1 ULB ଏଥିଉତ୍ତାରେ ନୂନର ପୁତ୍ର ଯିହୋଶୂୟ ଶିଟୀମଠାରୁ ଗୁପ୍ତଚର ରୂପେ ଦୁଇ ମନୁଷ୍ୟଙ୍କୁ ଏହି କଥା କହି ଗୋପନରେ ପଠାଇଲେ, ତୁମ୍ଭେମାନେ ଯାଇ ସେହି ଦେଶ ଓ ଯିରୀହୋ ନଗର ନିରୀକ୍ଷଣ କର। ତହୁଁ ସେମାନେ ଯାଇ ରାହାବ ନାମ୍ନୀ ଏକ ବେଶ୍ୟାର ଗୃହରେ ଉପସ୍ଥିତ ହୋଇ ସେଠାରେ ଅସ୍ଥାୟୀ ଭାବରେ ବସା କଲେ। BSB BSB: Then Joshua son of Nun secretly sent two spies from Shittim, saying, “Go, inspect the land, especially Jericho.” So they went and entered the house of a prostitute named Rahab and stayed there.
2 ULB ଏଥିରେ କେହି ଯିରୀହୋ-ରାଜାଙ୍କୁ କହିଲା, ଦେଖ, ଆଜ ରାତ୍ର ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ ଲୋକେ ଦେଶ ଅନୁସନ୍ଧାନ କରିବା ପାଇଁ ଏହି ସ୍ଥାନକୁ ଆସିଅଛନ୍ତି। BSB BSB: And it was reported to the king of Jericho: “Behold, some men of Israel have come here tonight to spy out the land.”
3 ULB ତହିଁରେ ଯିରୀହୋର ରାଜା ରାହାବ ନିକଟକୁ କହି ପଠାଇଲେ, ଯେଉଁ ଲୋକମାନେ ତୁମ୍ଭ ନିକଟକୁ ଆସି ତୁମ୍ଭ ଗୃହରେ ପ୍ରବେଶ କରିଅଛନ୍ତି, ସେମାନଙ୍କୁ ବାହାର କରି ଆଣ, ଯେହେତୁ ସେମାନେ ସମସ୍ତ ଦେଶ ଅନୁସନ୍ଧାନ କରିବାକୁ ଆସିଅଛନ୍ତି। BSB BSB: So the king of Jericho sent to Rahab and said, “Bring out the men who came to you and entered your house, for they have come to spy out the whole land.”
4 ULB ଏଥିରେ ସେ ସ୍ତ୍ରୀ ସେହି ଦୁଇ ଲୋକଙ୍କୁ ନେଇ ଲୁଚାଇ ରଖିଲା; ଆଉ ସେ କହିଲା, ହଁ, ସେହି ଲୋକମାନେ ମୋ’ କତିକି ଆସିଥିଲେ, ମାତ୍ର ସେମାନେ କେଉଁଠାର ଲୋକ, ତାହା ମୁଁ ଜାଣେ ନାହିଁ। BSB BSB: But the woman had taken the two men and hidden them. So she said, “Yes, the men did come to me, but I did not know where they had come from.
5 ULB ମାତ୍ର ଅନ୍ଧକାର ହୁଅନ୍ତେ, ପ୍ରାୟ ନଗରଦ୍ୱାର ବନ୍ଦ କରିବା ସମୟରେ ସେହି ଲୋକମାନେ ବାହାରି ଗଲେ; ମାତ୍ର ସେମାନେ କେଉଁଆଡ଼େ ଗଲେ, ତାହା ମୁଁ ଜାଣେ ନାହିଁ; ଶୀଘ୍ର ସେମାନଙ୍କ ପଛେ ପଛେ ଗୋଡ଼ାଅ, ତେବେ ସେମାନଙ୍କୁ ଧରି ପାରିବ। BSB BSB: At dusk, when the gate was about to close, the men went out, and I do not know which way they went. Pursue them quickly, and you may catch them!”
6 ULB ମାତ୍ର ସେ ସ୍ତ୍ରୀ ସେମାନଙ୍କୁ ଛାତ ଉପରକୁ ନେଇ ଛାତ ଉପରେ ସଜାଇ ରଖିଥିବା ଆପଣା ମସିନାଝାଟିରେ ଲୁଚାଇ ରଖିଥିଲା। BSB BSB: (But Rahab had taken them up to the roof and hidden them among the stalks of flax that she had laid out there.)
7 ULB ଏଣୁ ସେହି ଲୋକମାନେ ଯର୍ଦ୍ଦନ ବାଟରେ ଘାଟ ପର୍ଯ୍ୟନ୍ତ ଧାଇଁଲେ; ପୁଣି ଗୁପ୍ତଚରମାନଙ୍କୁ ଗୋଡ଼ାଇବା ଲୋକେ ବାହାରି ଯିବାକ୍ଷଣେ ଲୋକମାନେ ନଗରଦ୍ୱାର ବନ୍ଦ କଲେ। BSB BSB: So the king’s men set out in pursuit of the spies along the road to the fords of the Jordan, and as soon as they had gone out, the gate was shut.
8 ULB ଆଉ ଗୁପ୍ତଚରମାନେ ଶୟନ କରିବା ପୂର୍ବେ ସେ ସ୍ତ୍ରୀ ଛାତ ଉପରେ ସେମାନଙ୍କ ନିକଟକୁ ଯାଇ ସେମାନଙ୍କୁ କହିଲା, BSB BSB: Before the spies lay down for the night, Rahab went up on the roof
9 ULB ମୁଁ ଜାଣେ, ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି ଦେଶ ଦେଇଅଛନ୍ତି, ତୁମ୍ଭମାନଙ୍କ ବିଷୟକ ଭୟ ଆମ୍ଭମାନଙ୍କ ଉପରେ ପଡ଼ିଅଛି ଓ ଏହି ଦେଶନିବାସୀ ସମସ୍ତେ ତୁମ୍ଭମାନଙ୍କ ଆଗରେ ତରଳି ଯାଉଅଛନ୍ତି। BSB BSB: and said to them, “I know that the LORD has given you this land and that the fear of you has fallen on us, so that all who dwell in the land are melting in fear of you.
10 ULB କାରଣ ତୁମ୍ଭେମାନେ ମିସରରୁ ବାହାରି ଆସିବା ବେଳେ ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମୁଖରେ କିପ୍ରକାରେ ସୂଫ ସାଗରର ଜଳ ଶୁଷ୍କ କଲେ, ପୁଣି ତୁମ୍ଭେମାନେ ଯର୍ଦ୍ଦନ ସେପାରିସ୍ଥିତ ସୀହୋନ ଓ ଓଗ୍ ନାମକ ଇମୋରୀୟମାନଙ୍କ ଦୁଇ ରାଜାଙ୍କ ପ୍ରତି କିପ୍ରକାର ବ୍ୟବହାର କରି ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିଅଛ, ତାହା ଆମ୍ଭେମାନେ ଶୁଣିଅଛୁ; BSB BSB: For we have heard how the LORD dried up the waters of the Red Sea before you when you came out of Egypt, and what you did to Sihon and Og, the two kings of the Amorites across the Jordan, whom you devoted to destruction.
11 ULB ଆଉ ତାହା ଶୁଣିବାମାତ୍ରେ ଆମ୍ଭମାନଙ୍କ ହୃଦୟ ତରଳି ଗଲା; ପୁଣି ତୁମ୍ଭମାନଙ୍କ ମୁଖ ସକାଶୁ କୌଣସି ପୁରୁଷର ଆତ୍ମା ଆଉ ଉଠିଲା ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଉପରିସ୍ଥ ସ୍ୱର୍ଗରେ ଓ ନୀଚସ୍ଥ ପୃଥିବୀରେ ପରମେଶ୍ୱର ଅଟନ୍ତି। BSB BSB: When we heard this, our hearts melted and everyone’s courage failed because of you, for the LORD your God is God in the heavens above and on the earth below.
12 ULB ଏଣୁ ଏବେ ବିନୟ କରୁଅଛି, ତୁମ୍ଭେମାନେ ସଦାପ୍ରଭୁଙ୍କ ନାମରେ ମୋ’ ସଙ୍ଗେ ଏକ ଶପଥ କର, ମୁଁ ତୁମ୍ଭମାନଙ୍କ ପ୍ରତି ଦୟା କରିଅଛି, ଏହେତୁ ତୁମ୍ଭେମାନେ ମଧ୍ୟ ଯେ ମୋ’ ପିତୃକୁଳ ପ୍ରତି ଦୟା କରିବ, ଏ ବିଷୟରେ ମୋତେ ଏକ ସତ୍ୟ-ଚିହ୍ନ ଦିଅ। BSB BSB: Now therefore, please swear to me by the LORD that you will indeed show kindness to my family, because I showed kindness to you. Give me a sure sign
13 ULB ପୁଣି ତୁମ୍ଭେମାନେ ମୋର ପିତା ଓ ମୋର ମାତା ଓ ମୋର ଭ୍ରାତୃଗଣ ଓ ମୋର ଭଗିନୀଗଣ ଓ ସେମାନଙ୍କର ସମସ୍ତଙ୍କୁ ବଞ୍ଚାଇ ରଖିବ; ପୁଣି ମରଣରୁ ଆମ୍ଭମାନଙ୍କ ପ୍ରାଣ ଉଦ୍ଧାର କରିବ। BSB BSB: that you will spare the lives of my father and mother, my brothers and sisters, and all who belong to them, and that you will deliver us from death.”
14 ULB ଏଥିରେ ସେମାନେ ତାହାକୁ କହିଲେ, ତୁମ୍ଭେମାନେ ଯେବେ ଆମ୍ଭମାନଙ୍କର ଏହି କଥା ପ୍ରକାଶ ନ କରିବ, ତେବେ ତୁମ୍ଭମାନଙ୍କ ପ୍ରାଣ ବଦଳେ ଆମ୍ଭମାନଙ୍କ ପ୍ରାଣ ଯିବ; ଯେତେବେଳେ ସଦାପ୍ରଭୁ ଆମ୍ଭମାନଙ୍କୁ ଏହି ଦେଶ ଦେବେ, ସେତେବେଳେ ଆମ୍ଭେମାନେ ତୁମ୍ଭ ପ୍ରତି ଦୟା ଓ ସତ୍ୟ ବ୍ୟବହାର କରିବା। BSB BSB: “Our lives for your lives!” the men agreed. “If you do not report our mission, we will show you kindness and faithfulness when the LORD gives us the land.”
15 ULB ଏଥିରେ ସେ ସ୍ତ୍ରୀ ସେମାନଙ୍କୁ ଝରକା ବାଟେ ଦଉଡ଼ିରେ ଓହ୍ଲାଇ ଦେଲା, କାରଣ ତାହାର ଗୃହ ନଗର- ପ୍ରାଚୀରରେ ଥିଲା ଓ ସେ ପ୍ରାଚୀର ଉପରେ ବାସ କରୁଥିଲା। BSB BSB: Then Rahab let them down by a rope through the window, since the house where she lived was built into the wall of the city.
16 ULB ପୁଣି ସେ ସେମାନଙ୍କୁ କହିଲା, କେଜାଣି ଗୋଡ଼ାଇବା ଲୋକମାନେ ତୁମ୍ଭମାନଙ୍କୁ ହାବୁଡ଼ିବେ, ଏଥିପାଇଁ ତୁମ୍ଭେମାନେ ପର୍ବତକୁ ଯାଅ, ଆଉ ସେମାନେ ନେଉଟି ଆସିବା ପର୍ଯ୍ୟନ୍ତ ସେଠାରେ ତିନି ଦିନ ଲୁଚି ରୁହ, ତହିଁ ଉତ୍ତାରେ ତୁମ୍ଭେମାନେ ଆପଣା ବାଟରେ ଚାଲିଯିବ। BSB BSB: “Go to the hill country,” she said, “so that your pursuers will not find you. Hide yourselves there for three days until they have returned; then go on your way.”
17 ULB ତହିଁରେ ସେହି ଲୋକମାନେ ତାହାକୁ କହିଲେ, ତୁମ୍ଭେ ଆମ୍ଭମାନଙ୍କୁ ଯେଉଁ ଶପଥ କରାଇଅଛ, ସେ ବିଷୟରେ ଆମ୍ଭେମାନେ ନିର୍ଦ୍ଦୋଷ ହେବା। BSB BSB: The men said to her, “We will not be bound by this oath you made us swear
18 ULB ଦେଖ, ତୁମ୍ଭେ ଯେଉଁ ଝରକା ଦେଇ ଆମ୍ଭମାନଙ୍କୁ ଓହ୍ଲାଇ ଦେଲ, ଆମ୍ଭେମାନେ ଏ ଦେଶକୁ ଆସିଲା ବେଳେ ତୁମ୍ଭେ ସେହି ଝରକାରେ ଏହି ସିନ୍ଦୂରବର୍ଣ୍ଣ ସୂତାଡୋରି ବାନ୍ଧି ରଖିବ; ପୁଣି ତୁମ୍ଭେ ଆପଣା ପିତା ଓ ଆପଣା ମାତା ଓ ଆପଣା ଭ୍ରାତୃଗଣ ଓ ଆପଣା ପିତୃକୁଳର ସମସ୍ତଙ୍କୁ ଆପଣା ନିକଟରେ ଗୃହରେ ଏକତ୍ର କରିବ। BSB BSB: unless, when we enter the land, you have tied this scarlet cord in the window through which you let us down, and unless you have brought your father and mother and brothers and all your family into your house.
19 ULB ତହିଁରେ ଯେକେହି ତୁମ୍ଭ ଗୃହ ଦ୍ୱାରରୁ ବାହାରି ଦାଣ୍ଡକୁ ଯିବ, ତାହାର ରକ୍ତପାତ ଅପରାଧ ତାହାର ନିଜ ମସ୍ତକରେ ବର୍ତ୍ତିବ, ଆଉ ଆମ୍ଭେମାନେ ନିର୍ଦ୍ଦୋଷ ହେବୁ; ମାତ୍ର ଯେକେହି ତୁମ୍ଭ ସଙ୍ଗେ ଗୃହ ମଧ୍ୟରେ ଥାଏ, ତାହା ଉପରେ ଯଦି କେହି ହାତ ଦିଏ, ତେବେ ତାହାର ରକ୍ତପାତ ଅପରାଧ ଆମ୍ଭମାନଙ୍କ ମସ୍ତକରେ ବର୍ତ୍ତିବ। BSB BSB: If anyone goes out the door of your house into the street, his blood will be on his own head, and we will be innocent. But if a hand is laid on anyone with you in the house, his blood will be on our heads.
20 ULB ମାତ୍ର ତୁମ୍ଭେ ଯେବେ ଆମ୍ଭମାନଙ୍କର ଏହି କଥା ପ୍ରକାଶ କର, ତେବେ ତୁମ୍ଭେ ଆମ୍ଭମାନଙ୍କୁ ଯେଉଁ ଶପଥ କରାଇଅଛ, ତୁମ୍ଭ ସେହି ଶପଥରୁ ଆମ୍ଭେମାନେ ନିର୍ଦ୍ଦୋଷ ହେବୁ। BSB BSB: And if you report our mission, we will be released from the oath you made us swear.”
21 ULB ତହିଁରେ ସେ କହିଲା, ତୁମ୍ଭେମାନେ ଯେପରି କହିଲ, ସେପରି ହେଉ। ଏଉତ୍ତାରେ ସେ ସେମାନଙ୍କୁ ବିଦାୟ କରନ୍ତେ, ସେମାନେ ପ୍ରସ୍ଥାନ କଲେ; ପୁଣି ସେ ସେହି ସିନ୍ଦୂରବର୍ଣ୍ଣ ଡୋରି ଝରକାରେ ବାନ୍ଧି ରଖିଲା। BSB BSB: “Let it be as you say,” she replied, and she sent them away. And when they had gone, she tied the scarlet cord in the window.
22 ULB ତହୁଁ ସେମାନେ ପର୍ବତକୁ ଯାଇ ଗୋଡ଼ାଇବା ଲୋକମାନେ ନେଉଟି ଆସିବାଯାଏ ସେଠାରେ ତିନି ଦିନ ରହିଲେ; ଏଣୁ ଗୋଡ଼ାଇବା ଲୋକମାନେ ବାଟଯାକ ଖୋଜିଲେ, ମାତ୍ର ପାଇଲେ ନାହିଁ। BSB BSB: So the spies went out into the hill country and stayed there three days, until their pursuers had returned without finding them, having searched all along the road.
23 ULB ଏଉତ୍ତାରେ ସେହି ଦୁଇ ଲୋକ ଫେରି ପର୍ବତରୁ ଓହ୍ଲାଇଲେ, ପୁଣି ପାର ହୋଇ ନୂନର ପୁତ୍ର ଯିହୋଶୂୟଙ୍କ ନିକଟକୁ ଗଲେ; ଆଉ ସେମାନଙ୍କ ପ୍ରତି ଯାହା ଯାହା ଘଟିଥିଲା, ତାହାସବୁ ତାଙ୍କୁ କହିଲେ। BSB BSB: Then the two men started back, came down from the hill country, and crossed the river. So they came to Joshua son of Nun and reported all that had happened to them.
24 ULB ଆହୁରି ସେମାନେ ଯିହୋଶୂୟଙ୍କୁ କହିଲେ, ସତ୍ୟ, ସଦାପ୍ରଭୁ ଏହି ସମସ୍ତ ଦେଶ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି, ଏହାଛଡ଼ା ସେ ଦେଶନିବାସୀ ସମସ୍ତେ ଆମ୍ଭମାନଙ୍କ ସମ୍ମୁଖରେ ତରଳି ଯାଉଅଛନ୍ତି। BSB BSB: “The LORD has surely delivered the entire land into our hands,” they said to Joshua. “Indeed, all who dwell in the land are melting in fear of us.”
Select verses for actions: Enter goes to them and Escape comes back.