1 ULB ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ଇସ୍ରାଏଲ ସନ୍ତାନଗଣ ତାହା କଲେ; ତହୁଁ ସଦାପ୍ରଭୁ ସେମାନଙ୍କୁ ସାତ ବର୍ଷ ପର୍ଯ୍ୟନ୍ତ ମିଦୀୟନୀୟମାନଙ୍କ ହସ୍ତରେ ସମର୍ପଣ କଲେ। BSB BSB: Again the Israelites did evil in the sight of the LORD; so He delivered them into the hand of Midian for seven years,
2 ULB ତେଣୁ ମିଦୀୟନୀୟମାନଙ୍କ ହସ୍ତ ଇସ୍ରାଏଲ ବିରୁଦ୍ଧରେ ପ୍ରବଳ ହେଲା; ପୁଣି ମିଦୀୟନୀୟମାନଙ୍କ ସକାଶୁ ଇସ୍ରାଏଲ ସନ୍ତାନଗଣ ପର୍ବତସ୍ଥ ଗୋହିରୀ ଓ ଗୁମ୍ଫା ଓ ଦୁର୍ଗମ ସ୍ଥାନମାନଙ୍କରେ ବସା କଲେ। BSB BSB: and the hand of Midian prevailed against Israel. Because of the Midianites, the Israelites prepared shelters for themselves in the mountains, caves, and strongholds.
3 ULB ତହୁଁ ଏହିପରି ହେଲା ଯେ, ଇସ୍ରାଏଲୀୟମାନେ ବୀଜ ବୁଣିଲେ ମିଦୀୟନୀୟ ଓ ଅମାଲେକୀୟ ଓ ପୂର୍ବଦେଶୀୟ ଲୋକମାନେ ସେମାନଙ୍କ ବିରୁଦ୍ଧରେ ଚଢ଼ି ଆସନ୍ତି; ସେମାନେ ସେମାନଙ୍କ ବିରୁଦ୍ଧରେ ଚଢ଼ି ଆସି BSB BSB: Whenever the Israelites planted their crops, the Midianites, Amalekites, and other people of the east would come up and invade them,
4 ULB ସେମାନଙ୍କ ସମ୍ମୁଖରେ ଛାଉଣି କରି ଘସା ପର୍ଯ୍ୟନ୍ତ ଭୂମିଜାତ ଶସ୍ୟାଦି ବିନାଶ କରନ୍ତି, ପୁଣି ଇସ୍ରାଏଲଙ୍କ ମଧ୍ୟରେ ପ୍ରାଣ ବଞ୍ଚିବାର କୌଣସି ଉପାୟ, କି ମେଷ, କି ଗୋରୁ, କି ଗଧ, କିଛି ରଖନ୍ତି ନାହିଁ। BSB BSB: encamping against them as far as Gaza and destroying the produce of the land. They left Israel with no sustenance, neither sheep nor oxen nor donkeys.
5 ULB କାରଣ ସେମାନେ ଆପଣା ଆପଣା ପଶୁ ଓ ତମ୍ବୁ ଘେନି ଚଢ଼ି ଆସନ୍ତି, ସେମାନେ ପଙ୍ଗପାଳ ପରି ବହୁସଂଖ୍ୟକ ହୋଇ ଆସନ୍ତି, ସେମାନେ ଓ ସେମାନଙ୍କ ଓଟ ଉଭୟ ଅସଂଖ୍ୟ; ଆଉ ସେମାନେ ଦେଶକୁ ଉଚ୍ଛିନ୍ନ କରିବାକୁ ଆସନ୍ତି। BSB BSB: For the Midianites came with their livestock and their tents like a great swarm of locusts. They and their camels were innumerable, and they entered the land to ravage it.
6 ULB ଏଣୁ ଇସ୍ରାଏଲ ମିଦୀୟନ ସମ୍ମୁଖରେ ଅତି କ୍ଷୀଣ ହେଲେ; ପୁଣି ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ। BSB BSB: Israel was greatly impoverished by Midian, and the Israelites cried out to the LORD.
7 ULB ଏଥିରେ ଇସ୍ରାଏଲ ସନ୍ତାନଗଣ ମିଦୀୟନ ସକାଶୁ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରନ୍ତେ, BSB BSB: Now when the Israelites cried out to the LORD because of Midian,
8 ULB ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣ ନିକଟକୁ ଏକ ଭବିଷ୍ୟଦ୍ବକ୍ତା ପ୍ରେରଣ କଲେ; ତହୁଁ ସେ ସେମାନଙ୍କୁ କହିଲେ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ମିସରରୁ ଆଣିଲୁ ଓ ଦାସଗୃହରୁ ତୁମ୍ଭମାନଙ୍କୁ ବାହାର କରି ଆଣିଲୁ; BSB BSB: He sent them a prophet, who told them, “This is what the LORD, the God of Israel, says: I brought you up out of Egypt, out of the house of slavery.
9 ULB ପୁଣି ଆମ୍ଭେ ତୁମ୍ଭମାନଙ୍କୁ ମିସ୍ରୀୟମାନଙ୍କ ହସ୍ତରୁ ଓ ଯେଉଁମାନେ ତୁମ୍ଭମାନଙ୍କୁ ଉପଦ୍ରବ କଲେ, ସେ ସମସ୍ତଙ୍କ ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କଲୁ ଓ ତୁମ୍ଭମାନଙ୍କ ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେଲୁ, ଆଉ ସେମାନଙ୍କ ଦେଶ ତୁମ୍ଭମାନଙ୍କୁ ଦେଲୁ; BSB BSB: I delivered you out of the hands of Egypt and all your oppressors. I drove them out before you and gave you their land.
10 ULB ପୁଣି ଆମ୍ଭେ ତୁମ୍ଭମାନଙ୍କୁ କହିଲୁ, ଆମ୍ଭେ ହିଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର; ତୁମ୍ଭେମାନେ ଯେଉଁ ଇମୋରୀୟମାନଙ୍କ ଦେଶରେ ବାସ କରୁଅଛ, ସେମାନଙ୍କ ଦେବତାଗଣକୁ ଭୟ କରିବ ନାହିଁ; ମାତ୍ର ତୁମ୍ଭେମାନେ ଆମ୍ଭ ରବ ଶୁଣି ନାହଁ। BSB BSB: And I said to you: ‘I am the LORD your God. You must not fear the gods of the Amorites, in whose land you dwell.’ But you did not obey Me.”
11 ULB ଏଥିଉତ୍ତାରେ ସଦାପ୍ରଭୁଙ୍କର ଦୂତ ଆସି ଅବୀୟେଷ୍ରୀୟ ଯୋୟାଶ୍ର ଅଧିକାରସ୍ଥ ଅଫ୍ରାରେ ଅଲୋନ୍ ବୃକ୍ଷ ମୂଳରେ ବସିଲେ; ସେହି ସମୟରେ ତାହାର ପୁତ୍ର ଗିଦିୟୋନ୍ ମିଦୀୟନୀୟମାନଙ୍କଠାରୁ ଗହମ ଲୁଚାଇବା ପାଇଁ ଦ୍ରାକ୍ଷାରସ-କୁଣ୍ଡ ଭିତରେ ତାହା ମଳୁଥିଲେ। BSB BSB: Then the angel of the LORD came and sat down under the oak in Ophrah that belonged to Joash the Abiezrite, where his son Gideon was threshing wheat in a winepress to hide it from the Midianites.
12 ULB ତହିଁରେ ସଦାପ୍ରଭୁଙ୍କ ଦୂତ ତାହାକୁ ଦର୍ଶନ ଦେଇ କହିଲେ, ହେ ମହାବିକ୍ରମଶାଳୀ ଲୋକ, ସଦାପ୍ରଭୁ ତୁମ୍ଭ ସଙ୍ଗେ ଅଛନ୍ତି। BSB BSB: And the angel of the LORD appeared to Gideon and said, “The LORD is with you, O mighty man of valor.”
13 ULB ଏଥିରେ ଗିଦିୟୋନ୍ ତାହାଙ୍କୁ କହିଲେ, ହେ ମୋହର ପ୍ରଭୁ, ଯେବେ ସଦାପ୍ରଭୁ ଆମ୍ଭମାନଙ୍କ ସଙ୍ଗେ ଥାଆନ୍ତି, ତେବେ ଆମ୍ଭମାନଙ୍କ ପ୍ରତି ଏ ସବୁ ଘଟିଅଛି କାହିଁକି? ପୁଣି ସଦାପ୍ରଭୁ ଆମ୍ଭମାନଙ୍କୁ କି ମିସରରୁ ଆଣି ନାହାନ୍ତି, ଏହା କହି ଆମ୍ଭମାନଙ୍କ ପୂର୍ବପୁରୁଷମାନେ ଆମ୍ଭମାନଙ୍କ ଆଗରେ ତାହାଙ୍କର ଯେସବୁ ଆଶ୍ଚର୍ଯ୍ୟକ୍ରିୟାର କୀର୍ତ୍ତନ କରିଥିଲେ, ସେସବୁ କାହିଁ? ମାତ୍ର ଏବେ ସଦାପ୍ରଭୁ ଆମ୍ଭମାନଙ୍କୁ ତ୍ୟାଗ କରିଅଛନ୍ତି ଓ ଆମ୍ଭମାନଙ୍କୁ ମିଦୀୟନର ହସ୍ତରେ ସମର୍ପଣ କରି ଅଛନ୍ତି। BSB BSB: “Please, my Lord,” Gideon replied, “if the LORD is with us, why has all this happened to us? And where are all His wonders of which our fathers told us, saying, ‘Has not the LORD brought us up out of Egypt?’ But now the LORD has forsaken us and delivered us into the hand of Midian.”
14 ULB ସେତେବେଳେ ସଦାପ୍ରଭୁ ତାଙ୍କୁ ଅନାଇ କହିଲେ, ତୁମ୍ଭେ ଆପଣା ଏହି ବଳରେ ଯାଇ ମିଦୀୟନ ହସ୍ତରୁ ଇସ୍ରାଏଲକୁ ଉଦ୍ଧାର କର; ଆମ୍ଭେ କି ତୁମ୍ଭକୁ ପଠାଇ ନାହୁଁ? BSB BSB: The LORD turned to him and said, “Go in the strength you have and save Israel from the hand of Midian. Am I not sending you?”
15 ULB ତହୁଁ ସେ ତାହାଙ୍କୁ କହିଲେ, ହେ ପ୍ରଭୁ, ମୁଁ କାହିଁରେ ଇସ୍ରାଏଲକୁ ଉଦ୍ଧାର କରିବି? ଦେଖ, ମନଃଶି (ବଂଶ) ମଧ୍ୟରେ ମୋହର ପରିବାର ସବୁଠାରୁ କ୍ଷୀଣ, ପୁଣି ମୋ’ ପିତୃଗୃହ ମଧ୍ୟରେ ମୁଁ ସବୁଠୁଁ କନିଷ୍ଠ। BSB BSB: “Please, my Lord,” Gideon replied, “how can I save Israel? Indeed, my clan is the weakest in Manasseh, and I am the youngest in my father’s house.”
16 ULB ତେବେ ସଦାପ୍ରଭୁ ତାହାକୁ କହିଲେ, ଆମ୍ଭେ ନିଶ୍ଚୟ ତୁମ୍ଭ ସଙ୍ଗେ ହେବା, ତହିଁରେ ତୁମ୍ଭେ ମିଦୀୟନୀୟମାନଙ୍କୁ ଏପରି ସଂହାର କରିବ ଯେପରି ଏକଜଣକୁ ସଂହାର କରୁଅଛ। BSB BSB: “Surely I will be with you,” the LORD replied, “and you will strike down all the Midianites as one man.”
17 ULB ତହୁଁ ସେ ତାହାଙ୍କୁ କହିଲେ, ଯେବେ ମୁଁ ଆପଣଙ୍କ ଦୃଷ୍ଟିରେ ଏବେ ଅନୁଗ୍ରହ ପାଇଲି, ତେବେ ଆପଣ ଯେ ମୋହର ସଙ୍ଗରେ କଥା କହୁଅଛନ୍ତି, ତହିଁର ଏକ ଚିହ୍ନ ମୋତେ ଦେଖାଉନ୍ତୁ। BSB BSB: Gideon answered, “If I have found favor in Your sight, give me a sign that it is You speaking with me.
18 ULB ବିନୟ କରୁଛି, ମୁଁ ଆପଣା ଭେଟି ଘେନି ଆସି ଆପଣଙ୍କ ସମ୍ମୁଖରେ ଥୋଇବା ପର୍ଯ୍ୟନ୍ତ ଏ ସ୍ଥାନରୁ ପ୍ରସ୍ଥାନ କରନ୍ତୁ ନାହିଁ। ତହିଁରେ ସେ କହିଲେ, ତୁମ୍ଭେ ଫେରି ଆସିବା ଯାଏ ଆମ୍ଭେ ରହିବା। BSB BSB: Please do not depart from this place until I return to You. Let me bring my offering and set it before You.” And the LORD said, “I will stay until you return.”
19 ULB ତହୁଁ ଗିଦିୟୋନ୍ ଭିତରକୁ ଯାଇ ଏକ ଛେଳିଛୁଆ ଓ ଏକ ଐଫା ମଇଦାର ତାଡ଼ିଶୂନ୍ୟ ପିଠା ପ୍ରସ୍ତୁତ କଲେ; ମାଂସ ଗୋଟିଏ ଡାଲାରେ ଓ ଝୋଳ ଗୋଟିଏ କହ୍ରାଇରେ ରଖି ବାହାରେ ତାହାଙ୍କ ନିକଟକୁ ଆଣି ଅଲୋନ୍ ବୃକ୍ଷ ମୂଳେ ଥୋଇଲେ। BSB BSB: So Gideon went in and prepared a young goat and unleavened bread and an ephah of flour. He placed the meat in a basket and the broth in a pot and brought them out to present to Him under the oak.
20 ULB ତହୁଁ ପରମେଶ୍ୱରଙ୍କ ଦୂତ ତାଙ୍କୁ କହିଲେ, ଏହି ମାଂସ ଓ ତାଡ଼ିଶୂନ୍ୟ ପିଠାସବୁ ନେଇ ଏହି ଶୈଳ ଉପରେ ରଖ ଓ ତହିଁ ଉପରେ ଝୋଳ ଢାଳ; ତହୁଁ ସେ ସେପରି କଲେ। BSB BSB: And the angel of God said to him, “Take the meat and the unleavened bread, lay them on this rock, and pour out the broth.” And Gideon did so.
21 ULB ତେବେ ସଦାପ୍ରଭୁଙ୍କ ଦୂତ ଆପଣା ହସ୍ତସ୍ଥିତ ଯଷ୍ଟିର ଅଗ୍ର ବଢ଼ାଇ ସେହି ମାଂସ ଓ ତାଡ଼ିଶୂନ୍ୟ ପିଠା ସ୍ପର୍ଶ କଲେ; ଏଥିରେ ସେହି ଶୈଳରୁ ଅଗ୍ନି ବାହାରି ସେହି ମାଂସ ଓ ତାଡ଼ିଶୂନ୍ୟ ପିଠା ଦଗ୍ଧ କଲା; ତହୁଁ ସଦାପ୍ରଭୁଙ୍କ ଦୂତ ତାହାର ଦୃଷ୍ଟିଗୋଚରରୁ ପ୍ରସ୍ଥାନ କଲେ। BSB BSB: Then the angel of the LORD extended the tip of the staff that was in his hand and touched the meat and the unleavened bread. And fire flared from the rock and consumed the meat and the unleavened bread. Then the angel of the LORD vanished from his sight.
22 ULB ତହିଁରେ ସେ ଯେ ସଦାପ୍ରଭୁଙ୍କ ଦୂତ, ଏହା ଗିଦିୟୋନ୍ ବୁଝିଲେ; ପୁଣି ଗିଦିୟୋନ୍ କହିଲେ, ହାୟ ହାୟ! ହେ ପ୍ରଭୁ, ସଦାପ୍ରଭୁ, ମୁଁ ସମ୍ମୁଖାସମ୍ମୁଖୀ ହୋଇ ସଦାପ୍ରଭୁଙ୍କ ଦୂତଙ୍କୁ ଦେଖିଲି। BSB BSB: When Gideon realized that it was the angel of the LORD, he said, “Oh no, Lord GOD! I have seen the angel of the LORD face to face!”
23 ULB ତହିଁରେ ସଦାପ୍ରଭୁ ତାଙ୍କୁ କହିଲେ, ତୁମ୍ଭର ଶାନ୍ତି ହେଉ; ଭୟ ନ କର; ତୁମ୍ଭେ ମରିବ ନାହିଁ। BSB BSB: But the LORD said to him, “Peace be with you. Do not be afraid, for you will not die.”
24 ULB ତହୁଁ ଗିଦିୟୋନ୍ ସେଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କଲେ, ତହିଁର ନାମ ଯିହୋବା ଶାଲୋମ୍ ରଖିଲେ; ତାହା ଅବୀୟେଷ୍ରୀୟମାନଙ୍କ ଅଫ୍ରାରେ ଆଜି ପର୍ଯ୍ୟନ୍ତ ଅଛି। BSB BSB: So Gideon built an altar to the LORD there and called it The LORD Is Peace. To this day it stands in Ophrah of the Abiezrites.
25 ULB ଏଥିଉତ୍ତାରେ ସେହି ରାତ୍ରିରେ ସଦାପ୍ରଭୁ ତାଙ୍କୁ କହିଲେ, ତୁମ୍ଭେ ଆପଣା ପିତାର ଗୋବତ୍ସକୁ, ଅର୍ଥାତ୍, ସାତ ବର୍ଷର ଦ୍ୱିତୀୟ ଗୋବତ୍ସକୁ ନିଅ, ତୁମ୍ଭ ପିତାର ଥିବା ବାଲ୍ଦେବତାର ଯଜ୍ଞବେଦି ଭାଙ୍ଗି ପକାଅ ଓ ତନ୍ନିକଟସ୍ଥ ଆଶେରାର ମୂର୍ତ୍ତି କାଟି ପକାଅ; BSB BSB: On that very night the LORD said to Gideon, “Take your father’s young bull and a second bull seven years old, tear down your father’s altar to Baal, and cut down the Asherah pole beside it.
26 ULB ପୁଣି ଏହି ଗଡ଼ ଉପରେ ରୀତି ଅନୁସାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କର, ଆଉ ତୁମ୍ଭେ ଯେଉଁ ଆଶେରାର ମୂର୍ତ୍ତି ଛେଦନ କରିବ, ତହିଁର କାଷ୍ଠ ନେଇ ସେହି ଦ୍ୱିତୀୟ ଗୋବତ୍ସକୁ ହୋମବଳି ରୂପେ ଉତ୍ସର୍ଗ କର। BSB BSB: Then build a proper altar to the LORD your God on the top of this stronghold. And with the wood of the Asherah pole you cut down, take the second bull and offer it as a burnt offering.”
27 ULB ତହିଁରେ ଗିଦିୟୋନ୍ ଆପଣା ଦାସମାନଙ୍କ ମଧ୍ୟରୁ ଦଶଜଣଙ୍କୁ ସଙ୍ଗରେ ନେଲେ ଓ ସଦାପ୍ରଭୁ ଯେପରି କହିଥିଲେ, ସେପରି କଲେ, ମାତ୍ର ଆପଣା ପିତୃପରିବାର ଓ ନଗରସ୍ଥ ଲୋକମାନଙ୍କୁ ଭୟ କରିବାରୁ ସେ ଦିନ ବେଳେ ତାହା କରି ନ ପାରି ରାତ୍ରି ବେଳେ ତାହା କଲେ। BSB BSB: So Gideon took ten of his servants and did as the LORD had told him. But because he was too afraid of his father’s household and the men of the city, he did it by night rather than in the daytime.
28 ULB ତହୁଁ ନଗରସ୍ଥ ଲୋକମାନେ ପ୍ରଭାତରେ ଉଠନ୍ତେ, ଦେଖ, ବାଲ୍ର ଯଜ୍ଞବେଦି ଭଙ୍ଗା ଓ ତନ୍ନିକଟସ୍ଥ ଆଶେରା ମୂର୍ତ୍ତି କଟା; ପୁଣି ନିର୍ମିତ ଯଜ୍ଞବେଦି ଉପରେ ସେହି ଦ୍ୱିତୀୟ ଗୋବତ୍ସର ଉତ୍ସର୍ଗ ହୋଇଅଛି। BSB BSB: When the men of the city got up in the morning, there was Baal’s altar torn down, with the Asherah pole cut down beside it and the second bull offered up on the newly built altar.
29 ULB ତହୁଁ ସେମାନେ ପରସ୍ପର କହିଲେ, ଏ କଥା କିଏ କରିଅଛି; ପୁଣି ସେମାନେ ପଚାରି ବୁଝି କହିଲେ, ଯୋୟାଶ୍ର ପୁତ୍ର ଗିଦିୟୋନ୍ ଏକଥା କରିଅଛି। BSB BSB: “Who did this?” they said to one another. And after they had investigated thoroughly, they were told, “Gideon son of Joash did it.”
30 ULB ତେବେ ନଗରସ୍ଥ ଲୋକମାନେ ଯୋୟାଶ୍କୁ କହିଲେ, ତୁମ୍ଭ ପୁତ୍ରକୁ ବାହାର କରି ଆଣ, ସେ ହତ ହେବ; କାରଣ ସେ ବାଲ୍ର ଯଜ୍ଞବେଦି ଭାଙ୍ଗିଅଛି ଓ ତନ୍ନିକଟସ୍ଥ ଆଶେରା ମୂର୍ତ୍ତି କାଟି ପକାଇଅଛି। BSB BSB: Then the men of the city said to Joash, “Bring out your son. He must die, because he has torn down Baal’s altar and cut down the Asherah pole beside it.”
31 ULB ତହିଁରେ ଯୋୟାଶ୍ ଆପଣା ପ୍ରତିକୂଳରେ ଠିଆ ହେବା ସମସ୍ତଙ୍କୁ କହିଲା, ତୁମ୍ଭେମାନେ କି ବାଲ୍ ପକ୍ଷରେ ବିବାଦ କରିବ? ଅବା ତୁମ୍ଭେମାନେ କି ତାହାକୁ ଉଦ୍ଧାର କରିବ? ଯେ ତାହାର ପକ୍ଷରେ ବିବାଦ କରିବ, ଏହି ସକାଳ ଥାଉ ଥାଉ ତାହାର ପ୍ରାଣଦଣ୍ଡ ହେଉ; ଯେବେ ସେ ଦେବତା, ତେବେ ସେ ଆପଣା ପକ୍ଷରେ ଆପେ ବିବାଦ କରୁ, କାରଣ କେହି ତାହାର ଯଜ୍ଞବେଦି ଭାଙ୍ଗିଅଛି। BSB BSB: But Joash said to all who stood against him, “Are you contending for Baal? Are you trying to save him? Whoever pleads his case will be put to death by morning! If Baal is a god, let him contend for himself with the one who has torn down his altar.”
33 ULB ସେ ସମୟରେ ସମସ୍ତ ମିଦୀୟନୀୟ ଓ ଅମାଲେକୀୟ ଓ ପୂର୍ବଦେଶୀୟ ଲୋକମାନେ ଆପଣାମାନଙ୍କୁ ଏକତ୍ର କଲେ; ପୁଣି ସେମାନେ ପାର ହୋଇ ଯିଷ୍ରିୟେଲର ତଳଭୂମିରେ ଛାଉଣି କଲେ। BSB BSB: Then all the Midianites, Amalekites, and other people of the east gathered together, crossed over the Jordan, and camped in the Valley of Jezreel.
34 ULB ମାତ୍ର ସଦାପ୍ରଭୁଙ୍କ ଆତ୍ମା ଗିଦିୟୋନ୍ଙ୍କ ଉପରେ ଅଧିଷ୍ଠାନ କରନ୍ତେ, ସେ ତୂରୀ ବଜାଇଲେ; ତହିଁରେ ଅବୀୟେଷ୍ରୀୟ (ବଂଶ) ତାଙ୍କ ପଛେ ଏକତ୍ର ହେଲେ। BSB BSB: So the Spirit of the LORD came upon Gideon, who blew the ram’s horn and rallied the Abiezrites behind him.
35 ULB ପୁଣି ସେ ମନଃଶି (ଦେଶର) ସର୍ବତ୍ର ଦୂତ ପଠାନ୍ତେ, ସେମାନେ ମଧ୍ୟ ତାହାର ପଛେ ଏକତ୍ର ହେଲେ, ତହୁଁ ସେ ଆଶେର ଓ ସବୂଲୂନ ଓ ନପ୍ତାଲି (ବଂଶ) ନିକଟକୁ ଦୂତ ପଠାନ୍ତେ, ସେମାନେ ସେମାନଙ୍କ ସଙ୍ଗେ ମିଳିବାକୁ ଆସିଲେ। BSB BSB: Calling them to arms, Gideon sent messengers throughout Manasseh, as well as Asher, Zebulun, and Naphtali, so that they came up to meet him.
36 ULB ଏ ଉତ୍ତାରେ ଗିଦିୟୋନ୍ ପରମେଶ୍ୱରଙ୍କୁ କହିଲେ, ଯେବେ ତୁମ୍ଭେ ଆପଣା ବାକ୍ୟ ପ୍ରମାଣେ ମୋ’ ହସ୍ତ ଦ୍ୱାରା ଇସ୍ରାଏଲକୁ ଉଦ୍ଧାର କରିବ, BSB BSB: Then Gideon said to God, “If You are going to save Israel by my hand, as You have said,
37 ULB ତେବେ ଦେଖ, ମୁଁ ଖଳାରେ ଗଦାଏ ମେଷଲୋମ ରଖିବି; ଯେବେ କେବଳ ସେହି ଲୋମଗଦା ଉପରେ କାକର ପଡ଼େ ଓ ସମସ୍ତ ଭୂମି ଶୁଷ୍କ ରହେ, ତେବେ ତୁମ୍ଭେ ଆପଣା ବାକ୍ୟାନୁସାରେ ମୋ’ ହସ୍ତ ଦ୍ୱାରା ଇସ୍ରାଏଲକୁ ଉଦ୍ଧାର କରିବ ବୋଲି ମୁଁ ଜାଣିବି। BSB BSB: then behold, I will place a fleece of wool on the threshing floor. If there is dew only on the fleece and all the ground is dry, then I will know that You are going to save Israel by my hand, as You have said.”
38 ULB ତହିଁରେ ସେରୂପ ହେଲା; ସେ ପରଦିନ ପ୍ରଭାତରେ ଉଠି ସେହି ଲୋମ ଏକତ୍ର ଚିପି କାକର ଚିପୁଡ଼ନ୍ତେ, ଲୋମରୁ ପୂର୍ଣ୍ଣ ଏକ ପାତ୍ର ଜଳ ବାହାରିଲା। BSB BSB: And that is what happened. When Gideon arose the next morning, he squeezed the fleece and wrung out the dew—a bowlful of water.
39 ULB ସେତେବେଳେ ଗିଦିୟୋନ୍ ପରମେଶ୍ୱରଙ୍କୁ କହିଲେ, ମୋ’ ପ୍ରତିକୂଳରେ ତୁମ୍ଭର କ୍ରୋଧ ପ୍ରଜ୍ୱଳିତ ନ ହେଉ, ମୁଁ ଏହି ଥରକ ମାତ୍ର କହିବି; ବିନୟ କରୁଅଛି; ଏହି ଲୋମ ଦ୍ୱାରା ମୋତେ ଏହି ଥରକ ମାତ୍ର ପରୀକ୍ଷା ନେବାକୁ ଦିଅ; ବିନୟ କରୁଅଛି, କେବଳ ଲୋମ ଉପରେ ଶୁଷ୍କତା ହେଉ ଓ ସମସ୍ତ ଭୂମି ଉପରେ କାକର ପଡ଼ୁ। BSB BSB: Then Gideon said to God, “Do not be angry with me; let me speak one more time. Please allow me one more test with the fleece. This time let it be dry, and the ground covered with dew.”
40 ULB ତହୁଁ ପରମେଶ୍ୱର ସେହି ରାତ୍ରି ସେରୂପ କଲେ; କେବଳ ଲୋମ ଉପରେ ଶୁଷ୍କତା ହେଲା ଓ ସମସ୍ତ ଭୂମିରେ କାକର ପଡ଼ିଲା। BSB BSB: And that night God did so. Only the fleece was dry, and dew covered the ground.
Select verses for actions: Enter goes to them and Escape comes back.