1 ULB ଯିହୂଦା, ଯୀଶୁଖ୍ରୀଷ୍ଟଙ୍କ ଜଣେ ଦାସ ଓ ଯାକୁବଙ୍କ ଭାଇ, ଯେଉଁମାନେ ଆହୂତ ଓ ପିତା ଈଶ୍ୱରଙ୍କ ପ୍ରିୟପାତ୍ର, ପୁଣି, ଯୀଶୁଖ୍ରୀଷ୍ଟଙ୍କ ନିମନ୍ତେ ସୁରକ୍ଷିତ,ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି। BSB BSB: Jude, a servant of Jesus Christ and a brother of James, To those who are called, loved by God the Father, and kept in Jesus Christ:
2 ULB ତୁମ୍ଭମାନଙ୍କ ପ୍ରତି ଦୟା, ଶାନ୍ତି ଓ ପ୍ରେମ ପ୍ରଚୁରଭାବେ ବର୍ତ୍ତୁ। BSB BSB: Mercy, peace, and love be multiplied to you.
4 ULB କାରଣ ପ୍ରାଚୀନ ଶାସ୍ତ୍ରମାନଙ୍କରେ ଦଣ୍ଡର ପାତ୍ର ବୋଲି ବର୍ଣ୍ଣିତ ହୋଇଥିବା କେତେକ ଲୋକ ତୁମ୍ଭମାନଙ୍କ ମଧ୍ୟରେ ଗୁପ୍ତରେ ପ୍ରବେଶ କରିଅଛନ୍ତି; ସେମାନେ ଅଧାର୍ମିକ, ଆମ୍ଭମାନଙ୍କ ଈଶ୍ୱରଙ୍କ ଅନୁଗ୍ରହକୁ ବିପରୀତ ଭାବରେ କାମୁକତାରେ ବ୍ୟବହାର କରନ୍ତି, ପୁଣି, ଆମ୍ଭମାନଙ୍କର ଏକମାତ୍ର କର୍ତ୍ତା ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଅସ୍ୱୀକାର କରନ୍ତି। BSB BSB: For certain men have crept in among you unnoticed—ungodly ones who were designated long ago for condemnation. They turn the grace of our God into a license for immorality, and they deny our only Master and Lord, Jesus Christ.
5 ULB ଯଦ୍ୟପି ତୁମ୍ଭେମାନେ ସମସ୍ତ ବିଷୟ ସମ୍ପୂର୍ଣ୍ଣ ରୂପେ ଜାଣିଅଛ, ତଥାପି ମୁଁ ତୁମ୍ଭମାନଙ୍କୁ ସ୍ମରଣ କରାଇବାକୁ ଇଚ୍ଛା କରେ ଯେ, ପ୍ରଭୁ ମିସର ଦେଶରୁ ଲୋକମାନଙ୍କୁ ଉଦ୍ଧାର କଲେ, ଆଉ ଯେଉଁମାନେ ବିଶ୍ୱାସ କଲେ ନାହିଁ, ପରେ ସେମାନଙ୍କୁ ବିନାଶ କଲେ। BSB BSB: Although you are fully aware of this, I want to remind you that after Jesus had delivered His people out of the land of Egypt, He destroyed those who did not believe.
6 ULB ପୁଣି, ଯେଉଁ ଦୂତମାନେ ଆପଣା ଆପଣା ଉଚ୍ଚ ପଦ ନ ରଖି ନିଜ ନିଜ ବାସସ୍ଥାନ ପରିତ୍ୟାଗ କଲେ, ସେମାନଙ୍କୁ ସେ ମହା ବିଚାର ଦିନ ପର୍ଯ୍ୟନ୍ତ ଅନନ୍ତସ୍ଥାୟୀ ବନ୍ଧନରେ ଆବଦ୍ଧ କରି ଅନ୍ଧକାରମୟ ସ୍ଥାନରେ ରଖିଅଛନ୍ତି। BSB BSB: And the angels who did not stay within their own domain but abandoned their proper dwelling—these He has kept in eternal chains under darkness, bound for judgment on that great day.
7 ULB ସେହିପରି ସଦୋମ ଓ ଗମୋରା ପୁଣି, ସେମାନଙ୍କ ଚତୁର୍ଦ୍ଦିଗସ୍ଥ ନଗରନିବାସୀମାନେ ବ୍ୟଭିଚାର ଓ ଅସ୍ୱାଭାବିକ କାମୁକତାରେ ଆସକ୍ତ ହେବାରୁ ଅନନ୍ତ ଅଗ୍ନିରୂପ ଦଣ୍ଡ ଭୋଗ କରି ଦୃଷ୍ଟାନ୍ତ ସ୍ୱରୂପ ହୋଇଅଛନ୍ତି। BSB BSB: In like manner, Sodom and Gomorrah and the cities around them, who indulged in sexual immorality and pursued strange flesh, are on display as an example of those who sustain the punishment of eternal fire.
8 ULB ତଥାପି ଏହି ସ୍ୱପ୍ନଦର୍ଶକମାନେ ମଧ୍ୟ ସେହିପରି ଶରୀରକୁ ଅଶୁଚି କରନ୍ତି, ପ୍ରଭୁତ୍ୱ ଅବଜ୍ଞା କରନ୍ତି ଓ ଅଲୌକିକ ଶକ୍ତିମାନଙ୍କର ନିନ୍ଦା କରନ୍ତି। BSB BSB: Yet in the same way these dreamers defile their bodies, reject authority, and slander glorious beings.
9 ULB କିନ୍ତୁ ପ୍ରଧାନ ଦୂତ ମୀଖାୟେଲ ମୋଶାଙ୍କ ଶବ ବିଷୟରେ ଶୟତାନ ସହିତ ବାଦାନୁବାଦ କରିବା ସମୟରେ ନିନ୍ଦା କରି ତାହାର ବିଚାର କରିବାକୁ ସାହସୀ ନ ହୋଇ, କେବଳ ଏତିକି କହିଲେ, ପ୍ରଭୁ ତୁମ୍ଭକୁ ଧମକ ଦିଅନ୍ତୁ। BSB BSB: But even the archangel Michael, when he disputed with the devil over the body of Moses, did not presume to bring a slanderous charge against him, but said, “The Lord rebuke you!”
10 ULB ଅନ୍ୟ ପକ୍ଷରେ ଏମାନେ ଯେଉଁ ସମସ୍ତ ବିଷୟ ଜାଣନ୍ତି ନାହିଁ, ସେହି ସବୁର ନିନ୍ଦା କରନ୍ତି, ପୁଣି, ଅଜ୍ଞାନ ପଶୁ ପରି ଯାହା ଯାହା ସ୍ୱାଭାବିକ ଭାବେ ବୁଝନ୍ତି, ସେ ସବୁ ଦ୍ୱାରା ବିନଷ୍ଟ ହୁଅନ୍ତି। BSB BSB: These men, however, slander what they do not understand, and like irrational animals, they will be destroyed by the things they do instinctively.
11 ULB ହାୟ, ସେମାନେ ସନ୍ତାପର ପାତ୍ର, କାରଣ ସେମାନେ କୟିନର ପଥରେ ଚାଲିଯାଇଅଛନ୍ତି, ଅର୍ଥଲୋଭ ସକାଶେ ବିଲୀୟାମ ଭ୍ରାନ୍ତିରେ ପଡ଼ିଯାଇଅଛନ୍ତି ଓ କୋରହ ସଦୃଶ ବିଦ୍ରୋହ କରି ବିନଷ୍ଟ ହୋଇଅଛନ୍ତି। BSB BSB: Woe to them! They have traveled the path of Cain; they have rushed for profit into the error of Balaam; they have perished in Korah’s rebellion.
12 ULB ସେମାନେ ନିର୍ଭୟରେ ତୁମ୍ଭମାନଙ୍କ ସହିତ ଭୋଜନପାନ କରି ତୁମ୍ଭମାନଙ୍କ ପ୍ରେମଭୋଜିର କଳଙ୍କ ସ୍ୱରୂପ ଅଟନ୍ତି; ସେମାନେ ଆପଣା ଆପଣା ଉଦର ପରିପୂର୍ଣ୍ଣ କରନ୍ତି; ସେମାନେ ବାୟୁଚାଳିତ ଜଳଶୂନ୍ୟ ମେଘ ତୁଲ୍ୟ; ସେମାନେ ଦୁଇ ଥର ମୃତ, ମୂଳରୁ ଉତ୍ପାଟିତ ହେମନ୍ତ କାଳର ଫଳଶୂନ୍ୟବୃକ୍ଷ ସଦୃଶ; BSB BSB: These men are hidden reefs in your love feasts, shamelessly feasting with you but shepherding only themselves. They are clouds without water, carried along by the wind; fruitless trees in autumn, twice dead after being uprooted.
13 ULB ସେମାନେ ଆପଣା ଆପଣା ଲଜ୍ଜା ସ୍ୱରୂପ ଫେଣ ଉଦ୍ଗାରକାରୀ ସମୁଦ୍ରର ଉତ୍ତାଳ ତରଙ୍ଗ ସଦୃଶ; ସେମାନେ ଭ୍ରମଣକାରୀ ତାରା ତୁଲ୍ୟ; ସେମାନଙ୍କ ନିମନ୍ତେ ଘୋର ଅନ୍ଧକାର ଅନନ୍ତକାଳ ରଖାଯାଇଅଛି। BSB BSB: They are wild waves of the sea, foaming up their own shame; wandering stars, for whom blackest darkness has been reserved forever.
15 ULB ଦେଖ, ପ୍ରଭୁ ସମସ୍ତଙ୍କର ବିଚାର କରିବା ନିମନ୍ତେ,ପୁଣି, ଅଧାର୍ମିକ ଲୋକ ସମସ୍ତେ ନିଜ ନିଜ ଅଧାର୍ମିକତାରେ ଯେଉଁ ସବୁ ଅଧର୍ମ କର୍ମ କରିଅଛନ୍ତି ଓ ଅଧାର୍ମିକ ପାପୀମାନେ ତାହାଙ୍କ ବିରୁଦ୍ଧରେ ଯେଉଁ ସବୁ କଟୁ କଥା କହିଅଛନ୍ତି, ସେ ସମସ୍ତ ବିଷୟରେ ସେମାନଙ୍କୁ ଦୋଷୀ କରି ଦଣ୍ଡ ଦେବା ନିମନ୍ତେ ଆପଣା ଅୟୁତ ଅୟୁତ ସାଧୁଙ୍କ ସହିତ ଆସୁଅଛନ୍ତି। BSB BSB: to execute judgment on everyone, and to convict all the ungodly of every ungodly act of wickedness and every harsh word spoken against Him by ungodly sinners.”
16 ULB ସେମାନେ ବଚସାକାରୀ, ଆପଣା ଆପଣା ଅବସ୍ଥାରେ ଅସନ୍ତୁଷ୍ଟ ଓ ନିଜ ନିଜ କୁଅଭିଳାଷରେ ଚାଳିତ; ସେମାନଙ୍କ ମୁଖ ବଡ଼ ବଡ଼ କଥା କହେ ଓ ସ୍ୱାର୍ଥସିଦ୍ଧି ନିମନ୍ତେ ସେମାନେ ଲୋକଙ୍କ ମୁହଁ ଉପରେ ପ୍ରଶଂସା କରନ୍ତି। BSB BSB: These men are discontented grumblers, following after their own lusts; their mouths spew arrogance; they flatter others for their own advantage.
17 ULB କିନ୍ତୁ, ହେ ପ୍ରିୟମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ପ୍ରେରିତମାନେ ପୂର୍ବେ ଯେଉଁ ସବୁ କଥା କହିଅଛନ୍ତି, ସେହି ସବୁ ସ୍ମରଣ କର; BSB BSB: But you, beloved, remember what was foretold by the apostles of our Lord Jesus Christ
18 ULB ସେମାନେ କିପରି ତୁମ୍ଭମାନଙ୍କୁ କହୁଥିଲେ, ଶେଷକାଳରେ ଆପଣା ଆପଣା କୁଅଭିଳାଷାନୁସାରେ ଚାଳିତ ପରିହାସକ ଲୋକେ ଉପସ୍ଥିତ ହେବେ। BSB BSB: when they said to you, “In the last times there will be scoffers who will follow after their own ungodly desires.”
19 ULB ସେମାନେ ଦଳଭେଦ ସୃଷ୍ଟି କରନ୍ତି, ସେମାନେ ସାଂସାରିକମନା ଓ ଈଶ୍ୱରଙ୍କ ଆତ୍ମାବିହୀନ। BSB BSB: These are the ones who cause divisions, who are worldly and devoid of the Spirit.
20 ULB କିନ୍ତୁ, ହେ ପ୍ରିୟମାନେ, ତୁମ୍ଭେମାନେ ଆପଣାମାନଙ୍କ ଅତି ପବିତ୍ର ବିଶ୍ୱାସ ଉପରେ ଧର୍ମ ଜୀବନରୂପ ଗୃହ ନିର୍ମାଣ କର, ପବିତ୍ର ଆତ୍ମାରେ ପ୍ରାର୍ଥନା କର, BSB BSB: But you, beloved, by building yourselves up in your most holy faith and praying in the Holy Spirit,
21 ULB ପୁଣି, ଅନନ୍ତ ଜୀବନ ନିମନ୍ତେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦୟାର ଅପେକ୍ଷା କରି ଈଶ୍ୱରଙ୍କ ପ୍ରେମରେ ଆପଣାମାନଙ୍କୁ ସ୍ଥିର କରି ରଖ। BSB BSB: keep yourselves in the love of God as you await the mercy of our Lord Jesus Christ to bring you eternal life.
22 ULB ଯେଉଁମାନେ ସନ୍ଦେହରେ ପଡ଼ିଥାଆନ୍ତି, ଏପରି କେତେକଙ୍କୁ ଦୟା କରି ଅଗ୍ନିରୁ କାଢ଼ିଲା ପରି ରକ୍ଷା କର। BSB BSB: And indeed, have mercy on those who doubt;
23 ULB ଶାରୀରିକ ପାପକର୍ମରେ କଳଙ୍କିତ ବସ୍ତ୍ରକୁ ମଧ୍ୟ ଘୃଣା କରି ଭୟ ସହକାରେ ଆଉ କେତେକଙ୍କୁ ଦୟା କର। BSB BSB: save others by snatching them from the fire; and to still others show mercy tempered with fear, hating even the clothing stained by the flesh.
24 ULB ଯେ ତୁମ୍ଭମାନଙ୍କୁ ଝୁଣ୍ଟିବାରୁ ରକ୍ଷା କରିବାକୁ ପୁଣି, ଆପଣା ଗୌରବ ସମ୍ମୁଖରେ ମହାନନ୍ଦରେ ନିର୍ଦ୍ଦୋଷ ରୂପେ ଉପସ୍ଥିତ କରିବାକୁ ସକ୍ଷମ, BSB BSB: Now to Him who is able to keep you from stumbling and to present you unblemished in His glorious presence, with great joy—
25 ULB ଯେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଏକମାତ୍ର ଈଶ୍ୱର, ଗୌରବ, ପ୍ରତାପ, ପରାକ୍ରମ ଓ କର୍ତ୍ତାପଣ ଅନାଦିକାଳ, ବର୍ତ୍ତମାନ ଓ ଯୁଗେ ଯୁଗେ ତାହାଙ୍କର। ଆମେନ୍। BSB BSB: to the only God our Savior be glory, majesty, dominion, and authority through Jesus Christ our Lord before all time, and now, and for all eternity. Amen.
Select verses for actions: Enter goes to them and Escape comes back.