1 ULB ସେହି ଦିନ ଦବୋରା ଓ ଅବୀନୋୟମର ପୁତ୍ର ବାରକ୍ ଗାୟନ କରି କହିଲେ: BSB BSB: On that day Deborah and Barak son of Abinoam sang this song:
2 ULB “ଇସ୍ରାଏଲ ମଧ୍ୟରେ ଅଗ୍ରଗାମୀମାନେ ଅଗ୍ରସର ହେଲେ, ଲୋକମାନେ ସ୍ୱେଚ୍ଛାରେ ଆପଣା ଆପଣାକୁ ଉତ୍ସର୍ଗ କଲେ, ଏଥିପାଇଁ ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର! BSB BSB: “When the princes take the lead in Israel, when the people volunteer, bless the LORD.
3 ULB ହେ ରାଜାଗଣ, ଶୁଣ; ହେ ଭୂପତିଗଣ, କର୍ଣ୍ଣ ଡେର; ମୁଁ, ମୁଁ ହିଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି; ମୁଁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରଶଂସା ଗାନ କରିବି। BSB BSB: Listen, O kings! Give ear, O princes! I will sing to the LORD; I will sing praise to the LORD, the God of Israel.
4 ULB ହେ ସଦାପ୍ରଭୁ, ତୁମ୍ଭେ ସେୟୀରରୁ ବାହାରିବା ବେଳେ, ତୁମ୍ଭେ ଇଦୋମ କ୍ଷେତ୍ରରୁ ଯାତ୍ରା କରିବା ବେଳେ ପୃଥିବୀ କମ୍ପିଲା, ଆକାଶ ମଧ୍ୟ ବିନ୍ଦୁପାତ କଲା, ହଁ, ମେଘମାଳା ଜଳପାତ କଲା। BSB BSB: O LORD, when You went out from Seir, when You marched from the land of Edom, the earth trembled, the heavens poured out rain, and the clouds poured down water.
5 ULB ସଦାପ୍ରଭୁଙ୍କ ସମ୍ମୁଖରେ ପର୍ବତମାନ କମ୍ପମାନ୍ ହେଲେ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ସମ୍ମୁଖରେ ସୀନୟ ମଧ୍ୟ (କମ୍ପମାନ୍ ହେଲା) BSB BSB: The mountains quaked before the LORD, the One of Sinai, before the LORD, the God of Israel.
6 ULB ଅନାତ-ପୁତ୍ର ଶମ୍ଗର ସମୟରେ, ଯାୟେଲ ସମୟରେ ରାଜପଥସକଳ ଶୂନ୍ୟ ଥିଲା ଓ ପଥିକମାନେ ବକ୍ର ଉପପଥ ଦେଇ ଗମନ କଲେ। BSB BSB: In the days of Shamgar son of Anath, in the days of Jael, the highways were deserted and the travelers took the byways.
7 ULB ଇସ୍ରାଏଲ ମଧ୍ୟରେ ଶାସନକର୍ତ୍ତୃଗଣ ଶୂନ୍ୟ ଥିଲେ, ମୁଁ ଦବୋରା ଉତ୍ପନ୍ନ ହେବା ପର୍ଯ୍ୟନ୍ତ, ମୁଁ ଇସ୍ରାଏଲ ମଧ୍ୟରେ ମାତୃତୁଲ୍ୟ ଉତ୍ପନ୍ନ ହେବା ପର୍ଯ୍ୟନ୍ତ ସେମାନେ ଶୂନ୍ୟ ଥିଲେ। BSB BSB: Life in the villages ceased; it ended in Israel, until I, Deborah, arose, a mother in Israel.
8 ULB ସେମାନେ ନୂତନ ଦେବତାମାନଙ୍କୁ ମନୋନୀତ କଲେ, ତେଣୁ ନଗରଦ୍ୱାର ସବୁରେ ଯୁଦ୍ଧ ହେଲା; ଇସ୍ରାଏଲ ମଧ୍ୟରେ, ଚାଳିଶ ସହସ୍ର ଲୋକଙ୍କ ମଧ୍ୟରେ କି ଗୋଟିଏ ଢାଲ ଅବା ବର୍ଚ୍ଛା ଦେଖାଗଲା? BSB BSB: When they chose new gods, then war came to their gates. Not a shield or spear was found among forty thousand in Israel.
9 ULB ମୋହର ହୃଦୟ ଇସ୍ରାଏଲର ଶାସନକର୍ତ୍ତାମାନଙ୍କ ଆଡେ ଅଛି, ଯେଉଁମାନେ ସ୍ୱେଚ୍ଛାରେ ଲୋକମାନଙ୍କ ମଧ୍ୟରେ ଆପଣାମାନଙ୍କୁ ଉତ୍ସର୍ଗ କଲେ। ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର। BSB BSB: My heart is with the princes of Israel, with the volunteers among the people. Bless the LORD!
10 ULB ହେ ଶ୍ୱେତ ଗର୍ଦ୍ଦଭୀ-ଆରୋହୀମାନେ, ହେ ଗାଲିଚାରେ ବସିବା ଲୋକମାନେ ଓ ପଥରେ ଗମନକାରୀମାନେ, ତୁମ୍ଭେମାନେ ଗାନ କର। BSB BSB: You who ride white donkeys, who sit on saddle blankets, and you who travel the road, ponder
11 ULB ଧନୁର୍ଦ୍ଧରମାନଙ୍କ ଶବ୍ଦରୁ ଦୂରରେ, ଜଳକଢ଼ା ସ୍ଥଳମାନରେ, ଲୋକମାନେ ସଦାପ୍ରଭୁଙ୍କ ଧର୍ମକ୍ରିୟା ଓ ଇସ୍ରାଏଲ ମଧ୍ୟରେ ତାହାଙ୍କ ଶାସନ ସମ୍ବନ୍ଧୀୟ ଧର୍ମକ୍ରିୟା ସଂକୀର୍ତ୍ତନ କରିବେ। ସେ ସମୟରେ ସଦାପ୍ରଭୁଙ୍କ ଲୋକମାନେ ନଗରଦ୍ୱାରରୁ ଓହ୍ଲାଇ ଆସିଲେ। BSB BSB: the voices of the singers at the watering places. There they shall recount the righteous acts of the LORD, the righteous deeds of His villagers in Israel. Then the people of the LORD went down to the gates:
12 ULB ହେ ଦବୋରେ, ଜାଗ, ଜାଗ; ଜାଗ, ଜାଗ, ଗୀତ ଗାନ କର; ହେ ବାରକ୍, ଉଠ; ହେ ଅବୀନୋୟମର ପୁତ୍ର, ଆପଣା ବନ୍ଦୀଗଣକୁ ବନ୍ଦୀସ୍ଥାନକୁ ନେଇଯାଅ। BSB BSB: ‘Awake, awake, O Deborah! Awake, awake, sing a song! Arise, O Barak, and take hold of your captives, O son of Abinoam!’
13 ULB ତହୁଁ ପ୍ରଧାନମାନଙ୍କ ମଧ୍ୟରୁ ଅବଶିଷ୍ଟ ଥୋକାଏ ଓ ଲୋକମାନେ ଓହ୍ଲାଇ ଆସିଲେ, ସଦାପ୍ରଭୁ ଆମ୍ଭର ସପକ୍ଷ ହୋଇ ସେହି ବୀରମାନଙ୍କ ବିରୁଦ୍ଧରେ ଓହ୍ଲାଇ ଆସିଲେ। BSB BSB: Then the survivors came down to the nobles; the people of the LORD came down to me against the mighty.
14 ULB ଅମାଲେକ (ଦେଶ)ରେ ଯେଉଁମାନଙ୍କର ମୂଳ ଥିଲା, ସେମାନେ ଇଫ୍ରୟିମରୁ ଆସିଲେ; ତୁମ୍ଭ ପଛେ ବିନ୍ୟାମୀନ୍ ତୁମ୍ଭ ଲୋକମାନଙ୍କ ମଧ୍ୟରେ ଥିଲା; ମାଖୀରଠାରୁ ଶାସନକର୍ତ୍ତାମାନେ ଓ ସବୂଲୂନଠାରୁ ସୈନ୍ୟଗଣନାକାରୀ ଦଣ୍ଡଧରମାନେ ଓହ୍ଲାଇ ଆସିଲେ। BSB BSB: Some came from Ephraim, with their roots in Amalek; Benjamin came with your people after you. The commanders came down from Machir, the bearers of the marshal’s staff from Zebulun.
15 ULB ପୁଣି ଇଷାଖରର ଅଧିପତିମାନେ ଦବୋରା ସଙ୍ଗେ ଥିଲେ; ଯେପରି ଇଷାଖର, ସେପରି ବାରକ୍ ଥିଲା; ସେମାନେ ତଳଭୂମିରେ ତାହାର ଗୋଡ଼େ ଗୋଡ଼େ ମାଡ଼ିଗଲେ। ରୁବେନ୍ ସ୍ରୋତସମୂହ ନିକଟରେ ଗୁରୁତର ମନୋଭାବନା ହେଲା। BSB BSB: The princes of Issachar were with Deborah, and Issachar was with Barak, rushing into the valley at his heels. In the clans of Reuben there was great indecision.
16 ULB ତୁମ୍ଭେ କାହିଁକି ମେଷଶାଳା ମଧ୍ୟରେ ବସିଲ, କି ମେଷ ପଲ ନିକଟରେ ବଂଶୀନାଦ ଶୁଣିବାକୁ? ରୁବେନ୍ର ସ୍ରୋତସମୂହ ନିକଟରେ ଗୁରୁତର ମନୋଭାବନା ହେଲା। BSB BSB: Why did you sit among the sheepfolds to hear the whistling for the flocks? In the clans of Reuben there was great indecision.
17 ULB ଗିଲୀୟଦ ଯର୍ଦ୍ଦନ ସେପାରିରେ ବାସ କଲା, ଆଉ ଦାନ୍ କାହିଁକି ଜାହାଜରେ ରହିଲା? ଆଶେର ସମୁଦ୍ରତୀରରେ ବସି ରହିଲା ଓ ଆପଣା ବନ୍ଦର ନିକଟରେ ବାସ କଲା। BSB BSB: Gilead remained beyond the Jordan. Dan, why did you linger by the ships? Asher stayed at the coast and remained in his harbors.
18 ULB ସବୂଲୂନ ମରଣ ପର୍ଯ୍ୟନ୍ତ ପ୍ରାଣପଣକାରୀ ଲୋକ ହେଲା। ଆଉ ନପ୍ତାଲି (ଯୁଦ୍ଧ) କ୍ଷେତ୍ରର ଉଚ୍ଚସ୍ଥାନ ଉପରେ (ପ୍ରାଣପଣ କଲା)। BSB BSB: Zebulun was a people who risked their lives; Naphtali, too, on the heights of the battlefield.
19 ULB ରାଜାମାନେ ଆସି ଯୁଦ୍ଧ କଲେ; ତହୁଁ କିଣାନର ରାଜାଗଣ ମଗିଦ୍ଦୋର ଜଳତୀରସ୍ଥ ତାନକରେ ଯୁଦ୍ଧ କଲେ, ସେମାନେ କିଛି ରୂପା ଲାଭ କଲେ ନାହିଁ। BSB BSB: Kings came and fought; then the kings of Canaan fought at Taanach by the waters of Megiddo, but they took no plunder of silver.
20 ULB ତାରାଗଣ ଆକାଶରୁ ଯୁଦ୍ଧ କଲେ, ସେମାନେ ଆପଣା ଆପଣା ପଥରେ ସୀଷରା ବିରୁଦ୍ଧରେ ଯୁଦ୍ଧ କଲେ। BSB BSB: From the heavens the stars fought; from their courses they fought against Sisera.
21 ULB କିଶୋନ୍-ନଦୀ, ସେ ପୁରାତନ ନଦୀ, ସେହି କୀଶୋନ୍-ନଦୀ ସୀଷରାକୁ ଓ ତାହାର ରଥ ଓ ଜନତାକୁ ଭସାଇ ନେଲା। ହେ ମୋହର ପ୍ରାଣ, ତୁମ୍ଭେ ବଳରେ ଅଗ୍ରସର ହୁଅ। BSB BSB: The River Kishon swept them away, the ancient river, the River Kishon. March on, O my soul, in strength!
22 ULB ସେତେବେଳେ ଅଶ୍ୱମାନଙ୍କ ଖୁରା ଭୂମି ମନ୍ଥି ପକାଇଲା, ଯେହେତୁ ସେମାନେ କୁଦା ମାରିଲେ, ସେମାନଙ୍କ ବଳିଷ୍ଠମାନେ କୁଦା ମାରିଲେ। BSB BSB: Then the hooves of horses thundered—the mad galloping of his stallions.
23 ULB ସଦାପ୍ରଭୁଙ୍କ ଦୂତ କହିଲେ, ତୁମ୍ଭେମାନେ ମେରୋସକୁ ଶାପ ଦିଅ, ତୁମ୍ଭେମାନେ ତହିଁ ନିବାସୀମାନଙ୍କୁ ଦାରୁଣ ଶାପ ଦିଅ; କାରଣ ସେମାନେ ସଦାପ୍ରଭୁଙ୍କ ସାହାଯ୍ୟକୁ, ବୀରମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ ସାହାଯ୍ୟକୁ ଆସିଲେ ନାହିଁ। BSB BSB: ‘Curse Meroz,’ says the angel of the LORD. ‘Bitterly curse her inhabitants; for they did not come to help the LORD, to help the LORD against the mighty.’
24 ULB ସ୍ତ୍ରୀମାନଙ୍କ ମଧ୍ୟରେ କେନୀୟ ହେବରର ଭାର୍ଯ୍ୟା ଯାୟେଲ ଧନ୍ୟ ହେବ, ତମ୍ବୁନିବାସୀ ସ୍ତ୍ରୀମାନଙ୍କ ମଧ୍ୟରେ ସେ ଧନ୍ୟ ହେବ। BSB BSB: Most blessed among women is Jael, the wife of Heber the Kenite, most blessed of tent-dwelling women.
25 ULB ସୀଷରା ଜଳ ମାଗନ୍ତେ, ସେ ତାହାକୁ ଦୁଗ୍ଧ ଦେଲା; ସେ ରାଜୋପଯୁକ୍ତ ପାତ୍ରରେ ଦଧି ଆଣି ତାହାକୁ ଦେଲା। BSB BSB: He asked for water, and she gave him milk. In a magnificent bowl she brought him curds.
26 ULB ସେ ତମ୍ବୁ ମେଖ ଧରିବାକୁ ଆପଣା ହସ୍ତ ଓ କାରିଗରର ପିଟଣା ଧରିବାକୁ ଆପଣା ଦକ୍ଷିଣ ହସ୍ତ ବଢ଼ାଇଲା; ସେ ସୀଷରାକୁ ପିଟିଲା, ସେ ତାହାର ମସ୍ତକ ବିନ୍ଧି ପକାଇଲା, ହଁ, ସେ ତାହାର କର୍ଣ୍ଣମୂଳ ଫୋଡ଼ି ଭେଦ କଲା। BSB BSB: She reached for the tent peg, her right hand for the workman’s hammer. She struck Sisera and crushed his skull; she shattered and pierced his temple.
27 ULB ସେହି ସ୍ତ୍ରୀର ପାଦ ତଳେ ସେ ନଇଁଲା, ସେ ପଡ଼ିଲା, ସେ ଶୋଇଲା; ସେହି ସ୍ତ୍ରୀର ପାଦ ତଳେ ସେ ନଇଁଲା, ସେ ପଡ଼ିଲା; ଯେଉଁଠାରେ ସେ ନଇଁଲା, ସେହିଠାରେ ସେ ହତ ହୋଇ ପଡ଼ିଲା। BSB BSB: At her feet he collapsed, he fell, there he lay still; at her feet he collapsed, he fell; where he collapsed, there he fell dead.
28 ULB ସୀଷରାର ମାତା ଝରକା ଦେଇ ଚାହିଁ ଚାହିଁ ଡାକି କହିଲା, ସେ ଜାଲି ପରଦା ଦେଇ ଡାକି କହିଲା, ତାହାର ରଥ ଆସିବାକୁ କାହିଁକି ଏତେ ବିଳମ୍ବ କରୁଛି? ତାହାର ରଥଚକ୍ର କାହିଁକି ପଛେ ପଡ଼ୁଅଛି? BSB BSB: Sisera’s mother looked through the window; she peered through the lattice and lamented: ‘Why is his chariot so long in coming? What has delayed the clatter of his chariots?’
29 ULB ତାହାର ଜ୍ଞାନବତୀ ସହଚରୀମାନେ ତାହାକୁ ଉତ୍ତର ଦେଲେ, ହଁ, ସେ ମଧ୍ୟ ଆପେ ଆପଣାକୁ ଉତ୍ତର ଦେଇ କହିଲା, BSB BSB: Her wisest ladies answer; indeed she keeps telling herself,
30 ULB ‘ସେମାନେ କି ଲୁଟ ପାଇ ନାହାନ୍ତି, ସେମାନେ କି ବିଭାଗ କରି ନାହାନ୍ତି? ପ୍ରତ୍ୟେକ ପୁରୁଷ ପାଇଁ ଏକ କାମିନୀ, କିମ୍ବା ଦୁଇ କାମିନୀ; ସୀଷରା ପାଇଁ ନାନା ବର୍ଣ୍ଣର ଲୁଟ, ନାନା ବର୍ଣ୍ଣର ସୂଚିକର୍ମନିର୍ମିତ ଚିତ୍ରିତ ବସ୍ତ୍ରର ଲୁଟ, ଲୁଟିତମାନଙ୍କ ଗଳାରୁ ଦୁଇ ପାଖରେ ସୂଚିକର୍ମନିର୍ମିତ ନାନା ରଙ୍ଗର ଚିତ୍ରିତ ବସ୍ତ୍ର।’ BSB BSB: ‘Are they not finding and dividing the spoil—a girl or two for each warrior, a plunder of dyed garments for Sisera, the spoil of embroidered garments for the neck of the looter?’
31 ULB ହେ ସଦାପ୍ରଭୁ, ତୁମ୍ଭର ସମସ୍ତ ଶତ୍ରୁ ଏହିରୂପେ ବିନଷ୍ଟ ହେଉନ୍ତୁ, ମାତ୍ର ତାହାଙ୍କ ପ୍ରେମକାରୀମାନେ ସ୍ୱପରାକ୍ରମରେ ଗତିକାରୀ ସୂର୍ଯ୍ୟ ତୁଲ୍ୟ ହେଉନ୍ତୁ।” ଏଥିଉତ୍ତାରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ଦେଶ ବିଶ୍ରାମ ପାଇଲା। BSB BSB: So may all Your enemies perish, O LORD! But may those who love You shine like the sun at its brightest.” And the land had rest for forty years.
Select verses for actions: Enter goes to them and Escape comes back.