1 ULB ଅମିତ୍ତୟଙ୍କ ପୁତ୍ର ଯୂନସଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା। BSB BSB: Now the word of the LORD came to Jonah son of Amittai, saying,
2 ULB “ଉଠ, ନୀନିବୀ ମହାନଗରକୁ ଯାଅ ଓ ତହିଁ ବିରୁଦ୍ଧରେ ଘୋଷଣା କର; କାରଣ ସେମାନଙ୍କର ଦୁଷ୍ଟତା ଆମ୍ଭ ସମ୍ମୁଖରେ ଉପସ୍ଥିତ ହୋଇଅଛି।” BSB BSB: “Get up! Go to the great city of Nineveh and preach against it, because its wickedness has come up before Me.”
3 ULB ମାତ୍ର ଯୂନସ ସଦାପ୍ରଭୁଙ୍କ ଛାମୁରୁ ତର୍ଶୀଶକୁ ପଳାଇ ଯିବା ନିମନ୍ତେ ଉଠିଲେ ଓ ଯାଫୋ ନଗରକୁ ଯାଇ ତର୍ଶୀଶଗାମୀ ଏକ ଜାହାଜ ପାଇଲେ; ତହୁଁ ସେ ତହିଁର ଭଡ଼ା ଦେଇ ସଦାପ୍ରଭୁଙ୍କ ଛାମୁରୁ ତର୍ଶୀଶକୁ ସେମାନଙ୍କ ସଙ୍ଗେ ଯିବା ନିମନ୍ତେ ସେହି ଜାହାଜରେ ଚଢ଼ିଲେ। BSB BSB: Jonah, however, got up to flee to Tarshish, away from the presence of the LORD. He went down to Joppa and found a ship bound for Tarshish. So he paid the fare and went aboard to sail for Tarshish, away from the presence of the LORD.
4 ULB ମାତ୍ର ସଦାପ୍ରଭୁ ସମୁଦ୍ରକୁ ପ୍ରଚଣ୍ଡ ବାୟୁ ପ୍ରେରଣ କଲେ, ତହିଁରେ ସମୁଦ୍ରରେ ଏପରି ପ୍ରବଳ ତୋଫାନ ହେଲା ଯେ, ଜାହାଜ ଭାଙ୍ଗିଯିବା ପରି ହେଲା। BSB BSB: Then the LORD hurled a great wind upon the sea, and such a violent storm arose that the ship was in danger of breaking apart.
5 ULB ସେତେବେଳେ ନାବିକମାନେ, ଭୀତ ହୋଇ ପ୍ରତ୍ୟେକ ଲୋକ ଆପଣା ଆପଣା ଦେବତା ନିକଟରେ ପ୍ରାର୍ଥନା କଲେ; ପୁଣି, ସେମାନେ ଜାହାଜକୁ ହାଲୁକା କରିବା ପାଇଁ ତନ୍ମଧ୍ୟସ୍ଥ ଦ୍ରବ୍ୟାଦି ସମୁଦ୍ରରେ ପକାଇ ଦେଲେ। ମାତ୍ର, ଯୂନସ ଜାହାଜର ଅନ୍ତରସ୍ଥ ଭାଗକୁ ଯାଇଥିଲେ; ଆଉ, ଶୟନ କରି ଘୋର ନିଦ୍ରାରେ ମଗ୍ନ ହୋଇଥିଲେ। BSB BSB: The sailors were afraid, and each cried out to his own god. And they threw the ship’s cargo into the sea to lighten the load. But Jonah had gone down to the lowest part of the vessel, where he lay down and fell into a deep sleep.
6 ULB ତହିଁରେ ଜାହାଜର ଅଧ୍ୟକ୍ଷ ତାଙ୍କ ନିକଟକୁ ଆସି କହିଲେ, “ହେ ନିଦ୍ରାଳୁ, କଅଣ କରୁଅଛ? ଉଠ, ତୁମ୍ଭ ଦେବତାଙ୍କ ନିକଟରେ ପ୍ରାର୍ଥନା କର, କେଜାଣି ତୁମ୍ଭର ଦେବତା ଆମ୍ଭମାନଙ୍କ ବିଷୟରେ ମନୋଯୋଗ କରିବେ ଓ ଆମ୍ଭେମାନେ ବିନଷ୍ଟ ନୋହିବୁ।” BSB BSB: The captain approached him and said, “How can you sleep? Get up and call upon your God. Perhaps this God will consider us, so that we may not perish.”
7 ULB ପୁଣି, ନାବିକମାନେ ପ୍ରତ୍ୟେକେ ଆପଣା ଆପଣା ସଙ୍ଗୀକୁ କହିଲେ, “କାହା ହେତୁରୁ ଏହି ଅମଙ୍ଗଳ ଆମ୍ଭମାନଙ୍କ ପ୍ରତି ଘଟୁଅଛି ଏହା ଜାଣିବା ନିମନ୍ତେ ଆସ, ଆମ୍ଭେମାନେ ଗୁଲିବାଣ୍ଟ କରୁ।” ତହୁଁ ସେମାନେ ଗୁଲିବାଣ୍ଟ କରନ୍ତେ, ଯୂନସଙ୍କ ନାମରେ ଗୁଲି ଉଠିଲା। BSB BSB: “Come!” said the sailors to one another. “Let us cast lots to find out who is responsible for this calamity that is upon us.” So they cast lots, and the lot fell on Jonah.
8 ULB ସେତେବେଳେ ସେମାନେ ତାଙ୍କୁ କହିଲେ, “କାହା ହେତୁରୁ ଏହି ଅମଙ୍ଗଳ ଆମ୍ଭମାନଙ୍କ ପ୍ରତି ଘଟିଅଛି, ତାହା ଆମ୍ଭମାନଙ୍କୁ କୁହ; ତୁମ୍ଭେ କେଉଁ ବ୍ୟବସାୟୀ ଓ କେଉଁଠାରୁ ଆସିଅଛ? ତୁମ୍ଭର କେଉଁ ଦେଶ? ଓ ତୁମ୍ଭେ କେଉଁ ଗୋଷ୍ଠୀର ଲୋକ?” BSB BSB: “Tell us now,” they demanded, “who is to blame for this calamity that is upon us? What is your occupation, and where have you come from? What is your country, and who are your people?”
9 ULB ତହିଁରେ ସେ ସେମାନଙ୍କୁ କହିଲେ, “ମୁଁ ଜଣେ ଏବ୍ରୀୟ; ପୁଣି, ଯେ ସମୁଦ୍ର ଓ ଶୁଷ୍କ ଭୂମିର ସୃଷ୍ଟି କରିଅଛନ୍ତି, ସେହି ସ୍ୱର୍ଗସ୍ଥ ପରମେଶ୍ୱର ସଦାପ୍ରଭୁଙ୍କୁ ମୁଁ ଭୟ କରେ।” BSB BSB: “I am a Hebrew,” replied Jonah. “I worship the LORD, the God of the heavens, who made the sea and the dry land.”
10 ULB ଏଥିରେ ସେହି ଲୋକମାନେ ମହାଭୀତ ହୋଇ ତାଙ୍କୁ କହିଲେ, “ତୁମ୍ଭେ ଏ କି କର୍ମ କରିଅଛ? କାରଣ ସେ ଜଣାଇଥିବାରୁ ସେମାନେ ଜାଣିଥିଲେ ଯେ, ସେ ସଦାପ୍ରଭୁଙ୍କ ଛାମୁରୁ ପଳାଉଅଛନ୍ତି।” BSB BSB: Then the men were even more afraid and said to him, “What have you done?” The men knew that he was fleeing from the presence of the LORD, because he had told them.
11 ULB ସେତେବେଳେ ସେମାନେ ତାଙ୍କୁ କହିଲେ, “ସମୁଦ୍ର ଯେପରି ଆମ୍ଭମାନଙ୍କ ପ୍ରତି ସୁସ୍ଥିର ହେବ, ଏଥିପାଇଁ ଆମ୍ଭେମାନେ ତୁମ୍ଭ ପ୍ରତି କଅଣ କରିବା?” କାରଣ, ସମୁଦ୍ର ବେଳକୁ ବେଳ ପ୍ରଚଣ୍ଡତର ହୋଇ ବଢିଲା। BSB BSB: Now the sea was growing worse and worse, so they said to Jonah, “What must we do to you to calm this sea for us?”
12 ULB ତହିଁରେ ସେ ସେମାନଙ୍କୁ କହିଲେ, “ମୋତେ ଧରି ସମୁଦ୍ରରେ ପକାଇ ଦିଅ; ତହିଁରେ ସମୁଦ୍ର ତୁମ୍ଭମାନଙ୍କ ପ୍ରତି ସୁସ୍ଥିର ହେବ; କାରଣ ମୋ’ ସକାଶୁ ତୁମ୍ଭମାନଙ୍କ ନିକଟରେ ଏହି ମହାତୋଫାନ ଉପସ୍ଥିତ ହୋଇଅଛି ବୋଲି ମୁଁ ଜାଣେ।” BSB BSB: “Pick me up,” he answered, “and cast me into the sea, so it may quiet down for you. For I know that I am to blame for this violent storm that has come upon you.”
13 ULB ତଥାପି ସେହି ଲୋକମାନେ କୂଳକୁ ଫେରି ଯିବା ନିମନ୍ତେ ବଡ଼ ଯତ୍ନରେ ଆହୁଲା ପକାଇଲେ; ମାତ୍ର ସେମାନେ ପାରିଲେ ନାହିଁ; କାରଣ ସମୁଦ୍ର ସେମାନଙ୍କ ପ୍ରତିକୂଳରେ ବେଳକୁ ବେଳ ପ୍ରଚଣ୍ଡତର ହୋଇ ବଢିଲା। BSB BSB: Nevertheless, the men rowed hard to get back to dry land, but they could not, for the sea was raging against them more and more.
14 ULB ଏହେତୁରୁ ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ଆମ୍ଭେମାନେ ବିନତି କରୁଅଛୁ, ହେ ସଦାପ୍ରଭୁ, ଆମ୍ଭେମାନେ ବିନତି କରୁଅଛୁ, ଏହି ମନୁଷ୍ୟର ପ୍ରାଣ ସକାଶୁ ଆମ୍ଭେମାନେ ବିନଷ୍ଟ ନ ହେଉ, ପୁଣି ନିରପରାଧର ରକ୍ତପାତ ଦୋଷ ଆମ୍ଭମାନଙ୍କ ଉପରେ ନ ବର୍ତ୍ତାଅ; କାରଣ ହେ ସଦାପ୍ରଭୁ, ତୁମ୍ଭେ ଆପଣା ଇଚ୍ଛାମତ କାର୍ଯ୍ୟ କରିଅଛ।” BSB BSB: So they cried out to the LORD: “Please, O LORD, do not let us perish on account of this man’s life! Do not charge us with innocent blood! For You, O LORD, have done as You pleased.”
15 ULB ଏଥିରେ ସେମାନେ ଯୂନସଙ୍କୁ ଧରି ସମୁଦ୍ରରେ ପକାଇ ଦେଲେ; ପୁଣି, ସମୁଦ୍ର ଆପଣା ପ୍ରଚଣ୍ଡତାରୁ ନିବୃତ୍ତ ହେଲା। BSB BSB: Then they picked up Jonah and cast him into the sea, and the raging sea grew calm.
16 ULB ଏଥିରେ ସେହି ଲୋକମାନେ ସଦାପ୍ରଭୁଙ୍କୁ ଅତିଶୟ ଭୟ କଲେ ଓ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳି ଉତ୍ସର୍ଗ କଲେ ଓ ନାନା ମାନତ କଲେ। BSB BSB: Then the men feared the LORD greatly, and they offered a sacrifice to the LORD and made vows to Him.