2 ULB ତେଣୁ ସେ ଦୌଡ଼ିଯାଇ ଶିମୋନ ପିତର ଓ ଯୀଶୁ ଯାହାଙ୍କୁ ସ୍ନେହ କରୁଥିଲେ, ସେହି ଅନ୍ୟ ଶିଷ୍ୟଙ୍କ ନିକଟକୁ ଆସିଲେ, ଆଉ ସେମାନଙ୍କୁ କହିଲେ, କେଉଁମାନେ ସମାଧିରୁ ପ୍ରଭୁଙ୍କୁ ଘେନିଯାଇଅଛନ୍ତି, ପୁଣି, ତାହାଙ୍କୁ କେଉଁଠାରେ ରଖିଅଛନ୍ତି, ତାହା ଆମ୍ଭେମାନେ ଜାଣୁ ନାହୁଁ। BSB BSB: So she came running to Simon Peter and the other disciple, the one whom Jesus loved. “They have taken the Lord out of the tomb,” she said, “and we do not know where they have put Him!”
3 ULB ସେଥିରେ ପିତର ଓ ସେହି ଅନ୍ୟ ଶିଷ୍ୟ ସମାଧି ନିକଟକୁ ଯିବା ପାଇଁ ବାହାରିଲେ। BSB BSB: Then Peter and the other disciple set out for the tomb.
4 ULB ସେମାନେ ଦୁହେଁ ଏକସାଙ୍ଗରେ ଦୌଡ଼ିବାକୁ ଲାଗିଲେ, ଆଉ ସେହି ଅନ୍ୟ ଶିଷ୍ୟ ପିତରଙ୍କୁ ପଛରେ ପକାଇ ଆଗେ ସମାଧି ନିକଟରେ ପହଞ୍ଚିଲେ, BSB BSB: The two were running together, but the other disciple outran Peter and reached the tomb first.
5 ULB ପୁଣି, ନଇଁପଡ଼ି ଭିତରକୁ ଚାହିଁ ସରୁ ଲୁଗାସବୁ ପଡ଼ିଥିବା ଦେଖିଲେ, ତଥାପି ସେ ଭିତରେ ପଶିଲେ ନାହିଁ। BSB BSB: He bent down and looked in at the linen cloths lying there, but he did not go in.
6 ULB ପରେ ଶିମୋନ ପିତର ମଧ୍ୟ ତାଙ୍କ ପଛେ ପଛେ ଆସି ପହଞ୍ଚିଲେ ଓ ସମାଧି ଭିତରେ ପ୍ରବେଶ କରି ଦେଖିଲେ ଯେ, ସରୁ ଲୁଗାଗୁଡ଼ିକ ପଡ଼ିଅଛି, BSB BSB: Simon Peter arrived just after him. He entered the tomb and saw the linen cloths lying there.
7 ULB ପୁଣି, ତାହାଙ୍କ ମୁଣ୍ଡରେ ଯେଉଁ ଗାମୁଛା ବନ୍ଧା ହୋଇଥିଲା, ତାହା ସରୁ ଲୁଗା ସହିତ ନ ଥାଇ ଅଲଗା ଗୋଟିଏ ସ୍ଥାନରେ ଗୁଡ଼ା ହୋଇ ରହିଅଛି। BSB BSB: The cloth that had been around Jesus’ head was rolled up, lying separate from the linen cloths.
8 ULB ସେତେବେଳେ ଯେଉଁ ଅନ୍ୟ ଶିଷ୍ୟ ଆଗେ ସମାଧି ନିକଟକୁ ଆସିଥିଲେ, ସେ ମଧ୍ୟ ଭିତରେ ପ୍ରବେଶ କରି ଦେଖିଲେ ଓ ବିଶ୍ୱାସ କଲେ; BSB BSB: Then the other disciple, who had reached the tomb first, also went in. And he saw and believed.
9 ULB କାରଣ ମୃତମାନଙ୍କ ମଧ୍ୟରୁ ତାହାଙ୍କୁ ଯେ ଉତ୍ଥାନ କରିବାକୁ ହେବ, ଧର୍ମଶାସ୍ତ୍ରର ଏହି ବାକ୍ୟ ସେମାନେ ସେପର୍ଯ୍ୟନ୍ତ ବୁଝି ନ ଥିଲେ। BSB BSB: For they still did not understand from the Scripture that Jesus had to rise from the dead.
10 ULB ପରେ ଶିଷ୍ୟମାନେ ପୁନର୍ବାର ସେମାନଙ୍କ ଗୃହକୁ ଚାଲିଗଲେ। BSB BSB: Then the disciples returned to their homes.
11 ULB କିନ୍ତୁ ମରିୟମ ରୋଦନ କରୁ କରୁ ବାହାରେ ସମାଧି ନିକଟରେ ଠିଆ ହୋଇ ରହିଲେ; ପୁଣି, ରୋଦନ କରୁ କରୁ ସେ ନଇଁପଡ଼ି ସମାଧି ଭିତରକୁ ଚାହିଁ, BSB BSB: But Mary stood outside the tomb weeping. And as she wept, she bent down to look into the tomb,
12 ULB ଯୀଶୁଙ୍କ ଶରୀର ଯେଉଁ ସ୍ଥାନରେ ରଖାଯାଇଥିଲା, ସେଥିର ମୁଣ୍ଡ ପାଖରେ ଜଣେ ଓ ପାଦ ପାଖରେ ଆଉ ଜଣେ, ଏହିପରି ଦୁଇ ଜଣ ଶୁକ୍ଳ ବସ୍ତ୍ର ପରିହିତ ଦୂତଙ୍କୁ ବସିଥିବା ଦେଖିଲେ। BSB BSB: and she saw two angels in white sitting where the body of Jesus had lain, one at the head and the other at the feet.
13 ULB ସେମାନେ ତାଙ୍କୁ କହିଲେ, ଗୋ ନାରୀ, କାହିଁକି ରୋଦନ କରୁଅଛ? ସେ ସେମାନଙ୍କୁ କହିଲେ, କେଉଁମାନେ ମୋହର ପ୍ରଭୁଙ୍କୁ ଘେନିଯାଇଅଛନ୍ତି, ଆଉ ତାହାଙ୍କୁ କେଉଁ ସ୍ଥାନରେ ରଖିଅଛନ୍ତି, ତାହା ମୁଁ ଜାଣେ ନାହିଁ। BSB BSB: “Woman, why are you weeping?” they asked. “Because they have taken my Lord away,” she said, “and I do not know where they have put Him.”
14 ULB ସେ ଏହା କହି ପଛକୁ ବୁଲିପଡ଼ି ଯୀଶୁଙ୍କୁ ଠିଆ ହୋଇଥିବା ଦେଖିଲେ, କିନ୍ତୁ ସେ ଯେ ଯୀଶୁ, ତାହା ଜାଣିଲେ ନାହିଁ। BSB BSB: When she had said this, she turned around and saw Jesus standing there. But she did not recognize that it was Jesus.
15 ULB ଯୀଶୁ ତାଙ୍କୁ କହିଲେ, ଗୋ ନାରୀ, କାହିଁକି ରୋଦନ କରୁଅଛ? କାହାର ଅନ୍ୱେଷଣ କରୁଅଛ? ସେ ତାହାଙ୍କୁ ଉଦ୍ୟାନର ମାଳୀ ବୋଲି ମନେ କରି କହିଲେ, ମହାଶୟ, ଆପଣ ଯଦି ତାହାଙ୍କୁ ଘେନିଯାଇଅଛନ୍ତି, ତାହାହେଲେ ତାହାଙ୍କୁ କେଉଁ ସ୍ଥାନରେ ରଖିଅଛନ୍ତି, ମୋତେ କୁହନ୍ତୁ, ଆଉ ମୁଁ ତାହାଙ୍କୁ ଘେନିଯିବି। BSB BSB: “Woman, why are you weeping?” Jesus asked. “Whom are you seeking?” Thinking He was the gardener, she said, “Sir, if you have carried Him off, tell me where you have put Him, and I will get Him.”
16 ULB ଯୀଶୁ ତାଙ୍କୁ କହିଲେ, ମରିୟମ। ସେ ବୁଲିପଡ଼ି ଏବ୍ରୀ ଭାଷାରେ ତାହାଙ୍କୁ କହିଲେ, ରାବ୍ବୂନୀ, ଅର୍ଥାତ୍, ହେ ଗୁରୁ। BSB BSB: Jesus said to her, “Mary.” She turned and said to Him in Hebrew, “Rabboni!” (which means “Teacher”).
18 ULB ମଗ୍ଦଲୀନୀ ମରିୟମ ଯାଇ, ମୁଁ ପ୍ରଭୁଙ୍କୁ ଦେଖିଅଛି, ଆଉ ସେ ମୋତେ ଏହି ସବୁ କହିଅଛନ୍ତି ବୋଲି ଶିଷ୍ୟମାନଙ୍କୁ ସମ୍ବାଦ ଦେଲେ। BSB BSB: Mary Magdalene went and announced to the disciples, “I have seen the Lord!” And she told them what He had said to her.
19 ULB ସେହି ଦିନ, ଅର୍ଥାତ୍, ସପ୍ତାହର ପ୍ରଥମ ଦିନ ସନ୍ଧ୍ୟା ସମୟରେ ଯେତେବେଳେ ଶିଷ୍ୟମାନେ ଯେଉଁ ଗୃହରେ ଥିଲେ, ସେଥିର ଦ୍ୱାରଗୁଡ଼ିକ ଯିହୂଦୀମାନଙ୍କ ଭୟରେ ରୁଦ୍ଧ ଥିଲା, ସେତେବେଳେ ଯୀଶୁ ଆସି ମଧ୍ୟସ୍ଥଳରେ ଠିଆ ହୋଇ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କର ଶାନ୍ତି ହେଉ। BSB BSB: It was the first day of the week, and that very evening, while the disciples were together with the doors locked for fear of the Jews, Jesus came and stood among them. “Peace be with you!” He said to them.
20 ULB ପୁଣି, ଏହା କହି ସେ ସେମାନଙ୍କୁ ଆପଣା ହସ୍ତ ଓ କକ୍ଷଦେଶ ଦେଖାଇଲେ। ସେଥିରେ ଶିଷ୍ୟମାନେ ପ୍ରଭୁଙ୍କୁ ଦେଖି ଆନନ୍ଦିତ ହେଲେ। BSB BSB: After He had said this, He showed them His hands and His side. The disciples rejoiced when they saw the Lord.
21 ULB ଯୀଶୁ ସେମାନଙ୍କୁ ପୁନର୍ବାର କହିଲେ, ତୁମ୍ଭମାନଙ୍କର ଶାନ୍ତି ହେଉ; ପିତା ଯେପ୍ରକାରେ ମୋତେ ପ୍ରେରଣ କରିଅଛନ୍ତି, ମୁଁ ମଧ୍ୟ ସେପ୍ରକାରେ ତୁମ୍ଭମାନଙ୍କୁ ପ୍ରେରଣ କରୁଅଛି। BSB BSB: Again Jesus said to them, “Peace be with you. As the Father has sent Me, so also I am sending you.”
22 ULB ସେ ଏହା କହି ସେମାନଙ୍କ ଉପରେ ପ୍ରଶ୍ୱାସ ଛାଡ଼ି ସେମାନଙ୍କୁ କହିଲେ, ପବିତ୍ର ଆତ୍ମାଙ୍କୁ ଗ୍ରହଣ କର। BSB BSB: When He had said this, He breathed on them and said, “Receive the Holy Spirit.
23 ULB ତୁମ୍ଭେମାନେ ଯଦି କାହାରି ପାପ କ୍ଷମା କରିବ, ତାହାର ପାପ କ୍ଷମା ହେବ; ପୁଣି, ଯଦି କାହାରି ପାପ କ୍ଷମା ନ କରିବ, ତାହାର ପାପ କ୍ଷମା ହେବ ନାହିଁ। BSB BSB: If you forgive anyone his sins, they are forgiven; if you withhold forgiveness from anyone, it is withheld.”
26 ULB ଆଠ ଦିନ ପରେ ତାହାଙ୍କ ଶିଷ୍ୟମାନେ ପୁନର୍ବାର ଭିତରେ ଥିଲେ ଓ ଥୋମା ସେମାନଙ୍କ ସାଙ୍ଗରେ ଥିଲେ। ଦ୍ୱାରସବୁ ରୁଦ୍ଧ ଥିବା ସମୟରେ ଯୀଶୁ ଆସି ମଧ୍ୟସ୍ଥଳରେ ଠିଆ ହୋଇ କହିଲେ, ତୁମ୍ଭମାନଙ୍କର ଶାନ୍ତି ହେଉ। BSB BSB: Eight days later, His disciples were once again inside with the doors locked, and Thomas was with them. Jesus came and stood among them and said, “Peace be with you.”
27 ULB ପରେ ସେ ଥୋମାଙ୍କୁ କହିଲେ, ଏଆଡ଼େ ତୁମ୍ଭର ଆଙ୍ଗୁଳି ବଢ଼ାଇ ମୋହର ହାତ ଦେଖ ଓ ହାତ ବଢ଼ାଇ ମୋହର କକ୍ଷଦେଶରେ ଦିଅ; ଅବିଶ୍ୱାସୀ ନ ହୋଇ ବିଶ୍ୱାସୀ ହୁଅ। BSB BSB: Then Jesus said to Thomas, “Put your finger here and look at My hands. Reach out your hand and put it into My side. Stop doubting and believe.”
29 ULB ଯୀଶୁ ତାଙ୍କୁ କହିଲେ, ତୁମ୍ଭେ ମୋତେ ଦେଖିବାରୁ ବିଶ୍ୱାସ କରିଅଛ? ଯେଉଁମାନେ ନ ଦେଖି ବିଶ୍ୱାସ କରିଅଛନ୍ତି, ସେମାନେ ଧନ୍ୟ। BSB BSB: Jesus said to him, “Because you have seen Me, you have believed; blessed are those who have not seen and yet have believed.”
31 ULB କିନ୍ତୁ ତୁମ୍ଭେମାନେ ଯେପରି ବିଶ୍ୱାସ କର ଯେ, ଯୀଶୁ ଈଶ୍ୱରଙ୍କ ପୁତ୍ର ଖ୍ରୀଷ୍ଟ ଅଟନ୍ତି, ପୁଣି, ବିଶ୍ୱାସ କରି ଯେପରି ତୁମ୍ଭେମାନେ ତାହାଙ୍କ ନାମରେ ଜୀବନ ପ୍ରାପ୍ତ ହୁଅ, ଏଥି ନିମନ୍ତେ ଏସମସ୍ତ ଲେଖାଯାଇଅଛି। BSB BSB: But these are written so that you may believe that Jesus is the Christ, the Son of God, and that by believing you may have life in His name.
Select verses for actions: Enter goes to them and Escape comes back.