1 ULB ଏଥିଉତ୍ତାରେ ଯିହୋଶୂୟ ଅତି ପ୍ରଭାତରେ ଉଠିଲେ; ପୁଣି ସେ ଓ ଇସ୍ରାଏଲର ସମସ୍ତ ସନ୍ତାନ ଶିଟୀମ୍ରୁ ଯାତ୍ରା କରି ଯର୍ଦ୍ଦନରେ ଉପସ୍ଥିତ ହେଲେ; ମାତ୍ର ସେମାନେ ପାର ହେବା ପୂର୍ବେ ସେଠାରେ ବସା କଲେ। BSB BSB: Early the next morning Joshua got up and left Shittim with all the Israelites. They went as far as the Jordan, where they camped before crossing over.
2 ULB ତହୁଁ ତିନି ଦିନ ଉତ୍ତାରେ ଅଧ୍ୟକ୍ଷମାନେ ଛାଉଣି ମଧ୍ୟଦେଇ ଗଲେ; BSB BSB: After three days the officers went through the camp
3 ULB ପୁଣି ସେମାନେ ଲୋକମାନଙ୍କୁ ଆଜ୍ଞା ଦେଇ କହିଲେ, ଯେତେବେଳେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ଓ ତହିଁର ବାହକ ଲେବୀୟ ଯାଜକମାନଙ୍କୁ ଦେଖିବ, ସେତେବେଳେ ତୁମ୍ଭେମାନେ ଆପଣା ଆପଣା ସ୍ଥାନରୁ ଉଠି ତହିଁର ପଛେ ପଛେ ଗମନ କରିବ। BSB BSB: and commanded the people: “When you see the ark of the covenant of the LORD your God being carried by the Levitical priests, you are to set out from your positions and follow it.
4 ULB ତଥାପି ପରିମାଣାନୁସାରେ ତୁମ୍ଭମାନଙ୍କର ଓ ତାହାର ମଧ୍ୟରେ ପ୍ରାୟ ଦୁଇ ହଜାର ହାତ ଅନ୍ତର ରହିବ; ତୁମ୍ଭେମାନେ ଆପଣାମାନଙ୍କ ଗମନର ପଥ ଜାଣିବା ନିମନ୍ତେ ତାହା ନିକଟକୁ ଆସିବ ନାହିଁ, କାରଣ ଏଥିପୂର୍ବେ ତୁମ୍ଭେମାନେ ଏହି ପଥ ପାର ହୋଇ ଯାଇ ନାହଁ। BSB BSB: But keep a distance of about two thousand cubits between yourselves and the ark. Do not go near it, so that you can see the way to go, since you have never traveled this way before.”
5 ULB ଏଥିଉତ୍ତାରେ ଯିହୋଶୂୟ ଲୋକମାନଙ୍କୁ କହିଲେ, ତୁମ୍ଭେମାନେ ଆପଣା ଆପଣାକୁ ପବିତ୍ର କର, କାରଣ କାଲି ସଦାପ୍ରଭୁ ତୁମ୍ଭମାନଙ୍କ ମଧ୍ୟରେ ଆଶ୍ଚର୍ଯ୍ୟକ୍ରିୟା କରିବେ। BSB BSB: Then Joshua told the people, “Consecrate yourselves, for tomorrow the LORD will do wonders among you.”
6 ULB ପୁଣି ଯିହୋଶୂୟ ଯାଜକମାନଙ୍କୁ କହିଲେ, ନିୟମ-ସିନ୍ଦୁକ ଘେନି ଲୋକମାନଙ୍କ ଆଗେ ଆଗେ ଗମନ କର। ତହିଁରେ ସେମାନେ ନିୟମ-ସିନ୍ଦୁକ ଘେନି ଲୋକମାନଙ୍କ ଆଗେ ଆଗେ ଗମନ କଲେ। BSB BSB: And he said to the priests, “Take the ark of the covenant and go on ahead of the people.” So they carried the ark of the covenant and went ahead of them.
7 ULB ଏଥିରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ଆମ୍ଭେ ଆଜି ଦିନ ସମୁଦାୟ ଇସ୍ରାଏଲଙ୍କ ସାକ୍ଷାତରେ ତୁମ୍ଭକୁ ସମ୍ଭ୍ରାନ୍ତ କରିବାକୁ ଆରମ୍ଭ କରିବା, ତହିଁରେ ଆମ୍ଭେ ଯେପରି ମୋଶା ସଙ୍ଗରେ ଥିଲୁ, ସେହିପରି ତୁମ୍ଭ ସଙ୍ଗରେ ହେବା, ଏହା ସେମାନେ ଜ୍ଞାତ ହେବେ। BSB BSB: Now the LORD said to Joshua, “Today I will begin to exalt you in the sight of all Israel, so they may know that I am with you just as I was with Moses.
8 ULB ଏନିମନ୍ତେ ତୁମ୍ଭେ ନିୟମ-ସିନ୍ଦୁକବାହକ ଯାଜକମାନଙ୍କୁ ଆଜ୍ଞା ଦେଇ କୁହ, ତୁମ୍ଭେମାନେ ଯର୍ଦ୍ଦନ ଜଳଧାରରେ ଉପସ୍ଥିତ ହେଲେ, ସେଠାରେ ଯର୍ଦ୍ଦନ ତୀରରେ ଠିଆ ହୋଇ ରହିବ। BSB BSB: Command the priests carrying the ark of the covenant: ‘When you reach the edge of the waters, stand in the Jordan.’”
9 ULB ତହିଁରେ ଯିହୋଶୂୟ ଇସ୍ରାଏଲ ସନ୍ତାନଗଣକୁ କହିଲେ, ତୁମ୍ଭେମାନେ ଏହି ସ୍ଥାନକୁ ଆସି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟ ଶୁଣ। BSB BSB: So Joshua told the Israelites, “Come here and listen to the words of the LORD your God.”
10 ULB ଯିହୋଶୂୟ ଆହୁରି କହିଲେ, ଜୀବିତ ପରମେଶ୍ୱର ଯେ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ପୁଣି କିଣାନୀୟ ଓ ହିତ୍ତୀୟ ଓ ହିବ୍ବୀୟ ଓ ପରିଷୀୟ ଓ ଗିର୍ଗାଶୀୟ ଓ ଇମୋରୀୟ ଓ ଯିବୂଷୀୟ ଲୋକମାନଙ୍କୁ ଯେ ତୁମ୍ଭମାନଙ୍କ ସମ୍ମୁଖରୁ ନିତାନ୍ତ ତଡ଼ିଦେବେ, ତାହା ତୁମ୍ଭେମାନେ ଏହା ଦ୍ୱାରା ଜାଣି ପାରିବ। BSB BSB: He continued, “This is how you will know that the living God is among you and that He will surely drive out before you the Canaanites, Hittites, Hivites, Perizzites, Girgashites, Amorites, and Jebusites.
11 ULB ଦେଖ, ସମଗ୍ର ଜଗତର ପ୍ରଭୁଙ୍କ ନିୟମ-ସିନ୍ଦୁକ ତୁମ୍ଭମାନଙ୍କ ସମ୍ମୁଖରେ ଯର୍ଦ୍ଦନକୁ ଯାଉଅଛି। BSB BSB: Behold, the ark of the covenant of the Lord of all the earth will go ahead of you into the Jordan.
12 ULB ଏନିମନ୍ତେ ତୁମ୍ଭେମାନେ ଇସ୍ରାଏଲର ଏକ ବଂଶରୁ ଏକ ଏକ ଜଣ, ଏରୂପେ ବାର ବଂଶରୁ ବାର ଜଣ ଗ୍ରହଣ କର। BSB BSB: Now choose twelve men from the tribes of Israel, one from each tribe.
13 ULB ସମଗ୍ର ଜଗତର ପ୍ରଭୁ ସଦାପ୍ରଭୁଙ୍କର ସିନ୍ଦୁକ-ବାହକ ଯାଜକମାନଙ୍କ ପଦତଳ ଯର୍ଦ୍ଦନ ଜଳରେ ପ୍ରବିଷ୍ଟ ହେବାମାତ୍ର ସେହି ଯର୍ଦ୍ଦନର ଜଳ, ଅର୍ଥାତ୍, ଉର୍ଦ୍ଧ୍ୱ ସ୍ଥାନରୁ ଯେଉଁ ଜଳ ବହି ଆସୁଅଛି, ତାହା କଟା ହେବ ଓ ତାହା ଏକ ରାଶି ହୋଇ ସ୍ଥଗିତ ହେବ। BSB BSB: When the feet of the priests who carry the ark of the LORD—the Lord of all the earth—touch down in the waters of the Jordan, its flowing waters will be cut off and will stand up in a heap.”
14 ULB ସେତେବେଳେ ଲୋକମାନେ ଯର୍ଦ୍ଦନ ପାର ହେବା ନିମନ୍ତେ ଆପଣା ଆପଣା ତମ୍ବୁରୁ ଯାତ୍ରା କରନ୍ତେ, ଯାଜକମାନେ ନିୟମ-ସିନ୍ଦୁକ ବହି ଲୋକମାନଙ୍କ ସମ୍ମୁଖସ୍ଥ ହେଲେ। BSB BSB: So when the people broke camp to cross the Jordan, the priests carried the ark of the covenant ahead of them.
15 ULB ଆଉ ଯଦ୍ୟପି ଶସ୍ୟଚ୍ଛେଦନର ସମସ୍ତ କାଳ ଯର୍ଦ୍ଦନର ସବୁ-ତୀର ଉପରକୁ ବଢ଼ି ଉଠେ, ତଥାପି ସିନ୍ଦୁକ- ବାହକମାନେ ଯେତେବେଳେ ଯର୍ଦ୍ଦନ ସମୀପରେ ଉପସ୍ଥିତ ହେଲେ, ସେତେବେଳେ ଜଳଧାରରେ ସିନ୍ଦୁକ-ବାହକ ଯାଜକମାନଙ୍କ ପାଦ ଜଳରେ ଡୁବିବା ମାତ୍ର, BSB BSB: Now the Jordan overflows its banks throughout the harvest season. But as soon as the priests carrying the ark reached the Jordan and their feet touched the water’s edge,
16 ULB ଉର୍ଦ୍ଧ୍ୱରୁ ଆଗତ ସମସ୍ତ ଜଳ ସ୍ଥଗିତ ହୋଇ ସର୍ତ୍ତନ ନିକଟବର୍ତ୍ତୀ ଆଦମ ନଗରଠାରୁ ଅତି ଦୂରରେ ଏକ ରାଶି ହୋଇ ଉଠିଲା; ପୁଣି ପଦାଭୂମିର ସମୁଦ୍ର, ଅର୍ଥାତ୍, ଲବଣ ସମୁଦ୍ରଗାମୀ ଜଳ ସମ୍ପୂର୍ଣ୍ଣ ରୂପେ କଟା ହେଲା; ତହିଁରେ ଲୋକମାନେ ଯିରୀହୋ ସମ୍ମୁଖରେ ପାର ହୋଇଗଲେ। BSB BSB: the flowing water stood still. It backed up as far upstream as Adam, a city in the area of Zarethan, while the water flowing toward the Sea of the Arabah (the Salt Sea) was completely cut off. So the people crossed over opposite Jericho.
17 ULB ଆଉ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକବାହକ ଯାଜକମାନେ ଯର୍ଦ୍ଦନ ମଧ୍ୟରେ ଶୁଷ୍କ ଭୂମିରେ ସ୍ଥିର ରୂପେ ସ୍ଥଗିତ ରହିଲେ; ତହିଁରେ ସମୁଦାୟ ଇସ୍ରାଏଲ ଗୋଷ୍ଠୀ ନିଃଶେଷ ରୂପେ ଯର୍ଦ୍ଦନ ପାର ହେବାଯାଏ ସମସ୍ତେ ଶୁଷ୍କ ଭୂମି ଦେଇ ପାର ହୋଇଗଲେ। BSB BSB: The priests carrying the ark of the covenant of the LORD stood firm on dry ground in the middle of the Jordan, while all Israel crossed over the dry ground, until the entire nation had crossed the Jordan.
Select verses for actions: Enter goes to them and Escape comes back.