1 ULB ଆଉ, କେହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭକ୍ଷ୍ୟ ନୈବେଦ୍ୟ ଆଣିଲେ, ସରୁ ମଇଦା ତାହାର ନୈବେଦ୍ୟ ହେବ; ପୁଣି ସେ ତହିଁ ଉପରେ ତୈଳ ଢାଳି କୁନ୍ଦୁରୁ ଦେବ; BSB BSB: “When anyone brings a grain offering to the LORD, his offering must consist of fine flour. He is to pour olive oil on it, put frankincense on it,
2 ULB ପୁଣି ତାହା ହାରୋଣର ପୁତ୍ର ଯାଜକମାନଙ୍କ ନିକଟକୁ ଆଣିବ; ତହିଁରେ ଯାଜକ ତହିଁରୁ ମୁଠାଏ ସରୁ ମଇଦା ଓ କିଛି ତୈଳ ଓ ସମସ୍ତ କୁନ୍ଦୁରୁ ନେବ; ପୁଣି ଯାଜକ ସ୍ମରଣାର୍ଥକ ଅଂଶ ରୂପେ ତାହା ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ। BSB BSB: and bring it to Aaron’s sons the priests. The priest shall take a handful of the flour and oil, together with all the frankincense, and burn this as a memorial portion on the altar, a food offering, a pleasing aroma to the LORD.
3 ULB ଏହି ଭକ୍ଷ୍ୟ ନୈବେଦ୍ୟର ଅବଶିଷ୍ଟ ଅଂଶ ହାରୋଣର ଓ ତାହାର ପୁତ୍ରମାନଙ୍କର ହେବ; ସଦାପ୍ରଭୁଙ୍କର ଅଗ୍ନିକୃତ ଉପହାର ମଧ୍ୟରେ ତାହା ମହାପବିତ୍ର। BSB BSB: The remainder of the grain offering shall belong to Aaron and his sons; it is a most holy part of the food offerings to the LORD.
4 ULB ଆଉ ଯଦି ତୁମ୍ଭେ ଭକ୍ଷ୍ୟ ନୈବେଦ୍ୟ ରୂପେ ତନ୍ଦୁରରେ ରନ୍ଧନ ହୋଇଥିବା ଦ୍ରବ୍ୟ ଦିଅ, ତେବେ ତାହା ତୈଳ ମିଶ୍ରିତ ଓ ତାଡ଼ିଶୂନ୍ୟ ସରୁ ମଇଦାର ପିଠା ଅବା ତୈଳାକ୍ତ ସରୁ ଚକୁଳି ହେବ। BSB BSB: Now if you bring an offering of grain baked in an oven, it must consist of fine flour, either unleavened cakes mixed with oil or unleavened wafers coated with oil.
5 ULB ଆଉ ଯଦି ପଲମରେ ଭଜା ଦ୍ରବ୍ୟ ତୁମ୍ଭର ଭକ୍ଷ୍ୟ ନୈବେଦ୍ୟ ହୁଏ, ତେବେ ତାହା ତୈଳ ମିଶ୍ରିତ ଓ ତାଡ଼ିଶୂନ୍ୟ ସରୁ ମଇଦାର ପିଠା ହେବ। BSB BSB: If your offering is a grain offering prepared on a griddle, it must be unleavened bread made of fine flour mixed with oil.
6 ULB ତୁମ୍ଭେ ତାହା ଖଣ୍ଡ ଖଣ୍ଡ କରି ତହିଁ ଉପରେ ତୈଳ ଢାଳିବ; ତାହା ଭକ୍ଷ୍ୟ ନୈବେଦ୍ୟ। BSB BSB: Crumble it and pour oil on it; it is a grain offering.
7 ULB ଆଉ ଯଦି କରେଇରେ ରନ୍ଧନ ହୋଇଥିବା ଦ୍ରବ୍ୟ ତୁମ୍ଭର ଭକ୍ଷ୍ୟ ନୈବେଦ୍ୟ ହୁଏ, ତେବେ ତାହା ତୈଳରେ ରନ୍ଧନ ହୋଇଥିବା ସରୁ ମଇଦାର ହେବ। BSB BSB: If your offering is a grain offering cooked in a pan, it must consist of fine flour with oil.
8 ULB ତୁମ୍ଭେ ଏହିସବୁ ଦ୍ରବ୍ୟରେ ପ୍ରସ୍ତୁତ ଭକ୍ଷ୍ୟ ନୈବେଦ୍ୟ ସଦାପ୍ରଭୁଙ୍କ ଛାମୁକୁ ଆଣିବ; ଆଉ ତାହା ଯାଜକକୁ ଦେବ, ତହୁଁ ସେ ବେଦି ନିକଟକୁ ଆଣିବ। BSB BSB: When you bring to the LORD the grain offering made in any of these ways, it is to be presented to the priest, and he shall take it to the altar.
9 ULB ପୁଣି, ଯାଜକ ସେହି ଭକ୍ଷ୍ୟ ନୈବେଦ୍ୟରୁ ସ୍ମରଣାର୍ଥକ ଅଂଶ ନେଇ ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ। BSB BSB: The priest is to remove the memorial portion from the grain offering and burn it on the altar as a food offering, a pleasing aroma to the LORD.
10 ULB ପୁଣି ସେହି ଭକ୍ଷ୍ୟ ନୈବେଦ୍ୟର ଅବଶିଷ୍ଟ ଅଂଶ ହାରୋଣର ଓ ତାହାର ପୁତ୍ରଗଣଙ୍କର ହେବ; ସଦାପ୍ରଭୁଙ୍କର ଅଗ୍ନିକୃତ ଉପହାର ମଧ୍ୟରେ ତାହା ମହାପବିତ୍ର। BSB BSB: But the remainder of the grain offering shall belong to Aaron and his sons; it is a most holy part of the food offerings to the LORD.
11 ULB ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେକୌଣସି ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କରିବ, ତାହା ତାଡ଼ିଯୁକ୍ତ ହେବ ନାହିଁ, ଯେହେତୁ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ତାଡ଼ି କି ମଧୁ ଦଗ୍ଧ କରିବ ନାହିଁ। BSB BSB: No grain offering that you present to the LORD may be made with leaven, for you are not to burn any leaven or honey as a food offering to the LORD.
12 ULB ତୁମ୍ଭେମାନେ ପ୍ରଥମଜାତ ଫଳର ନୈବେଦ୍ୟ ରୂପେ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ, ମାତ୍ର ତୁଷ୍ଟିଜନକ ଆଘ୍ରାଣାର୍ଥେ ତାହା ବେଦି ଉପରକୁ ଆସିବ ନାହିଁ। BSB BSB: You may bring them to the LORD as an offering of firstfruits, but they must not go up on the altar as a pleasing aroma.
13 ULB ଆଉ ତୁମ୍ଭେ ଆପଣା ଭକ୍ଷ୍ୟ ନୈବେଦ୍ୟର ପ୍ରତ୍ୟେକ ଦ୍ରବ୍ୟ ଲବଣାକ୍ତ କରିବ; କଦାପି ତୁମ୍ଭେ ଆପଣା ଭକ୍ଷ୍ୟ ନୈବେଦ୍ୟକୁ ତୁମ୍ଭ ପରମେଶ୍ୱରଙ୍କ ନିୟମସୂଚକ ଲବଣରହିତ ହେବାକୁ ଦେବ ନାହିଁ; ତୁମ୍ଭର ସମସ୍ତ ନୈବେଦ୍ୟ ସହିତ ଲବଣ ଉତ୍ସର୍ଗ କରିବ। BSB BSB: And you shall season each of your grain offerings with salt. You must not leave the salt of the covenant of your God out of your grain offering; you are to add salt to each of your offerings.
14 ULB ପୁଣି ଯଦି ତୁମ୍ଭେ ଆପଣା ପ୍ରଥମ ଫଳର ନୈବେଦ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କର, ତେବେ ତୁମ୍ଭ ପ୍ରଥମଜାତ ଫଳର ନୈବେଦ୍ୟ ରୂପେ ଅଗ୍ନିରେ ଭଜା ଶିଷା, ଅର୍ଥାତ୍, ମର୍ଦ୍ଦିତ କୋମଳ ଶିଷା ଉତ୍ସର୍ଗ କରିବ। BSB BSB: If you bring a grain offering of firstfruits to the LORD, you shall offer crushed heads of new grain roasted on the fire.
15 ULB ପୁଣି ତହିଁ ଉପରେ ତୈଳ ଦେବ ଓ କୁନ୍ଦୁରୁ ରଖିବ; ତାହା ଭକ୍ଷ୍ୟ ନୈବେଦ୍ୟ। BSB BSB: And you are to put oil and frankincense on it; it is a grain offering.
16 ULB ତହୁଁ ଯାଜକ ତହିଁର ସ୍ମରଣାର୍ଥକ ଅଂଶ ରୂପେ କିଛି ମର୍ଦ୍ଦିତ ଶସ୍ୟ, କିଛି ତୈଳ ଓ ସମସ୍ତ କୁନ୍ଦୁରୁ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର। BSB BSB: The priest shall then burn the memorial portion of the crushed grain and the oil, together with all its frankincense, as a food offering to the LORD.
Select verses for actions: Enter goes to them and Escape comes back.