାନ୍ୱିତ କରିବୁ। BSB BSB: Father, glorify Your name!” Then a voice came from heaven: “I have glorified it, and I will glorify it again.”
29 ULB ତେଣୁ ପାଖରେ ଠିଆ ହୋଇଥିବା ଲୋକସମୂହ ଏହା ଶୁଣି ମେଘଗର୍ଜନ ହେଲା ବୋଲି କହିଲେ; ଅନ୍ୟମାନେ କହିଲେ, ଜଣେ ଦୂତ ଏହାଙ୍କୁ କଥା କହିଅଛନ୍ତି। BSB BSB: The crowd standing there heard it and said that it had thundered. Others said that an angel had spoken to Him.
30 ULB ଯୀଶୁ ଉତ୍ତର ଦେଲେ, ମୋ' ନିମନ୍ତେ ଏହି ବାଣୀ ହୋଇ ନାହିଁ, ମାତ୍ର ତୁମ୍ଭମାନଙ୍କ ନିମନ୍ତେ ହୋଇଅଛି। BSB BSB: In response, Jesus said, “This voice was not for My benefit, but yours.
31 ULB ଏବେ ଏହି ଜଗତର ବିଚାର ଉପସ୍ଥିତ; ଏବେ ଏହି ଜଗତର ଅଧିପତିକୁ ବାହାରେ ପକାଯିବ। BSB BSB: Now judgment is upon this world; now the prince of this world will be cast out.
32 ULB ଆଉ, ମୁଁ ଯଦି ପୃଥିବୀରୁ ଊର୍ଦ୍ଧ୍ୱକୁ ଉତ୍ଥିତ ହେବି, ତାହାହେଲେ ସମସ୍ତଙ୍କୁ ଆପଣା ନିକଟକୁ ଆକର୍ଷଣ କରିବି। BSB BSB: And I, when I am lifted up from the earth, will draw everyone to Myself.”
33 ULB ସେ କେଉଁ ପ୍ରକାର ମୃତ୍ୟୁଭୋଗ କରିବାକୁ ଯାଉଅଛନ୍ତି, ସେଥିର ସୂଚନା ଦେଇ ଏହା କହିଲେ। BSB BSB: He said this to indicate the kind of death He was going to die.
34 ULB ସେଥିରେ ଲୋକସମୂହ ତାହାଙ୍କୁ ଉତ୍ତର ଦେଲେ, ଖ୍ରୀଷ୍ଟ ଅନନ୍ତକାଳ ରହିବେ ବୋଲି ଆମ୍ଭେମାନେ ମୋଶାଙ୍କ ବ୍ୟବସ୍ଥାରୁ ଶୁଣିଅଛୁ, ତେବେ ମନୁଷ୍ୟପୁତ୍ର ଅବଶ୍ୟ ଊର୍ଦ୍ଧ୍ୱକୁ ଉତ୍ଥିତ ହେବେ ବୋଲି ତୁମ୍ଭେ କିପରି କହୁଅଛ? ଏହି ମନୁଷ୍ୟପୁତ୍ର କିଏ? BSB BSB: The crowd replied, “We have heard from the Law that the Christ will remain forever. So how can You say that the Son of Man must be lifted up? Who is this Son of Man?”
35 ULB ସେଥିରେ ଯୀଶୁ ସେମାନଙ୍କୁ କହିଲେ, ଆଉ ଅଳ୍ପ ସମୟ ମାତ୍ର ଜ୍ୟୋତିଃ ତୁମ୍ଭମାନଙ୍କ ମଧ୍ୟରେ ଅଛି। ଅନ୍ଧକାର ଯେପରି ତୁମ୍ଭମାନଙ୍କୁ ଗ୍ରାସ ନ କରେ, ଏଥି ନିମନ୍ତେ ତୁମ୍ଭମାନଙ୍କ ନିକଟରେ ଜ୍ୟୋତିଃ ଥାଉ ଥାଉ ଗମନାଗମନ କର; ଯେ ଅନ୍ଧକାରରେ ଗମନାଗମନ କରେ, ସେ କେଉଁଠାକୁ ଯାଉଅଛି, ତାହା ଜାଣେ ନାହିଁ। BSB BSB: Then Jesus told them, “For a little while longer, the Light will be among you. Walk while you have the Light, so that darkness will not overtake you. The one who walks in the darkness does not know where he is going.
36 ULB ତୁମ୍ଭେମାନେ ଯେପରି ଜ୍ୟୋତିଃର ସନ୍ତାନ ହୁଅ, ସେଥିପାଇଁ ଜ୍ୟୋତିଃ ତୁମ୍ଭମାନଙ୍କ ନିକଟରେ ଥାଉ ଥାଉ ଜ୍ୟୋତିଃରେ ବିଶ୍ୱାସ କର। ଯୀଶୁ ଏହି ସବୁ କଥା କହି ପ୍ରସ୍ଥାନ କଲେ ଓ ସେମାନଙ୍କଠାରୁ ଗୋପନରେ ରହିଲେ। BSB BSB: While you have the Light, believe in the Light, so that you may become sons of light.” After Jesus had spoken these things, He went away and was hidden from them.
37 ULB କିନ୍ତୁ ଯଦ୍ୟପି ସେ ସେମାନଙ୍କ ସାକ୍ଷାତରେ ଏତେ ଆଶ୍ଚର୍ଯ୍ୟକର୍ମ କରିଥିଲେ, ତଥାପି ସେମାନେ ତାହାଙ୍କଠାରେ ବିଶ୍ୱାସ କରୁ ନ ଥିଲେ, BSB BSB: Although Jesus had performed so many signs in their presence, they still did not believe in Him.
38 ULB ଯେପରି ଭାବବାଦୀ ଯିଶାଇୟଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ, ହେ ପ୍ରଭୁ, କିଏ ଆମ୍ଭମାନଙ୍କ ସମ୍ବାଦ ବିଶ୍ୱାସ କରିଅଛି? ଆଉ ପ୍ରଭୁଙ୍କ ବାହୁ କାହା ନିକଟରେ ପ୍ରକାଶିତ ହୋଇଅଛି? BSB BSB: This was to fulfill the word of Isaiah the prophet: “Lord, who has believed our message? And to whom has the arm of the Lord been revealed?”
39 ULB ଏହି କାରଣରୁ ସେମାନେ ବିଶ୍ୱାସ କରି ପାରୁ ନ ଥିଲେ, ଯେଣୁ ଯିଶାଇୟ ପୁନଶ୍ଚ କହିଅଛନ୍ତି, BSB BSB: For this reason they were unable to believe. For again, Isaiah says:
40 ULB ସେ ସେମାନଙ୍କର ଚକ୍ଷୁ ଅନ୍ଧ କରିଅଛନ୍ତି, ଆଉ ସେମାନଙ୍କ ହୃଦୟ ଜଡ଼ କରିଅଛନ୍ତି, ଯେପରି ସେମାନେ ଆଖିରେ ଦେଖିବେ ନାହିଁ ଓ ହୃଦୟରେ ବୁଝିବେ ନାହିଁ, ପୁଣି, ଫେରିବେ ନାହିଁ, ଆଉ ଆମ୍ଭେ ସେମାନଙ୍କୁ ସୁସ୍ଥ କରିବୁ ନାହିଁ। BSB BSB: “He has blinded their eyes and hardened their hearts, so that they cannot see with their eyes, and understand with their hearts, and turn, and I would heal them.”
41 ULB ଯିଶାଇୟ ଏହି ସବୁ କହିଲେ, କାରଣ ସେ ତାହାଙ୍କର ମହିମା ଦେଖିଲେ ଓ ତାହାଙ୍କ ବିଷୟରେ କଥା କହିଲେ। BSB BSB: Isaiah said these things because he saw Jesus’ glory and spoke about Him.
42 ULB ତଥାପି ନେତାମାନଙ୍କ ମଧ୍ୟରୁ ସୁଦ୍ଧା ଅନେକେ ତାହାଙ୍କଠାରେ ବିଶ୍ୱାସ କଲେ, କିନ୍ତୁ କାଳେ ସେମାନେ ସମାଜଗୃହରୁ ବାହାର ହୁଅନ୍ତି, ଏଥିପାଇଁ ଫାରୂଶୀମାନଙ୍କ ହେତୁ ତାହା ସ୍ୱୀକାର କରୁ ନ ଥିଲେ, BSB BSB: Nevertheless, many of the leaders believed in Him. But because of the Pharisees they did not confess Him, for fear that they would be put out of the synagogue.
43 ULB କାରଣ ସେମାନେ ଈଶ୍ୱରଙ୍କଠାରୁ ଗୌରବ ଅପେକ୍ଷା ବରଂ ମନୁଷ୍ୟମାନଙ୍କଠାରୁ ଗୌରବ ଭଲ ପାଇଲେ। BSB BSB: For they loved praise from men more than praise from God.
44 ULB ଯୀଶୁ ଉଚ୍ଚସ୍ୱରରେ କହିଲେ, ଯେ ମୋ'ଠାରେ ବିଶ୍ୱାସ କରେ, ସେ ମୋ'ଠାରେ ବିଶ୍ୱାସ କରେ ନାହିଁ, ମାତ୍ର ମୋହର ପ୍ରେରଣକର୍ତ୍ତାଙ୍କଠାରେ ବିଶ୍ୱାସ କରେ; BSB BSB: Then Jesus cried out, “Whoever believes in Me does not believe in Me alone, but in the One who sent Me.
45 ULB ଆଉ, ଯେ ମୋତେ ଦର୍ଶନ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଦର୍ଶନ କରେ। BSB BSB: And whoever sees Me sees the One who sent Me.
46 ULB ଯେ କେହି ମୋ'ଠାରେ ବିଶ୍ୱାସ କରେ, ସେ ଯେପରି ଅନ୍ଧକାରରେ ବାସ ନ କରେ, ଏଥିପାଇଁ ମୁଁ ଜଗତକୁ ଜ୍ୟୋତିଃ ହୋଇ ଆସିଅଛି। BSB BSB: I have come into the world as a light, so that no one who believes in Me should remain in darkness.
47 ULB କେହି ଯଦି ମୋହର ବାକ୍ୟ ଶୁଣି ପାଳନ କରେ ନାହିଁ, ତାହାହେଲେ ମୁଁ ତାହାର ବିଚାର କରେ ନାହିଁ; କାରଣ ମୁଁ ଜଗତର ବିଚାର କରିବାକୁ ନ ଆସି ବରଂ ଜଗତକୁ ପରିତ୍ରାଣ କରିବାକୁ ଆସିଅଛି। BSB BSB: As for anyone who hears My words and does not keep them, I do not judge him. For I have not come to judge the world, but to save the world.
48 ULB ଯେ ମୋତେ ଅଗ୍ରାହ୍ୟ କରେ ଓ ମୋହର ବାକ୍ୟ ଗ୍ରହଣ କରେ ନାହିଁ, ତାହାର ବିଚାରକର୍ତ୍ତା ଅଛି; ମୁଁ ଯେଉଁ ବାକ୍ୟ କହିଅଛି, ତାହା ଶେଷ ଦିନରେ ତାହାର ବିଚାର କରିବ। BSB BSB: There is a judge for the one who rejects Me and does not receive My words: The word that I have spoken will judge him on the last day.
49 ULB କାରଣ ମୁଁ ଆପଣାଠାରୁ କହି ନାହିଁ, ମାତ୍ର ମୁଁ କ'ଣ କହିବି ଓ କ'ଣ ବ୍ୟକ୍ତ କରିବି, ତାହା ମୋହର ପ୍ରେରଣକର୍ତ୍ତା ପିତା ମୋତେ ଆଜ୍ଞା ଦେଇଅଛନ୍ତି; BSB BSB: I have not spoken on My own, but the Father who sent Me has commanded Me what to say and how to say it.
50 ULB ପୁଣି, ତାହାଙ୍କ ଆଜ୍ଞା ଯେ ଅନନ୍ତ ଜୀବନ, ଏହା ମୁଁ ଜାଣେ। ଅତଏବ, ମୁଁ ଯେ ଯେ କଥା କହେ, ପିତା ମୋତେ ଯେପରି କହିଅଛନ୍ତି, ସେହିପରି କହେ। BSB BSB: And I know that His command leads to eternal life. So I speak exactly what the Father has told Me to say.”
Select verses for actions: Enter goes to them and Escape comes back.