1 ULB ଏଥିଉତ୍ତାରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ଭୟ କର ନାହିଁ, କିଅବା ନିରାଶ ହୁଅ ନାହିଁ; ସମସ୍ତ ସୈନ୍ୟ ସଙ୍ଗେ ନେଇ ଉଠି ଅୟକୁ ଯାତ୍ରା କର; ଦେଖ, ଆମ୍ଭେ ଅୟର ରାଜାକୁ ଓ ତାହାର ଲୋକମାନଙ୍କୁ ଓ ତାହାର ନଗର ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କଲୁ। BSB BSB: Then the LORD said to Joshua, “Do not be afraid or discouraged. Take the whole army with you, and go up and attack Ai. See, I have delivered into your hand the king of Ai, his people, his city, and his land.
2 ULB ତୁମ୍ଭେ ଯିରୀହୋ ଓ ତହିଁର ରାଜା ପ୍ରତି ଯେରୂପ କଲ, ଅୟ ଓ ତହିଁର ରାଜା ପ୍ରତି ସେରୂପ କରିବ; କେବଳ ତୁମ୍ଭେମାନେ ତହିଁର ଲୁଟଦ୍ରବ୍ୟ ଓ ପଶୁ ଆପଣାମାନଙ୍କ ନିମନ୍ତେ ନେବ; ତୁମ୍ଭେ ନଗରର ପଶ୍ଚାତ୍ ଆପଣାର ଏକ ଦଳ ସୈନ୍ୟ ଗୋପନ କରି ରଖ। BSB BSB: And you shall do to Ai and its king as you did to Jericho and its king, except that you may carry off their plunder and livestock for yourselves. Set up an ambush behind the city.”
3 ULB ତହୁଁ ଯିହୋଶୂୟ ଓ ସକଳ ସୈନ୍ୟ ଉଠି ଅୟକୁ ଯାତ୍ରା କଲେ; ପୁଣି ଯିହୋଶୂୟ ତିରିଶ ହଜାର ମହାବିକ୍ରମଶାଳୀ ଲୋକ ମନୋନୀତ କରି ରାତ୍ରିରେ ସେମାନଙ୍କୁ ପଠାଇଲେ। BSB BSB: So Joshua and the whole army set out to attack Ai. Joshua chose 30,000 mighty men of valor and sent them out at night
4 ULB ପୁଣି ସେ ସେମାନଙ୍କୁ ଆଜ୍ଞା ଦେଇ କହିଲେ, ଦେଖ, ତୁମ୍ଭେମାନେ ନଗର ପ୍ରତିକୂଳରେ ନଗରର ପଛଭାଗରେ ଗୋପନରେ ରହିବ; ନଗରଠାରୁ ବହୁ ଦୂରକୁ ଯିବ ନାହିଁ, ମାତ୍ର ସମସ୍ତେ ପ୍ରସ୍ତୁତ ହୋଇଥିବ। BSB BSB: with these orders: “Pay attention. You are to lie in ambush behind the city, not too far from it. All of you must be ready.
5 ULB ତହିଁ ଉତ୍ତାରେ ମୁଁ ଓ ମୋର ସଙ୍ଗୀ ସମସ୍ତ ଲୋକ ନଗର ନିକଟକୁ ଯିବୁ, ତହିଁରେ ଯେତେବେଳେ ସେମାନେ ପୂର୍ବ ପରି ଆମ୍ଭମାନଙ୍କ ବିରୁଦ୍ଧରେ ବାହାର ହୋଇ ଆସିବେ, ସେତେବେଳେ ଆମ୍ଭେମାନେ ସେମାନଙ୍କ ଆଗରୁ ପଳାଇବୁ। BSB BSB: Then I and all the troops with me will advance on the city. When they come out against us as they did the first time, we will flee from them.
6 ULB ତହୁଁ ସେମାନେ ଆମ୍ଭମାନଙ୍କ ପଛେ ପଛେ ଆସିଲେ, ଆମ୍ଭେମାନେ ସେମାନଙ୍କୁ ନଗରରୁ କ୍ରମେ କ୍ରମେ ଦୂରକୁ ଆକର୍ଷଣ କରି ଆଣିବୁ; କାରଣ ସେମାନେ କହିବେ, ଏମାନେ ପୂର୍ବ ପରି ଆମ୍ଭମାନଙ୍କ ଆଗରୁ ପଳାଉଅଛନ୍ତି; ଏହିରୂପେ ଆମ୍ଭେମାନେ ସେମାନଙ୍କ ସମ୍ମୁଖରୁ ପଳାଇବୁ; BSB BSB: They will pursue us until we have drawn them away from the city, for they will say, ‘The Israelites are running away from us as they did before.’ So as we flee from them,
7 ULB ତହୁଁ ତୁମ୍ଭେମାନେ ଗୋପନ-ସ୍ଥାନରୁ ଉଠି ନଗର ଅଧିକାର କରିବ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତାହା ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିବେ। BSB BSB: you are to rise from the ambush and seize the city, for the LORD your God will deliver it into your hand.
8 ULB ତୁମ୍ଭେମାନେ ନଗର ଆକ୍ରମଣ କଲାକ୍ଷଣେ ନଗରରେ ଅଗ୍ନି ଲଗାଇବ; ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟାନୁସାରେ କର୍ମ କରିବ; ଦେଖ, ଏହା ମୁଁ ତୁମ୍ଭମାନଙ୍କୁ ଆଜ୍ଞା କଲି। BSB BSB: And when you have taken the city, set it on fire. Do as the LORD has commanded! See, I have given you orders.”
9 ULB ଏରୂପେ ଯିହୋଶୂୟ ସେମାନଙ୍କୁ ପ୍ରେରଣ କଲେ; ଆଉ ସେମାନେ ଯାଇ ଅୟର ପଶ୍ଚିମରେ ବେଥେଲ୍ ଓ ଅୟର ମଧ୍ୟସ୍ଥାନରେ ଗୋପନରେ ରହିଲେ; ମାତ୍ର ଯିହୋଶୂୟ ଲୋକମାନଙ୍କ ମଧ୍ୟରେ ସେ ରାତ୍ର ରହିଲେ। BSB BSB: So Joshua sent them out, and they went to the place of ambush and lay in wait between Bethel and Ai, to the west of Ai. But Joshua spent that night among the people.
10 ULB ଏଥିଉତ୍ତାରେ ଯିହୋଶୂୟ ଅତି ପ୍ରଭାତରେ ଉଠି ଲୋକମାନଙ୍କୁ ଗଣନା କଲେ, ତହିଁ ଉତ୍ତାରେ ସେ ଓ ଇସ୍ରାଏଲର ପ୍ରାଚୀନବର୍ଗ ଲୋକମାନଙ୍କ ଆଗେ ଆଗେ ଅୟକୁ ଯାତ୍ରା କଲେ। BSB BSB: Joshua got up early the next morning and mobilized his men, and he and the elders of Israel marched before them up to Ai.
11 ULB ପୁଣି ତାଙ୍କର ସଙ୍ଗୀ ସମସ୍ତ ସୈନ୍ୟ ଯାଇ ନିକଟବର୍ତ୍ତୀ ହୋଇ ନଗର ସମ୍ମୁଖରେ ଉପସ୍ଥିତ ହେଲେ ଓ ଅୟର ଉତ୍ତର ଦିଗରେ ଛାଉଣି ସ୍ଥାପନ କଲେ; ସେମାନଙ୍କର ଓ ଅୟର ମଧ୍ୟରେ ଏକ ଉପତ୍ୟକା ଥିଲା। BSB BSB: Then all the troops who were with him marched up and approached the city. They arrived in front of Ai and camped to the north of it, with the valley between them and the city.
12 ULB ପୁଣି ସେ ନ୍ୟୂନାଧିକ ପାଞ୍ଚ ହଜାର ଲୋକ ନେଇ ନଗରର ପଶ୍ଚିମ ଦିଗରେ ବେଥେଲ୍ ଓ ଅୟର ମଧ୍ୟସ୍ଥାନରେ ଗୋପନରେ ରଖିଲେ। BSB BSB: Now Joshua had taken about five thousand men and set up an ambush between Bethel and Ai, to the west of the city.
13 ULB ଏହିରୂପେ ସେମାନେ ନଗରର ଉତ୍ତର ଦିଗସ୍ଥ ସମସ୍ତ ଛାଉଣିକୁ ଓ ନଗରର ପଶ୍ଚିମ ଦିଗସ୍ଥ ଆପଣାମାନଙ୍କ ଗୁପ୍ତ ଦଳକୁ ରଖିଲେ; ପୁଣି ଯିହୋଶୂୟ ସେହି ରାତ୍ରି ତଳଭୂମି ମଧ୍ୟକୁ ଗମନ କଲେ। BSB BSB: So the forces were stationed with the main camp to the north of the city and the rear guard to the west of the city. And that night Joshua went into the valley.
14 ULB ସେତେବେଳେ ଅୟର ରାଜା ତାହା ଦେଖନ୍ତେ, ସେ ଓ ତାଙ୍କର ସମସ୍ତ ଲୋକ ପ୍ରଭାତରେ ଶୀଘ୍ର ଉଠିଲେ ଓ ନଗରସ୍ଥ ଲୋକମାନେ ଇସ୍ରାଏଲ ସହିତ ଯୁଦ୍ଧ କରିବାକୁ ବାହାରି ନିରୂପିତ ସମୟରେ ପଦାଭୂମି ସମ୍ମୁଖରେ ଉପସ୍ଥିତ ହେଲେ; ମାତ୍ର ତାଙ୍କ ବିରୁଦ୍ଧରେ ଏକ ଦଳ ସୈନ୍ୟ ନଗର ପଛେ ଗୋପନରେ ଅଛନ୍ତି ବୋଲି ସେ ଜାଣି ନ ଥିଲେ। BSB BSB: When the king of Ai saw the Israelites, he hurried out early in the morning with the men of the city to engage them in battle at an appointed place overlooking the Arabah. But he did not know that an ambush had been set up against him behind the city.
15 ULB ଏଉତ୍ତାରେ ଯିହୋଶୂୟ ଓ ସମଗ୍ର ଇସ୍ରାଏଲ ସେମାନଙ୍କ ସମ୍ମୁଖରେ ଆପଣାମାନଙ୍କୁ ପରାସ୍ତ ହେଲା ପରି ଦେଖାଇ ପ୍ରାନ୍ତର ପଥ ଦେଇ ପଳାୟନ କଲେ। BSB BSB: Joshua and all Israel let themselves be beaten back before them, and they fled toward the wilderness.
16 ULB ତହିଁରେ ନଗରସ୍ଥିତ ସମସ୍ତ ଲୋକ ସେମାନଙ୍କ ପଛେ ପଛେ ଗୋଡ଼ାଇବା ପାଇଁ ଏକତ୍ର ଡକାଗଲେ; ପୁଣି ସେମାନେ ଯିହୋଶୂୟଙ୍କର ପଛେ ପଛେ ଗୋଡ଼ାଉ ଗୋଡ଼ାଉ ନଗରରୁ ଦୂରକୁ ଆକର୍ଷିତ ହେଲେ। BSB BSB: Then all the men of Ai were summoned to pursue them, and they followed Joshua and were drawn away from the city.
17 ULB ପୁଣି ଇସ୍ରାଏଲର ପଛରେ ଯେ ନ ଗଲା, ଏପରି ଜଣେ ହେଲେ ଅୟ କି ବେଥେଲ୍ରେ ଅବଶିଷ୍ଟ ନ ଥିଲା; ସମସ୍ତେ ନଗର ମୁକ୍ତ କରି ଇସ୍ରାଏଲ ପଛେ ପଛେ ଗୋଡ଼ାଇଲେ। BSB BSB: Not a man was left in Ai or Bethel who did not go out after Israel, leaving the city wide open while they pursued Israel.
18 ULB ସେତେବେଳେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ତୁମ୍ଭେ ଆପଣା ହସ୍ତସ୍ଥିତ ବର୍ଚ୍ଛା ଅୟ ନଗର ଆଡ଼େ ବିସ୍ତାର କର; କାରଣ ଆମ୍ଭେ ତାହା ତୁମ୍ଭ ହସ୍ତଗତ କରିବା। ତହିଁରେ ଯିହୋଶୂୟ ଆପଣା ହସ୍ତସ୍ଥିତ ବର୍ଚ୍ଛା ନଗର ଆଡ଼େ ବିସ୍ତାର କଲେ। BSB BSB: Then the LORD said to Joshua, “Hold out your battle lance toward Ai, for into your hand I will deliver the city.” So Joshua held out his battle lance toward Ai,
19 ULB ସେ ହସ୍ତ ବିସ୍ତାର କରିବା ମାତ୍ରେ ଗୋପନରେ ଥିବା ସୈନ୍ୟଦଳ ଶୀଘ୍ର ଆପଣା ଆପଣା ସ୍ଥାନରୁ ଉଠି ଦୌଡ଼ିଯାଇ ନଗରରେ ପ୍ରବେଶ କରି ତାହା ହସ୍ତଗତ କଲେ ଓ ଶୀଘ୍ର ନଗରରେ ଅଗ୍ନି ଲଗାଇଲେ। BSB BSB: and as soon as he did so, the men in ambush rose quickly from their position. They rushed forward, entered the city, captured it, and immediately set it on fire.
20 ULB ଏ ଉତ୍ତାରେ ଅୟର ଲୋକମାନେ ଆପଣା ପଛକୁ ଅନାଇ ଦେଖିଲେ, ଆଉ ଦେଖ, ନଗରର ଧୂମ ଆକାଶକୁ ଉଠୁଅଛି, ମାତ୍ର ଏଆଡ଼େ କି ସେଆଡ଼େ ପଳାଇବାକୁ ସେମାନଙ୍କର ବଳ ନ ଥିଲା; ଆଉ ଯେଉଁମାନେ ପ୍ରାନ୍ତରକୁ ପଳାଉଥିଲେ, ସେମାନେ ଫେରି ଗୋଡ଼ାଇବା ଲୋକମାନଙ୍କୁ ଆକ୍ରମଣ କଲେ। BSB BSB: When the men of Ai turned and looked back, the smoke of the city was rising into the sky. They could not escape in any direction, and the troops who had fled to the wilderness now turned against their pursuers.
21 ULB ପୁଣି ଗୋପନରେ ଥିବା ସୈନ୍ୟଦଳ ନଗର ହସ୍ତଗତ କରିଅଛନ୍ତି ଓ ନଗରର ଧୂମ ଉଠୁଅଛି, ଏହା ଦେଖି ଯିହୋଶୂୟ ଓ ସମସ୍ତ ଇସ୍ରାଏଲ ଫେରି ଅୟର ଲୋକମାନଙ୍କୁ ବଧ କଲେ। BSB BSB: When Joshua and all Israel saw that the men in ambush had captured the city and that smoke was rising from it, they turned around and struck down the men of Ai.
22 ULB ଆଉ ଅନ୍ୟ ଦଳ ନଗରରୁ ବାହାରି ସେମାନଙ୍କ ବିରୁଦ୍ଧରେ ଆସିଲେ; ଏହିରୂପେ ସେମାନେ ଏପାଖେ କେତେକ ଓ ସେପାଖେ କେତେକ ହୋଇ ଇସ୍ରାଏଲ ମଧ୍ୟରେ ପଡ଼ିଲେ; ତେଣୁ ଇସ୍ରାଏଲ ସେମାନଙ୍କୁ ଏପରି ସଂହାର କଲେ ଯେ, ସେମାନଙ୍କ ମଧ୍ୟରୁ କେହି ଅବଶିଷ୍ଟ ରହିଲା ନାହିଁ, କି କେହି ପଳାଇ ପାରିଲା ନାହିଁ। BSB BSB: Meanwhile, those in the ambush came out of the city against them, and the men of Ai were trapped between the Israelite forces on both sides. So Israel struck them down until no survivor or fugitive remained.
23 ULB ମାତ୍ର ସେମାନେ ଅୟର ରାଜାଙ୍କୁ ଜୀବିତ ଧରି ଯିହୋଶୂୟଙ୍କ ନିକଟକୁ ଆଣିଲେ। BSB BSB: But they took the king of Ai alive and brought him to Joshua.
24 ULB ଏହିରୂପେ ଯେଉଁ ପ୍ରାନ୍ତରରେ ଅୟ ନିବାସୀ ଲୋକମାନେ ସେମାନଙ୍କ ପଛେ ପଛେ ଗୋଡ଼ାଉଥିଲେ, ସେହି କ୍ଷେତ୍ରରେ ଇସ୍ରାଏଲ ସେମାନଙ୍କୁ ନିଃଶେଷିତ ହେବା ପର୍ଯ୍ୟନ୍ତ ବଧ କରି ସାରିଲା ଉତ୍ତାରେ ସେମାନେ ମୃତ୍ୟୁବରଣ କଲେ, ତହିଁ ଉତ୍ତାରେ ସମଗ୍ର ଇସ୍ରାଏଲ ଫେରି ଆସି ଅୟରେ ଥିବା ପ୍ରତ୍ୟେକ ଜଣଙ୍କୁ ସଂହାର କଲେ। BSB BSB: When Israel had finished killing all the men of Ai who had pursued them into the field and wilderness, and when every last one of them had fallen by the sword, all the Israelites returned to Ai and put it to the sword as well.
25 ULB ପୁଣି ସେହି ଦିନ ଅୟ ନିବାସୀ ସମସ୍ତ ଲୋକ ସ୍ତ୍ରୀ ପୁରୁଷ ସର୍ବସୁଦ୍ଧା ବାର ହଜାର ଲୋକ ହତ ହେଲେ। BSB BSB: A total of twelve thousand men and women fell that day—all the people of Ai.
26 ULB କାରଣ ଅୟ ନିବାସୀ ସମସ୍ତଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା ଯାଏ ଯିହୋଶୂୟ ଆପଣାର ଯେଉଁ ହସ୍ତ ବର୍ଚ୍ଛା ଧରି ବିସ୍ତାର କରିଥିଲେ, ତାହା ସେ ସଙ୍କୁଚିତ କଲେ ନାହିଁ। BSB BSB: Joshua did not draw back the hand that held his battle lance until he had devoted to destruction all who lived in Ai.
27 ULB ଯିହୋଶୂୟଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲୀୟ ଲୋକମାନେ କେବଳ ସେହି ନଗରର ପଶୁ ଓ ଲୁଟ ଦ୍ରବ୍ୟ ସବୁ ଆପଣାମାନଙ୍କ ନିମନ୍ତେ ଗ୍ରହଣ କଲେ। BSB BSB: Israel took for themselves only the cattle and plunder of that city, as the LORD had commanded Joshua.
28 ULB ପୁଣି ଯିହୋଶୂୟ ଅୟ ନଗରକୁ ଅଗ୍ନିରେ ଦଗ୍ଧ କରି ଅନନ୍ତକାଳୀନ ଢିପି ଓ ଆଜିଯାଏ ଏକ ଶୂନ୍ୟସ୍ଥାନ କଲେ। BSB BSB: So Joshua burned Ai and made it a permanent heap of ruins, a desolation to this day.
29 ULB ଏଉତ୍ତାରେ ସେ ଅୟର ରାଜାଙ୍କୁ ସନ୍ଧ୍ୟା ପର୍ଯ୍ୟନ୍ତ ବୃକ୍ଷରେ ଟଙ୍ଗାଇ ରଖିଲେ, ମାତ୍ର ସୂର୍ଯ୍ୟାସ୍ତ ସମୟରେ ଯିହୋଶୂୟ ଆଜ୍ଞା ଦିଅନ୍ତେ, ଲୋକମାନେ ତାଙ୍କର ଶବ ବୃକ୍ଷରୁ ତଳକୁ ଆଣି ନଗରଦ୍ୱାର-ପ୍ରବେଶ ସ୍ଥାନରେ ପକାଇ; ତହିଁ ଉପରେ ପ୍ରସ୍ତରର ଏକ ବଡ଼ ଢିପି କଲେ; ତାହା ଆଜିଯାଏ ଅଛି। BSB BSB: He hung the king of Ai on a tree until evening, and at sunset Joshua commanded that they take down the body from the tree and throw it down at the entrance of the city gate. And over it they raised a large pile of rocks, which remains to this day.
32 ULB ପୁଣି ସେ ସେହି ପ୍ରସ୍ତର ଉପରେ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରେ ମୋଶାଙ୍କ ଦ୍ୱାରା ଲିଖିତ ବ୍ୟବସ୍ଥାଗ୍ରନ୍ଥର ଅଂଶ ଉତ୍ତାରି ଲେଖିଲେ। BSB BSB: And there in the presence of the Israelites, Joshua inscribed on the stones a copy of the law of Moses, which he had written.
33 ULB ଏ ଉତ୍ତାରେ ସମୁଦାୟ ଇସ୍ରାଏଲ ଓ ସେମାନଙ୍କ ପ୍ରାଚୀନବର୍ଗ ଓ ଅଧ୍ୟକ୍ଷଗଣ ଓ ସେମାନଙ୍କ ବିଚାରକର୍ତ୍ତୃଗଣ, ଯେପରି ବିଦେଶୀ, ସେପରି ଗୃହଜାତ, ଅଧେ ଗରିଷୀମ ପର୍ବତ ଆଗରେ ଓ ଅଧେ ଏବଲ ପର୍ବତ ଆଗରେ, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକବାହୀ ଲେବୀୟ ଯାଜକମାନଙ୍କ ସମ୍ମୁଖରେ ସିନ୍ଦୁକର ଏପାଖେ ଓ ସେପାଖେ ଠିଆ ହେଲେ; କାରଣ ପ୍ରଥମେ ଇସ୍ରାଏଲୀୟ ଲୋକମାନଙ୍କୁ ଆଶୀର୍ବାଦ କରିବା ପାଇଁ ସଦାପ୍ରଭୁଙ୍କ ସେବକ ମୋଶା ସେମାନଙ୍କୁ ଆଦେଶ ଦେଇଥିଲେ। BSB BSB: All Israel, foreigners and citizens alike, with their elders, officers, and judges, stood on both sides of the ark of the covenant of the LORD facing the Levitical priests who carried it. Half of the people stood in front of Mount Gerizim and half of them in front of Mount Ebal, as Moses the servant of the LORD had commanded earlier, to bless the people of Israel.
34 ULB ତହୁଁ ବ୍ୟବସ୍ଥାଗ୍ରନ୍ଥର ସମସ୍ତ ଲେଖାନୁସାରେ ସେ ଆଶୀର୍ବାଦ ଓ ଅଭିଶାପ ବିଷୟକ ବ୍ୟବସ୍ଥାର ସମସ୍ତ କଥା ପାଠ କଲେ। BSB BSB: Afterward, Joshua read aloud all the words of the law—the blessings and the curses—according to all that is written in the Book of the Law.
35 ULB ଯିହୋଶୂୟ ଇସ୍ରାଏଲୀୟ ସମସ୍ତ ସମାଜର ଓ ସ୍ତ୍ରୀଗଣର ଓ ବାଳକଗଣର ଓ ସେମାନଙ୍କ ମଧ୍ୟରେ ପରିଚିତ ବିଦେଶୀମାନଙ୍କ ସମ୍ମୁଖରେ ଯାହା ପାଠ କଲେ ନାହିଁ, ମୋଶାଙ୍କର ସମସ୍ତ ଆଦେଶ ମଧ୍ୟରେ ଏପରି ଗୋଟିଏ କଥା ନ ଥିଲା। BSB BSB: There was not a word of all that Moses had commanded that Joshua failed to read before the whole assembly of Israel, including the women, the little ones, and the foreigners who lived among them.
Select verses for actions: Enter goes to them and Escape comes back.