1 ULB ନିସ୍ତାର ପର୍ବ ହେବା ପୂର୍ବରୁ ଯୀଶୁ ଏହି ଜଗତରୁ ପିତାଙ୍କ ନିକଟକୁ ଆପଣାର ପ୍ରୟାଣ କରିବାର ସମୟ ଉପସ୍ଥିତ ଜାଣି, ଜଗତରେ ଥିବା ନିଜର ଯେଉଁ ଲୋକମାନଙ୍କୁ ସେ ପ୍ରେମ କରି ଆସୁଥିଲେ, ସେମାନଙ୍କ ପ୍ରତି ଚୂଡ଼ାନ୍ତ ପ୍ରେମ ପ୍ରକାଶ କଲେ। BSB BSB: It was now just before the Passover Feast, and Jesus knew that His hour had come to leave this world and return to the Father. Having loved His own who were in the world, He loved them to the very end.
2 ULB ଆଉ, ରାତ୍ରିଭୋଜ ସମୟରେ, ଯେତେବେଳେ ଶୟତାନ ଶିମୋନର ପୁତ୍ର ଇଷ୍କାରିୟୋତୀୟ ଯିହୂଦାର ହୃଦୟରେ ଯୀଶୁଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବା ନିମନ୍ତେ ସଂକଳ୍ପ ଜାତ କରିସାରିଥିଲା, BSB BSB: The evening meal was underway, and the devil had already put into the heart of Judas, the son of Simon Iscariot, to betray Jesus.
3 ULB ସେତେବେଳେ, ପିତା ଯେ ତାହାଙ୍କ ହସ୍ତରେ ସମସ୍ତ ବିଷୟ ସମର୍ପଣ କରିଅଛନ୍ତି ଓ ସେ ଯେ ଈଶ୍ୱରଙ୍କ ନିକଟରୁ ଆସିଅଛନ୍ତି, ପୁଣି, ଈଶ୍ୱରଙ୍କ ନିକଟକୁ ଯାଉଅଛନ୍ତି, BSB BSB: Jesus knew that the Father had delivered all things into His hands, and that He had come from God and was returning to God.
4 ULB ଏହା ଜାଣି ସେ ଭୋଜନ ଆସନରୁ ଉଠି ଆପଣାର ବସ୍ତ୍ର କାଢ଼ି ଦେଇ ଗୋଟିଏ ଗାମୁଛା ଘେନି ଆପଣାର କଟି ବନ୍ଧନ କଲେ। BSB BSB: So He got up from the supper, laid aside His outer garments, and wrapped a towel around His waist.
5 ULB ତତ୍ପରେ ସେ ପାତ୍ରରେ ଜଳ ଢାଳିଲେ, ପୁଣି, ଶିଷ୍ୟମାନଙ୍କ ପାଦ ଧୋଇଦେଇ ଆପଣା କଟିରେ ବନ୍ଧା ହୋଇଥିବା ଗାମୁଛାରେ ପୋଛିବାକୁ ଲାଗିଲେ। BSB BSB: After that, He poured water into a basin and began to wash the disciples’ feet and dry them with the towel that was around Him.
6 ULB କ୍ରମେ ସେ ଶିମୋନ ପିତରଙ୍କ ନିକଟକୁ ଆସିଲେ; ସେ ତାହାଙ୍କୁ କହିଲେ, ପ୍ରଭୁ, ଆପଣ ମୋର ପାଦ ଧୋଇ ଦେଉଅଛନ୍ତି? BSB BSB: He came to Simon Peter, who asked Him, “Lord, are You going to wash my feet?”
7 ULB ଯୀଶୁ ତାଙ୍କୁ ଉତ୍ତର ଦେଲେ, ମୁଁ ଯାହା କରୁଅଛି, ତାହା ତୁମ୍ଭେ ଏବେ ଜାଣୁ ନାହଁ, କିନ୍ତୁ ପରେ ବୁଝିବ। BSB BSB: Jesus replied, “You do not realize now what I am doing, but later you will understand.”
8 ULB ପିତର ତାହାଙ୍କୁ କହିଲେ, ଆପଣ କଦାପି ମୋର ପାଦ ଧୋଇଦେବେ ନାହିଁ। ଯୀଶୁ ତାଙ୍କୁ ଉତ୍ତର ଦେଲେ, ଯଦି ମୁଁ ତୁମ୍ଭକୁ ଧୌତ ନ କରେ, ତାହାହେଲେ ମୋ' ସହିତ ତୁମ୍ଭର କୌଣସି ଅଂଶ ନାହିଁ। BSB BSB: “Never shall You wash my feet!” Peter told Him. Jesus answered, “Unless I wash you, you have no part with Me.”
9 ULB ଶିମୋନ ପିତର ତାହାଙ୍କୁ କହିଲେ, ପ୍ରଭୁ, କେବଳ ମୋର ପାଦ ନୁହେଁ, ମାତ୍ର ମୋହର ହସ୍ତ ଓ ମସ୍ତକ ମଧ୍ୟ। BSB BSB: “Then, Lord,” Simon Peter replied, “not only my feet, but my hands and my head as well!”
10 ULB ଯୀଶୁ ତାଙ୍କୁ କହିଲେ, ଯେ ସ୍ନାନ କରିଅଛି, ତାହାର ପାଦ ଧୋଇବା ବିନା ଆଉ କିଛି ପ୍ରୟୋଜନ ନାହିଁ, ସେ ପ୍ରକୃତରେ ଶୁଚି; ତୁମ୍ଭେମାନେ ଶୁଚି ଅଟ, କିନ୍ତୁ ସମସ୍ତେ ନୁହଁ। BSB BSB: Jesus told him, “Whoever has already bathed needs only to wash his feet, and he will be completely clean. And you are clean, though not all of you.”
11 ULB କାରଣ ଯେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବ, ସେ ତାକୁ ଜାଣିଥିଲେ; ଅତଏବ ସେ କହିଲେ, ତୁମ୍ଭେମାନେ ସମସ୍ତେ ଶୁଚି ନୁହଁ। BSB BSB: For He knew who would betray Him. That is why He said, “Not all of you are clean.”
12 ULB ତତ୍ପରେ ସେ ସେମାନଙ୍କର ପାଦ ଧୋଇଦେଇ ଆପଣା ବସ୍ତ୍ର ପିନ୍ଧି ପୁନର୍ବାର ବସିଲା ଉତ୍ତାରେ ସେମାନଙ୍କୁ ପଚାରିଲେ, ମୁଁ ତୁମ୍ଭମାନଙ୍କ ପ୍ରତି କ'ଣ କରିଅଛି, ତାହା କି ତୁମ୍ଭେମାନେ ବୁଝୁଅଛ? BSB BSB: When Jesus had washed their feet and put on His outer garments, He reclined with them again and asked, “Do you know what I have done for you?
13 ULB ତୁମ୍ଭେମାନେ ମୋତେ ଗୁରୁ ଓ ପ୍ରଭୁ ବୋଲି ଡାକୁଅଛ, ଆଉ ଯଥାର୍ଥ କହୁଅଛ; କାରଣ ମୁଁ ତ ସେହି। BSB BSB: You call Me Teacher and Lord, and rightly so, because I am.
14 ULB ଅତଏବ, ପ୍ରଭୁ ଓ ଗୁରୁ ଯେ ମୁଁ, ମୁଁ ଯଦି ତୁମ୍ଭମାନଙ୍କର ପାଦ ଧୋଇ ଦେଇଅଛି, ତେବେ ତୁମ୍ଭମାନଙ୍କର ମଧ୍ୟ ପରସ୍ପରର ପାଦ ଧୋଇବା କର୍ତ୍ତବ୍ୟ। BSB BSB: So if I, your Lord and Teacher, have washed your feet, you also should wash one another’s feet.
15 ULB କାରଣ ତୁମ୍ଭମାନଙ୍କ ପ୍ରତି ମୁଁ ଯେପରି କରିଅଛି, ତୁମ୍ଭେମାନେ ମଧ୍ୟ ଯେ ସେପରି କର, ଏଥି ନିମନ୍ତେ ମୁଁ ତୁମ୍ଭମାନଙ୍କୁ ଗୋଟିଏ ଆଦର୍ଶ ଦେଖାଇଅଛି। BSB BSB: I have set you an example so that you should do as I have done for you.
16 ULB ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଦାସ ଆପଣା କର୍ତ୍ତାଠାରୁ ଶ୍ରେଷ୍ଠ ନୁହେଁ, କିମ୍ବା ପ୍ରେରିତ ଆପଣା ପ୍ରେରକଠାରୁ ଶ୍ରେଷ୍ଠ ନୁହେଁ। BSB BSB: Truly, truly, I tell you, no servant is greater than his master, nor is a messenger greater than the one who sent him.
17 ULB ଯଦି ତୁମ୍ଭେମାନେ ଏହି ସବୁ ଜାଣ, ତେବେ ସେହି ପ୍ରକାର କଲେ ତୁମ୍ଭେମାନେ ଧନ୍ୟ। BSB BSB: If you know these things, you will be blessed if you do them.
18 ULB ମୁଁ ତୁମ୍ଭ ସମସ୍ତଙ୍କ ସମ୍ବନ୍ଧରେ କହୁ ନାହିଁ; କେଉଁ ପ୍ରକାର ଲୋକମାନଙ୍କୁ ମୁଁ ମନୋନୀତ କରିଅଛି, ତାହା ମୁଁ ଜାଣେ; କିନ୍ତୁ ଧର୍ମଶାସ୍ତ୍ରର ଏହି ବାକ୍ୟ ଯେପରି ସଫଳ ହୁଏ, ସେଥିପାଇଁ ଏହିପରି ଘଟୁଅଛି, ଯେ ମୋହର ଅନ୍ନ ଖାଏ, ସେ ମୋହର ବିରୁଦ୍ଧରେ ଗୋଇଠା ଉଠାଇଲା। BSB BSB: I am not speaking about all of you; I know whom I have chosen. But this is to fulfill the Scripture: ‘The one who shares My bread has lifted up his heel against Me.’
19 ULB ତାହା ଘଟିବା ସମୟରେ, ମୁଁ ସେହି ଅଟେ ବୋଲି ତୁମ୍ଭେମାନେ ଯେପରି ବିଶ୍ୱାସ କର, ଏଥି ନିମନ୍ତେ ତାହା ଘଟିବା ପୂର୍ବେ ମୁଁ ବର୍ତ୍ତମାନ ତୁମ୍ଭମାନଙ୍କୁ କହୁଅଛି। BSB BSB: I am telling you now before it happens, so that when it comes to pass, you will believe that I am He.
20 ULB ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ପ୍ରେରିତ ବ୍ୟକ୍ତିଙ୍କୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ ଓ ଯେ ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ। BSB BSB: Truly, truly, I tell you, whoever receives the one I send receives Me, and whoever receives Me receives the One who sent Me.”
21 ULB ଯୀଶୁ ଏହି ସମସ୍ତ କଥା କହିଲା ଉତ୍ତାରେ ଆତ୍ମାରେ ଉଦ୍ବିଗ୍ନ ହେଲେ ଓ ସାକ୍ଷ୍ୟ ଦେଇ କହିଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ମଧ୍ୟରୁ ଜଣେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରିବ। BSB BSB: After Jesus had said this, He became troubled in spirit and testified, “Truly, truly, I tell you, one of you will betray Me.”
22 ULB ସେ କାହା ସମ୍ବନ୍ଧରେ କହିଲେ, ସେ ବିଷୟରେ ହତବୁଦ୍ଧି ହୋଇ ଶିଷ୍ୟମାନେ ପରସ୍ପରକୁ ଚାହିଁବାକୁ ଲାଗିଲେ। BSB BSB: The disciples looked at one another, perplexed as to which of them He meant.
23 ULB ଯୀଶୁଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ- ଯାହାକୁ ଯୀଶୁ ପ୍ରେମ କରୁଥିଲେ- ସେ ଯୀଶୁଙ୍କ ଦକ୍ଷିଣ ପାଖରେ ବସି ଭୋଜନ କରୁଥିଲେ। BSB BSB: One of His disciples, the one whom Jesus loved, was reclining at His side.
24 ULB ଅତଏବ, ଶିମୋନ ପିତର ତାଙ୍କୁ ସଙ୍କେତ କରି କହିଲେ, ସେ କାହା ସମ୍ବନ୍ଧରେ କହୁଅଛନ୍ତି, ତାହା କୁହ। BSB BSB: So Simon Peter motioned to him to ask Jesus which one He was talking about.
25 ULB ସେ ସେହି ପ୍ରକାର ବସିଥାଇ ଯୀଶୁଙ୍କ ବକ୍ଷସ୍ଥଳରେ ଆଉଜିପଡ଼ି ତାହାଙ୍କୁ ପଚାରିଲେ, ପ୍ରଭୁ, ସେ କିଏ? BSB BSB: Leaning back against Jesus, he asked, “Lord, who is it?”
26 ULB ତେଣୁ ଯୀଶୁ ଉତ୍ତର ଦେଲେ, ଯାହା ନିମନ୍ତେ ମୁଁ ଏହି ରୁଟିଖଣ୍ଡକ ବୁଡ଼ାଇବି ଓ ଯାହାକୁ ତାହା ଦେବି, ସେ। ତହିଁରେ ସେ ସେହି ରୁଟିଖଣ୍ଡକ ବୁଡ଼ାଇ ତାହା ଘେନି ଇଷ୍କାରିୟୋତୀୟ ଶିମୋନର ପୁତ୍ର ଯିହୂଦାକୁ ଦେଲେ। BSB BSB: Jesus answered, “It is the one to whom I give this morsel after I have dipped it.” Then He dipped the morsel and gave it to Judas son of Simon Iscariot.
27 ULB ସେ ରୁଟିଖଣ୍ଡକ ପାଇଲା ଉତ୍ତାରେ ଶୟତାନ ତାହା ମଧ୍ୟରେ ପ୍ରବେଶ କଲା। ସେଥିରେ ଯୀଶୁ ତାକୁ କହିଲେ, ଯାହା କରୁଅଛ, ତାହା ଶୀଘ୍ର କର। BSB BSB: And when Judas had taken the morsel, Satan entered into him. Then Jesus said to Judas, “What you are about to do, do quickly.”
28 ULB କିନ୍ତୁ ସେ କି ଉଦ୍ଦେଶ୍ୟରେ ତାକୁ ଏହି କଥା କହିଥିଲେ, ତାହା ଭୋଜରେ ବସିଥିବା ଲୋକମାନଙ୍କ ମଧ୍ୟରୁ କେହି ଜାଣିଲେ ନାହିଁ। BSB BSB: But no one at the table knew why Jesus had said this to him.
29 ULB କାରଣ ଯିହୂଦା ନିକଟରେ ଟଙ୍କାଥଳୀ ଥିବାରୁ, ପର୍ବ ନିମନ୍ତେ ଯାହା ଯାହା ପ୍ରୟୋଜନ, ତାହା କ୍ରୟ କରିବାକୁ କିମ୍ବା ଦରିଦ୍ରମାନଙ୍କୁ କିଛି ଦାନ କରିବାକୁ ଯୀଶୁ ତାକୁ କହିଲେ ବୋଲି କେହି କେହି ମନେ କଲେ। BSB BSB: Since Judas kept the money bag, some thought that Jesus was telling him to buy what was needed for the feast, or to give something to the poor.
30 ULB ରୁଟିଖଣ୍ଡକ ଗ୍ରହଣ କରି ସେ ତତ୍କ୍ଷଣାତ୍ ବାହାରିଗଲା, ସେତେବେଳେ ରାତ୍ରିକାଳ। BSB BSB: As soon as he had received the morsel, Judas went out into the night.
31 ULB ସେ ବାହାରିଗଲା ଉତ୍ତାରେ ଯୀଶୁ କହିଲେ, ଏବେ ମନୁଷ୍ୟପୁତ୍ର ମହିମାନ୍ୱିତ ହେଲେ ଓ ତାହାଙ୍କଠାରେ ଈଶ୍ୱର ମହିମାନ୍ୱିତ ହେଲେ। BSB BSB: When Judas had gone out, Jesus said, “Now the Son of Man is glorified, and God is glorified in Him.
32 ULB ଯଦି ଈଶ୍ୱର ତାହାଙ୍କଠାରେ ମହିମାନ୍ୱିତ ହେଲେ, ତେବେ ଈଶ୍ୱର ମଧ୍ୟ ତାହାଙ୍କୁ ଆପଣାଠାରେ ମହିମାନ୍ୱିତ କରିବେ, ପୁଣି, ଶୀଘ୍ର ତାହାଙ୍କୁ ମହିମାନ୍ୱିତ କରିବେ। BSB BSB: If God is glorified in Him, God will also glorify the Son in Himself—and will glorify Him at once.
33 ULB ବତ୍ସଗଣ, ମୁଁ ଆଉ ଅଳ୍ପ ସମୟ ତୁମ୍ଭମାନଙ୍କ ସାଙ୍ଗରେ ଅଛି। ତୁମ୍ଭେମାନେ ମୋହର ଅନ୍ୱେଷଣ କରିବ; ଆଉ ମୁଁ ଯେଉଁ ସ୍ଥାନକୁ ଯାଉଅଛି, ତୁମ୍ଭେମାନେ ସେ ସ୍ଥାନକୁ ଯାଇ ପାର ନାହିଁ, ଏହା ମୁଁ ଯେପରି ଯିହୂଦୀମାନଙ୍କୁ କହିଲି, ସେହିପରି ଏବେ ତୁମ୍ଭମାନଙ୍କୁ ମଧ୍ୟ କହୁଅଛି। BSB BSB: Little children, I am with you only a little while longer. You will look for Me, and as I said to the Jews, so now I say to you: ‘Where I am going, you cannot come.’
35 ULB ଯଦି ତୁମ୍ଭମାନଙ୍କର ପରସ୍ପର ପ୍ରତି ପ୍ରେମ ଥାଏ, ତାହାହେଲେ ତୁମ୍ଭେମାନେ ଯେ ମୋହର ଶିଷ୍ୟ, ଏହା ସମସ୍ତେ ତଦ୍ଵାରା ଜ୍ଞାତ ହେବେ। BSB BSB: By this everyone will know that you are My disciples, if you love one another.”
36 ULB ଶିମୋନ ପିତର ତାହାଙ୍କୁ ପଚାରିଲେ, ପ୍ରଭୁ, ଆପଣ କେଉଁଠାକୁ ଯାଉଅଛନ୍ତି? ଯୀଶୁ ଉତ୍ତର ଦେଲେ, ମୁଁ ଯେଉଁଠାକୁ ଯାଉଅଛି, ତୁମ୍ଭେ ବର୍ତ୍ତମାନ ମୋହର ପଛେ ପଛେ ସେଠାକୁ ଯାଇ ପାର ନାହିଁ, କିନ୍ତୁ ପରେ ଯିବ। BSB BSB: “Lord, where are You going?” Simon Peter asked. Jesus answered, “Where I am going, you cannot follow Me now, but you will follow later.”
37 ULB ପିତର ତାହାଙ୍କୁ ପଚାରିଲେ, ପ୍ରଭୁ, ମୁଁ ବର୍ତ୍ତମାନ କାହିଁକି ଆପଣଙ୍କ ପଛେ ପଛେ ଯାଇ ପାରେ ନାହିଁ? ମୁଁ ଆପଣଙ୍କ ନିମନ୍ତେ ନିଜ ପ୍ରାଣ ଦେବି। BSB BSB: “Lord,” said Peter, “why can’t I follow You now? I will lay down my life for You.”
38 ULB ଯୀଶୁ ଉତ୍ତର ଦେଲେ, ତୁମ୍ଭେ କ'ଣ ମୋ' ନିମନ୍ତେ ନିଜ ପ୍ରାଣ ଦେବ? ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, କୁକୁଡ଼ା ନ ଡାକୁଣୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ। BSB BSB: “Will you lay down your life for Me?” Jesus replied. “Truly, truly, I tell you, before the rooster crows, you will deny Me three times.
Select verses for actions: Enter goes to them and Escape comes back.