1 ULB ତା’ପରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, BSB BSB: The LORD spoke again to Moses and Aaron, telling them,
2 ULB “ଇସ୍ରାଏଲ ସନ୍ତାନଗଣକୁ କୁହ, ତୁମ୍ଭେମାନେ ପୃଥିବୀସ୍ଥିତ ପଶୁମାନଙ୍କ ମଧ୍ୟରେ ଏହି ସମସ୍ତ ଜୀବ ଭୋଜନ କରିବ। BSB BSB: “Say to the Israelites, ‘Of all the beasts of the earth, these ones you may eat:
3 ULB ପଶୁମାନଙ୍କ ମଧ୍ୟରେ ଯାହାର ଖୁରା ବିଭକ୍ତ ଓ ପାଦ ଚିରା ଓ ଯେ ପାକୁଳି କରେ, ତାହାକୁ ତୁମ୍ଭେମାନେ ଭୋଜନ କରିବ। BSB BSB: You may eat any animal that has a split hoof completely divided and that chews the cud.
4 ULB ତଥାପି ଯେଉଁମାନେ ପାକୁଳି କରନ୍ତି, ଅଥବା ବିଭକ୍ତ ଖୁରାବିଶିଷ୍ଟ ଅଟନ୍ତି, ସେମାନଙ୍କ ମଧ୍ୟରୁ ଏହି ଏହି ପଶୁ ଭୋଜନ କରିବ ନାହିଁ, ଯଥା, ଓଟ, ଯେହେତୁ ସେ ପାକୁଳି କରେ, ମାତ୍ର ବିଭକ୍ତ ଖୁରାବିଶିଷ୍ଟ ନୁହେଁ, ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି। BSB BSB: But of those that only chew the cud or only have a divided hoof, you are not to eat the following: The camel, though it chews the cud, does not have a divided hoof; it is unclean for you.
5 ULB ପୁଣି ଶାଫନ୍ (ଓଧ) ପଶୁ, ଯେହେତୁ ସେ ପାକୁଳି କରେ, ମାତ୍ର ବିଭକ୍ତ ଖୁରାବିଶିଷ୍ଟ ନୁହେଁ, ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି। BSB BSB: The rock badger, though it chews the cud, does not have a divided hoof; it is unclean for you.
6 ULB ଆଉ, ଠେକୁଆ, ଯେହେତୁ ସେ ପାକୁଳି କରେ, ମାତ୍ର ବିଭକ୍ତ ଖୁରାବିଶିଷ୍ଟ ନୁହେଁ, ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି। BSB BSB: The rabbit, though it chews the cud, does not have a divided hoof; it is unclean for you.
8 ULB ତୁମ୍ଭେମାନେ ସେମାନଙ୍କର ମାଂସ ଭୋଜନ କରିବ ନାହିଁ ଓ ସେମାନଙ୍କର ଶବ ସ୍ପର୍ଶ କରିବ ନାହିଁ, ସେମାନେ ତୁମ୍ଭମାନଙ୍କ ପ୍ରତି ଅଶୁଚି। BSB BSB: You must not eat their meat or touch their carcasses; they are unclean for you.
9 ULB ଜଳଜନ୍ତୁ ମଧ୍ୟରୁ ଏହି ସବୁ ତୁମ୍ଭେମାନେ ଭୋଜନ କରିବ; ଜଳରେ, ସମୁଦ୍ରରେ ଓ ନଦୀରେ ସ୍ଥିତ ଜନ୍ତୁ ମଧ୍ୟରେ ଯାହାର ଡେଣା ଓ କାତି ଅଛି, ତାହା ତୁମ୍ଭେମାନେ ଭୋଜନ କରିବ। BSB BSB: Of all the creatures that live in the water, whether in the seas or in the streams, you may eat anything with fins and scales.
10 ULB ମାତ୍ର ସମୁଦ୍ରରେ ଓ ନଦୀରେ ସ୍ଥିତ ସମସ୍ତ ଜଳଚର, ଅବା ଜଳସ୍ଥିତ ପ୍ରାଣୀମାନଙ୍କ ମଧ୍ୟରେ ଯେଉଁମାନଙ୍କର ଡେଣା ଓ କାତି ନାହିଁ, ସେମାନେ ତୁମ୍ଭମାନଙ୍କ ପ୍ରତି ଘୃଣାଯୋଗ୍ୟ ଅଟନ୍ତି, BSB BSB: But the following among all the teeming life and creatures in the water are detestable to you: everything in the seas or streams that does not have fins and scales.
11 ULB ଆଉ, ସେମାନେ ତୁମ୍ଭମାନଙ୍କ ପ୍ରତି ଘୃଣାଯୋଗ୍ୟ ହେବେ; ତୁମ୍ଭେମାନେ ସେମାନଙ୍କର ମାଂସ ଭୋଜନ କରିବ ନାହିଁ, ପୁଣି ସେମାନଙ୍କ ଶବକୁ ଘୃଣା କରିବ। BSB BSB: They shall be an abomination to you; you must not eat their meat, and you must detest their carcasses.
12 ULB ଜଳଜନ୍ତୁ ମଧ୍ୟରେ ଯେଉଁମାନଙ୍କର ଡେଣା ଓ କାତି ନାହିଁ, ସେହି ସମସ୍ତ ତୁମ୍ଭମାନଙ୍କ ପ୍ରତି ଘୃଣାଯୋଗ୍ୟ। BSB BSB: Everything in the water that does not have fins and scales shall be detestable to you.
13 ULB ଆଉ, ପକ୍ଷୀମାନଙ୍କ ମଧ୍ୟରୁ ଏହି ସବୁ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ହେବେ; ସେମାନେ ଖାଦ୍ୟ ନୁହନ୍ତି; ଉତ୍କ୍ରୋଶ ଓ ହାଡ଼ଭଙ୍ଗା ଓ ବହୀରି, BSB BSB: Additionally, you are to detest the following birds, and they must not be eaten because they are detestable: the eagle, the bearded vulture, the black vulture,
14 ULB ପୁଣି, ଚିଲ ଓ ଆପଣା ଆପଣା ଜାତି ଅନୁସାରେ ବାଜ, BSB BSB: the kite, any kind of falcon,
15 ULB ପୁଣି, ଆପଣା ଆପଣା ଜାତି ଅନୁସାରେ ସମସ୍ତ ଡାମରା କାଉ, BSB BSB: any kind of raven,
16 ULB ଓଟପକ୍ଷୀ, ତାମସ ପକ୍ଷୀ, ସମୁଦ୍ର ଚିଲ, ଆପଣା ଆପଣା ଜାତି ଅନୁସାରେ ଛଞ୍ଚାଣ, BSB BSB: the ostrich, the screech owl, the gull, any kind of hawk,
17 ULB ପୁଣି, କୋଷପକ୍ଷୀ, ପାଣିକୁଆ, ବଗ, BSB BSB: the little owl, the cormorant, the great owl,
18 ULB ଦୀର୍ଘଗଳ ହଂସ, ପାଣିଭେଳା, ଶାଗୁଣା; BSB BSB: the white owl, the desert owl, the osprey,
19 ULB ପୁଣି ବଗ, ଆପଣା ଆପଣା ଜାତି ଅନୁସାରେ କଙ୍କ, ଟିଟ୍ଟିଭ ଓ ଚାମଚିକା। BSB BSB: the stork, any kind of heron, the hoopoe, and the bat.
20 ULB ପୁଣି, ଚାରି ପାଦରେ ଗମନକାରୀ ପକ୍ଷବିଶିଷ୍ଟ ଜନ୍ତୁସକଳ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ହେବେ। BSB BSB: All flying insects that walk on all fours are detestable to you.
21 ULB ତଥାପି ଚାରି ପାଦରେ ଗମନକାରୀ ପକ୍ଷବିଶିଷ୍ଟ ଜନ୍ତୁ ମଧ୍ୟରେ ଭୂମିରେ ଡେଇଁବା ପାଇଁ ଯେଉଁମାନଙ୍କର ଗୋଡ଼ନଳୀ ଦୀର୍ଘ, ସେମାନେ ତୁମ୍ଭମାନଙ୍କର ଖାଦ୍ୟ ହେବେ। BSB BSB: However, you may eat the following kinds of flying insects that walk on all fours: those having jointed legs above their feet for hopping on the ground.
22 ULB ଅର୍ଥାତ୍, ଆପଣା ଆପଣା ଜାତି ଅନୁସାରେ ପଙ୍ଗପାଳ, ଆପଣା ଆପଣା ଜାତି ଅନୁସାରେ ବାଘୁଆଫଡ଼ିଙ୍ଗ, ଆପଣା ଆପଣା ଜାତି ଅନୁସାରେ ଝିଙ୍କାରୀ ଓ ଆପଣା ଆପଣା ଜାତି ଅନୁସାରେ ଝିଣ୍ଟିକା, ଏହି ସକଳ ତୁମ୍ଭମାନଙ୍କର ଖାଦ୍ୟ ହେବେ। BSB BSB: Of these you may eat any kind of locust, katydid, cricket, or grasshopper.
23 ULB ମାତ୍ର ଏହା ଛଡ଼ା ଚାରିଗୋଡ଼ିଆ ଉଡ଼ନ୍ତା ସମସ୍ତ ପତଙ୍ଗ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ହେବେ। BSB BSB: All other flying insects that have four legs are detestable to you.
24 ULB ଆଉ, ଏମାନଙ୍କ ଦ୍ୱାରା ତୁମ୍ଭେମାନେ ଅଶୁଚି ହେବ; ଯେକେହି ସେମାନଙ୍କର ଶବ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ। BSB BSB: These creatures will make you unclean. Whoever touches their carcasses will be unclean until evening,
25 ULB ପୁଣି, ଯେକେହି ସେମାନଙ୍କ ଶବର କୌଣସି ଅଂଶ ବହିବ, ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ। BSB BSB: and whoever picks up one of their carcasses must wash his clothes, and he will be unclean until evening.
26 ULB ଯେଉଁସବୁ ପଶୁର ଖୁରା ବିଭକ୍ତ, ମାତ୍ର ପାଦ ଚିରା ନୁହେଁ, କିଅବା ଯେଉଁମାନେ ପାକୁଳି କରନ୍ତି ନାହିଁ, ସେମାନେ ତୁମ୍ଭମାନଙ୍କ ନିକଟରେ ଅଶୁଚି; ଯେକେହି ସେମାନଙ୍କୁ ଛୁଇଁବ, ସେ ଅଶୁଚି ହେବ। BSB BSB: Every animal with hooves not completely divided or that does not chew the cud is unclean for you. Whoever touches any of them will be unclean.
27 ULB ପୁଣି ଚାରିଗୋଡ଼ିଆ ବନ୍ୟଜନ୍ତୁମାନଙ୍କ ମଧ୍ୟରେ ଯେଉଁମାନେ ତଳିପାରେ ଚାଲନ୍ତି, ସେମାନେ ତୁମ୍ଭମାନଙ୍କ ପ୍ରତି ଅଶୁଚି; ଯେକେହି ସେମାନଙ୍କର ଶବ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ। BSB BSB: All the four-footed animals that walk on their paws are unclean for you; whoever touches their carcasses will be unclean until evening,
28 ULB ପୁଣି, ଯେକେହି ସେମାନଙ୍କର ଶବ ବହିବ, ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ସେମାନେ ତୁମ୍ଭମାନଙ୍କ ପ୍ରତି ଅଶୁଚି। BSB BSB: and anyone who picks up a carcass must wash his clothes, and he will be unclean until evening. They are unclean for you.
29 ULB ଆଉ, ଭୂଚର ଉରୋଗାମୀ ଜନ୍ତୁମାନଙ୍କ ମଧ୍ୟରେ ଏହି ସବୁ ତୁମ୍ଭମାନଙ୍କ ପ୍ରତି ଅଶୁଚି ହେବେ; ଖୋଲେଦ (ଗୋଧି) ଓ ମୂଷା; ପୁଣି, ଆପଣା ଆପଣା ଜାତି ଅନୁସାରେ ବଡ଼ ଏଣ୍ଡୁଅ; BSB BSB: The following creatures that move along the ground are unclean for you: the mole, the mouse, any kind of great lizard,
30 ULB ଆଉ, ଏଣ୍ଡୁଅ ଓ ସ୍ଥଳ କୁମ୍ଭୀର, ଝିଟିପିଟି, ବାଲିଏଣ୍ଡୁଅ ଓ ବହୁରୂପୀ (ପୋହଳା ଏଣ୍ଡୁଅ)। BSB BSB: the gecko, the monitor lizard, the common lizard, the skink, and the chameleon.
31 ULB ଉରୋଗାମୀ ଜନ୍ତୁମାନଙ୍କ ମଧ୍ୟରେ ଏହି ସମସ୍ତ ତୁମ୍ଭମାନଙ୍କ ପ୍ରତି ଅଶୁଚି ହେବେ; ସେମାନେ ମଲେ ଯେକେହି ସେମାନଙ୍କୁ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ। BSB BSB: These animals are unclean for you among all the crawling creatures. Whoever touches them when they are dead shall be unclean until evening.
32 ULB ସେମାନଙ୍କ ମଧ୍ୟରୁ କୌଣସି ଶବ କୌଣସି ଦ୍ରବ୍ୟ ଉପରେ ପଡ଼ିଲେ, ତାହା ଅଶୁଚି ହେବ; କାଠ ପାତ୍ର, ବସ୍ତ୍ର, ଚର୍ମ କି ଅଖା, ଯେକୌଣସି କର୍ମଯୋଗ୍ୟ ପାତ୍ର ଉପରେ ପଡ଼ିଲେ, ତାହା ଜଳରେ ଡୁବାଯିବ, ଆଉ ତାହା ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ତହିଁ ଉତ୍ତାରେ ତାହା ଶୁଚି ହେବ। BSB BSB: When one of them dies and falls on something, that article becomes unclean; any article of wood, clothing, leather, sackcloth, or any implement used for work must be rinsed with water and will remain unclean until evening; then it will be clean.
33 ULB ପୁଣି, କୌଣସି ମାଟି ପାତ୍ର ମଧ୍ୟରେ ସେମାନଙ୍କର ଶବ ପଡ଼ିଲେ, ତହିଁ ମଧ୍ୟସ୍ଥିତ ସମସ୍ତ ଦ୍ରବ୍ୟ ଅଶୁଚି ହେବ ଓ ତୁମ୍ଭେମାନେ ତାହା ଭାଙ୍ଗି ପକାଇବ। BSB BSB: If any of them falls into a clay pot, everything in it will be unclean; you must break the pot.
34 ULB ପୁଣି, ଯେଉଁ ସବୁ ଖାଦ୍ୟଦ୍ରବ୍ୟ ଉପରେ ଜଳ ଥାଏ, ତାହା ଅଶୁଚି ହେବ; ପୁଣି, ସର୍ବପ୍ରକାର ପାତ୍ରରେ ସର୍ବପ୍ରକାର ପେୟଦ୍ରବ୍ୟ ଅଶୁଚି ହେବ; BSB BSB: Any food coming into contact with water from that pot will be unclean, and any drink in such a container will be unclean.
35 ULB ପୁଣି, ଯେକୌଣସି ଦ୍ରବ୍ୟ ଉପରେ ସେମାନଙ୍କ ଶବର କିଛି ପଡ଼େ, ତାହା ଅଶୁଚି ହେବ; ତନ୍ଦୁର ହେଉ କି ଚୁଲି ହେଉ, ତାହା ଭଙ୍ଗାଯିବ; ତାହା ଅଶୁଚି ଅଟେ ଓ ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି ହେବ। BSB BSB: Anything upon which one of their carcasses falls will be unclean. If it is an oven or cooking pot, it must be smashed; it is unclean and will remain unclean for you.
36 ULB ତଥାପି ନିର୍ଝର କିଅବା ଯେଉଁ କୂପରେ ଅନେକ ଜଳ ଥାଏ, ତାହା ଶୁଚି ହେବ; ମାତ୍ର ଯେ ସେମାନଙ୍କର ଶବ ଛୁଇଁବ, ସେ ଅଶୁଚି ହେବ। BSB BSB: Nevertheless, a spring or cistern containing water will remain clean, but one who touches a carcass in it will be unclean.
37 ULB ପୁଣି, ଯେଉଁ ବିହନ ବୁଣା ଯିବାକୁ ଅଛି, ତହିଁ ଉପରେ ଯେବେ ସେମାନଙ୍କ ଶବର କିଛି ପଡ଼େ, ତେବେ ତାହା ଶୁଚି ରହିବ। BSB BSB: If a carcass falls on any seed for sowing, the seed is clean;
38 ULB ମାତ୍ର ବିହନ ଉପରେ ଜଳ ଥିଲେ, ଯେବେ ସେମାନଙ୍କ ଶବର କିଛି ତହିଁ ଉପରେ ପଡ଼େ, ତେବେ ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି ହେବ। BSB BSB: but if water has been put on the seed and a carcass falls on it, it is unclean for you.
39 ULB ଆଉ, ତୁମ୍ଭମାନଙ୍କର ଖାଦ୍ୟ ଯୋଗ୍ୟ କୌଣସି ପଶୁ ମଲେ, ଯେକେହି ତାହାର ଶବ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ। BSB BSB: If an animal that you may eat dies, anyone who touches the carcass will be unclean until evening.
40 ULB ପୁଣି, ଯେକେହି ତାହାର ଶବ ଖାଏ, ସେ ଆପଣା ବସ୍ତ୍ର ଧୋଇବ, ପୁଣି ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ଆଉ, ଯେକେହି ତାହା ବହେ, ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ। BSB BSB: Whoever eats from the carcass must wash his clothes and will be unclean until evening, and anyone who picks up the carcass must wash his clothes and will be unclean until evening.
41 ULB ଆଉ, ଭୂଚର ପ୍ରତ୍ୟେକ ଉରୋଗାମୀ ଜନ୍ତୁ ଘୃଣାଯୋଗ୍ୟ ଅଟେ; ତାହା ଖାଦ୍ୟ ହେବ ନାହିଁ। BSB BSB: Every creature that moves along the ground is detestable; it must not be eaten.
42 ULB ଯେଉଁମାନେ ପେଟ ଦେଇ ଗମନ କରନ୍ତି ଓ ଯେଉଁମାନେ ଚାରି ପାଦରେ ଗମନ କରନ୍ତି, ଅବା ଯେଉଁମାନଙ୍କର ଅନେକ ପାଦ ଅଛି, ଏପରି ସମସ୍ତ ଭୂଚର ଉରୋଗାମୀ ଜନ୍ତୁକୁ ତୁମ୍ଭେମାନେ ଖାଇବ ନାହିଁ; କାରଣ ସେମାନେ ଘୃଣାଯୋଗ୍ୟ। BSB BSB: Do not eat any creature that moves along the ground, whether it crawls on its belly or walks on four or more feet; for such creatures are detestable.
43 ULB ତୁମ୍ଭେମାନେ ଏହି ସବୁ ଭୂଚର ଉରୋଗାମୀ ଜନ୍ତୁ ଦ୍ୱାରା ଆପଣାମାନଙ୍କୁ ଘୃଣାଯୋଗ୍ୟ କରିବ ନାହିଁ, କିଅବା ତୁମ୍ଭେମାନେ ଅଶୁଚି ହେବା ନିମନ୍ତେ ସେମାନଙ୍କ ଦ୍ୱାରା ଆପଣାମାନଙ୍କୁ ଅଶୁଚି କରିବ ନାହିଁ। BSB BSB: Do not defile yourselves by any crawling creature; do not become unclean or defiled by them.
44 ULB କାରଣ ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟେ; ଏହେତୁ ତୁମ୍ଭେମାନେ ଆପଣାମାନଙ୍କୁ ପବିତ୍ର କର ଓ ତୁମ୍ଭେମାନେ ପବିତ୍ର ହୁଅ; ଯେହେତୁ ମୁଁ ପବିତ୍ର; ତୁମ୍ଭେମାନେ ଭୂମିରେ ଗମନକାରୀ କୌଣସି ଉରୋଗାମୀ ଜୀବ ଦ୍ୱାରା ଆପଣାମାନଙ୍କୁ ଅଶୁଚି କରିବ ନାହିଁ। BSB BSB: For I am the LORD your God; consecrate yourselves, therefore, and be holy, because I am holy. You must not defile yourselves by any creature that crawls along the ground.
45 ULB କାରଣ ତୁମ୍ଭମାନଙ୍କର ପରମେଶ୍ୱର ହେବା ନିମନ୍ତେ ମୁଁ ସଦାପ୍ରଭୁ ମିସର ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଆଣିଅଛି; ଏନିମନ୍ତେ ତୁମ୍ଭେମାନେ ପବିତ୍ର ହେବ, କାରଣ ମୁଁ ପବିତ୍ର ଅଟେ। BSB BSB: For I am the LORD, who brought you up out of the land of Egypt so that I would be your God; therefore be holy, because I am holy.
46 ULB ଶୁଚି ଓ ଅଶୁଚି ଏବଂ ଖାଦ୍ୟ ଓ ଅଖାଦ୍ୟ ପଶୁମାନଙ୍କ ପ୍ରଭେଦ ଜଣାଇବା ପାଇଁ, BSB BSB: This is the law regarding animals, birds, all living creatures that move in the water, and all creatures that crawl along the ground.
47 ULB ପଶୁ, ପକ୍ଷୀ, ଜଳଚର ପ୍ରାଣୀ ଓ ଉରୋଗାମୀ ଭୂଚର ପ୍ରାଣୀମାନଙ୍କ ବିଷୟରେ ଏହି ବ୍ୟବସ୍ଥା।” BSB BSB: You must distinguish between the unclean and the clean, between animals that may be eaten and those that may not.’”
Select verses for actions: Enter goes to them and Escape comes back.