1 ULB ଏଥିଉତ୍ତାରେ ଯର୍ଦ୍ଦନ ଏପାରସ୍ଥ ସମୁଦାୟ ରାଜାଗଣ, ଅର୍ଥାତ୍, ପର୍ବତ ଓ ତଳଭୂମି ନିବାସୀ ଓ ଲିବାନୋନ ସମ୍ମୁଖସ୍ଥ ମହାସମୁଦ୍ରର ସମସ୍ତ ତୀର ନିବାସୀ ହିତ୍ତୀୟ ଓ ଇମୋରୀୟ ଓ କିଣାନୀୟ ଓ ପରିଷୀୟ ଓ ହିବ୍ବୀୟ ଓ ଯିବୂଷୀୟ ରାଜାଗଣ ଏହି କଥା ଶୁଣିଲେ; BSB BSB: Now when news of this reached all the kings west of the Jordan—those in the hill country, the foothills, and all along the coast of the Great Sea toward Lebanon (the Hittites, Amorites, Canaanites, Perizzites, Hivites, and Jebusites)—
2 ULB ତହିଁରେ ସେମାନେ ଏକ ମନରେ ଯିହୋଶୂୟ ଓ ଇସ୍ରାଏଲ ସହିତ ଯୁଦ୍ଧ କରିବାକୁ ଏକତ୍ର ହେଲେ। BSB BSB: they came together to wage war against Joshua and Israel.
3 ULB ମାତ୍ର ଯିରୀହୋ ପ୍ରତି ଓ ଅୟ ପ୍ରତି ଯିହୋଶୂୟ ଯେ ଯେ କର୍ମ କରିଥିଲେ, ତାହା ଯେତେବେଳେ ଗିବୀୟୋନ୍ ନିବାସୀମାନେ ଶୁଣିଲେ, BSB BSB: But the people of Gibeon, having heard what Joshua had done to Jericho and Ai,
4 ULB ସେତେବେଳେ ସେମାନେ ମଧ୍ୟ ସତର୍କ ହୋଇ କର୍ମ କଲେ, ସେମାନେ ଯାଇ ରାଜଦୂତ ବେଶ ଧରି ଆପଣା ଆପଣା ଗର୍ଦ୍ଦଭ ଉପରେ ପୁରୁଣା ଅଖା, ପୁଣି ପୁରୁଣା ଓ ଚିରା ଓ ଗଣ୍ଠିପଡ଼ା ଦ୍ରାକ୍ଷାରସ କୁମ୍ପା ଲଦିଲେ; BSB BSB: acted deceptively and set out as envoys, carrying on their donkeys worn-out sacks and old wineskins, cracked and mended.
5 ULB ଆଉ ସେମାନଙ୍କ ପାଦରେ ପୁରୁଣା ଓ ତାଳିପଡ଼ା ଜୋତା, ପୁଣି ଦେହରେ ପୁରୁଣା ଲୁଗା ଦେଲେ; ପୁଣି ସେମାନଙ୍କ ପାଥେୟ ରୁଟି ଶୁଖିଲା ଓ ଗମରା ହୋଇ ଯାଇଥିଲା। BSB BSB: They put worn, patched sandals on their feet and threadbare clothing on their bodies, and their whole supply of bread was dry and moldy.
6 ULB ଏହିରୂପେ ସେମାନେ ଗିଲ୍ଗଲ୍ସ୍ଥିତ ଛାଉଣିକୁ ଯିହୋଶୂୟଙ୍କ ନିକଟକୁ ଯାଇ ତାଙ୍କୁ ଓ ଇସ୍ରାଏଲୀୟ ଲୋକମାନଙ୍କୁ କହିଲେ, “ଆମ୍ଭେମାନେ ଦୂର ଦେଶରୁ ଆସିଲୁ, ଏଣୁ ତୁମ୍ଭେମାନେ ଏବେ ଆମ୍ଭମାନଙ୍କ ସହିତ ନିୟମ ସ୍ଥିର କର।” BSB BSB: They went to Joshua in the camp at Gilgal and said to him and the men of Israel, “We have come from a distant land; please make a treaty with us.”
7 ULB ତହିଁରେ ଇସ୍ରାଏଲୀୟ ଲୋକମାନେ ସେହି ହିବ୍ବୀୟମାନଙ୍କୁ ଉତ୍ତର କଲେ, “କେଜାଣି ତୁମ୍ଭେମାନେ ଆମ୍ଭମାନଙ୍କ ମଧ୍ୟରେ ବାସ କରୁଥିବ; ଆମ୍ଭେମାନେ କିପରି ତୁମ୍ଭମାନଙ୍କ ସହିତ ନିୟମ କରି ପାରିବୁ?” BSB BSB: But the men of Israel said to the Hivites, “Perhaps you dwell near us. How can we make a treaty with you?”
8 ULB ତହୁଁ ସେମାନେ ଯିହୋଶୂୟଙ୍କୁ କହିଲେ, “ଆମ୍ଭେମାନେ ଆପଣଙ୍କର ଦାସ।” ତେବେ ଯିହୋଶୂୟ ସେମାନଙ୍କୁ କହିଲେ, “ତୁମ୍ଭେମାନେ କିଏ? ପୁଣି କେଉଁଠାରୁ ଆସିଅଛ?” BSB BSB: “We are your servants,” they said to Joshua. Then Joshua asked them, “Who are you and where have you come from?”
9 ULB ସେମାନେ ତାଙ୍କୁ କହିଲେ, “ସଦାପ୍ରଭୁ ଆପଣଙ୍କ ପରମେଶ୍ୱରଙ୍କ ନାମ ସକାଶୁ ଆପଣଙ୍କ ଦାସମାନେ ଅତି ଦୂର ଦେଶରୁ ଆସିଅଛନ୍ତି; କାରଣ ତାହାଙ୍କର କୀର୍ତ୍ତି ଓ ସେ ମିସରରେ ଯେସମସ୍ତ କର୍ମ କରିଅଛନ୍ତି।” BSB BSB: “Your servants have come from a very distant land,” they replied, “because of the fame of the LORD your God. For we have heard the reports about Him: all that He did in Egypt,
10 ULB ପୁଣି ସେ ଯର୍ଦ୍ଦନ ସେପାରିସ୍ଥ ହିଷ୍ବୋନ-ରାଜା ସୀହୋନ ଓ ଅଷ୍ଟାରୋତ୍ ନିବାସୀ ବାଶନ-ରାଜା ଓଗ୍, ଇମୋରୀୟମାନଙ୍କ ଏହି ଦୁଇ ରାଜା ପ୍ରତି ଯେ ଯେ କର୍ମ କରିଅଛନ୍ତି, ତାହାସବୁ ଆମ୍ଭେମାନେ ଶୁଣିଅଛୁ। BSB BSB: and all that He did to the two kings of the Amorites beyond the Jordan—Sihon king of Heshbon and Og king of Bashan, who reigned in Ashtaroth.
11 ULB ଏହେତୁ ଆମ୍ଭମାନଙ୍କ ପ୍ରାଚୀନବର୍ଗ ଓ ଦେଶ ନିବାସୀ ସମସ୍ତେ ଆମ୍ଭମାନଙ୍କୁ କହିଲେ, “ତୁମ୍ଭେମାନେ ହସ୍ତରେ ପାଥେୟ ଦ୍ରବ୍ୟ ନେଇ ସେମାନଙ୍କ ସହିତ ସାକ୍ଷାତ କରିବାକୁ ଯାଇ ସେମାନଙ୍କୁ ଏହି କଥା କୁହ, ‘ଆମ୍ଭେମାନେ ଆପଣମାନଙ୍କ ଦାସ; ଏଣୁ ଆପଣମାନେ ଆମ୍ଭମାନଙ୍କ ସହିତ ନିୟମ ସ୍ଥିର କରନ୍ତୁ।’” BSB BSB: So the elders and inhabitants of our land told us, ‘Take provisions for your journey; go to meet them and say to them: We are your servants. Please make a treaty with us.’
12 ULB ଆମ୍ଭେମାନେ ଆପଣମାନଙ୍କ ନିକଟକୁ ଆସିବା ନିମନ୍ତେ ଯାତ୍ରା କରିବା ଦିନ ଗୃହରୁ ତତଲା ରୁଟି ଆଣିଥିଲୁ; ମାତ୍ର ଏବେ ଦେଖନ୍ତୁ, ତାହା ଶୁଖିଲା ଓ ଗମରା ହୋଇ ଯାଇଅଛି। BSB BSB: This bread of ours was warm when we packed it at home on the day we left to come to you. But look, it is now dry and moldy.
13 ULB ପୁଣି ଏହି ଯେସବୁ ଦ୍ରାକ୍ଷାରସ-କୁମ୍ପା ଭର୍ତ୍ତି କରି ଆଣିଥିଲୁ, ତାହା ନୂଆ ଥିଲା, ମାତ୍ର ଦେଖନ୍ତୁ, ସବୁ ଆସି ଚିରି ଗଲାଣି; ଆଉ ଆମ୍ଭମାନଙ୍କ ଏହି ଲୁଗା ଓ ଜୋତା ଅତି ଦୂର ଯାତ୍ରା ସକାଶୁ ପୁରୁଣା ହୋଇଗଲାଣି। BSB BSB: These wineskins were new when we filled them, but look, they are cracked. And these clothes and sandals are worn out from our very long journey.”
14 ULB ତହିଁରେ (ଇସ୍ରାଏଲ) ଲୋକମାନେ ସେମାନଙ୍କ ପାଥେୟ ଦ୍ରବ୍ୟ ଗ୍ରହଣ କଲେ, ଆଉ ସଦାପ୍ରଭୁଙ୍କ ମୁଖରୁ ପରାମର୍ଶ ଲୋଡ଼ିଲେ ନାହିଁ। BSB BSB: Then the men of Israel sampled their provisions but did not seek the counsel of the LORD.
15 ULB ପୁଣି ଯିହୋଶୂୟ ସେମାନଙ୍କ ସହିତ ସନ୍ଧି କଲେ ଓ ସେମାନଙ୍କୁ ଜୀବିତ ରଖିବାକୁ ନିୟମ କଲେ, ଆଉ ମଣ୍ଡଳୀର ଅଧିପତିମାନେ ସେମାନଙ୍କ ନିକଟରେ ଶପଥ କଲେ। BSB BSB: And Joshua made a treaty of peace with them to let them live, and the leaders of the congregation swore an oath to them.
16 ULB ଏହିରୂପେ ସେମାନଙ୍କ ସହିତ ନିୟମ ସ୍ଥିର କରିବାର ତିନି ଦିନ ଗତ ହୁଅନ୍ତେ, ସେମାନେ ଶୁଣିଲେ ଯେ, ଏମାନେ ଆମ୍ଭମାନଙ୍କ ନିକଟସ୍ଥ ଲୋକ ଓ ଆମ୍ଭମାନଙ୍କ ମଧ୍ୟରେ ବାସ କରୁଅଛନ୍ତି। BSB BSB: Three days after they had made the treaty with the Gibeonites, the Israelites learned that they were neighbors, living among them.
17 ULB ଏଉତ୍ତାରେ ଇସ୍ରାଏଲ ସନ୍ତାନଗଣ ଯାତ୍ରା କରି ତୃତୀୟ ଦିବସରେ ସେମାନଙ୍କ ନଗରମାନଙ୍କରେ ଉପସ୍ଥିତ ହେଲେ। ଗିବୀୟୋନ୍ ଓ କଫୀରା ଓ ବେରୋତ ଓ କିରୀୟଥ୍-ଯିୟାରୀମ୍ ସେମାନଙ୍କ ନଗର ଥିଲା। BSB BSB: So the Israelites set out and on the third day arrived at their cities—Gibeon, Chephirah, Beeroth, and Kiriath-jearim.
18 ULB ମାତ୍ର ମଣ୍ଡଳୀର ଅଧିପତିଗଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ନାମରେ ସେମାନଙ୍କ ସହିତ ଶପଥ କରିଥିବାରୁ ଇସ୍ରାଏଲ ସନ୍ତାନଗଣ ସେମାନଙ୍କୁ ଆଘାତ କଲେ ନାହିଁ, ଏହେତୁ ସମସ୍ତ ମଣ୍ଡଳୀ ଅଧିପତିମାନଙ୍କ ବିରୁଦ୍ଧରେ ବଚସା କରିବାକୁ ଲାଗିଲେ। BSB BSB: But the Israelites did not attack them, because the leaders of the congregation had sworn an oath to them by the LORD, the God of Israel. And the whole congregation grumbled against the leaders.
19 ULB ତହିଁରେ ଅଧିପତିଗଣ ସମସ୍ତ ମଣ୍ଡଳୀକି କହିଲେ, “ଆମ୍ଭେମାନେ ସେମାନଙ୍କ ସହିତ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ନାମରେ ଶପଥ କରିଅଛୁ, ଏହେତୁ ଏବେ ସେମାନଙ୍କୁ ସ୍ପର୍ଶ କରି ନ ପାରୁ।” BSB BSB: All the leaders answered, “We have sworn an oath to them by the LORD, the God of Israel, and now we cannot touch them.
20 ULB ଆମ୍ଭେମାନେ ସେମାନଙ୍କ ପ୍ରତି ଏହା କରିବା, ସେମାନଙ୍କୁ ଜୀବନରେ ରଖିବା; ନୋହିଲେ ସେମାନଙ୍କ ସହିତ ଯେଉଁ ଶପଥ କରିଅଛୁ, ସେହି ଶପଥ ସକାଶୁ ଆମ୍ଭମାନଙ୍କ ପ୍ରତି କ୍ରୋଧ ଉପସ୍ଥିତ ହେବ। BSB BSB: This is how we will treat them: We will let them live, so that no wrath will fall on us because of the oath we swore to them.”
21 ULB ଏନିମନ୍ତେ ଅଧିପତିମାନେ ସେମାନଙ୍କୁ କହିଲେ, ଏମାନେ ଜୀବିତ ଥାଉନ୍ତୁ; ମାତ୍ର ଅଧିପତିଗଣର ବାକ୍ୟାନୁସାରେ ସେମାନେ ସମସ୍ତ ମଣ୍ଡଳୀର କାଠକଟାଳୀ ଓ ଜଳକଢ଼ାଳୀ ହେବେ। BSB BSB: They continued, “Let them live, but let them be woodcutters and water carriers for the whole congregation.” So the leaders kept their promise.
22 ULB ଏଉତ୍ତାରେ ଯିହୋଶୂୟ ସେମାନଙ୍କୁ ଡକାଇ କହିଲେ, “ଆମ୍ଭେମାନେ ତୁମ୍ଭମାନଙ୍କଠାରୁ ଅତି ଦୂରସ୍ଥ ଲୋକ” ଏହା କହି କାହିଁକି ତୁମ୍ଭେମାନେ ଆମ୍ଭମାନଙ୍କୁ ପ୍ରବଞ୍ଚନା କଲ? ତୁମ୍ଭେମାନେ ତ ଆମ୍ଭମାନଙ୍କ ମଧ୍ୟରେ ବାସ କରୁଅଛ। BSB BSB: Then Joshua summoned the Gibeonites and said, “Why did you deceive us by telling us you live far away from us, when in fact you live among us?
23 ULB ଏନିମନ୍ତେ ଏବେ ତୁମ୍ଭେମାନେ ଶାପଗ୍ରସ୍ତ ହେଲ; ଆମ୍ଭ ପରମେଶ୍ୱରଙ୍କ ଗୃହର କାଠକଟାଳୀ ଓ ଜଳକଢ଼ାଳୀ ହେବା ପାଇଁ ତୁମ୍ଭମାନଙ୍କ ମଧ୍ୟରୁ ବନ୍ଧାଦାସର ଅଭାବ ହେବ ନାହିଁ। BSB BSB: Now therefore you are under a curse and will perpetually serve as woodcutters and water carriers for the house of my God.”
24 ULB ଏଥିରେ ସେମାନେ ଯିହୋଶୂୟଙ୍କୁ ଉତ୍ତର କରି କହିଲେ, ତୁମ୍ଭମାନଙ୍କୁ ଏହି ସମସ୍ତ ଦେଶ ଦେବାକୁ ଓ ତୁମ୍ଭମାନଙ୍କ ସମ୍ମୁଖରୁ ଏହି ଦେଶ ନିବାସୀ ସମସ୍ତ ଲୋକଙ୍କୁ ବିନାଶ କରିବାକୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ସେବକ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତାହା ନିଶ୍ଚିତ ରୂପେ ତୁମ୍ଭ ଦାସମାନଙ୍କୁ କୁହାଯାଇଅଛି; ଏହେତୁ ଆମ୍ଭେମାନେ ତୁମ୍ଭମାନଙ୍କ ସମ୍ମୁଖରେ ଆପଣା ଆପଣା ପ୍ରାଣ ବିଷୟରେ ଅତିଶୟ ଭୀତ ହୋଇ ଏହି କାର୍ଯ୍ୟ କରିଅଛୁ। BSB BSB: The Gibeonites answered, “Your servants were told clearly that the LORD your God had commanded His servant Moses to give you all the land and wipe out all its inhabitants before you. So we greatly feared for our lives because of you, and that is why we have done this.
25 ULB ଏବେ ଦେଖନ୍ତୁ, ଆମ୍ଭେମାନେ ଆପଣଙ୍କ ହସ୍ତରେ ଅଛୁ, ଆମ୍ଭମାନଙ୍କ ପ୍ରତି ଯାହା କରିବା ଆପଣଙ୍କ ଦୃଷ୍ଟିରେ ଉତ୍ତମ ଓ ନ୍ୟାୟ, ତାହା କରନ୍ତୁ। BSB BSB: Now we are in your hands. Do to us whatever seems good and right to you.”
26 ULB ତହିଁରେ ସେ ସେମାନଙ୍କ ପ୍ରତି ତାହା ହିଁ କରି ଇସ୍ରାଏଲ ସନ୍ତାନଗଣ ହସ୍ତରୁ ରକ୍ଷା କଲେ, ଏଣୁ ସେମାନେ ସେମାନଙ୍କୁ ବଧ କଲେ ନାହିଁ। BSB BSB: So Joshua did this and delivered them from the hands of the Israelites, and they did not kill the Gibeonites.
27 ULB ଆଉ ଯିହୋଶୂୟ ସେମାନଙ୍କୁ ସେହି ଦିନରୁ ଆଜିଯାଏ, ସଦାପ୍ରଭୁଙ୍କ ମନୋନୀତ ସ୍ଥାନରେ ମଣ୍ଡଳୀର ଓ ସଦାପ୍ରଭୁଙ୍କ ଯଜ୍ଞବେଦିର କାଠକଟାଳୀ ଓ ଜଳକଢ଼ାଳୀ କଲେ। BSB BSB: On that day he made them woodcutters and water carriers, as they are to this day for the congregation of the LORD and for the altar at the place He would choose.
Select verses for actions: Enter goes to them and Escape comes back.