1 ULB ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୂତ ଗିଲ୍ଗଲରୁ ବୋଖୀମକୁ ଆସିଲେ, ଆଉ ସେ କହିଲେ, ଆମ୍ଭେ ତୁମ୍ଭମାନଙ୍କୁ ମିସରରୁ ଆଣିଲୁ ଓ ଯେଉଁ ଦେଶ ଦେବା ପାଇଁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଥିଲୁ, ସେଠାକୁ ତୁମ୍ଭମାନଙ୍କୁ ଆଣିଅଛୁ; ପୁଣି ଆମ୍ଭେ କହିଲୁ, ଆମ୍ଭେ ତୁମ୍ଭମାନଙ୍କ ସହିତ ଆପଣା ନିୟମ ଅନନ୍ତକାଳ ପର୍ଯ୍ୟନ୍ତ ଲଙ୍ଘନ କରିବା ନାହିଁ। BSB BSB: Now the angel of the LORD went up from Gilgal to Bochim and said, “I brought you up out of Egypt and led you into the land that I had promised to your fathers, and I said, ‘I will never break My covenant with you,
2 ULB ଆଉ ତୁମ୍ଭେମାନେ ଏହି ଦେଶ-ନିବାସୀମାନଙ୍କ ସହିତ କୌଣସି ନିୟମ ସ୍ଥିର କରିବ ନାହିଁ; ତୁମ୍ଭେମାନେ ସେମାନଙ୍କ ଯଜ୍ଞବେଦି ସକଳ ଭାଙ୍ଗି ପକାଇବ; ମାତ୍ର ତୁମ୍ଭେମାନେ ଆମ୍ଭ ରବ ଶୁଣି ନାହଁ, କାହିଁକି ତୁମ୍ଭେମାନେ ଏହି କର୍ମ କରିଅଛ? BSB BSB: and you are not to make a covenant with the people of this land, but you shall tear down their altars.’ Yet you have not obeyed My voice. What is this you have done?
3 ULB ଏଥିପାଇଁ ଆମ୍ଭେ ମଧ୍ୟ କହିଲୁ, ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେବା ନାହିଁ; ମାତ୍ର ସେମାନେ ତୁମ୍ଭମାନଙ୍କ ପାର୍ଶ୍ୱରେ କଣ୍ଟକ ଓ ସେମାନଙ୍କ ଦେବତାମାନେ ତୁମ୍ଭମାନଙ୍କ ପ୍ରତି ଫାନ୍ଦ ହେବେ। BSB BSB: So now I tell you that I will not drive out these people before you; they will be thorns in your sides, and their gods will be a snare to you.”
4 ULB ଯେତେବେଳେ ସଦାପ୍ରଭୁଙ୍କ ଦୂତ ଇସ୍ରାଏଲର ସମସ୍ତ ସନ୍ତାନଙ୍କୁ ଏହି କଥା କହିଲେ, ସେତେବେଳେ ଲୋକମାନେ ରବ ଉଠାଇ ରୋଦନ କଲେ। BSB BSB: When the angel of the LORD had spoken these words to all the Israelites, the people lifted up their voices and wept.
5 ULB ଏ ନିମନ୍ତେ ସେମାନେ ସେହି ସ୍ଥାନର ନାମ ବୋଖୀମ ରଖିଲେ; ପୁଣି ସେମାନେ ସେଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କଲେ। BSB BSB: So they called that place Bochim and offered sacrifices there to the LORD.
6 ULB ଯିହୋଶୂୟ ଆପଣା ନିକଟରୁ ଲୋକମାନଙ୍କୁ ବିଦାୟ କଲା ଉତ୍ତାରେ ଇସ୍ରାଏଲ ସନ୍ତାନମାନଙ୍କର ପ୍ରତ୍ୟେକେ ଅଧିକାର କରିବା ନିମନ୍ତେ ଆପଣା ଆପଣା ଦେଶକୁ ଗଲେ। BSB BSB: After Joshua had dismissed the people, the Israelites went out to take possession of the land, each to his own inheritance.
7 ULB ଯିହୋଶୂୟଙ୍କର ଜୀବନଯାଏ ଓ ଯେଉଁ ପ୍ରାଚୀନମାନେ ଇସ୍ରାଏଲ ପକ୍ଷରେ ସଦାପ୍ରଭୁଙ୍କ କୃତ ସମସ୍ତ ମହତ କର୍ମ ଦେଖିଥିଲେ, ସେମାନଙ୍କ ମଧ୍ୟରୁ ଯେଉଁମାନେ ଯିହୋଶୂୟଙ୍କ ଉତ୍ତାରେ ଜୀବିତ ଥିଲେ, ସେମାନଙ୍କ ଜୀବନଯାଏ ଲୋକମାନେ ସଦାପ୍ରଭୁଙ୍କ ସେବା କଲେ। BSB BSB: And the people served the LORD throughout the days of Joshua and of the elders who outlived him, who had seen all the great works that the LORD had done for Israel.
8 ULB ସଦାପ୍ରଭୁଙ୍କ ସେବକ ନୂନର ପୁତ୍ର ଯିହୋଶୂୟ ଏକ ଶହ ଦଶ ବର୍ଷ ବୟସ୍କ ହୋଇ ମଲେ। BSB BSB: And Joshua son of Nun, the servant of the LORD, died at the age of 110.
9 ULB ତହୁଁ ଲୋକମାନେ ଗାଶ୍-ପର୍ବତର ଉତ୍ତର ପାର୍ଶ୍ୱରେ ଇଫ୍ରୟିମର ପର୍ବତମୟ ଦେଶସ୍ଥ ତିମ୍ନତ୍-ହେରସରେ ତାଙ୍କର ଅଧିକାର ସୀମା ମଧ୍ୟରେ ତାଙ୍କୁ କବର ଦେଲେ। BSB BSB: They buried him in the land of his inheritance, at Timnath-heres in the hill country of Ephraim, north of Mount Gaash.
10 ULB ପୁଣି ସେହି ପିଢ଼ିର ସମସ୍ତ ଲୋକେ ମଧ୍ୟ ଆପଣା ପିତୃଗଣ ନିକଟରେ ସଂଗୃହୀତ ହେଲେ; ସେମାନଙ୍କ ପରେ ଯେଉଁ ପିଢ଼ିର ଲୋକମାନେ ସଦାପ୍ରଭୁଙ୍କୁ ଜାଣି ନ ଥିଲେ, କି ଇସ୍ରାଏଲ ପକ୍ଷରେ ସଦାପ୍ରଭୁଙ୍କର କୃତକର୍ମ ଦେଖି ନ ଥିଲେ, ଏପରି ଲୋକେ ସେମାନଙ୍କ ଉତ୍ତାରେ ଉଠିଲେ। BSB BSB: After that whole generation had also been gathered to their fathers, another generation rose up who did not know the LORD or the works that He had done for Israel.
11 ULB ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କର ଦୃଷ୍ଟିରେ ଯାହା ମନ୍ଦ, ତାହା କଲେ ଓ ବାଲ୍ ଦେବତାଗଣର ସେବା କଲେ। BSB BSB: And the Israelites did evil in the sight of the LORD and served the Baals.
12 ULB ପୁଣି ଯେ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିଥିଲେ, ସେହି ସଦାପ୍ରଭୁ ଆପଣାମାନଙ୍କ ପୈତୃକ ପରମେଶ୍ୱରଙ୍କୁ ତ୍ୟାଗ କଲେ ଓ ଅନ୍ୟ ଦେବତାଗଣର, ଅର୍ଥାତ୍, ସେମାନଙ୍କ ଚତୁର୍ଦ୍ଦିଗସ୍ଥିତ ଲୋକମାନଙ୍କ ଦେବତାଗଣର ଅନୁଗାମୀ ହୋଇ ସେମାନଙ୍କୁ ପ୍ରଣାମ କଲେ; ଏରୂପେ ସେମାନେ ସଦାପ୍ରଭୁଙ୍କୁ ବିରକ୍ତ କଲେ। BSB BSB: Thus they forsook the LORD, the God of their fathers, who had brought them out of the land of Egypt, and they followed after various gods of the peoples around them. They bowed down to them and provoked the LORD to anger,
13 ULB ଆହୁରି ସେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରି ବାଲ୍ ଦେବ ଓ ଅଷ୍ଟାରୋତ୍ ଦେବୀଗଣର ସେବା କଲେ। BSB BSB: for they forsook Him and served Baal and the Ashtoreths.
14 ULB ତହିଁରେ ଇସ୍ରାଏଲ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ସେମାନଙ୍କୁ ଲୁଟକାରୀମାନଙ୍କ ହସ୍ତରେ ସମର୍ପିଲେ, ତେଣୁ ସେମାନେ ସେମାନଙ୍କୁ ଲୁଟିଲେ; ଆହୁରି ସେ ସେମାନଙ୍କୁ ସେମାନଙ୍କ ଚତୁର୍ଦ୍ଦିଗସ୍ଥିତ ଶତ୍ରୁମାନଙ୍କ ହସ୍ତରେ ବିକ୍ରୟ କଲେ, ତହିଁରେ ସେମାନେ ଆପଣା ଶତ୍ରୁମାନଙ୍କ ସମ୍ମୁଖରେ ଆଉ ଠିଆ ହୋଇ ପାରିଲେ ନାହିଁ। BSB BSB: Then the anger of the LORD burned against Israel, and He delivered them into the hands of those who plundered them. He sold them into the hands of their enemies all around, whom they were no longer able to resist.
15 ULB ସଦାପ୍ରଭୁ ଯେପରି କହିଥିଲେ ଓ ସଦାପ୍ରଭୁ ସେମାନଙ୍କ ନିକଟରେ ଯେପରି ଶପଥ କରିଥିଲେ, ତଦନୁସାରେ ସେମାନେ ଯେଉଁଆଡ଼େ ଗଲେ, ସେଆଡ଼େ ଅମଙ୍ଗଳ କରିବାକୁ ସଦାପ୍ରଭୁଙ୍କ ହସ୍ତ ସେମାନଙ୍କର ବିରୁଦ୍ଧ ହେଲା; ଏହିପରି ସେମାନେ ଭାରୀ କ୍ଳେଶରେ ପଡ଼ିଲେ। BSB BSB: Wherever Israel marched out, the hand of the LORD was against them to bring calamity, just as He had sworn to them. So they were greatly distressed.
16 ULB ତହୁଁ ସଦାପ୍ରଭୁ ବିଚାରକର୍ତ୍ତାଗଣଙ୍କୁ ଉତ୍ଥାପନ କରି ଲୁଟକାରୀମାନଙ୍କ ହସ୍ତରୁ ସେମାନଙ୍କୁ ଉଦ୍ଧାର କଲେ। BSB BSB: Then the LORD raised up judges, who saved them from the hands of those who plundered them.
17 ULB ତଥାପି ସେମାନେ ଆପଣାମାନଙ୍କ ବିଚାରକର୍ତ୍ତାମାନଙ୍କ କଥା ଶୁଣିଲେ ନାହିଁ, ମାତ୍ର ଅନ୍ୟ ଦେବତାଗଣର ଅନୁଗମନ କରି ବ୍ୟଭିଚାର କଲେ ଓ ସେମାନଙ୍କୁ ପ୍ରଣାମ କଲେ; ସେମାନଙ୍କର ପିତୃଲୋକମାନେ ସଦାପ୍ରଭୁଙ୍କ ଆଜ୍ଞା ପାଳନ କରି ଯେଉଁ ପଥରେ ଗମନ କଲେ, ସେମାନେ ତଦନୁସାରେ ନ କରି ସେହି ପଥରୁ ଶୀଘ୍ର ବିମୁଖ ହେଲେ। BSB BSB: Israel, however, did not listen to their judges. Instead, they prostituted themselves with other gods and bowed down to them. They quickly turned from the way of their fathers, who had walked in obedience to the LORD’s commandments; they did not do as their fathers had done.
18 ULB ଆଉ ସଦାପ୍ରଭୁ ଯେତେବେଳେ ସେମାନଙ୍କ ନିମନ୍ତେ କୌଣସି ବିଚାରକର୍ତ୍ତାକୁ ଉତ୍ଥାପନ କଲେ, ସେତେବେଳେ ସେହି ବିଚାରକର୍ତ୍ତାର ଜୀବନଯାଏ ସଦାପ୍ରଭୁ ତାହାର ସଙ୍ଗେ ସଙ୍ଗେ ଥାଇ ସେମାନଙ୍କୁ ସେମାନଙ୍କ ଶତ୍ରୁଗଣ ହସ୍ତରୁ ଉଦ୍ଧାର କଲେ; କାରଣ ଉପଦ୍ରବ ଓ ତାଡ଼ନାକାରୀମାନଙ୍କ ସକାଶୁ ସେମାନେ ଯେଉଁ କାତରୋକ୍ତି କଲେ, ତହିଁ ହେତୁ ସଦାପ୍ରଭୁ ସଦୟ ହେଲେ। BSB BSB: Whenever the LORD raised up a judge for the Israelites, He was with that judge and saved them from the hands of their enemies while the judge was still alive; for the LORD was moved to pity by their groaning under those who oppressed them and afflicted them.
19 ULB ମାତ୍ର ସେହି ବିଚାରକର୍ତ୍ତାର ମୃତ୍ୟୁୁ ହୁଅନ୍ତେ, ସେମାନେ ପୁନର୍ବାର ଫେରି ସେମାନଙ୍କ ପିତୃଲୋକଙ୍କ ଅପେକ୍ଷା ଅଧିକ ଭ୍ରଷ୍ଟାଚରଣ କଲେ ଓ ଅନ୍ୟ ଦେବତାଗଣର ସେବା କରି ଓ ସେମାନଙ୍କୁ ପ୍ରଣାମ କରି ସେମାନଙ୍କର ଅନୁଗାମୀ ହେଲେ; ସେମାନେ ଆପଣା ଆପଣା କ୍ରିୟାରୁ ଓ ଅବାଧ୍ୟତା-ମାର୍ଗରୁ କ୍ଷାନ୍ତ ହେଲେ ନାହିଁ। BSB BSB: But when the judge died, the Israelites became even more corrupt than their fathers, going after other gods to serve them and bow down to them. They would not give up their evil practices and stubborn ways.
20 ULB ଏହେତୁ ଇସ୍ରାଏଲ ପ୍ରତିକୂଳରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା; ପୁଣି ସେ କହିଲେ, ଆମ୍ଭେ ଏହି ଲୋକମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ନିୟମ ଆଜ୍ଞା କରିଥିଲୁ, ତାହା ଏମାନେ ଲଘଂନ କରିଅଛନ୍ତି ଓ ଆମ୍ଭର ରବ ଶୁଣୁ ନାହାନ୍ତି। BSB BSB: So the anger of the LORD burned against Israel, and He said, “Because this nation has transgressed the covenant I laid down for their fathers and has not heeded My voice,
21 ULB ଏହେତୁ ଯିହୋଶୂୟ ମରଣ କାଳରେ ଯେଉଁ ଗୋଷ୍ଠୀୟ ଲୋକମାନଙ୍କୁ ଅବଶିଷ୍ଟ ରଖିଲା, ଆମ୍ଭେ ମଧ୍ୟ ସେମାନଙ୍କୁ ଏମାନଙ୍କ ସମ୍ମୁଖରୁ ଅଦ୍ୟାବଧି ଆଉ ତଡ଼ିଦେବା ନାହିଁ; BSB BSB: I will no longer drive out before them any of the nations Joshua left when he died.
22 ULB ଯେପରି ଏମାନଙ୍କ ପିତୃଲୋକମାନେ ସଦାପ୍ରଭୁଙ୍କ ମାର୍ଗ ରକ୍ଷା କରିଥିଲେ, ସେପରି ଏମାନେ ତହିଁରେ ଗମନ କରି ତାହା ରକ୍ଷା କରିବେ କି ନାହିଁ, ଏ ବିଷୟରେ ସେହି ଗୋଷ୍ଠୀୟମାନଙ୍କ ଦ୍ୱାରା ଆମ୍ଭେ ଇସ୍ରାଏଲକୁ ପରୀକ୍ଷା କରିବା। BSB BSB: In this way I will test whether Israel will keep the way of the LORD by walking in it as their fathers did.”
23 ULB ଏଥିପାଇଁ ସଦାପ୍ରଭୁ ସେହି ଗୋଷ୍ଠୀୟ ଲୋକମାନଙ୍କୁ ଶୀଘ୍ର ତଡ଼ି ନ ଦେଇ ଅବା ଯିହୋଶୂୟଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ ନ କରି ଅବଶିଷ୍ଟ ରଖିଲେ। BSB BSB: That is why the LORD had left those nations in place and had not driven them out immediately by delivering them into the hand of Joshua.
Select verses for actions: Enter goes to them and Escape comes back.